02 ଜୁନ 2019 ରବିବାର – ସୂର୍ଯ୍ୟଦେବଙ୍କ କୃପାଙ୍କ କୃପାରୁ ୫ଟି ରାଶିର ବ୍ୟକ୍ତିଙ୍କୁ କର୍ମ କ୍ଷେତ୍ରରେ ମିଳିବ ପୂର୍ଣ୍ଣ ସଫଳତା, ମନବାଞ୍ଛା ପୂର୍ଣ୍ଣ ହେବ ….

Spread the love

02 ଜୁନ 2019 ରବିବାର – ସୂର୍ଯ୍ୟଦେବଙ୍କ କୃପାଙ୍କ କୃପାରୁ ୫ଟି ରାଶିର ବ୍ୟକ୍ତିଙ୍କୁ କର୍ମ କ୍ଷେତ୍ରରେ ମିଳିବ ପୂର୍ଣ୍ଣ ସଫଳତା, ମନବାଞ୍ଛା ପୂର୍ଣ୍ଣ ହେବ ….

ପ୍ରତ୍ୟେକ ମନୁଷ୍ୟ ପାଇଁ ରାଶିଫଳର ମହତ୍ୱ ରହିଛି । ଆଜି ଆମେ ଆପଣଙ୍କୁ 02 ଜୁନ 2019 ରବିବାର ଦିନର ରାଶିଫଳ ବିସ୍ତୃତ ଭାବରେ କହିବା ପାଇଁ ଯାଉଛୁ । ରାଶିଫଳ ଅନୁସାରେ ବ୍ୟକ୍ତିର ସ୍ଵଭାଵ ଜଣା ପଡିଥାଏ ଓ ଭବିଷ୍ୟତ ବିଷୟରେ ମଧ୍ୟ ଜାଣିବାକୁ ମିଳିଥାଏ । କାରଣ ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହ ନକ୍ଷେତ୍ରଙ୍କ ଦ୍ଵାରା ପରିଚାଳିତ ହୋଇଥାଏ । ତେନେଉ ଗ୍ରହଣମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ । ଏତଦବ୍ୟତୀତ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇ ଥାଏ । ଗ୍ରହ ନକ୍ଷେତ୍ର ଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଜୀବନରେ କଣ ସବୁ ପରିବର୍ତ୍ତନ ଘଟିବ…

ମେଷ: ବନ୍ଧୁ ଓ ଜୀବନସାଥୀ ଉଭୟଙ୍କ ସହଯୋଗ ପାଇବେ । କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ । ବିଭିନ୍ନ ପ୍ରକାର ପରିସ୍ଥିତିର ମୁକାବିଲା କରିବା‌ରେ ସକ୍ଷମ ହେବେ । ପାରସ୍ପରିକ ଉତ୍ତମ ବୁଝାମଣା ହେତୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ । ଅନ୍ତରଙ୍ଗ ବନ୍ଧୁଙ୍କ ଅଶାନ୍ତ ମନ ଦେଖି ନିଜେ ଚିନ୍ତିତ ହୋଇପାରନ୍ତି । ଜୀବନସାଥୀଙ୍କ ଠାରୁ କିଛି ଉପହାର ମିଳିପାରେ । ମହିଳାମାନେ ବ୍ରତ, ଉପାସନାରେ ବ୍ରତୀ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ବୃଷ :- ଦେବୀମାତାଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରନ୍ତୁ, ସମ୍ଭାବ୍ୟ ସଙ୍କଟ ଦୂର ହେବ । ସମସ୍ୟା ଲାଗି ରହିବା ଯୋଗୁ ଅଟକି ରହିଥିବା କାମର ଚିନ୍ତା ଆଜି ମନକୁ ଆନ୍ଦୋଳିତ କରିପାରେ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମନ ଭଲ ରହିବ । ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ବେଶ୍‌ ଭଲରେ ଚାଲିବ । ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ । ଆକସ୍ମିକ ଦୁର୍ଘଟଣା ହେବାର ସମାଧାନ ରହିଛି, ସାବଧାନତା ଅବଲମ୍ବନ କରନ୍ତୁ । ପରୋକ୍ଷ ଶତ୍ରୁତା, ଶାରୀରିକ ଅସୁସ୍ଥତା, ପୁରାତନ ରୋଗର ପୀଡ଼ା ଓ ପାରିବାରିକ ମତାନ୍ତରଜନିତ ସାମୟିକ ଚିନ୍ତିତ ରହିବେ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ମହିଳା ମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଦୁର୍ଗା ।

