08 ମଇ ୨୦୧୯, ବୁଧବାର :- ଦୀର୍ଘ ଦିନରୁ ଅଟକିଥିବା କାର୍ଯ୍ୟ ପୂରଣ ହେବ, ମିଳିବ ଅଜସ୍ର ଖୁସି ଏହି ୭ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କୁ…..

Spread the love

08 ମଇ ୨୦୧୯, ବୁଧବାର :- ଦୀର୍ଘ ଦିନରୁ ଅଟକିଥିବା କାର୍ଯ୍ୟ ପୂରଣ ହେବ, ମିଳିବ ଅଜସ୍ର ଖୁସି ଏହି ୭ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କୁ…..

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ । ଯାହା ବି କାମ କରିବେ ବାଧାର ସମ୍ମୁଖୀନ ହେବେ ନାହିଁ ।ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ । ସାମାଜିକ କ୍ଷେତ୍ରରେ ଯଶ ବଢ଼ିବ। ଘରୋଇ ଜୀବନରେ ପ୍ରେମପୂର୍ଣ୍ଣ ବାତାବରଣ ରହିବ । ଛାତ୍ରମାନେ ଲେଖାପଢ଼ାରେ ଏକାଗ୍ରତା ରଖନ୍ତୁ । ମହିଳାମାନେ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ହନୁମାନ ।

ବୃଷ: ପ୍ରଭୁଙ୍କ ସ୍ମରଣରେ ନୂଆ ସକାରାତ୍ମକ ଊର୍ଜା ଅନୁଭବ କରିବେ । ଅଫିସରେ ଆପଣଙ୍କ କାମକୁ ଠିକ୍‌ ଦିଶା ଦେବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ମହିଳାମାନେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ହସଖୁସିରେ ଚଳିବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ । ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ଦୀର୍ଘ ଦିନର ଚିନ୍ତା ଦୂର ହେବ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ ବାଙ୍କେଶ୍ଵରୀ ।

ମିଥୁନ: ଦିନଟି ଆନନ୍ଦମୟ ରହିବ । କଠିନ ପ୍ରଶ୍ନର ଫଳ ମଧ୍ୟ ମିଳିବ । କ୍ୟାରିୟରରେ କିଛି ପରିବର୍ତ୍ତନ ହେବ । ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ । ପ୍ରିୟବନ୍ଧୁଙ୍କ ଠାରୁ ଉପହାର ପାଇବେ । ପାରିବାରିକ ସମ୍ପର୍କ ଭଲ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

କର୍କଟ: ଦିନଟି ଆପଣଙ୍କ ଲାଗି ବେଶ୍ ଖାସ୍‌ ରହିବ । ଅଫିସରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ । ନୂଆ ଦାୟିତ୍ଵ ଗ୍ରହଣ କରିବେ । କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ । ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ । ରାଜନୀତି କ୍ଷେତ୍ରରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେଲେ ମଧ୍ୟ ବେଦନେତାଂକୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ । କୋର୍ଟ କଚେରୀ ମାମଲାରେ ବିଳମ୍ବ ହେବ । ଅବିବାହିତଙ୍କୁ ମନ ଚାହୁଁଥିବା ଜୀବନସାଥୀ ମିଳିପାରେ । ଶୁଭରଙ୍ଗ: ଆକାଶୀ ନୀଳ । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ସିଂହ: ପ୍ରଭୁଙ୍କ କୃପାରୁ ସଫଳତା ଆପଣଙ୍କ ସମ୍ମୁଖରେ ଦଣ୍ଡାୟମାନ ହେବ । ବ୍ୟବସାୟରେ ଫାଇଦା ପାଇଁ କୌଣସି ବ୍ୟକ୍ତିର ସହଯୋଗ ମିଳିବ । ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକମାନଙ୍କର ବିଶେଷ ଉନ୍ନତିହେବ । ସାମାଜିକ କାର୍ଯ୍ୟରେ ସହଯୋଗ କରିବେ । ରାଜନୀତି ସ୍ତରରେ ମାନ ହାନି ହୋଇପାରେ, ତେଣୁ ନିଜ କଥାବାର୍ତ୍ତାକୁ କାବୁରେ ରଖନ୍ତୁ, ଆବଶ୍ୟକତା ଠାରୁ ଅଧିକ କିଛି କଥାବାର୍ତ୍ତା କରନ୍ତୁ ନାହିଁ । ପାରିବାରିକ ଜୀବନରେ ଖୁସିର ଲହରୀ ଖେଳିବ, ଅର୍ଦ୍ଧାଙ୍ଗିନୀ ଠାରୁ ଉପହାର ପାଇବେ । ମହିଳାମାନେ ସାମାନ୍ୟ ଅସ୍ୱାସ୍ଥ୍ୟ ରହିବେ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଦୁର୍ଗା ।

କନ୍ୟା: ଦିନଟି ଆପଣଙ୍କ ଲାଗି ଅନୁକୂଳ । ମାନସିକ ଶାନ୍ତି ଅନୁଭବ କରିବେ । ଅଚାନକ ଧନପ୍ରାପ୍ତି ହେବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । ଦୂରଯାତ୍ରା କରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ଅଫିସ ହେଉ ଅବା କର୍ମକ୍ଷେତ୍ରରେ ଆପଣଙ୍କ ସହଯୋଗୀ ଆପଣଙ୍କୁ ସହଯୋଗ କରିବେ । ମହିଳାମାନେ ଅଳ୍ପରେ ସନ୍ତୁଷ୍ଟ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ । ଶୁଭରଙ୍ଗ: ସବୁଜ । ଆରାଧନା: ମହାଲକ୍ଷ୍ମୀ ।

