03 ଜୁନ୍ 2019, ସୋମବାର – ସାବିତ୍ରୀ ଅମବାସ୍ୟାରେ ହେବାକୁ ଯାଉଛି ଦୁର୍ଲଭ ସଂଯୋଗ ୫ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଭାଗ୍ୟ ଚମକି ଉଠିବ !

Spread the love

03 ଜୁନ୍ 2019, ସୋମବାର – ୧୪୯ ବର୍ଷ ପରେ ସାବିତ୍ରୀ ଅମବାସ୍ୟାରେ ହେବାକୁ ଯାଉଛି ଦୁର୍ଲଭ ସଂଯୋଗ ୫ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଭାଗ୍ୟ ଚମକି ଉଠିବ !

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ଭୂମିକା ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ମେଷ ରାଶିରେ ଶୁକ୍ର ଓ ଦ୍ୱିତୀୟରେ ଚନ୍ଦ୍ର ହେତୁ ମାନସିକ ସ୍ଥିତି ବହୁତ ଭଲ ରହିବ । ଠିକ୍‌ ସମୟରେ ଉଚିତ ନିଷ୍ପତ୍ତି ନେବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ଆଜି ଆପଣ ପ୍ରତ୍ୟେକ କାମକୁ ସଫଳତାର ସହ ସମ୍ପନ୍ନ କରିବାରେ ସମର୍ଥ ହେବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଶିଳ୍ପ,ବାଣିଜ୍ୟ,ବ୍ୟବସାୟ ଓ ପରିବହନ, କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ଲାଭବାନ୍‌ ହେବେ । ସରକାରୀ ନେଣଦେଣରେ ଆପଣଙ୍କୁ ଲାଭ ମିଳିବ । ନୂଆ ଚାକିରି ମିଳିବାର ଯୋଗ ରହିଛି । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଘରୋଇ ଜୀବନରେ ପ୍ରେମପୂର୍ଣ୍ଣ ବାତାବରଣ ରହିବ । ବନ୍ଧୁମାନଙ୍କ ନିମନ୍ତ୍ରଣ କ୍ରମେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହୋଇପାରନ୍ତି । ମହିଳାମାନେ ଅଫିସ୍ ଓ ଘରେ ନିଜ କାର୍ଯ୍ୟ ପାଇଁ ପ୍ରଶଂସିତ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ବୃଷ: ଆପଣଙ୍କର ମନ ଯେଉଁ ଭଳି ଉଚ୍ଚ ଆଶା ରହିଛି ସେହି ଅନୁସାରେ କାର୍ଯ୍ୟରେ ମଧ୍ୟ ସଫଳତା ପାଇବେ । ଏହି କାରଣରୁ ଦିନଟି ହସଖୁସିରେ ଅତିବାହିତ ହେବ । ପ୍ରତ୍ୟେକ ସମସ୍ୟାକୁ ପ୍ରତିହତ କରି କର୍ମକ୍ଷେତ୍ରରେ ହାତକୁ ନେଇଥିବା କାମଗୁଡ଼ିକ ଠିକ୍‌ ଭାବରେ ସମ୍ପନ୍ନ କରି ପାରିବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ବ୍ୟବସାୟ, ପରିବହନ, ବାଣିଜ୍ୟ, କଳା, ସାହିତ୍ୟ, ଚଳଚ୍ଚିତ୍ର, ସଭାସମିତି, ସାମ୍ବାଦିକତା,ଏଜେନଶିପ୍‌ରୁ ପ୍ରଶଂସିତ ହେବେ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ପ୍ରଭୁ ହନୁମାନ ।

ମିଥୁନ: ଆପଣ ଚୁପଚାପ ରହି ନିଜ କାର୍ଯ୍ୟରେ ଧ୍ୟାନ କେନ୍ଦ୍ରୀଭୂତ କରନ୍ତୁ; ବିଳମ୍ବ ହେଲେ ବି ସବୁ ଠିକ୍‌ ହୋଇଯିବ । କେତେକ ଗ୍ରହ ପ୍ରଭାବରେ ମନ ଓ କାମ ସମସ୍ୟା ବହୁଳ ରହିଲେ ମଧ୍ୟ କୌଣସି କ୍ଷେତ୍ରରେ ପଛଘୁଞ୍ଚା ହେବେ ନାହିଁ । ବୁଝାମଣା ଅଭାବରୁ କର୍ମକ୍ଷେତ୍ରରେ ବିବଦମାନ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି । ଅର୍ଥ ଉପାର୍ଜନ ପାଇଁ ନୂତନ ରାସ୍ତା ଖୋଜିବେ, ଏଥି ସକାଶେ ବନ୍ଧୁଙ୍କ ସହ ବିଚାରବିମର୍ଚ କରିବେ । ଋଣମୁକ୍ତି ହେବା ପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ଅସଫଳତାର କାରଣ ଖୋଜିବାକୁ ଯାଇ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନ ସାମୟିକ ଖୁସି ରହିବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଦୁର୍ଗା ।