ମିଥୁନ: ବିଶେଷ କାର୍ଯ୍ୟ ପୂରା କରିବାରେ ଟିକେ ବିଳମ୍ବ ହୋଇପାରେ । କର୍ମକ୍ଷେତ୍ରରେ ନିଜ ବନ୍ଧୁମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଅଫିସରେ ଗୁରୁତ୍ବ ପୂର୍ଣ୍ଣ ଫଇସଲା ନେଇ ପାରନ୍ତି । ବିଭିନ୍ନ ଯୋଜନା, ସାଙ୍ଗଠନିକ କାର୍ଯ୍ୟ କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଭୁଲ୍‌ ବୁଝାମଣା କାରଣରୁ ପରିବାର ଭିତରେ ସମ୍ପର୍କ ହାନି ଫଳରେ ଚିନ୍ତ ପ୍ରକଟ କରି ପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ସଂଯମର ଅଭାବ ଓ ଯାତ୍ରାରେ ଧନହାନି ଦୁଶ୍ଚିନ୍ତାର କାରଣ ହୋଇପାରେ । ମହିଳାମାନେ ବ୍ୟବସାୟରେ ପ୍ରଚୁର ଲାଭ କରିବେ ଓ ରାଜନୀତିରେ କୃତକାର୍ଯ୍ୟ ହେବେ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ସମଲେଶ୍ୱରୀ ।

କର୍କଟ: ନୂଆ କାମଧନ୍ଦା ସମ୍ବନ୍ଧରେ ବିଚାର କରିବା ଲାଗି ଦିନଟି ଭଲ । କିଛି ଲୋକଙ୍କ ସହଯୋଗରେ କାମ ପୂରା ହେବ । ଭାଗିଦାରୀ ସହିତ ସମ୍ବନ୍ଧ ଭଲ ରହିବ ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କୁ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ । ସଭାସମିତିରେ କାହା କଥା ସହ ଅନ୍ୟ କାହାର କଥା ନ ମିଶିବା ଫଳରେ ଆଲୋଚନା ଅମୀମାଂସିତ ରହିବ । ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ହେବ । ଯାତ୍ରା ସମୟରେ ନିର୍ଦ୍ଦିଷ୍ଟ ସ୍ଥାନରେ ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପଡ଼ିବେ । ପରିବାରରେ ପୂର୍ବ ସମସ୍ୟା ସମାଧାନ ହେବାରେ କୌଣସି ନୀଚ ଜାତିର ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ସିଂହ: ଆଜି କିଛି ନୂଆ କରିବାକୁ ଚେଷ୍ଟା କରିବେ । ବନ୍ଧୁଙ୍କ ସାହାଯ୍ୟ ଓ ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ସରସ ସୁନ୍ଦର କରିବ । ବ୍ୟବ୍ୟବସାୟରେ ସଫଳତା ଅର୍ଜନ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କାର୍ଯ୍ୟ କ୍ଷେତ୍ରରେ ଅଧିକାରୀବର୍ଗ ଆପଣଙ୍କ ପକ୍ଷରେ ରହିବେ । ସଭାସମିତିରେ ଅପ୍ରିୟ ସତ୍ୟକଥା କହି ବିବାଦ ଘେରରେ ପଡ଼ିପାରନ୍ତି । ସାହିତ୍ୟ,ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି । ପ୍ରତିବନ୍ଧକ ହେତୁ ନୂତନ କର୍ମାରମ୍ଭ କିମ୍ବା ଯାତ୍ରା ପାଇଁ ପ୍ରସ୍ତୁତି କ୍ଷେତ୍ରରେ ସମସ୍ୟା ଗ୍ରସ୍ତ ହୋଇପାରନ୍ତି । ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ । ମହିଳାମାନଙ୍କର ଚାକିରୀକ୍ଷେତ୍ରରେ ପରିବର୍ତ୍ତନ ହେବାର ସମ୍ଭାବନା । ଆରାଧନା: ମାଆ ଦୁର୍ଗା ।

