06 ମଇ 2019, ସୋମବାର –7ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଜୀବନରେ ଆସିବା ନୂଆ ପରିବର୍ତ୍ତନ ଓ ବ୍ୟବସାୟ କର୍ମକ୍ଷେତ୍ରରେ ହେବ ସକାରାତ୍ମକ ବିଜୟ….

Spread the love

06 ମଇ 2019, ସୋମବାର –7ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଜୀବନରେ ଆସିବା ନୂଆ ପରିବର୍ତ୍ତନ ଓ ବ୍ୟବସାୟ କର୍ମକ୍ଷେତ୍ରରେ ହେବ ସକାରାତ୍ମକ ବିଜୟ….

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ଭୂମିକା ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନହେବ । ସାକ୍ଷାତକାର ପାଇଁ ଦୂରଯାତ୍ରା କରିବେ । ରାଜନୀତି କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭବାନ ହେବେ । ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ଋଣ ମିଳିଯିବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ବୃଷ: ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ । ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଶାରିରୀକ ଅସୁସ୍ଥତା ଦୂରହେବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ । ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ପ୍ରଭୁ ହନୁମାନ ।

ମିଥୁନ: ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ପ୍ରେମ ବ୍ୟାପାର ପାଇଁ ଦିନଟି ଭଲ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଦୁର୍ଗା ।

କର୍କଟ: ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପ୍ରତି ଯୋଗୀତା ପରୀକ୍ଷା, ସାକ୍ଷାତକାରରେ ବିଜୟୀ ହେବେ । ଦାମ୍ପତ୍ୟ କଳହ ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦରୁ ବଞ୍ଚିତ ହେବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । କଠିନ ପରିଶ୍ରମ କରିବା ଯୋଗୁଁ ଶାରୀରିକ ଅସୁସ୍ଥତା ଦେଖା ଦେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ସିଂହ: ପୁରାତନ ରୋଗର ଉପଶମ ହେବା ଫଳରେ ମନ ଶାନ୍ତ ରହିବ । ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ । ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ ଓ ଅନେକ ପ୍ରକାର ସୁବିଧା ସୁଯୋଗ ପାଇ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟି ପାରେ । ଶୁଭରଙ୍ଗ: ଧଳା । ଆରାଧନା: ରାମଚଣ୍ଡୀ ।

କନ୍ୟା: ମହିଳାମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିଣୀ ହୋଇ ପାରିବେ । ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠା ଖ୍ୟାତି ସହ ପ୍ରଶଂସିତ ହେବେ । ପାରିବାରିକ ସମସ୍ୟା ଗୁଡିକୁ ସୁଧାରି ନେବେ ଓ ଦାମ୍ପତ୍ୟ ଜୀବନ ଆନନ୍ଦରେ କଟିବ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ଋଣରୁ ମୁକ୍ତି ପାଇବାପାଇଂ ଯୋଜନା କରି ପାରନ୍ତି । ଶତ୍ରୁବାଧା ଦୂରେଇ ଯିବ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ପ୍ରେମରେ ସଫଳତା ପାଇବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ତାରିଣୀ ।

ତୁଳା: ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ପତି ପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ହରାଇଥିବା ଧନ ପ୍ରାପ୍ତି ହେବ । ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ । ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । ମହିଳାମାନେ କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ସମଲେଶ୍ୱରୀ ।

ବିଛା: ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ଯୋଜନା ସାଫଲ୍ୟ ଦାୟକ ହେବ । ରାଜନୀତି କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ । ସାଧାରଣ ଦିନଚର୍ଯ୍ୟ । ଅତୁଟ ରହିବ । ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ପ୍ରଶଂସା ପାଇବେ । ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସଫଳ ହେବେ । ମାନସିକଚାପ ବୃଦ୍ଧି ଓ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବାଦବିବାଦ, ମାଲି ମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ମନ ପ୍ରଫୁଲ୍ଲ ରହିବା । ମହିଳାମାନେ ରାଜନୀତିରେ କୂଟନୀତିର ଶୀକାର ହୋଇପାରନ୍ତି ଓ ପରିବାର ଏବଂ କର୍ମ କ୍ଷେତ୍ରରେ ଆଦରଣୀୟ ସ୍ଥାନ ଅଧିଷ୍ଟିତ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ଧନୁ: ମହିଳାମାନେ ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ । ରାଜନେତାମାନେ ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ । ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ ନାହିଁ । କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ସୁନା, ଚାନ୍ଦି, ବ୍ୟବସାୟରେ ଲାଭ ପାଇବେ । ବାଦ-ବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରିୟତମାଙ୍କ ଠାରୁ ଖୁବ୍‌ ପ୍ରେମ ପାଇବେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ବାବା କପିଳାସ ।

ମକର: ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ । ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ । ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ । ମହିଳାମାନେ ପରିଧାନ ଶୈଳୀ ପ୍ରତି ବିଶେଷ ଧ୍ୟାନ ଦେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଲକ୍ଷ୍ମୀ ।

କୁମ୍ଭ: ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ପରୀକ୍ଷା ରେ ଆଶା ମୁତାବକ ଫଳ ପାଇବେ । ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେବେ । ଦୀର୍ଘଦିନର ଆଶା ଆଜି ପୂରଣ ହେବ । ଉଚ୍ଚପଦବୀରେ ଅଧିଷ୍ଠିତହେବେ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସରଳ କରିବେ । ପରହାତରେ ଥିବା ଧନ ପ୍ରାପ୍ତି ହେବ । ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ ହେବ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲା ବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ । ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ମଙ୍ଗଳା ।

ମୀନ: ପୁରାତନ ରୋଗର ଉପଶମ ପାଇଁ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ । ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ସାଂସାରିକ ଜୀବନ ସୁଖମୟ ହେବ । ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ, ଷ୍ଟେସନାରୀ ଓ ସ୍ତ୍ରୀମାନଙ୍କର ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ଅଧିକଲାଭ କରିପାରିବେ । ମହିଳାମାନଙ୍କର ମାନସିକ ସ୍ଥିରତା ଦେଖାଦେବ ଓ ବଢ଼ିଆ ଚାକିରିର ପ୍ରସ୍ତାବ ମିଳିବ । ବାଦବିବାଦ,ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଲକ୍ଷ୍ମୀ ।