କର୍କଟ: ସମୟ ଆପଣଙ୍କ ପାଇଁ ଅନୁକୂଳ ରହିବ । ଏକାଦଶ ସ୍ଥାନରେ ରବି ଓ ଚନ୍ଦ୍ରଙ୍କ ସ୍ଥିତି କାରଣରୁ ଆଜି ହଠାତ୍‌ କୌଣସି ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ । ଆପଣଙ୍କ ପ୍ରତିଭାରୁ ଅନ୍ୟମାନଙ୍କୁ ପ୍ରେରଣା ମିଳିବ । ବ୍ୟବସାୟ, ଆଲୋଚନା କ୍ଷେତ୍ରରେ ସଫଳତାର ଶୀର୍ଷରେ ଉପନୀତ ହେବେ । ବ୍ୟବସାୟୀ ମାନଙ୍କର କାରବାର ବୃଦ୍ଧି ହେବ । ଚାକିରୀ ଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ । କଚେରି ମାମଲା, ଘରୋଇ କଳହ କ୍ଷେତ୍ରରେ ଟେନସନ୍‌ ଦୂର ହେବ । ଚେଷ୍ଟା କରୁଥିବା କାମରୁ ସୁଫଳ ପାଇବେ ଓ ସାମାଜିକ ସ୍ତରରେ ସମ୍ମାନିତ ହୋଇପାରନ୍ତି । ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ମହିଳାମାନେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ସିଂହ: ଆର୍ଥିକ ଉର୍ନ୍ନତି ଦୃଷ୍ଟି କୋଣରୁ ଦିନଟି ଆପଣଙ୍କ ପାଇଁ ବେଶ ଭଲ କିନ୍ତୁ ଆଜି ବିଶେଷ କରି ଅତ୍ୟଧିକ ମାତ୍ରାରେ ବ୍ୟୟ ବହୁଳ ହେବ । ଆକସ୍ମିକ ଭାବରେ ବାହାରକୁ ଯାତ୍ରା କରିବାକୁ ବାଧ୍ୟ ହୋଇପାରନ୍ତି । ମନ ବିଚଳିତ ରହିବା କାରଣରୁ କେତେକ କ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ଅସମର୍ଥ ହେବେ । କର୍ମ କ୍ଷେତ୍ରରେ ଉଚ୍ଚଧିକାରୀ ଆପଣଙ୍କ ଉପରେ ରୁଷ୍ଟ ହୋଇପାରନ୍ତି । ବିରୋଧୀ ଆପଣଙ୍କ ଅପମାନିତ କରିବାକୁ ଚେଷ୍ଟା କରିବେ । ବ୍ୟବସାୟୀରେ ଆୟ ବ୍ୟୟ ପ୍ରାୟ ସମାନ ରହିବା । ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ଶୁଭରଙ୍ଗ: ଧଳା । ଆରାଧନା: ରାମଚଣ୍ଡୀ ।

କନ୍ୟା: ଭଗବାନଙ୍କ ଉପରେ ବିଶ୍ବାସ ରଖନ୍ତୁ, ଦିନଟି ମଙ୍ଗଳମୟ ହେବ । କର୍ମାଧିପ ପାପଗ୍ରହ ଯୁକ୍ତ ହେତୁ ସମସ୍ୟା ମଧ୍ୟରେ ଦୈହିକ ଅସୁସ୍ଥତା କର୍ମକ୍ଷେତ୍ରକୁ ପ୍ରଭାବିତ କରିବ । ବହୁତ ଦିନରୁ ଲାଗି ରହିଥିବା ଘରୋଇ ସମାସ୍ୟାର ସମାଧାନ ସକାଶେ ଜଣେ ଆତ୍ମୀୟ ସାହାଯ୍ୟ କରିପାରନ୍ତି । ପୈତୃକ ସମ୍ପତ୍ତି ପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ । ଆମଦାନି ପାଇଁ ନୂଆ ରଣନୀତି ପ୍ରସ୍ତୁତ କରିବେ । ଅଫିସରେ ଆପଣଙ୍କର ସ୍ଥିତି ମଜଭୁତ ହେବ । କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ-ବ୍ୟବହାର କରିବା କାଠିକର ପାଠ ହୋଇପାରେ । ପ୍ରେମରେ ସଫଳତା ପାଇବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ତାରିଣୀ ।

