01 ଅପ୍ରେଲ ୨୦୧୯, ସୋମବାର – ମହାଦେବଙ୍କ ଅପର କୃପାରୁ ଏହି 4ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ଅଜସ୍ର ଖୁସି, ପୂର୍ଣ୍ଣ ହେବ ସମସ୍ତ ମନୋସ୍କମାନ ….

Spread the love

01 ଅପ୍ରେଲ ୨୦୧୯, ସୋମବାର – ମହାଦେବଙ୍କ ଅପର କୃପାରୁ ଏହି 4ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ଅଜସ୍ର ଖୁସି, ପୂର୍ଣ୍ଣ ହେବ ସମସ୍ତ ମନୋସ୍କମାନ ….

ଆଜି ଆମେ ଆପଣଙ୍କୁ 01 ଅପ୍ରେଲ ୨୦୧୯, ସୋମବାର ଦିନର ରାଶିଫଳ ବିସ୍ତୃତ ଭାବରେ କହିବା ପାଇଁ ଯାଉଛୁ । ପ୍ରତ୍ୟେକ ମନୁଷ୍ୟ ପାଇଁ ରାଶିଫଳର ମହତ୍ୱ ରହିଛି ଆଜି ଆମେ ଆପଣଙ୍କୁ 01 ଅପ୍ରେଲ ୨୦୧୯, ସୋମବାର ଦିନର ରାଶିଫଳ ବିସ୍ତୃତ ଭାବରେ କହିବା ପାଇଁ ଯାଉଛୁ । ରାଶିଫଳ ଅନୁସାରେ ବ୍ୟକ୍ତିର ସ୍ଵଭାଵ ଓ ଭବିଷ୍ୟତ ବିଷୟରେ ଜାଣିବାକୁ ମିଳିଥାଏ । କାରଣ ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଜୀବନରେ କଣ କଣ ପରିବର୍ତ୍ତନ ଘଟିବ ଜାଣିବା ।

ମେଷ: ଧର୍ମ କାର୍ଯ୍ୟରେ ସମୟ ବିତିବ । ପାରିବାରିକ ସମସ୍ୟାରେ ଆପଣଙ୍କ ମନ୍ତବ୍ୟ ସକାରାତ୍ମକ ରହିବ । ଅଟକିଥିବା କାର୍ଯ୍ୟ ପୂରଣ ହେବ। କର୍ମକ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟରେ ଆଶାତୀତ ଲାଭ କରିବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ମହିଳାମାନେ ସକ୍ରିୟ ହେବେ। ମନୋରଂଜନ କାର୍ଯ୍ୟରେ ସମୟ କଟିବ । ସାମାଜିକ କାର୍ଯ୍ୟରେ ଭାଗ ନେବେ । ବିଦ୍ୟା, ଖେଳରେ ପ୍ରଶଂସିତ ହେବେ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଶାରଳା ।

ବୃଷ: ସ୍ୱଭାବ ଶାନ୍ତ ଓ ବ୍ୟବହାର ମିଷ୍ଟ ରହିବ । ଧାର୍ମିକ କାର୍ଯ୍ୟକ୍ରମରେ ଖର୍ଚ୍ଚ କରିପାରନ୍ତି । ଆପଣଙ୍କୁ କିଛି ଶୁଭ ଖବର ମିଳିପାରେ । ବ୍ୟବସାୟରେ ଯଥେଷ୍ଟ ଲାଭବାନ ହେବେ । ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ଫଳରେ ପଦୋନ୍ନତି ହେବ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଗୃହ, ଜମି ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ପରିବାର ସହିତ ବୁଲି ଯିବାର ଅବସର ମିଳିବ । ପ୍ରେମ ସଂପର୍କ ନିବିଡ଼ ହେବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ଅମ୍ବିକା ।

