02 ମାର୍ଚ୍ଚ 2019, ଶନିବାର – ଏହି ପାଞ୍ଚଟି ରାଶି ଉପରେ ଶନିଦେବ କୃପା ଦୃଷ୍ଟି ରହିବ, ଦୂର ହେବ ସମସ୍ତ କଷ୍ଟ…..

Spread the love

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଆପଣଙ୍କ ଧ୍ୟାନ ପରିବାର ଓ ଟଙ୍କା ପଇସା ରୋଜଗାର ଦିଗରେ ଲାଗି ରହିବ । ରାଜନୀତି କ୍ଷେତ୍ରରେ ସଂଗଠନ, ସଭାସମିତିରେ ଯୋଗଦେଲେ ଲୋକ ସମ୍ପର୍କ ବଢ଼ିବ । ଅଫିସରେ ଉଚ୍ଚ ଅଧିକାରୀଙ୍କ ଠାରୁ କୌଣସି ପୁରସ୍କାର ହେବେ ନଚେତ ପ୍ରସଂଶିତ ହୋଇପାରିବେ । ବ୍ୟବସାୟରୁ ପରିଶ୍ରମ ଅନୁସାରେ ଯଥେଷ୍ଟ ଲାଭ ପାଇବେ । ଆମଦାନୀ, ରପ୍ତାନି ବ୍ୟବସାୟ କ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଯୁବକ ଯୁବତୀମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ କରିବେ ଜେହାଫଳରେ ମାନସମ୍ମାନ ଓ ଯଶକ୍ଷାତି ପାଇବେ । ସନ୍ଧ୍ୟାରେ ପରିବାର ସହିତ ହସଖୁସିରେ ସମୟ କଟିବ । ବିଦ୍ୟାର୍ଥିମାନେ ବିଦ୍ୟାକ୍ଷେତ୍ରରେ ପଢା ପଢିରେ ମନଯୋଗ ଦେବେ । ଶୁଭରଙ୍ଗ: ମେରୁନ । ଆରାଧନା: ହନୁମାନ ।

ବୃଷ: ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବାପାଇଁ ଚେଷ୍ଟିତ ହେବେ । ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ମହିଳାମାନେ ଆନୁଷ୍ଠାନିକ ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରି ବିଭିନ୍ନ ଦିଗରୁ ଲାଭବାନ୍ ହେବେ । ରାଜନୀତିରେ ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି । ଅଫିସରେ କିମ୍ବା କର୍ମକ୍ଷେତ୍ରରେ ବହୁତ କାମ ହାତକୁ ନେଇ ସଫଳତା ପାଇବେ । ବିଦ୍ୟାକ୍ଷେତ୍ରରେ ପ୍ରତିଯୋଗିତାରେ ବିଜୟୀ ହେବେ ଓ ଯଶପ୍ରାପ୍ତି ହେବ । ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତିକରିବ । ଶୁଭରଙ୍ଗ: ସବୁଜ । ଆରାଧନା: ମା ଭୈରବୀ ।

ମିଥୁନ: ଦିନଟି ଆପଣଙ୍କ ଅତ୍ୟନ୍ତ ସୁଖଦାୟକ ରହିବ । କର୍ମକ୍ଷେତ୍ରରେ ଅପେକ୍ଷା କରିଥିବା କାମରେ ଶୁଭ ସୂଚନା ପାଇବେ । ଆପଣ ନିଜ ଲକ୍ଷ୍ୟ ହାସଲ ପାଇଁ ଠୋସ୍‌ ଯୋଜନା କରିବେ । ରାଜନୈତିକ କ୍ଷେତ୍ର, କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡ଼ିବ । ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ । ଶୁଭରଙ୍ଗ: ଲାଲ । ଆରାଧନା: ହର ଗୌରୀ ।

