05 ମଇ 2019 ରବିବାର – ସୂର୍ଯ୍ୟଦେବଙ୍କ କୃପାଙ୍କ କୃପାରୁ ୮ଟି ରାଶିର ଭାଗ୍ୟ ଚାମିକି ଉଠିବ, ସମସ୍ତ ଦୁଃଖ କଷ୍ଟ ଦୂର ହେବ ଓ ପୂର୍ଣ୍ଣ

Spread the love

05 ମଇ 2019 ରବିବାର – ସୂର୍ଯ୍ୟଦେବଙ୍କ କୃପାଙ୍କ କୃପାରୁ ୮ଟି ରାଶିର ଭାଗ୍ୟ ଚାମିକି ଉଠିବ, ସମସ୍ତ ଦୁଃଖ କଷ୍ଟ ଦୂର ହେବ ଓ ପୂର୍ଣ୍ଣ ହେବ ନିଜ ଅଭିଳାଷ….

ପ୍ରତ୍ୟେକ ମନୁଷ୍ୟ ପାଇଁ ରାଷିଫଳାର ମହତ୍ୱ ରହିଛି ଆଜି ଆମେ ଆପଣଙ୍କୁ 05 ମଇ 2019 ରବିବାର ଦିନର ରାଶିଫଳ ବିସ୍ତୃତ ଭାବରେ କହିବା ପାଇଁ ଯାଉଛୁ । ରାଶିଫଳ ଅନୁସାରେ ବ୍ୟକ୍ତିର ସ୍ଵଭାଵ ଓ ଭବିଷ୍ୟତ ବିଷୟରେ ଜାଣିବାକୁ ମିଳିଥାଏ । କାରଣ ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଜୀବନରେ କଣ କଣ ପରିବର୍ତ୍ତନ ଘଟିବ ଜାଣିବା ।

ମେଷ: ବନ୍ଧୁ ଓ ଜୀବନସାଥୀ ଉଭୟଙ୍କ ସହଯୋଗ ପାଇବେ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ବିଭିନ୍ନ ପ୍ରକାର ପରିସ୍ଥିତିର ମୁକାବିଲା କରିବା‌ରେ ସକ୍ଷମ ହେବେ । ସହକର୍ମୀମାନଙ୍କ ସହ ହସଖୁସିରେ ଦିନଟି ଅବସାନ ଘଟିବ । ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ସୁଖ ସମ୍ପଦ ପ୍ରାପ୍ତି ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ଜୀବନସାଥୀଙ୍କ ଠାରୁ କିଛି ଉପହାର ମିଳିପାରେ । ମହିଳାମାନେ ବ୍ରତ, ଉପାସନାରେ ବ୍ରତୀ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ବୃଷ :- ଦେବୀମାତାଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରନ୍ତୁ, ସମ୍ଭାବ୍ୟ ସଙ୍କଟ ଦୂର ହେବ । ପାରିବାରିକ ସମସ୍ୟାରୁ ଶାନ୍ତି ପାଇବେ । ଯେତେ ସମସ୍ୟା ଥିଲେ ମଧ୍ୟ କାମରୁ ଅବହେଳା କରିବେ ନାହିଁ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ । ଯେତେ ମିଠା କଥା କହିବେ ସେତେ ଲାଭ ପାଇବେ । ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ । ଆକସ୍ମିକ ଦୁର୍ଘଟଣା ହେବାର ସମାଧାନ ରହିଛି, ସାବଧାନତା ଅବଲମ୍ବନ କରନ୍ତୁ । ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ । ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ । ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହିବେ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଦୁର୍ଗା ।

ମିଥୁନ: ବିଶେଷ କାର୍ଯ୍ୟ ପୂରା କରିବାରେ ଟିକେ ବିଳମ୍ବ ହୋଇପାରେ। ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଅଫିସରେ ଗୁରୁତ୍ବ ପୂର୍ଣ୍ଣ ଫଇସଲା ନେଇ ପାରନ୍ତି । ରାଜନୀତିରେ ପ୍ରଶଂସିତ ହେବେ । ଘରୋଇ ଜିନିଷ କିଣିବାରେ ପଇସା ଅଧିକ ଖର୍ଚ୍ଚ ହେବ । ବିବାହିତାଙ୍କୁ ପାରିବାରିକ ଖୁସି ମିଳିବ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ମହିଳାମାନେ ବ୍ୟବସାୟରେ ପ୍ରଚୁର ଲାଭ କରିବେ ଓ ରାଜନୀତିରେ କୃତକାର୍ଯ୍ୟ ହେବେ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ସମଲେଶ୍ୱରୀ ।

