୯ ମାର୍ଚ୍ଚ ୨୦୧୯ ଶନିବାର – ୩ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଭାଗ୍ୟରେ ହେବ ନୂଆ ରୂପରେଖା, ଶାନିଦେବଙ୍କ କୃପାରୁ ଆଶାତୀତ ସୁଖସ୍ୱାଛନ୍ଦ ମିଳିବ…….

Spread the love

ଆଜି ଆମେ ଆପଣଙ୍କୁ ୯ ମାର୍ଚ୍ଚ ୨୦୧୯ ଶନିବାର ଦିନର ରାଶିଫଳ ବିସ୍ତୃତ ଭାବରେ କହିବା ପାଇଁ ଯାଉଛୁ । ପ୍ରତ୍ୟେକ ମନୁଷ୍ୟ ପାଇଁ ରାଷିଫଳାର ମହତ୍ୱ ରହିଛି ଆଜି ଆମେ ଆପଣଙ୍କୁ ୯ ମାର୍ଚ୍ଚ ୨୦୧୯ ଶନିବାର ଦିନର ରାଶିଫଳ ବିସ୍ତୃତ ଭାବରେ କହିବା ପାଇଁ ଯାଉଛୁ । ରାଶିଫଳ ଅନୁସାରେ ବ୍ୟକ୍ତିର ସ୍ଵଭାଵ ଓ ଭବିଷ୍ୟତ ବିଷୟରେ ଜାଣିବାକୁ ମିଳିଥାଏ । କାରଣ ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଜୀବନରେ କଣ କଣ ପରିବର୍ତ୍ତନ ଘଟିବ ଜାଣିବା ।

ମେଷ: ଆଜି ଆପଣ କ’ଣ ହରାଇଛନ୍ତି, କ’ଣ ପାଇଛନ୍ତି; ସେହି ଭାବନାରେ ଅଧିକ ସମୟ କଟିବ । ବିଶେଷ କାମ ପୂରା କରିବା ଲାଗି ବ୍ୟସ୍ତତାରେ ରହିବେ । ବ୍ୟବସାୟରେ ଆୟ ବ୍ୟୟ ପ୍ରାୟ ସମାନ ରହିବ । ବ୍ୟବସାୟରେ ଭାଗିଦାରଙ୍କ ସହ ମିଶି କିଛି ନୂଆ ଯୋଜନା କରିବା ପାଇଁ ଇଚ୍ଛା ପ୍ରକାଶ କରିବେ, କରିବା ପୂର୍ବରୁ ବୟୋଜ୍ୟେଷ୍ଠଙ୍କ ପରାମର୍ଶ ନିଅନ୍ତୁ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ଦାମ୍ପତ୍ୟ କଳହର ଅବସାନ ଘଟିବ ଓ ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ । ମହିଳାମାନେ ମାନସିକ ସ୍ତରରେ ଭାରାକ୍ରାନ୍ତ ରହିବେ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଭୈରବୀ ।

ବୃଷ: ଦିନଟି ଆପଣଙ୍କ ପାଇଁ ଶୁବେଦୟାକ ରହିବ । ବ୍ୟବସାୟର ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ସ୍ଵଭାବରେ ବିନମ୍ର ହୋଇ ଗୁରୁଜନଙ୍କ ସହିତ କଥାବାର୍ତ୍ତା କରନ୍ତୁ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ରାଜନେତାଙ୍କୁ ପରିଶ୍ରମର ଫଳ ମିଳିବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । କୌଣସି ନୂଆ ଜାଗାକୁ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ । ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ସୂର୍ଯ୍ୟଦେବ ।