ତୁଳା: ଭାଗ୍ୟର ସହଯୋଗରେ ଆଗକୁ ବଢି ଚାଲିବେ ବିନା ଦ୍ଵିଧାରେ । ଶୁକ୍ରଙ୍କ ଶୁଭଦୃଷ୍ଟି ଆଜି ଆପଣଙ୍କ ସୁଖ, ସନ୍ତୋଷର ପୃଷ୍ଠଭୂମି ପାଲଟିଯିବ । କିନ୍ତୁ ବିଶାଖା ନକ୍ଷତ୍ରର କିଛି ଅସୁବିଧା ନ ଥିଲେ ମଧ୍ୟ କର୍ମକ୍ଷେତ୍ରରେ କିଛି ନା କିଛି କାରଣକୁ ନେଇ ଟେନ୍ସନ ଲାଗି ରହିବ । ବ୍ୟବସାୟ କ୍ଷେତ୍ରରେ ଧ୍ୟାନମଗ୍ନ ରହି ନିଜର ପ୍ରତିଷ୍ଠା ବୃଦ୍ଧି କରିବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖିବ, ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ । ଚାକିରିଆଙ୍କର ଉନ୍ନତି ହେବ । ସ୍ବାସ୍ଥ୍ୟ ସମସ୍ୟାରେ ଉନ୍ନତି ପରିଲକ୍ଷିତ ହୋଇପାରେ । ଯୁକ୍ତିତର୍କ ଜନିତ ପାରିବାରିକ କ୍ଷେତ୍ରରେ ନିଜର ନିଷ୍ପତିକୁ ହଠାତ୍‌ ବଦଳାଇ ଦେଇ ପାରନ୍ତି । ବନ୍ଧୁ ଓ ଭାଇଙ୍କ ସହଯୋଗ ପାଇବେ । ଜମି ବାଡ଼ି କିଣିବେ । ମହିଳାମାନେ କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ସମଲେଶ୍ୱରୀ ।

ବିଛା: ଅସଫଳତା କାରଣରୁ ମନରେ ଅଶାନ୍ତି ରହିଥିଲେ ମଧ୍ୟ ସାଧାରଣ କଥାରେ ରାଗି ପରିସ୍ଥିତିକୁ ସରଗରମ କରିପାରନ୍ତି । ବ୍ୟବସାୟରେ ମାଧ୍ୟମ ଧାରଣ ରହିବ । ସମାଜ ସେବାରେ ନିଜକୁ ନିୟୋଜିତ କରିବେ । ଅଫିସରେ ଲାଗି ରହିଥିବା ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରିବେ । ବାଦବିବାଦ, ମାଲି ମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ମନ ଉଣାହେବ । ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନୀ ଘଟିପାରେ । ସଙ୍ଗଠନ, ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । ମହିଳାମାନେ ରାଜନୀତିରେ କୂଟନୀତିର ଶୀକାର ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ଧନୁ: ଏକାଗ୍ରତାର ସହିତ କାମ କରନ୍ତୁ; ସଫଳତାର ପାହାଚ ଚଢ଼ିବେ । ଦୈହିକ ଓ ମାନସିକ ସ୍ଥିତି ଭଲ ନ ଥିଲେ ମଧ୍ୟ ବନ୍ଧୁଙ୍କ ଆଶ୍ୱାସନାରୁ କିଛିଟା ସାନ୍ତ୍ଵନା ମିଳିପାରେ । ପାରିବାରିକ ସମସ୍ୟା ଲାଗି ରହିଥିଲେ ମଧ୍ୟ ବନ୍ଧୁଙ୍କ ଅନୁରୋଧ ରକ୍ଷା କରି ତାହାଙ୍କ ସଙ୍ଗରେ ଯିବାକୁ ବାଧ୍ୟ ହେବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପରୋକ୍ଷ ଶତ୍ରୁତା କାରଣରୁ ହାତକୁ ନେଇଥିବା କାମଟିକୁ ସମ୍ପନ୍ନ କରି ପାରିବେ ନାହିଁ । ନିର୍ମାଣ କାର୍ଯ୍ୟ ସମ୍ପନ୍ନ ହେବ । ପ୍ରିୟତମଙ୍କ ଠାରୁ ଖୁବ୍‌ ପ୍ରେମ ପାଇବେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ବାବା କପିଳାସ ।

