09 ଅପ୍ରେଲ 2019, ମଙ୍ଗଳବାର ରାଶିଫଳ: ପ୍ରଭୁ ହନୁମାନଙ୍କ କୃପାରୁ ଏହି 7ଟି ରାଶି ବ୍ୟକ୍ତିଙ୍କ କ୍ୟାରିୟର ସମ୍ବନ୍ଧିତ ମନସ୍କାମନା ପୂରଣ ହେବ…. ମିଳିବ ଅସରନ୍ତି ଖୁସି :

Spread the love

09 ଅପ୍ରେଲ 2019, ମଙ୍ଗଳବାର ରାଶିଫଳ: ପ୍ରଭୁ ହନୁମାନଙ୍କ କୃପାରୁ ଏହି 7ଟି ରାଶି ବ୍ୟକ୍ତିଙ୍କ କ୍ୟାରିୟର ସମ୍ବନ୍ଧିତ ମନସ୍କାମନା ପୂରଣ ହେବ…. ମିଳିବ ଅସରନ୍ତି ଖୁସି :

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ଭୂମିକା ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଆଜି ଦିନଟି ସମସ୍ତ ରାଶିର ବ୍ୟକ୍ତିମାନେ ପାଇଁ ପ୍ରାୟତଃ ସୁଖଦାୟକ ରହିବ କିନ୍ତୁ ପାଞ୍ଚଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଉପରେ ପ୍ରଭୁ ହନୁମାନଙ୍କ ଅପାର କୃପା ରହିବ । ସମସ୍ତ ବାଧା ବିଘ୍ନ ଦୂର ହେବ । ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଦିନଟି ଆପଣଙ୍କ ପାଇଁ ଉଭୟ ଭଲ ମନ୍ଦର ମିଶ୍ରଣ ରହିବ । ସ୍ଵଭାବ ଉପରେ ନିୟନ୍ତ୍ରଣ ରଖିନ୍ତୁ । ପାରିବାରିକ ଜୀବନ ସୁଖ ଶାନ୍ତିରେ ଭରା ରହି ବ। ବନ୍ଧୁଙ୍କର ଆଜି ପୂରା ସହଯୋଗ ମିଳିବ । ଆପଣଙ୍କୁ ନୂଆ ସ୍ରୋତରୁ ଧନଲାଭ ହୋଇପାରେ । କମ ସଫଳତା ମିଳିବାରୁ ନିରାଶା ହୋଇପାରନ୍ତି । ସନ୍ତାନମାନଙ୍କ ବିଷୟରେ ଚିନ୍ତା ହୋଇପାରେ । ସରକାରୀ କାର୍ଯ୍ୟଗୁଡ଼ିକରେ ସଫଳତା ମିଳିବ । ଆଧ୍ୟାତ୍ମିକ ସିଦ୍ଧି ପ୍ରାପ୍ତ କରିବା ପାଇଁ ବହୁତ ଭଲ ଯୋଗ ଅଛି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭଦ୍ରକାଳୀ ।

ବୃଷ: ଆପଣଙ୍କ ମନ ଆଧ୍ୟାତ୍ମିକ ଦିଗରେ ଲାଗି ରହିବ । ବ୍ୟବସାୟ ଓ ଚାକିରିରେ ଅଧୁରା ସ୍ବପ୍ନ ପୂରା ହୋଇପାରେ । ରାଜନୀତିରେ ସଫଳତା ମିଳିବ କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ । ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । କୌଣସି ମନୋରଞ୍ଜନ କାର୍ଯ୍ୟରେ ଯୋଗ ଦେଇପାରନ୍ତି । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ । ଶୁଭରଙ୍ଗ: ଲାଲ । ଆରାଧନା: ହନୁମାନ ।

