୦୭ ଅପ୍ରେଲ ୨୦୧୯ ରବିବାର – ଏହି ୬ଟି ରାଶି ଉପରେ ରହିବ ସୂର୍ଯ୍ୟଦେବଙ୍କ କୃପା, ଟଙ୍କା ପଇସା ସମ୍ବନ୍ଧିତ କାରବାରରେ ପୂର୍ଣ୍ଣ ସଫଳତା ପାଇବେ ….

Spread the love

୦୭ ଅପ୍ରେଲ ୨୦୧୯ ରବିବାର – ଏହି ୬ଟି ରାଶି ଉପରେ ରହିବ ସୂର୍ଯ୍ୟଦେବଙ୍କ କୃପା, ଟଙ୍କା ପଇସା ସମ୍ବନ୍ଧିତ କାରବାରରେ ପୂର୍ଣ୍ଣ ସଫଳତା ପାଇବେ ….

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । ଆପଣ ସକାରାତ୍ମକ ମନୋଭାବ ଅନୁଭବ କରିବେ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ । ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି । ବନ୍ଧୁ ମିତ୍ରମାନେ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ । ବୈବାହିକ ଜୀବନ ଆନନ୍ଦମୟ ହେବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ବୃଷ: ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ । ବ୍ୟବସାୟରେ କଥା ଠିକ୍‌ ଢଙ୍ଗରେ ରଖନ୍ତୁ; ଲାଭ ହେବ । ପାରିବାରିକ ସ˚ପତ୍ତି ବିବାଦ ଠାରୁ ଦୂରେଇ ରହନ୍ତୁ । ସ୍ବାସ୍ଥ୍ୟ ପ୍ରତି ସାବଧାନ ରହନ୍ତୁ । ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ ଓ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ମିଥୁନ: ବିଶେଷ କାର୍ଯ୍ୟ ପୂରା କରିବାରେ ଟିକେ ବିଳମ୍ବ ହୋଇପାରେ। ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଅଫିସରେ ଗୁରୁତ୍ବ ପୂର୍ଣ୍ଣ ଫଇସଲା ନେଇ ପାରନ୍ତି । ରାଜନୀତିରେ ପ୍ରଶଂସିତ ହେବେ । ଘରୋଇ ଜିନିଷ କିଣିବାରେ ପଇସା ଅଧିକ ଖର୍ଚ୍ଚ ହେବ । ବିବାହିତାଙ୍କୁ ପାରିବାରିକ ଖୁସି ମିଳିବ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ମହିଳାମାନେ ବ୍ୟବସାୟରେ ପ୍ରଚୁର ଲାଭ କରିବେ ଓ ରାଜନୀତିରେ କୃତକାର୍ଯ୍ୟ ହେବେ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ସମଲେଶ୍ୱରୀ ।

କର୍କଟ: ନିଜ ଉପରେ ବିଶ୍ୱାସ ରଖନ୍ତୁ । କେବଳ ନିଜ କାମରେ ମନଯୋଗ ଦିଅନ୍ତୁ, କାର୍ଯ୍ୟ ସହଜ ସରଳରେ ସମାଧାନ ହେବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ଛୋଟ ଛୋଟ କାମକୁ ବୁଝି ବିଚାରି ନ କଲେ ଦ୍ଵନ୍ଦରେ ପଡିବେ । ଅଫିସ ତରଫରୁ ବାହାରକୁ ଯିବାର ସୁଯୋଗ ମିଳିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ପାଇବେ । ଖର୍ଚ୍ଚ ବଢ଼ିବା ଯୋଗେ ପରିବାରରେ ଅସନ୍ତୋଷ ଦେଖାଦେବ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ । କର୍ମରେ ଅସ୍ଥିରତା ଆସିବ । ସାମୟିକ ଚିନ୍ତା ଦୂର ହେବ । ମହିଳାମାନେ ପିଲାଙ୍କସହ ଖୁସିରେ ରହିବେ । ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ତାରାତାରିଣୀ ।

ସିଂହ: ଦିନଟି ଆପଣଙ୍କ ପାଇଁ ବେଶ୍ ଭଲ ରହିବ । ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ । ବ୍ୟବସାୟରେ କମ୍ ପରିଶ୍ରମରେ କରି ଅଧିକ ଲାଭବାନ ହେବେ । କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ସହଯୋଗ ପ୍ରାପ୍ତି ହେବ । କର୍ତ୍ତୃପକ୍ଷ ଆପଣଙ୍କୁ ନୂଆ ଦାୟିତ୍ବ ଅର୍ପଣ କରିବେ ।ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦିରେ ଶୁଭଫଳ ପ୍ରାପ୍ତି ହେବ । ପ୍ରେମରେ ଆପଣଙ୍କୁ ସଫଳତା ମିଳିବ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ବିମଳା ।

କନ୍ୟା: ଦିନଟି ଆପଣଙ୍କ ପାଇଁ ଭଲ ରହିବ । ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ନଜରକୁ ଆସିବ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜ ସେବାରେ ସମୟ ଦେବେ । ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ଛାତ୍ରଛାତ୍ରୀମାନେ ପାଠପଢ଼ାରେ ଅବହେଳା କରିବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ତାରିଣୀ ।