ମକର: ଆଜିର ଗ୍ରହସ୍ଥିତି କାରଣରୁ ଦିନଟି ସାମଗ୍ରୀକ ଦୃଷ୍ଟିକୋଣରୁ ପ୍ରାୟତଃ ହସ ଖୁସିରେ କାଟିବ । ଯେଉଁ କାମଟିକୁ ଆରମ୍ଭ କରିବେ ତାହା ନିଶ୍ଚିତ ଭାବରେ ସଫଳତାର ଶୀର୍ଷକୁ ଛୁଇଁବାର ସମ୍ଭାବନା ରହିଛି । ମାତାପିତାଙ୍କ ସହଯୋଗରେ ଆପଣଙ୍କ କାରବାର ବୃଦ୍ଧି ହେବ । ଚାକିରି ତଲାସରେ ଥିବା ବ୍ୟକ୍ତି ଶୁଭ ଖବର ପାଇବେ । ଯୁବକ ଯୁବତୀ ମାନେ ବିଦେଶ ଯାତ୍ରାରେ ଲାଭବାନ ହେବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କାହା ପାଖରେ ବହୁତ ଦିନରୁ ରହିଯାଇଥିବା ବାକି ଟଙ୍କା ଆଜି ଅପରାହ୍ନରେ ପାଇବେ । ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡର ରୋଗରେ କଷ୍ଟ ପାଇପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଲକ୍ଷ୍ମୀ ।

କୁମ୍ଭ: ମନ କଥା ମନରେ ହିଁ ରଖନ୍ତୁ; ସଫଳତା ନିଶ୍ଚୟ ପାଇବେ । ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ଓ ସହଯୋଗ ଫଳରେ ଆପଣଙ୍କର କୌଣସି କାମ ଅଟକି ରହିବ ନାହିଁ । ଜୀବନସାଥୀଙ୍କ ଖୁସି ଉପରେ ଆପଣଙ୍କୁ ଧ୍ୟାନ ଦେବାକୁ ହେବ । ଅଫିସ କାମରେ ସହର ବାହାରକୁ ଯାଇପାରନ୍ତି । ପ୍ରଶାସନିକ, ରାଜନୈତିକ ଓ ସାମାଜିକ ସ୍ତରରେ ନିଜର ପତିଆରା ବୃଦ୍ଧି ପାଇବାର ଆଶା ରହିଛି । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲା ବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ । ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବ । ମହିଳାମାନେ ଯେତେ କଷ୍ଟ କଲେ ମଧ୍ୟ ଭଲ ଫଳ ପାଇବେ ନାହିଁ । ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ମଙ୍ଗଳା ।

ମୀନ: ଆପଣଙ୍କ ପାଇଁ ଉନ୍ନତିର ପଥ ଖୋଲା ରହିଛି । ଆଜିର ପୂଜାପାର୍ବଣ, ଆନୁଷ୍ଠାନିକ କାମ କିମ୍ବା ସଭାସମିତିରେ ବନ୍ଧୁମାନଙ୍କ ଦ୍ୱାରା ଆଦରଣୀୟ ରହିବେ । ବହୁତ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ଏକ ଭିନ୍ନ ପରିବେଶରେ ପୁଣି ଯୋଡି ହୋଇଯିବ । ରାଜନୈତିକ ପ୍ରଭାବ ବୃଦ୍ଧି ହେବ । ଆର୍ଥିକ ରୂପେ ଆଜି ଭଲ ଫଳାଫଳ ମିଳିବ । ବ୍ୟବସାୟରେ ଧନଲାଭ କରିବାର ସୁଯୋଗ ପାଇବେ । ଜମିଜମା କାରବାର, କଳ, କାରଖାନା, ହୋଟେଲ ପ୍ରଭୃତିରୁ ବିଶେଷ ଲାଭବାନ୍‌ ହେବେ । ମହିଳାମାନଙ୍କର ମାନସିକ ସ୍ଥିରତା ଦେଖାଦେବ ଓ ବଢ଼ିଆ ଚାକିରିର ପ୍ରସ୍ତାବ ମିଳିବ । ଭ୍ରମଣ ହେତୁକ ଅବସାଦ ଦେଖା ଦେଇପାରେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଲକ୍ଷ୍ମୀ ।