କର୍କଟ: ନୂଆ କାମଧନ୍ଦା ସମ୍ବନ୍ଧରେ ବିଚାର କରିବା ଲାଗି ଦିନଟି ଭଲ । କିଛି ଲୋକଙ୍କ ସହଯୋଗରେ କାମ ପୂରା ହେବ । ମିତ୍ରମାନଙ୍କ ସହିତ ବୁଲିବାକୁ, ଖାଇବା ପିଇବା ଏବଂ ମନୋରଞ୍ଜନରେ ଦିନ ବିତିବ । ଭାଗିଦାରୀ ସହିତ ସମ୍ବନ୍ଧ ଭଲ ରହିବ ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କୁ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ । ସାମାଜିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବୈବାହିକ ଜୀବନରେ ମଧୁରତା ଆସିବ । ବିଦ୍ୟାର୍ଥୀମାନେ ନିଜ ପରିଯୋଜନାରେ ଅଧିକ ପରିଶ୍ରମ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ସିଂହ:ଆଜି କିଛି ନୂଆ କରିବାକୁ ଚେଷ୍ଟା କରିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବ୍ୟବ୍ୟବସାୟରେ ସଫଳତା ଅର୍ଜନ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କାର୍ଯ୍ୟ କ୍ଷେତ୍ରରେ ଅଧିକାରୀବର୍ଗ ଆପଣଙ୍କ ପକ୍ଷରେ ରହିବେ ।ରାଜନୀତିରେ ସାକ୍ଷାତ ଆଲୋଚନା ଭଲ ରହିବ । ପରିବାର ମଧ୍ୟରେ ଆନନ୍ଦ ଉଲ୍ଲାସ ଦେଖାଦେବ । ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ । ମହିଳାମାନଙ୍କର ଚାକିରୀକ୍ଷେତ୍ରରେ ପରିବର୍ତ୍ତନ ହେବାର ସମ୍ଭାବନା । ଆରାଧନା: ମାଆ ଦୁର୍ଗା ।

କନ୍ୟା: ଆଜି ଆପଣଙ୍କ ମନ ଶାନ୍ତ ରହିବ । ନିଃସ୍ବାର୍ଥ ଭାବରେ ସମାଜ ସେବାରେ ନିଜକୁ ସାମିଲ କରିବେ । ଅଫିସରେ କୌଣସି କାମକୁ ନେଇ ଚିନ୍ତିତ ରହିପାରନ୍ତି । ବ୍ୟବସାୟରେ ଆୟ ବ୍ୟୟ ପ୍ରାୟତଃ ସମାନ ରହିବ । ଯୁବକଙ୍କୁ ବଢ଼ିଆ ଚାକିରି ମିଳିବାର ସମ୍ଭାବନା । ଘରର ବାତାବରଣରେ ସୁଖ-ଶାନ୍ତି ରହିବ । ରାଜନୀତିକ୍ଷେତ୍ରରେ ଥିବା ଲୋକମାନେ ଆଶା ଜନକ ଫଳପ୍ରାପ୍ତି କରିପାରିବେ ନାହିଁ । ପ୍ରେମରେ ସଫଳତା ମିଳିବ । ବିଦ୍ୟାର୍ଥୀମାନେ ନିଜ ପାଠପଢ଼ାରେ ଧ୍ୟାନମଗ୍ନ ରହିବ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ । ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଗାୟତ୍ରୀ ।

ତୁଳା :- ଆଜିର ଦିନଟି ଆପଣଙ୍କ ଜୀବନରେ ଖୁସିର ବର୍ଷା ହେବ । ପ୍ରିୟ ବନ୍ଧୁଜନଙ୍କ ସହିତ ଦିନର ଅଧିକାଂଶ ସମୟ ବିତେଇବେ । କ୍ୟାରିୟରକୁ ନେଇ କୌଣସି ବଡ଼ ଫଇସଲା ନେଇ ପାରନ୍ତି । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । କୋର୍ଟକଚେରୀ ମାଲିମକଦ୍ଦମାରେ ଶୁଭ ଖବର ପାଇବେ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳୀଜାଈ ।