ମିଥୁନ: ଆଜି ଭାଗ୍ୟର ସହଯୋଗ ବଳରେ ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ବ୍ୟବସାୟରେ ନୂତନ ଚିନ୍ତାଧାରା ଖୋଲିବେ । ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ । ରାଜନୀତିରେ ସଫଳତା ମିଳିବ । ଅଫିସ ଆଲୋଚନାରେ ନୂଆ ଲୋକଙ୍କ ସହିତ ମିଶିବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ ଓ ଆୟରସ୍ରୋତ ବୃଦ୍ଧିହେବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଛାତ୍ରଙ୍କୁ କୌଣସି ବିଶେଷ କ୍ଷେତ୍ରରେ ଲାଭ ହୋଇପାରେ । ମହିଳାମାନଙ୍କ ସ୍ୱାସ୍ଥ୍ୟ ଅବନତି ଦେଖା ଦେବା ନିଜ କାର୍ଯ୍ୟ ପ୍ରତି ବିମୁଖଭାବ ଦେଖାଦେବ । ଶୁଭରଙ୍ଗ: ଲାଲ । ଆରାଧନା: ବାବା ଲିଙ୍ଗରାଜ ।

କର୍କଟ: ଦିନଟି ଆପଣଙ୍କ ପାଇଁ ସୌଭାଗ୍ୟ ସମ୍ପର୍ଣ୍ଣ ରହିବ । କାର୍ଯ୍ୟ କ୍ଷେତ୍ରରେ ନୂଆ ସୁଯୋଗ ପାଇବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ରାଜନୀତିରେ ଆର୍ଥିକ ଲାଭ ହେବ । ଆର୍ଥିକଦିଗରୁ ସୁବିଧାହେଲେ ମଧ୍ୟ ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଉପୁଜି ପାରେ । ଆୟଅପେକ୍ଷା ବ୍ୟୟ ବୃଦ୍ଧିପାଇବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ । ଛାତ୍ରଛାତ୍ରୀଙ୍କର ଲେଖାପଢ଼ାରେ ମନ ଲାଗିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସୂର୍ଯ୍ୟଦେବ ।

ସିଂହ:- ସ୍ୱଭାବ ଶାନ୍ତ ଓ ବ୍ୟବହାର ମିଷ୍ଟ ରହିବ । ନିକଟ ସମ୍ପର୍କୀୟଙ୍କ ସହଯୋଗରେ ନୂଆ ସୁଯୋଗ ମିଳିବ । ବ୍ୟବସାୟରେ ପୁଞ୍ଜିନିବେଶରୁ ଲାଭ ହେବ କିନ୍ତୁ ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ନିନ୍ଦିତ ହେବେ । ମହିଳାମାନେ ଅପାର ଲୋକଙ୍କୁ ବିଶ୍ୱାସ କରି ଅସୁବିଧାରେ ପଢ଼ିପାରନ୍ତି । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ । ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ । ଉଡ଼ା ଖବରର କୌଣସି ଘଟଣା ମନକୁ ବିବ୍ରତ କରିପାରେ । ଶୁଭରଙ୍ଗ: ଲାଲ । ଆରାଧନା: ମହାଲକ୍ଷ୍ମୀ ।

କନ୍ୟା: ଦିନଟି ଆପଣଙ୍କ ଲାଗି ଅନୁକୂଳ । ସ୍ଥଗିତ ଥିବା କାମ ଲୋକଙ୍କ ସାହାଯ୍ୟ ପାଇ ପୂରା କରିବେ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ବଜାୟ ରହିବ । ବ୍ୟବସାୟିକ କ୍ଷେତ୍ରରେ ଅଧିକ ଧନଲାଭ ହେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତିରେ ଉନ୍ନତି ହେବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଛାତ୍ରଙ୍କ କ୍ୟାରିୟରରେ ବଡ଼ ସଫଳତା ମିଳିବ । ପ୍ରେମ ଆଳାପ ପାଇଁ ଭଲ ଦିନଟିଏ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀ ଗଣେଶ ।

ତୁଳା :- ଆଜିର ଦିନଟି ଆପଣଙ୍କ ଜୀବନରେ ଖୁସିର ବର୍ଷା ହେବ । ପ୍ରିୟ ବନ୍ଧୁଜନଙ୍କ ସହିତ ଦିନର ଅଧିକାଂଶ ସମୟ ବିତେଇବେ । କ୍ୟାରିୟରକୁ ନେଇ କୌଣସି ବଡ଼ ଫଇସଲା ନେଇ ପାରନ୍ତି । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । କୋର୍ଟକଚେରୀ ମାଲିମକଦ୍ଦମାରେ ଶୁଭ ଖବର ପାଇବେ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳୀଜାଈ ।

