08 ଜାନୁଆରୀ 2019, ମଙ୍ଗବାର, ଆଜିର ରାଶିଫଳ, ସମ୍ପୂର୍ଣ୍ଣ 12ଟି ରାଶିର ରାଶିଫଳ

Spread the love

ମେଷ :- ଆଜିର ଦିନଟି ଆପଣଙ୍କ ପାଇଁ ବେଶ ଉତ୍ତମ ରହିବ । ଆୟ ବୃଦ୍ଧିପାଇବ । କର୍ମକ୍ଷେତ୍ରରେ ଭଲବନ ରହିବ । ବିଭିନ୍ନ ପ୍ରକାର ସମସ୍ୟା ଦୂର ହୋଇ ଶାନ୍ତି ମିଳିବ । କର୍ମଜୀବିମାନେ ନିଜ କର୍ତ୍ତବ୍ୟକୁ ସୁଚାରୁ ରୂପେ ପରିଚାଳନା କରି ପ୍ରଶଂସା ପାଇବେ । ବ୍ୟବସାୟୀମାନେ ମଧ୍ୟ ନିଜର ସାଧୁତା ବଳରେ କର୍ମକ୍ଷେତ୍ରରେ ଲାଭବାନ ରହିବେ । ଯାତ୍ରା ମଙ୍ଗଳମୟ ଓ ସୁଖଦ ରହିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଉଚ୍ଚପଦ ମିଳିପାରେ । ମହିଳାମାନେ ସ୍ୱାସ୍ଥ୍ୟଜନିତ ପୀଡାର ଶିକାର ହୋଇପାରନ୍ତି । କୃଷିଜୀବିମାନେ କଠିନ ପରିଶ୍ରମ କରିବେ । ନିର୍ମାଣ କାର୍ଯ୍ୟ ପାଇଁ ଯୋଜନା କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିମଳା ।

ବୃଷ: ଆପଣଙ୍କ ନୂଆ ଊର୍ଜା ସହଯୋଗୀଙ୍କୁ ପ୍ରଭାବିତ କରିବ । ଭାବିଥିବା କାମ ବିନା ବାଧାବିଘ୍ନରେ ପୂରା ହେବ । ଖୋଜୁଥିବା ଜିନିଷ ସୁବିଧାରେ ପାଇବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ପ୍ରିୟଜନମାନଙ୍କୁ ପ୍ରିୟକଥା କହି ସମସ୍ୟାକୁ ଆୟତ କରିନେବେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତା ପ୍ରାପ୍ତ ହେବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ସୁସମ୍ବାଦ ପାଇବେ । ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କ ମନୋକାମନା ପୂରା ହେବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଅମ୍ବିକା ।

ମିଥୁନ: ଦିନଟି ସକାରାତ୍ମକ ଭରା ରହିବ । ଘରକୁ କୌଣସି ସଂପର୍କୀୟ ଶୁଭ ସମାଚାର ନେଇ ଆସିବେ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ଦୂରଯାତ୍ରାର ସୁଯୋଗ ପାଇବେ । କଳାତ୍ମକ ଦିଗରୁ ପ୍ରଶଂସିତ ହେବେ । ମହିଳାମାନେ ସଭାସମିତି, ରାଜନୀତିରେ ସମ୍ମାନିତା ହେବେ ଓ ଗୃହୋପକରଣ କ୍ରୟ କରିବେ । ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୈରାଶ୍ୟର ଅନ୍ଧକାର ମଧ୍ୟକୁ ଠେଲି ହୋଇଯିବେ । ଚାକିରୀଜୀବିମାନେ ନାନା ପ୍ରକାର ସଙ୍ଘର୍ଷ ମଧ୍ୟରେ ବାଟ ଚାଲିବେ । ରାଜନୀତିରେ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ବାବା ଆଖଣ୍ଡଳମଣି ।

କର୍କଟ: ଅଫିସରେ ଦିନଟି ପ୍ରସନ୍ନତାଭରା ରହିବ, କର୍ମର୍କ୍ଷେତ୍ରରେ ସହକର୍ମୀମାନେ ସହଯୋଗ କରବେ । ଦୂରଯାତ୍ରା, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସଫଳତା ମିଳିବ । ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଶୀକାର ହେବେ । ଭାବିଥିବା କାମ ପୂରା ହୋଇଯିବ । କୋର୍ଟ କଚେରୀ ମାମଲାରେ ବିଳମ୍ବ ହେବ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେଲେ ବି ବଡ଼ନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ । ସମାଜରେ ଆପଣଙ୍କୁ ମାନସମ୍ମାନ ମିଳିବ। କୋର୍ଟ କଚେରି ମାମଲା ଆପଣଙ୍କ ପକ୍ଷରେ ହୋଇପାରେ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ସମଲେଶ୍ୱରୀ ।

ସିଂହ: ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଶ୍ରମିକ ଓ କର୍ମଚାରୀମାନେ ନିଜ କାର୍ଯ୍ୟରେ କୃତକାର୍ଯ୍ୟ ହେବେ । କ୍ୟାରିୟର ସମ୍ବନ୍ଧରେ କୌଣସି ବଡ଼ ଫଇସଲା ନେଇପାରନ୍ତି । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ହେବେ । ମହିଳାମାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପ୍ରେମ ପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ। ସ୍ୱାଦିଷ୍ଠ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳୀଜାଈ ।