ମିଥୁନ: ସମୟ ଆପଣଙ୍କ ଲାଗି ଅନୁକୂଳ । ଆଜି କିଛି ନୂଆ କରିବା ପାଇଁ ଭାବିବେ । ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ସାମାଜିକ ସ୍ଥିତି ମଜଭୁତ ହେବ । ବ୍ୟବସାୟରୁ ଯଥେଷ୍ଟ ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁରସ୍ଵାଦ ଅନୁଭବ କରିବେ । ପୁରୁଣା କଥା ଦାମ୍ପତ୍ୟ ଜୀବନକୁ ମଧୁର କରିବ । ରକ୍ତଚାପ, ମଧୁମେହ,ଉଦରପୀଡା ବୃଦ୍ଧିପାଇ ହନ୍ତସନ୍ତ କରିବ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଶାରଳା ।

କର୍କଟ: ଗତି ପଥରେ ଅଗ୍ରସର ହେବେ । ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସହିତ ମିଶିବାର ସୁଯୋଗ ପାଇବେ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । କର୍ମକ୍ଷେତ୍ରରେ କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । ଅଫିସରେ ସହକର୍ମୀଙ୍କ ସହଯୋଗ ପାଇବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗା ନେଇଥିବା ଦ୍ଵନ୍ଦର ସମାଧାନ ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ସିଂହ: ଉନ୍ନତିର ଚରମ ଶିଖରରେ ପହଂଚିବେ । ଆପଣଙ୍କ ପରାମର୍ଶ ଅନ୍ୟମାନେ ଗ୍ରହଣ କରିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି ବ୍ୟବସାୟ ଓ କର୍ମ କରିଲେ ଲାଭବାନ ହେବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କ କୃପାଭାଜନ ହେବେ । ମାନସିକ ସ୍ୱାସ୍ଥ୍ୟ ଅବ୍ୟବସ୍ଥିତ ରହିବ । ପାରିବାରିକ କ୍ଷେତ୍ରରେ ସ୍ଣେହ ସଦ୍ଭାବର ଅଭାବ ଦେଖାଦେବ । କିଛି କାମରେ ଜୀବନସାଥୀଙ୍କ ସହଯୋଗ ପାଇବେ । ଘର ପାଇଁ ବିଳାସ ଉପକରଣ କିଣିବେ। ଶୁଭରଙ୍ଗ: ଲାଲ । ଆରାଧନା: ମାଆ କଟାକଚଣ୍ଡୀ ।

କନ୍ୟା: ଦୃଢ ଆତ୍ମବିଶ୍ୱାସ ଫଳରେ ସମସ୍ତ କାର୍ଯ୍ୟରେ ସଫଳତା ପ୍ରାପ୍ତ କରିବେ । ଶତ୍ରୁମାନେ ଆପଣଙ୍କର କ୍ଷତି କରିବାକୁ ଷଡ଼୍‌ଯନ୍ତ୍ର ରଚିବେ; ହେଲେ କିଛି କରିପାରିବେ ନାହିଁ । ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ଆଲୋଚନା ହୋଇପାରେ । କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ । ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ହେବ । ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ବିଜୟୀ ହେବେ । ମହିଳାମାନେ ପ୍ରତ୍ୟେକ କ୍ଷେତ୍ରରେ ମାନ୍ୟତା ଅର୍ଜନ କରିବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ତୁଳା: ଦିନଟି ଆପଣଙ୍କ ପାଇଁ ଅତି ଉତ୍ତମ ରହିବ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ସାମାଜିକ ସ୍ତରରେ ଅନ୍ୟମାନଙ୍କ ସାହାଯ୍ୟ ସହଯୋଗ କରିବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । କର୍ମରେ ଉନ୍ନତି ସହିତ ଆକସ୍ମିକ ଅର୍ଥଲାଭର ସୂଚନା ପାଇବେ । ବାସସ୍ଥାନ ବା ଯାନବାହାନ ନବୀକରଣ କରିବାର ସୁଯୋଗ ପାଇବେ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