ତୁଳା: ପ୍ରିୟବନ୍ଧୁଙ୍କ ସହିତ ଭ୍ରମଣ ସୁଖଦ ଓ ଆନନ୍ଦଦାୟକ ହେବ । କ୍ୟାରିୟର ଗଢ଼ିବା ପାଇଁ ନୂଆ ସୁଯୋଗ ମିଳିବ । ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ପାଇବେ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ମହିଳା ମାନଙ୍କର ଚାକିରି କ୍ଷେତ୍ରରେ ଉନ୍ନତି, ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ରାଜନୀତିରେ ମହତ୍ତ୍ଵାକାଂକ୍ଷା ପୂରା ହେବ । ବେକାର ଥିବା ଯୁବକ ଯୁବତୀଙ୍କୁ ନୂଆ ଚାକିରିର ପ୍ରସ୍ତାବ ମିଳିପାରେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମହାଦେବ ।

ବିଛା: ଆଜି ଆପଣ ଊର୍ଜାବାନ ଓ ସକ୍ରିୟ ରହିବେ । ଆପଣଙ୍କ ଯୋଜନା ସମ୍ବନ୍ଧରେ ପରିବାର ସହିତ ଚର୍ଚ୍ଚା କରନ୍ତୁ, ଫାଇଦା ହେବ । ସାମାଜିକ କାର୍ଯ୍ୟରେ ଅଧିକ ସମୟ ଦେବେ । ବିରୋଧୀପକ୍ଷ ଗୁପ୍ତ ରୂପେ ଆପଣଙ୍କର ଗୁଣଗାନ କରିବେ । ବ୍ୟବସାୟମାନେ ଅଧିକ ଲାଭ କରିବେ । କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଛୋଟ ଛୋଟ କାମକୁ ବୁଝିସୁଝି ନକଲେ ଅସୁବିଧାରେ ପଡ଼ି ପାରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ଧନୁ: ଆପଣଙ୍କର ମନୋଭାବ କୌତୁକିଆ ରହିବ । ବନ୍ଧୁଙ୍କ ସହିତ ସମୟ କଟିବ । ଦୀର୍ଘ ଦିନର କୌଣସି ଆଶା ପୂରା ହେବ । ବ୍ୟବସାୟୀମାନେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ । କ୍ଷୟକ୍ଷତି ଘଟିବାର ଆଶଙ୍କା ନାହିଁ । ମାଲି ମୋକଦ୍ଦମାରେ ଅନାଗ୍ରହ ସୃଷ୍ଟି ହେବ । ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ଲାଭ କରିବେ । ବିଦେଶଯାତ୍ରାରେ ଯଶଲାଭ, ପରିବାରରେ ମାନ ମନାନ୍ତର ଦୂର ହେବ । ଶୁଭ ସମ୍ବାଦପାଇ ଖୁସିହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ସୂର୍ଯ୍ୟଦେବ ।

ମକର: ଆଗକୁ ବଢ଼ିବାର ଦିନଟିଏ । ଆପଣ ନିଜ କାମରେ ପ୍ରଶଂସା ଓ ପୁରସ୍କାର ପାଇବେ । କାରବାରରେ ଲାଗି ରହିଥିବା ସମସ୍ୟା ଦୂର ହେବ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ବ୍ୟବସାୟମାନେ ଅଧିକ ଲାଭ କରିବେ । କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ଜୀବନ ସାଥୀଙ୍କ ଠାରୁ ଢେର୍‌ସାରା ଖୁସି ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମହାଲକ୍ଷ୍ମୀ ।

କୁମ୍ଭ: ଆଗକୁ ବଢ଼ି ଚାଳନ୍ତୁ, ପରିସ୍ଥିତି ଆପଣଙ୍କ ପକ୍ଷରେ ହେବ । ସମସ୍ୟା ଦୂରହେବ ଓ ଉଚ୍ଚ ଆଶାରେ ଆଗେଇବେ । ଧନ ଲାଭର ନୂଆ ଅବସର ମିଳିବ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଆୟ ବଢିବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଚାକିରି ମିଳିବ । ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ । ଘରକୁ ନୂଆ ଅତିଥି ଆସିବାର ସମ୍ଭାବନା ରହିଛି । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ତାରିଣୀ ।

ମୀନ: ପୂଜାପାଠରେ ଆପଣଙ୍କ ମନ ଯଥେଷ୍ଟ ଲାଗି ରହିବ । ଆପଣଙ୍କ ମନର ଇଚ୍ଛା ପୂରା କରିବା ପାଇଁ ଧ୍ୟାନ ଦିଅନ୍ତୁ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ । ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ଅକ୍ଷୁର୍ଣ୍ଣ ରହିବ । ମହିଳାମାନେ ନିଜ କର୍ତ୍ତବ୍ୟକୁ ସୁଚାରୁ ରୂପେ ସମ୍ପାଦନା କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ସନ୍ତାନଙ୍କ କ୍ୟାରିୟର ଲାଗି ବଡ଼ଙ୍କ ପରାମର୍ଶ ନିଅନ୍ତୁ । ଶୁଭରଙ୍ଗ: ଲାଲ । ଆରାଧନା: ବାବା ଗୁପ୍ତେଶ୍ୱର ।