କର୍କଟ: ଧୌର୍ଯ୍ୟର ସହ କାମ କରନ୍ତୁ ଉପଯୁକ୍ତ ଫଳ ମିଳିବ । ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ପ୍ରତିକୁଳ ପରିସ୍ଥିତି ଦୂରେଇଯିବ ଓ ଅଧିକାରୀ ଖୁସିହେବେ । ସନ୍ତାନସୁଖ ମିଳିବ । ଜୀବନସାଥୀଙ୍କ ସହିତ ମତଭେଦ ହୋଇପାରେ । ଅଧିକାରୀଙ୍କ ସହିତ ତାଳମେଳ ରଖନ୍ତୁ, ଫାଇଦା ହେବ । ଯୁବତୀମାନେ ନିଜର ପ୍ରିୟବନ୍ଧୁଙ୍କ ସହିତ ଗପସପରେ ସମୟ ବିତେଇବେ । ମହିଳାମାନେ ଅନ୍ୟମାନଙ୍କ କାମରେ ମନଦେଇ ନିଜ କାମକୁ ଅବହେଳା କରିବେ । ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରି ଦୂରଯାତ୍ରାର ସୁଯୋଗ ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିରଜା ।

ସିଂହ: କୌଣସି କାମ ଆରମ୍ଭ କରିବା ଲାଗି ସମୟ ଭଲ । ପ୍ରତ୍ୟେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ଼ ରହିବ । କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବନାହିଁ । ମିତ୍ରଙ୍କ ସହଯୋଗ ଓ ସାହାଯ୍ୟ ପାଇବେ । ପ୍ରତିଷ୍ଠିତ ଲୋକଙ୍କ ସହିତ ସମ୍ପର୍କ ସ୍ଥାପନ ହେବ । ବ୍ୟବସାୟରେ ତ୍ୱରିତ ଫଇସଲା ଲାଭପ୍ରଦ ହେବ । ଆଇନ ଅଦାଲତ ମାଲିମୋକଦ୍ଦମା, ବାଦ-ବିବାଦ ଯୋଗୁଁ ଚିନ୍ତିତ ରହିବେ । ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରିବେ । ମହିଳାମାନେ ସମ୍ମାନ ପାଇବେ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

କନ୍ୟା: ପୁରୁଣା କାମ ପୂରା କରିବା ଲାଗି ଦିନଟି ଭଲ । କାର୍ଯ୍ୟଗୁଡ଼ିକ ସହଜ ସରଳରେ ସମ୍ପାଦନ ହୋଇ ଲାଭଦାୟକ ହେବ । ଦୂରଯାତ୍ରାରେ ସଫଳତା ମିଳିବ । ଆକସ୍ମିକ ଧନଲାଭ ହେବ । ନିର୍ମାଣ ଯୋଗାଯୋଗ, ସଭାସମିତି ପାଇଁ ବିଶେଷସମୟ ଦେବାକୁ ପଡ଼ିବ । ଶିଳ୍ପ, ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ଖ୍ୟାତି ବଢ଼ିବ । କୋର୍ଟ କଚେରି ମାମଲା ଆପଣଙ୍କ ପକ୍ଷରେ ହୋଇପାରେ । ଅତୀତର କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ପାଇବ । ବିଦ୍ୟାକ୍ଷେତ୍ରରେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ଅନ୍ୟମନସ୍କ ରହିବେ । ଶୁଭରଙ୍ଗ: ଧଳା । ଆରାଧନା: ସତ୍ୟନାରାୟଣ ।

ତୁଳା: ବ୍ୟବସାୟରେ ପୁରୁଣା ବିବାଦ ସମାପ୍ତ ହୋଇଯିବ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ । ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ । ବେକାରଙ୍କୁ ରୋଜଗାରର ସୁଯୋଗ ମିଳିବ । ରାଜନୀତିରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ପ୍ରଶଂସିତ ହେବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସହଜରେ ସମାଧାନ କରିପାରିବେ । ଘରକୁ ବନ୍ଧୁଙ୍କ ଆସିବା-ଯିବା ଲାଗି ରହିବ । ପାରିବାରିକ ସ୍ତର ହସ ଖୁସିରେ କଟିବ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଲକ୍ଷ୍ମୀ ।