କନ୍ୟା: ଆଜି ଆପଣଙ୍କ ମନ ଶାନ୍ତ ରହିବ । ନିଃସ୍ବାର୍ଥ ଭାବରେ ସମାଜ ସେବାରେ ନିଜକୁ ସାମିଲ କରିବେ । ଲକ୍ଷ୍ୟ ପୂରଣ ଦିଗରେ ସହକର୍ମୀମାନଙ୍କ ଅସହଯୋଗ, ଆତ୍ମୀୟସ୍ବଜନଙ୍କ ଦ୍ୱାରା ଅସମ୍ମାନିତ ହୋଇ ଦୁଃଖ ପ୍ରକାଶ କରିପାରନ୍ତି । ଅଫିସରେ କୌଣସି କାମକୁ ନେଇ ଚିନ୍ତିତ ରହିପାରନ୍ତି । ବ୍ୟବସାୟରେ ଆୟ ବ୍ୟୟ ପ୍ରାୟତଃ ସମାନ ରହିବ । ଅର୍ଥ ଦେବା ନେବାକୁ କେନ୍ଦ୍ରକରି ବନ୍ଧୁମାନଙ୍କ ମଧ୍ୟରେ ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ । ଯାନ୍ତ୍ରିକ ଶିଳ୍ପ ଓ ପ୍ରଶାସନ, ଆଇନ ଓ ଅଦାଲତ ତଥା ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ । ପ୍ରେମରେ ସଫଳତା ମିଳିବ । ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଗାୟତ୍ରୀ ।

ତୁଳା :- ଆଜିର ଦିନଟି ଆପଣଙ୍କ ଜୀବନରେ ଖୁସିର ବର୍ଷା ହେବ । ପ୍ରିୟ ବନ୍ଧୁଜନଙ୍କ ସହିତ ଦିନର ଅଧିକାଂଶ ସମୟ ବିତେଇବେ । ନୂତନ ବନ୍ଧୁ ସମ୍ପର୍କ ଓ କର୍ମକ୍ଷେତ୍ରରେ ସୁଚିନ୍ତିତ କାର୍ଯ୍ୟଧାରା କାମକୁ ଅଗ୍ରଗାମୀ କରାଇବାରେ ସାହାଯ୍ୟ କରିବ । ଜଣେ ପଡ଼ୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ । କୋର୍ଟକଚେରୀ ମାଲିମକଦ୍ଦମାରେ ଶୁଭ ଖବର ପାଇବେ । ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ । ପ୍ରଶାସନିକ ସ୍ତରରେ ସହକର୍ମୀଙ୍କ ଅନୁପସ୍ଥିତିରୁ କର୍ମପ୍ରବାହ ବିଳମ୍ବିତ ହୋଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳୀଜାଈ ।

ବିଛା: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଉତ୍ତମ ଅଟେ । ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବା ସକାଶେ ଦିନଟି ବହୁତ ଭଲ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ଯାହା ଖୋଜୁଛନ୍ତି ଓ ଆଶା କରୁଛନ୍ତି ଆଜି ଅବଶ୍ୟ ପାଇବା ଆଶା ରହିଛି । ବ୍ୟବସାୟରେ ଅଧିକ ଲାଭବାନ ରହିବ । କଳା, ସଭା ସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ । ପରିବାରରେ ବଡ଼ଙ୍କ ଠାରୁ ସହଯୋଗ ପାଇବେ । ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି କିନ୍ତୁ ସାଧାରଣ କଥାକୁ କେନ୍ଦ୍ରକରି ଅପରାହ୍ନରେ ଟେନ୍‌ସନ ବଢ଼ିପାରେ । ମହିଳାମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସମଲେଶ୍ୱରୀ ।

ଧନୁ :- ମାନସିକ ଦୃଷ୍ଟିରୁ ଆପଣ ଅଶାନ୍ତି ମୁକ୍ତ ରହିବେ । ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିବା ସକାଶେ ମନ ବଳାଇପାରନ୍ତି । ଭ୍ରମଣ ସୁଯୋଗ ଜୁଟିବ । ଯିବାକୁ ଥିବା ଯାତ୍ରା ଆପଣଙ୍କ ପାଇଁ ଲାଭପ୍ରଦ ହେବ । ଅଫିସରେ ଆପଣଙ୍କ ପରାମର୍ଶକୁ ସମସ୍ତେ ସମ୍ମାନ ଦେବେ । ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଉଚିତ ନୁହେଁ । ଆଲୋଚନା ପରିସରରେ ଅପ୍ରିୟ ସତ୍ୟ ପ୍ରକାଶ କରିବା କାରଣରୁ ସହକର୍ମୀ କିମ୍ବା ଆତ୍ମୀୟମାନେ ଶତ୍ରୁ ହୋଇପାରନ୍ତି । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ । ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ଅନ୍ୟମନସ୍କ ରହିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