ମିଥୁନ: ପ୍ରତିଟି କ୍ଷେତ୍ରରେ ଭାଗ୍ୟ ଆପଣଙ୍କୁ ସାଥି ଦେବ । ବନ୍ଧୁଙ୍କ ମାଧ୍ୟମରେ କୌଣସି ମହତ୍ତ୍ଵପୂର୍ଣ୍ଣ କାର୍ଯ୍ୟ ପୂରା ହେବ । ବ୍ୟବସାୟ କ୍ଷେତ୍ରରେ ବୁଦ୍ଧି ବିବେକ ଖଟାଇ କର୍ତ୍ତବ୍ୟ ପରାୟଣତା ସହ ଚାଲିବା ହିତକର । ଜମି ଦଲାଲଙ୍କୁ ପୁରୁଣା ଜମିରୁ ଯଥେଷ୍ଟ ଲାଭ ମିଳିବ । ମହିଳାମାନେ ସନ୍ତାନଙ୍କ ସହ ହସଖୁସିରେ ଦିନଟି ଅତିବାହିତ କରିବେ । ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପନେବେ । ଛାତ୍ରଙ୍କୁ ସିନିୟରଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ ସାମଲେଶ୍ୱରୀ ।

କର୍କଟ : ସୁଖ ସମୃଦ୍ଧି ବୃଦ୍ଧି ସହ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ମୂଲ୍ୟବାନ ବା ସୌଖୀନ ପଦାର୍ଥ ସଂଗ୍ରହ ତଥା ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ । ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ । ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବ । ମାନସିକ ଏକାଗ୍ରତା ବଜାୟ ରହିବ । ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରମୋଶନ ସୂଚନାପାଇ ଖୁସି ହେବେ । ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳୀଜାଈ ।

ସିଂହ: ଦିନଟି ଶୁଭଦାୟକ ରହିବା । ଉନ୍ନତି ପଥରେ ଅଗ୍ରସର ହେବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଭୂ-ଜାତ ଦ୍ରବ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

କନ୍ୟା: ଦିନଟି ଆପଣଙ୍କ ଲାଗି ଲାଭଦାୟକ ରହିବ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ । ଆମଦାନି ପାଇଁ ନୂଆ ରଣନୀତି ପ୍ରସ୍ତୁତ କରିବେ । ଉଧାର ଦେଇଥିବା ପଇସା ଅଚାନକ ଫେରସ୍ତ ପାଇବେ । ଅଫିସରେ ଆପଣଙ୍କର ସ୍ଥିତି ମଜଭୁତ ହେବ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ପ୍ରେମରେ ସଫଳତା ପାଇବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ତାରିଣୀ ।

ତୁଳା: ଆଜି ଆପଣ ହାସ୍ୟକୌତୁକ ମନୋଭାବରେ ରହିବେ । ବନ୍ଧୁଙ୍କ ସହିତ ସମୟ କଟିବ । ଶିକ୍ଷାକ୍ଷେତ୍ରରେ ଊତ୍ସାହ ଏବଂ ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ । ରାଜନୀତି କ୍ଷେତ୍ରରେ ନିଜ କଥା ଓ ବ୍ୟବହାର ନିୟନ୍ତ୍ରଣ ନ କଲେ ଲୋକ ସଂପର୍କରେ ବାଧା ଉପୁଯିବ । ମହିଳାମାନେ ନିଜ କର୍ତ୍ତବ୍ୟରେ ସମ୍ୟକ ଅବହେଳା କରିବେ । କର୍ମକ୍ଷେତ୍ରରେ ମିଥ୍ୟା ଆରୋପ ଓ କଳଙ୍କ ଲାଗିବପାରେ । ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ । ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଦାମ୍ପତ୍ୟ ସମ୍ପର୍କରେ ମଧୁରତା ଆସିବ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ନାରାୟଣ ।