ବିଛା: ଦିନଟି ଲାଭପ୍ରଦ ରହିବ । ମିତ୍ରମାନଙ୍କ ଦ୍ୱାରା ଅନେକ କାର୍ଯ୍ୟରେ ଲାଭପାଇବେ । କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ । ବନ୍ଧୁଙ୍କ ସାହାଯ୍ୟ କ୍ରମେ ମାଲିମୋକଦ୍ଦମାରେ ବିଜୟୀ ହେବେ । ଛୋଟ ଛୋଟ କାମକୁ ବୁଝି ବିଚାରି ନ କଲେ ଦ୍ଵନ୍ଦରେ ପଡିବେ । ଆର୍ଥିକ ଦିଗରୁ ସୁବିଧା ହେଲେ ମଧ୍ୟ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ୍ୱ ଦେଖାଦେବ । ରାଜନୀତିରେ ମନୋକାମନା ପୂରା ହେବ । ମହିଳାମାନଙ୍କ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ମାନସିକସ୍ଥିତି ଭଲ ରହିବ । ବିଦ୍ୟାରେ ପ୍ରଶଂସା ପାଇବେ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଶାରଳା ।

ଧନୁ: ସାରାଦିନ ଖୁସି ମନରେ ରହିବେ । ତରବରିଆ ଭାବରେ କୌଣସି କାମ ନ କରି ପ୍ରତ୍ୟେକ ପରିସ୍ଥିକୁ ଆଖି ଆଗରେ ରଖି କାମ କରିବା ଭଲ ହେବ । ନୂତନ ପ୍ରସ୍ତାବ ଦେଇ ବନ୍ଧୁ ଗହଣରେ ଚର୍ଚ୍ଚିତ ହୋଇପାରନ୍ତି । ସ୍ଥଗିତ ଥିବା କାମ ପୂରା ହେବ । ନୂଆ ସ୍ରୋତରୁ ଧନଲାଭ ହୋଇପାରେ । ପୂର୍ବରୁ ଭଲ ସମ୍ପର୍କ ଥିବା ବ୍ୟକ୍ତିମାନେ ଆପଣଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରିପାରନ୍ତି । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ବାଧ୍ୟ ହେବେ । ରାଜନୀତି କ୍ଷେତ୍ରରେ ପ୍ରସିଦ୍ଧି ବଢ଼ିବ । ପାରିବାରିକ ଜୀବନ ସୁଖମୟ ହେବ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ସୂର୍ଯ୍ୟଦେବ ।

ମକର: ଆଜି ଆପଣ ଖୁବ୍‌ ମଜା କରିବେ ଓ ଖୁସି ରହିବେ । ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ । ଶୁଭ ସମାଚାର ପାଇ ଖୁସି ହେବେ । ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପଦନ୍ନୋତି, ସ୍ଥାନପରିବର୍ତ୍ତନ, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ । ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବିବାଦୀୟ ପରିସ୍ଥିତି ସମାଧାନ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ ଓ ଦାମ୍ପତ୍ୟ ସୁଖପ୍ରାପ୍ତି ହେବ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ବଢ଼ିଆ ରହିବ । ଶୁଭରଙ୍ଗ: ଚନ୍ଦନ ରଙ୍ଗ । ଆରାଧନା: ମାଆ ତାରାତାରିଣୀ ।

କୁମ୍ଭ: ଦିନଟି ଆପଣଙ୍କ ଲାଗି ନୂଆ ସମ୍ଭାର ନେଇ ଆସିବ । ବ୍ୟବସାୟ ସମ୍ବନ୍ଧରେ ଭଲ ଖବର ପାଇବେ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ । ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଦୂରଯାତ୍ରାର ସୁଯୋଗ ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ଆୟ ଉପାର୍ଜନର ବୃଦ୍ଧି ହେବ । ବାଦ-ବିବାଦ,ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସନ୍ତାନଙ୍କ ପକ୍ଷରୁ ଆପଣଙ୍କୁ ଖୁସି ମିଳିବ । ପରିବାର ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଠାକୁରାଣୀ ।

ମୀନ: ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ମହିଳାମାନଙ୍କର ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ ଓ ଆଶାତୀତ ଲାଭ ପାଇବେ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ସଫଳତା ପାଇବେ । ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ସୃଷ୍ଟି ହେବ । ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ । ବନ୍ଧୁଙ୍କ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ପାରିବାରିକ ପରିସ୍ଥିତି ଠିକ୍ ରହିବନାହିଁ । ସନ୍ତାନ ସନ୍ତତି ପୀଡ଼ିତ ହେବାରୁ ମାନସିକ ଚିନ୍ତା ବୃଦ୍ଧି ପାଇବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ପାର୍ବତୀ ।