ବିଛା: ଭାଗ୍ୟ ବଳରେ ଅନେକ ଶୁଭ କର୍ମର ସୁଯୋଗ ପାଇବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ଧନଲାଭର ନୂଆ ରାସ୍ତା ଖୋଲିବ । ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ରାଜନେତାଙ୍କ ସାହାଯ୍ୟ ପାଇବେ । ଜୀବନସାଥୀଙ୍କର ଖୁବ୍‌ ପ୍ରେମ ପାଇବେ । ସ୍ୱାଦିଷ୍ଟ ଖାଦ୍ୟ ଭୋଜନ କରିବେ । ମହିଳାମାନେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ଶୁଭରଙ୍ଗ: ଫିକା ଲାଲ । ଆରାଧନା: ବାବା କପିଳାସ ।

ଧନୁ: ସମ୍ୟକ ଜାଗ୍ରତରେ ରୁହନ୍ତୁ, ଶତ୍ରୁମାନେ କ୍ଷତି କରିବାକୁ ଚାହିଁ ବସିଛନ୍ତି । କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ବ୍ୟବସାୟୀମାନେ କଠିନ ପରିଶ୍ରମ କରି ଲାଭବାନ ହେବେ ଓ ବକେୟା ଅର୍ଥ ଆଦାୟ ହେବ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇଯିବ । ବିଦେଶରେ ଥିବା ବନ୍ଧୁଙ୍କ ଠାରୁ ଶୁଭ ଖବର ପାଇପାରନ୍ତି । ପାରିବାରିକ ସମ୍ବନ୍ଧ ମଜଭୁତ ହେବ । ଆପଣ ନିଜର ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ମକର: ଦିନଟି ହାସ୍ୟାସ୍ପଦ ଦାୟକ ରହିବ । ଅନ୍ୟମାନଙ୍କ ସହିତ ହାସ୍ୟକୌତୁକ କରିବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଆପଣଙ୍କର କୌଣସି ଯୋଜନା ସମୟ ପୂର୍ବରୁ ପୂରା ହୋଇଯିବ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ । ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ । ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଖୁସି ପାଇବେ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ ଦୁର୍ଗା ।

କୁମ୍ଭ: ଭଗବାନଙ୍କ ଉପରେ ବିଶ୍ୱାସ ରଖନ୍ତୁ; ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ଆପଣଙ୍କ ନମ୍ର ବ୍ୟବହାର ପାଇଁ ଆପଣଙ୍କୁ ଲାଭ ମିଳିବ । ବ୍ୟବସାୟୀଙ୍କ ଲାଗି ଭଲ ଦିନଟିଏ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । କର୍ମକ୍ଷେତ୍ରରେ ପଦୋନ୍ନତି ହେବ । ସେୟାର କିମ୍ବା ଜମି କିଣିବା ପାଇଁ ଭାବିବେ । ଜୀବନସାଥୀଙ୍କ ସହିତ ଆପଣଙ୍କ ସମ୍ବନ୍ଧ ମଧୁର ରହିବ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ମଙ୍ଗଳା ।

ମୀନ: ଦିନଟି ଆପଣଙ୍କ ପାଇଁ ଠିକ୍-ଠାଖ୍ ରହିବ । ମନ କଥା ମନରେ ରଖନ୍ତୁ । ମନରେ କିଛି ନୂଆ କାର୍ଯ୍ୟ କରିବାର ଇଚ୍ଛା ଉଜ୍ଜୀବିିତ ହେବ । ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ମିଳିବ । କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ସାମାଜିକ କାର୍ଯ୍ୟ କରିବାରେ ଅଧିକ ସମୟ ଦେବେ । ଜଗାଜମି, ଗୃହ ଉପକରଣ କ୍ରୟ କରିବେ । ପାରିବାରିକ କ୍ଷେତ୍ରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଦାମ୍ପତ୍ୟ ସମ୍ବନ୍ଧ ମଧୁର ହେବ । ମହିଳା ମାନଙ୍କର ସମ୍ମାନ ବୃଦ୍ଧି ହେବାସହ ସୁନାମ ଅର୍ଜନ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମାଣିକେଶ୍ଵରୀ ।