ବିଛା: ଦିନଟି ଲାଭପ୍ରଦ ରହିବ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବନ୍ଧୁଙ୍କ ସହଯୋଗ ପାଇ ଲାଭବାନ ହେବେ । ବ୍ୟବସାୟରେ ସଫଳତା ମିଳିବ । ଗୃହର ସମସ୍ୟା ଦୂର ହୋଇଯିବ । ଅଟକିଥିବା ଧନଲାଭ ହେବ । ଦିନଚର୍ଯ୍ୟା ସୁଖଦାୟକ ହେବ । ରାଜନୀତି, କୃଷି, ବିଦ୍ୟା ଓ ଖେଳରେ ସଫଳ ହେବେ। ସଂପତ୍ତି କ୍ରୟ ଓ ବିକ୍ରୟ ଦ୍ୱାରା ଲାଭ ପାଇବେ । ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ । ମହିଳାମାନଙ୍କର ସ୍ୱଜନ ଓ ମିତ୍ରଙ୍କ ଠାରୁ ପୂର୍ଣ୍ଣ ସହଯୋଗ ମିଳିବ । ପ୍ରେମିକପ୍ରେମିକାଙ୍କ ଲାଗି ଭଲ ଦିନଟିଏ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ମାଣିକେଶ୍ବରୀ ।

ଧନୁ: ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲ । କର୍ତ୍ତୃପକ୍ଷ ଆପଣଙ୍କ କାମକୁ ପ୍ରଶଂସା କରିବେ । ବ୍ୟବସାୟରେ ନୂଆ ପ୍ରସ୍ତାବ ଓ ପ୍ରକଳ୍ପ ମିଳିବ । କର୍ମକ୍ଷେତ୍ରରେ ଲାଭବାନ ରହିବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇବେ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ । ସାଧୁ, ସନ୍ଥ, ବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ମହିଳାମାନେ ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । ଜୀବନସାଥୀଙ୍କ ଠାରୁ ଖୁବ୍‌ ସୁନ୍ଦର ଉପହାର ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ମକର : ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ । ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ । ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । କୃଷିଜିବୀମାନଙ୍କୁ ସରକାରୀ ସାହାଯ୍ୟ ମିଳିପାରେ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ଶୁଭରଙ୍ଗ: ନୀଳ । ଆରାଧନା: ହର ପାର୍ବତୀ ।

କୁମ୍ଭ: ଦିନଟି ଆନନ୍ଦମୟ ରହିବ । ଦିମାକରେ ଲାଗି ରହିଥିବା ଓଲଟପାଲଟ ଚିନ୍ତାଧାରା ସମାପ୍ତ ହୋଇଯିବ । ବ୍ୟବସାୟରେ ପରିବାର ଲୋକଙ୍କ ସହଯୋଗ ମିଳିବ । ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ ଓ କର୍ମକ୍ଷେତ୍ରରେ ପ୍ରଶଂସିତହେବେ । ଚାକିରୀରେ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିଥିବାରୁ ଦୃଢ଼ତା ରହିପାରିବ । ମହିଳାମାନଙ୍କର ଚାତୁର୍ଯ୍ୟତାରେ ପରାକ୍ରମ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ପତିପତ୍ନୀଙ୍କ ମଧ୍ୟରେ ପ୍ରେମଭାବ ବୃଦ୍ଧି ହେବ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ଦୁର୍ଗା ।

ମୀନ: ଆପଣଙ୍କ ପାଇଁ ଉନ୍ନତିର ପଥ ଖୋଲା ରହିଛି । ରାଜନୈତିକ ପ୍ରଭାବ ବୃଦ୍ଧି ହେବ । ଆର୍ଥିକ ରୂପେ ଆଜି ଭଲ ଫଳାଫଳ ମିଳିବ । ବ୍ୟବସାୟରେ ଧନଲାଭ କରିବାର ସୁଯୋଗ ପାଇବେ । ବ୍ୟବସାୟରେ ନୂଆ ଦିଗ ମିଳିବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ମହିଳାମାନଙ୍କର ମାନସିକ ସ୍ଥିରତା ଦେଖାଦେବ ଓ ବଢ଼ିଆ ଚାକିରିର ପ୍ରସ୍ତାବ ମିଳିବ । ବାଦବିବାଦ,ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଲକ୍ଷ୍ମୀ ।