ତୁଳା: ବ୍ୟବସାୟର ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ । ଚାକିରୀଜୀବିମାନେ ନିଜ କ୍ଷେତ୍ରରେ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ । ଜୀବନସାଥୀଙ୍କ ପୂରା ସହଯୋଗ ମିଳିବ । ମାଲିମୋକଦ୍ଦମା ମାମଲାରେ ରାୟ ଆପଣଙ୍କ ସପକ୍ଷରେ ଯିବ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆର୍ଥିକ ସ୍ଥିତି ମଜଭୁତ ହେବ । ପ୍ରେମ ବ୍ୟାପାର ପାଇଁ ଦିନଟି ଭଲ । ମହିଳାମାନେ ମାନେ ଅଧିକ ଲାଭ ପାଇ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ବିଦ୍ୟାର୍ଥୀମାନେ ସଂଘର୍ଷରତ ରହିବେ । ଶୁଭରଙ୍ଗ: ନୀଳ । ଆରାଧନା: ଶ୍ରୀ ଗଣେଶ ।

ବିଛା: ଦିନଟି ଆପଣଙ୍କ ପାଇଁ ଉତ୍ତମ ରହିବ । କ୍ୟାରିୟରରେ ଆଗକୁ ବଢ଼ିବା ଲାଗି ନୂଆ ପରିବର୍ତ୍ତନ କରିବେ । ଆର୍ଥିକ ସ୍ଥିତିରେ ସୁଧାର ନିଶ୍ଚୟ ହେବ । ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ । ମହିଳାମାନଙ୍କର ସ୍ୱଜନ ଓ ମିତ୍ରଙ୍କ ଠାରୁ ପୂର୍ଣ୍ଣ ସହଯୋଗ ମିଳିବ । ବ୍ୟବସାୟରେ ନୂଆ ଚୁକ୍ତି ହେବ । ରାଜନୀତି, କୃଷି, ବିଦ୍ୟା ଓ ଖେଳରେ ସଫଳ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ଘରକୁ ଅତିଥି ଆସିବେ । ସତର୍କ ନ ରହିଲେ ଶତ୍ରୁମାନେ କ୍ଷତି କରିବେ । ଶୁଭରଙ୍ଗ: ଧୂସର। ଆରାଧନା: ମାଆ ବିମଳା ।

ଧନୁ :- ମାନସିକ ଦୃଷ୍ଟିରୁ ଆପଣ ଅଶାନ୍ତି ମୁକ୍ତ ରହିବେ । ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ଯିବାକୁ ଥିବା ଯାତ୍ରା ଆପଣଙ୍କ ପାଇଁ ଲାଭପ୍ରଦ ହେବ । ଅଫିସରେ ଆପଣଙ୍କ ପରାମର୍ଶକୁ ସମସ୍ତେ ସମ୍ମାନ ଦେବେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ । ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ଅନ୍ୟମନସ୍କ ରହିବେ । ପିଲାମାନଙ୍କ ପାଠପଢା ଓ ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ । କେତେକ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

ମକର: ଦିନଟି ଆପଣଙ୍କ ଲାଗି ସକାରାତ୍ମକ ରହିବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ସାମାଜିକ ଉତ୍ସବରେ ସହଯୋଗ କରିବେ । ବ୍ୟବସାୟରେ ଉନ୍ନତି ଲାଗି ନୂଆ ରଣକୌଶଳ ପ୍ରସ୍ତୁତ କରିବେ । ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ମନର କଥା ମନରେ ରଖନ୍ତୁ; ସଫଳତା ପାଇବେ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଶୁଭରଙ୍ଗ: ବାଦାମୀ । ଆରାଧନା: ବାବା କପିଳାସ ।

କୁମ୍ଭ: ନିଜର ମନୋଭାବକୁ ନିୟନ୍ତ୍ରଣ ରଖନ୍ତୁ । ଆଜି କିଛି ନୂଆ ଶିକ୍ଷା ଲାଭ କରିବେ । ଧନୀ ବ୍ୟକ୍ତିଙ୍କ ସାହାଯ୍ୟ ପାଇବେ । ନୂଆ ବ୍ୟବସାୟ ପାଇଁ ଯୋଜନା କରିବେ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଅଫିସରେ ଆପଣଙ୍କର ସ୍ଥିତି ମଜଭୁତ ହେବ । ପରିବାରରେ କୌଣସି ବଡ଼ ଖୁସି ଆସିପାରେ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି ଗୁରୁଜନମାନଙ୍କ ଠାରୁ ଆର୍ଶିବାଦ ପାଇବେ । ବ୍ୟବସାୟରେ ପ୍ରସାର ପ୍ରଚାର ହେବ । ରାଜନୀତିରେ ସମସ୍ୟା ଦୂର ହେବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ବିରଜା ।

ମୀନ: ଦିନଟି ଖୁସି ଭରା ରହିବ । ସଫଳତାର ନୂଆ ପାହାଚରେ ପାଦ ରଖିବେ । ବ୍ୟବସାୟରେ ଦୁଃସ୍ଥିତିର ସମସ୍ୟା ହ୍ରାସ ପାଇବ । ଆର୍ଥିକ ଚିନ୍ତା ଦୂର ହେବ । ବିଭିନ୍ନ ଲୋକଙ୍କ ସହିତ ମିଶିବେ । ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।