ବିଛା: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଉତ୍ତମ ଅଟେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ବ୍ୟବସାୟରେ ଅଧିକ ଲାଭବାନ ରହିବ । ଚାକିରିରେ ଦାୟିତ୍ବ ବୃଦ୍ଧି ହେବ।, ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ । ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ । ପରିବାରରେ ବଡ଼ଙ୍କ ଠାରୁ ସହଯୋଗ ପାଇବେ । ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି । ପରିବାରରେ ଲାଗି ରହିଥିବା ବିବାଦ ଦୂର ହେବ । ମହିଳାମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ବନ୍ଧୁବିରୋଧ, ପ୍ରତିବେଶୀଙ୍କ ସହ କଳହ ସୃଷ୍ଟି ହୋଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସମଲେଶ୍ୱରୀ ।

ଧନୁ :- ମାନସିକ ଦୃଷ୍ଟିରୁ ଆପଣ ଅଶାନ୍ତି ମୁକ୍ତ ରହିବେ । ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ଯିବାକୁ ଥିବା ଯାତ୍ରା ଆପଣଙ୍କ ପାଇଁ ଲାଭପ୍ରଦ ହେବ । ଅଫିସରେ ଆପଣଙ୍କ ପରାମର୍ଶକୁ ସମସ୍ତେ ସମ୍ମାନ ଦେବେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ । ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ଅନ୍ୟମନସ୍କ ରହିବେ । ପିଲାମାନଙ୍କ ପାଠପଢା ଓ ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ । କେତେକ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

ମକର: ଦିନଟି ସକାରାତ୍ମକ ଭରା ରହିବ । ବ୍ୟବସାୟରେ କୌଣସି ସହଯୋଗୀଙ୍କ ସହଯୋଗ ପ୍ରାପ୍ତ ହେବ । ଉତ୍ତମ ରୋଜଗାର କରିପାରିବେ । ଆର୍ଥିକ ମାମଲାକୁ ନେଇ ଯାତ୍ରା ସଫଳ ହେବ । ରାଜନୀତିରେ ଥିବା ବ୍ୟକ୍ତିଙ୍କୁ ବଡ଼ ପଦ ମିଳିପାରେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ । ଜୀବନସାଥୀଙ୍କ ସହିତ ବାହାରକୁ ବୁଲି ଯାଇପାରନ୍ତି । ପ୍ରେମରେ ସଫଳତା ମିଳିବ । ଶିକ୍ଷା ସମ୍ବନ୍ଧୀୟ ସବୁ ମାମଲା ପୂରା ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

କୁମ୍ଭ: କୌଣସି ବି କାମ କରିବା ସମୟରେ ମନ ଶାନ୍ତ ରଖନ୍ତୁ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ ସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ । ବ୍ୟବସାୟରେ ବଡ଼ ଫଇସଲା ନେବାକୁ ପଡ଼ିପାରେ । କାହାରି ସହିତ କଥା ହେବା ବେଳେ ଭାବିଚିନ୍ତି କଥା ହୁଅନ୍ତୁ । ଅଫିସ ବିବାଦରୁ ଦୂରେଇ ରହନ୍ତୁ । ଭାବିଚିନ୍ତି ଖର୍ଚ୍ଚ କରନ୍ତୁ । ମହିଳାମାନଙ୍କର କର୍ମକ୍ଷେତ୍ରରେ ଓ ଘରେ ବେଶ ପ୍ରସଂଶିତ ହେବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

ମୀନ: ଆପଣଙ୍କ ଜୀବନରେ ଖୁସିର ବର୍ଷା ହେବ । ପ୍ରିୟ ବନ୍ଧୁଙ୍କ ସହିତ ସମୟ ଭଲରେ କଟିବ । ଆପଣଙ୍କୁ ପରିଶ୍ରମର ଫଳ ନିଶ୍ଚୟ ମିଳିବ । ଚାକିରିରେ ସିଦ୍ଧି ଏବଂ ସଫଳତା ମିଳିବ । ରାଜନୀତିକ କାର୍ଯ୍ୟରେ ରୁଚି ବଢ଼ିବ । ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ । ସୁଖଦାୟକ ଘଟଣା ଘଟିବ । କାର୍ଯ୍ୟରେ ଯଶ ଏବଂ ସଫଳତା ମିଳିବ । ସ୍ଵାସ୍ଥ୍ୟ ଭଲ ରହିବ । ବିଦ୍ୟାର୍ଥୀଙ୍କୁ କ୍ୟାରିୟର ସମ୍ବନ୍ଧରେ ଶୁଭ ଖବର ମିଳିବ। ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।