କନ୍ୟା: ଦିନଟି ଲାଭପ୍ରଦ ରହିବ । ମିଷ୍ଟ ବ୍ୟବହାରରେ ସବୁ କାମ ପୂରା କରିନେବେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । ଚାକିରୀ କରୁଥିବା କର୍ମଜୀବିମାନେ ଯଶ ଓ ସମ୍ମାନକୁ ଅଧିକ ମହତ୍ତ୍ୱ ଦେବେ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଅତ୍ୟନ୍ତ ଖୁସୀ ହେବେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ସନ୍ତୋଷୀ ମାତା ।

ତୁଳା: ଉଚ୍ଚାଧିକାରୀଙ୍କୁ ସାକ୍ଷାତ କରନ୍ତୁ; ଲାଭ ମିଳିବ । ଋଣ ପାଇଁ ଆବେଦନ କରିବାର ଶୁଭ ଦିନଟିଏ । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବ୍ୟବସାୟ ବୃଦ୍ଧି କରିବେ । ବ୍ୟବସାୟରେ ତ୍ଵରିତ ଫଇସଲା ଲାଭପ୍ରଦ ହେବ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ମାଲି ମୋକଦ୍ଦମାରେ ଆଗ୍ରହ ଦେଖା ଦେବ । ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ପାଇବେ । ପରିବାରରେ ସବୁ ସଦସ୍ୟ ଆପଣଙ୍କ ପ୍ରତି ଖୁସି ରହିବେ। ଶୁଭରଙ୍ଗ: ଧଳା । ଆରାଧନା: ମହାଦେବ ।

ବିଛା: କର୍ମକ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ଖଣ୍ଡନ କରିବେ । ଆପଣ ପ୍ରୟାସ ଜାରି ରଖନ୍ତୁ । ମାନସିକ ସ୍ଥିରତା ରହିବ । ଆପଣଙ୍କର ବଡ଼ ସ୍ୱପ୍ନ ପୂରା ହୋଇଯିବ । ଆପଣଙ୍କ ନିକଟରୁ ସମ୍ପର୍କୀୟମାନେ ସହାୟତା ପାଇବେ । ବ୍ୟବସାୟ ସମ୍ବନ୍ଧରେ ବିଦେଶ ଯାତ୍ରା କରିବେ । ସଙ୍ଗୀତ, କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ । ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ଆହୁରି ବଢ଼ିଆ ହେବ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ଦୁର୍ଗା ।

ଧନୁ: ଆଧ୍ୟାତ୍ମିକ ଭାବନାରେ ଅଧିକ ସମୟ ବିତିବ । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରିବେ । ବ୍ୟବସାୟରେ ତ୍ୱରିତ୍ଵ ଫଇସଲା ଲାଭପ୍ରଦ ହେବ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ । ଗୃହୋପକରଣ କ୍ରୟ କରିବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ଉନ୍ନତି କରିବେ । ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଶୁଭରଙ୍ଗ: ଧଳା । ଆରାଧନା: ମହାଲକ୍ଷ୍ମୀ ।

ମକର: ପ୍ରସନ୍ନ ଓ ସନ୍ତୁଷ୍ଟ ରହିବେ । ଯାହା ବି କାମ କରିବେ, ସଫଳତା ହାସଲ କରିବେ । ପାରିବାରିକ ସମସ୍ୟା ସୁଧୁରି ଯିବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ଆପଣଙ୍କ ବ୍ୟବହାର ଅନ୍ୟମାନଙ୍କୁ ପସନ୍ଦ ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । ରାଜନୀତିରେ ଯୋଗାଯୋଗ ଭଲ ରହିବ । ଦାମ୍ପତ୍ୟ ଜୀବନରେ ସୁଖ ଶାନ୍ତି ଆସିବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଶାରଳା ।

କୁମ୍ଭ: ଆଜି ଆପଣ ଦିନଟି ଆପଣ ପାଇଁ ବେଶ୍ ଆରାମ ଦାୟକ ଅଟେ । ମନରେ ନୂଆ ନୂଆ ବିଚାର ଉତ୍ପନ୍ନ ହେବ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ସଭା ସମିତିରେ ଯୋଗ ଦେବେ ।ଆପଣ ନିଜ କାମରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ ଚକିତ କରିଦେବେ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ । ସ୍ୱାସ୍ଥ୍ୟ ଠିକ୍ ରହିବ । ପରିବାରର ସମସ୍ୟାର ସମାଧାନ ହୋଇଯିବ ଓ ଆର୍ଥିକ ଉନ୍ନତି ଫଳରେ ଶାନ୍ତି ପାଇବେ । ଯୁବକଙ୍କ ଲାଗି ଉନ୍ନତିର ନୂଆ ଦ୍ଵାର ଖୋଲିବ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ମୀନ: ପୁରୁଣା ଚିନ୍ତା ଆଜି ସମାପ୍ତ ହେବ । ବ୍ୟବସାୟରେ ଅପାର ସଫଳତା ମିଳିବ । କର୍ତ୍ତୃପକ୍ଷଙ୍କ ଠାରୁ ଆପଣଙ୍କୁ ଉପହାର ମିଳିପାରେ । କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । ପରିବାରର କେତେକ ସମସ୍ୟା ନେଇ, ମାନସିକ ପୀଡ଼ା ଅନୁଭବ କରିବେ । ମହିଳାଙ୍କ ସହ ଅଯଥା ଝଗଡ଼ା ବଢ଼ିଯିବା ଫଳରେ ନିଜେ ଲଜ୍ଜିତ ହେବେ । ଛାତ୍ରମାନେ ଆଜି ଅଧ୍ୟୟନରେ ଧ୍ୟାନ ଦିଅନ୍ତୁ । ଶୁଭରଙ୍ଗ: ଧୂସର । ଆରାଧନା: ହନୁମାନ ।