ମକର: ଦିନଟି ମାଧ୍ୟମ ଫଳପ୍ରଦାୟକ ରହିବ । ଦୈହିକ ଅସୁସ୍ଥତା ମାନସିକ ସୁସ୍ଥତାକୁ କ୍ଷୁଣ୍ଣ କରିବା ହେତୁ କୌଣସି କାମରେ ମନ ଲାଗିବ ନାହିଁ । ବ୍ୟବସାୟରେ କୌଣସି ସହଯୋଗୀଙ୍କ ସହଯୋଗ ପ୍ରାପ୍ତ ହେବ । ଆର୍ଥିକ ସ୍ଥିତି ମନ୍ଦ ନ ଥିଲେ ମଧ୍ୟ ଋଣ ପରିଶୋଧ କରିବାରେ ପଛେଇ ଯିବାକୁ ପଡ଼ିବ । ପ୍ରିୟଜନଙ୍କ ଅନୁପସ୍ଥିତି ମନରେ ଗଭୀର ଦୁଃଖ ଦେଇପାରେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ପାଖ, ପଡ଼ୋଶୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି କାମ ପାଇଁ ଆଗଭର ହୋଇପାରନ୍ତି । ପ୍ରେମରେ ସଫଳତା ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

କୁମ୍ଭ: କୌଣସି ବି କାମ କରିବା ସମୟରେ ମନ ଶାନ୍ତ ରଖନ୍ତୁ । ଆଜିର ଯାତ୍ରା, ଶୁଭକାର୍ଯ୍ୟାରମ୍ଭ, ସତ୍‌ଚିନ୍ତା ଓ ଶୁଦ୍ଧଭାବନା ମନରେ ଭାବାନ୍ତର ସୃଷ୍ଟି କରିବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ ସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ । ସାମାନ୍ୟ କେତେକ ସାଧାରଣ ଅସୁବିଧାକୁ ବାଦ୍‌ ଦେଲେ ଦିନଟିରେ ବହୁତ ଭଲ କାମ କରିବେ । ବ୍ୟବସାୟରେ ବଡ଼ ଫଇସଲା ନେବାକୁ ପଡ଼ିପାରେ । ଭାବିଚିନ୍ତି ଖର୍ଚ୍ଚ କରନ୍ତୁ । ପରିବାର ମଧ୍ୟରେ ଛୋଟ କଥାକୁ ଧରି ବସିଲେ ଅଶାନ୍ତିର ମାତ୍ରା ବଢ଼ିବା ବ୍ୟତୀତ ଲାଭ କିଛି ହେବ ନାହିଁ । ମହିଳାମାନଙ୍କର କର୍ମକ୍ଷେତ୍ରରେ ଓ ଘରେ ବେଶ ପ୍ରସଂଶିତ ହେବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

ମୀନ: ଆପଣଙ୍କ ଜୀବନରେ ଖୁସିର ବର୍ଷା ହେବ । ବନ୍ଧୁମାନଙ୍କ ହସ୍ତକ୍ଷେପ ଫଳରେ ଘରର ଅଶାନ୍ତ ପରିବେଶ କେତେକାଂଶରେ ଶାନ୍ତ ପଡ଼ିବା ଆଶା କରାଯାଇ ପାରେ । ଆପଣଙ୍କୁ ପରିଶ୍ରମର ଫଳ ନିଶ୍ଚୟ ମିଳିବ । ଚାକିରିରେ ସିଦ୍ଧି ଏବଂ ସଫଳତା ମିଳିବ । ଆଗାମୀ କାଲିର ଯୋଜନା ପ୍ରସ୍ତୁତ କରିପାରନ୍ତି । ବାକି ରହିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ ତଥାପି ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବା ଆଶଙ୍କା ରହିଛି । ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ । କାର୍ଯ୍ୟରେ ଯଶ ଏବଂ ସଫଳତା ମିଳିବ । ସ୍ଵାସ୍ଥ୍ୟ ଭଲ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।