ବିଛା: ଆଜି ଆପଣ ଊର୍ଜାବାନ ଓ ସକ୍ରିୟ ରହିବେ । ଆପଣଙ୍କ ଯୋଜନା ସମ୍ବନ୍ଧରେ ପରିବାର ସହିତ ଚର୍ଚ୍ଚା କରନ୍ତୁ, ଫାଇଦା ହେବ । ସାମାଜିକ କାର୍ଯ୍ୟରେ ଅଧିକ ସମୟ ଦେବେ । ବିରୋଧୀପକ୍ଷ ଗୁପ୍ତ ରୂପେ ଆପଣଙ୍କର ଗୁଣଗାନ କରିବେ । ବ୍ୟବସାୟମାନେ ଅଧିକ ଲାଭ କରିବେ । କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଛୋଟ ଛୋଟ କାମକୁ ବୁଝିସୁଝି ନକଲେ ଅସୁବିଧାରେ ପଡ଼ି ପାରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ଧନୁ: ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ନୂଆ କାମର ଯୋଜନା କରିପାରନ୍ତି । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ସହଯୋଗୀଙ୍କ ସହାୟତାରେ ମାନ ପ୍ରତିଷ୍ଠା ବୃଦ୍ଧି ହେବ । ବ୍ୟବସାୟରେ ବଡ଼ ଅର୍ଡର୍ ମିଳିବ । ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ । ପ୍ରେମ ପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଦୁର୍ଗା ।

ମକର: ଆଗକୁ ବଢ଼ିବାର ଦିନଟିଏ । ଆପଣ ନିଜ କାମରେ ପ୍ରଶଂସା ଓ ପୁରସ୍କାର ପାଇବେ । କାରବାରରେ ଲାଗି ରହିଥିବା ସମସ୍ୟା ଦୂର ହେବ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ବ୍ୟବସାୟମାନେ ଅଧିକ ଲାଭ କରିବେ । କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ଜୀବନ ସାଥୀଙ୍କ ଠାରୁ ଢେର୍‌ସାରା ଖୁସି ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମହାଲକ୍ଷ୍ମୀ ।

କୁମ୍ଭ: ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରିବେ । ନାନା ସମସ୍ୟାର ସମାଧାନ ହେବ । କାରବାରରେ ଅଚାନକ ଫାଇଦା ହେବାର ଯୋଗ ରହିଛି । ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ସଭାସମିତି ଓ ଆମଦାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବ । ମହିଳାମାନଙ୍କୁ ପାରିବାରିକ କ୍ଷେତ୍ରରୁ ମଧ୍ୟ ପ୍ରଶଂସା ମିଳିବ । ପୁରୁଣା ମିତ୍ରଙ୍କୁ ଦେଖା କରିବା ପାଇଁ ତାଙ୍କ ଘରକୁ ଯିବେ । ବୈବାହିକ ଜୀବନ ଠିକ୍‌ଠାକ୍‌ ରହିବ । ଶୁଭରଙ୍ଗ: ଆକାଶୀ ନୀଳ । ଆରାଧନା: ପ୍ରଭୁ ହନୁମାନ ।

ମୀନ: ପୂଜାପାଠରେ ଅଧିକ ସମୟ ବିତିବ । ବନ୍ଧୁଙ୍କଠାରୁ ସାହାଯ୍ୟ ପାଇବେ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବେପାରୀଙ୍କୁ ଅଚାନକ ଧନଲାଭ ହେବ । ଅଫିସ୍‌ରେ ଗୁରୁତ୍ବପୂର୍ଣ୍ଣ ଫଇସଲା ନେଇ ପାରନ୍ତି । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ, ମାନ ସମ୍ମାନ ବୃଦ୍ଧି ହେବ । ବିଦ୍ୟାର୍ଥୀଙ୍କୁ ଅଧିକ ପରିଶ୍ରମ କରିବାକୁ ପଡ଼ିବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ଦାମ୍ପତ୍ୟ ଜୀବନ ପ୍ରେମଭରା ହେବ । ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନ ବହୁତ ଭଲ । ଶୁଭରଙ୍ଗ: ଗୋଲାପି । ଆରାଧନା: ଶ୍ରୀକୃଷ୍ଣ ।