10 ଅପ୍ରେଲ 2019, ବୁଧବାର – ଗଣେଶଙ୍କ କୃପାରୁ ୬ଟି ରାଶିର ଭାଗ୍ୟରେ ହେବ ପରିବର୍ତ୍ତନ, ପ୍ରତି କ୍ଷେତ୍ରରେ ସକାରାତ୍ମକ ବିଜୟ ଲାଭ କରିବେ….

Spread the love

10 ଅପ୍ରେଲ 2019, ବୁଧବାର – ଗଣେଶଙ୍କ କୃପାରୁ ୬ଟି ରାଶିର ଭାଗ୍ୟରେ ହେବ ପରିବର୍ତ୍ତନ, ପ୍ରତି କ୍ଷେତ୍ରରେ ସକାରାତ୍ମକ ବିଜୟ ଲାଭ କରିବେ….

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଦିନଟି ଆନନ୍ଦମୟ ରହିବ । ବ୍ୟବସାୟରେ ପ୍ରଚୁର ଧନଲାଭ ହେବାର ସମ୍ଭାବନା ଅଛି । ଚାକିରୀରେ ସମ୍ମାନ ମିଳିବା ହେତୁ ସନ୍ତୁଷ୍ଟ ରହିବେ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ରାଜନୀତିରେ ମନୋକାମନା ପୂରଣ ହେବ । ସମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ସ୍ୱାସ୍ଥ୍ୟ କିମ୍ବା ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଜୀବନସାଥୀଙ୍କର ସ୍ନେହ ଓ ସୁଖ ପାଇବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ ଦୁର୍ଗା ।

ବୃଷ: ଅତୀତର ସମସ୍ତ କାର୍ଯ୍ୟ ସଫଳତା ପୂର୍ବକ ସମ୍ପାଦନା କରିବେ । ବ୍ୟବସାୟ ବାଣିଜ୍ୟରେ ଆର୍ଥିକ ସ୍ଥିତିରେ ମଜବୁତ ରହିବ । ଚାକିରି ସମ୍ବନ୍ଧିତ କୌଣସି ମନୋକାମନା ପୂରା ହେବ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ପରିବାର ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିପାରନ୍ତି । ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ଶ୍ରୀ ଗଣେଶ ।

ମିଥୁନ: ଦିନଟି ଆନନ୍ଦମୟ ରହିବ । କଠିନ ପ୍ରଶ୍ନର ଫଳ ମଧ୍ୟ ମିଳିବ । କ୍ୟାରିୟରରେ କିଛି ପରିବର୍ତ୍ତନ ହେବ । ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ । ପ୍ରିୟବନ୍ଧୁଙ୍କ ଠାରୁ ଉପହାର ପାଇବେ । ପାରିବାରିକ ସମ୍ପର୍କ ଭଲ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

କର୍କଟ: ପାରିବାରିକ ଜୀବନରେ ଅଶାନ୍ତିର ବାତାବରଣ ଦୂରେଇ ଯିବ । ସନ୍ତାନ ସନ୍ତତିଙ୍କ ଠାରୁ ଶୁଭ ଖବର ପାଇ ଅତ୍ୟନ୍ତ ଖୁସିହେବେ । ପରିବାର ସହ ଦୂରଯାତ୍ରା କରି ପାରିବେ । କର୍ମକ୍ଷେତ୍ରରେ ପଦୋନ୍ନତି ଓ ନୂତନ ବନ୍ଧୁତ୍ୱ ଲାଭ କରିବେ । ବ୍ୟବସାୟରେ ସଫଳତା ପାଇବେ । ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ । ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ ପ୍ରତିଟି କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ଶୁଭକାମ କରି ପ୍ରଶଂସିତ ହେବେ । ସଭାସମିତିରେ, ରାଜନୈତିକ କ୍ଷେତ୍ରରେ ମଧ୍ୟ ସଫଳତା ମିଳିବ । ବ୍ୟୟ ଅପେକ୍ଷା ଆୟ ଅଧିକହେବ, ନିଜର ଖର୍ଚ୍ଚକୁ ନିୟନ୍ତ୍ରଣ କରନ୍ତୁ । ଜଗାଜମି, ଗୃହ ଉପକରଣ କ୍ରୟ କରିବେ ।

ସିଂହ: ଦିନଟି ଆପଣଙ୍କ ଲାଗି ସକାରାତ୍ମକ ରହିବ । ଶତ୍ରୁ ଆପଣଙ୍କର କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରି ପାରିବେ ନାହିଁ । ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକମାନଙ୍କର ବିଶେଷ ଉନ୍ନତିହେବ । ଘରୋଇ ଚିନ୍ତା ଧୀରେ ଧୀରେ ସମାପ୍ତ ହେବ । ବିଦ୍ୟାର୍ଥୀମାନେ ପାଠ ପଢ଼ାରେ ଅବହେଳା କରିବେ । ମହିଳାମାନେ ସନ୍ତୁଷ୍ଟ ରହିଲେବି ଆର୍ଥିକ, ପାରିବାରିକ ଓ ବ୍ୟବସାୟିକ କ୍ଷେତ୍ରରେ ସମସ୍ୟା ଦେଖାଦେବ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ତାରା ତାରିଣୀ ।

କନ୍ୟା: ଦିନଟି ଆପଣଙ୍କ ଲାଗି ଅନୁକୂଳ । ମାନସିକ ଶାନ୍ତି ଅନୁଭବ କରିବେ । ଅଚାନକ ଧନପ୍ରାପ୍ତି ହେବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । ଦୂରଯାତ୍ରା କରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ଅଫିସ ହେଉ ଅବା କର୍ମକ୍ଷେତ୍ରରେ ଆପଣଙ୍କ ସହଯୋଗୀ ଆପଣଙ୍କୁ ସହଯୋଗ କରିବେ । ମହିଳାମାନେ ଅଳ୍ପରେ ସନ୍ତୁଷ୍ଟ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ । ଶୁଭରଙ୍ଗ: ସବୁଜ । ଆରାଧନା: ମହାଲକ୍ଷ୍ମୀ ।

ତୁଳା: ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ । ଆପଣଙ୍କ କାମ ପୂରା କରିବାରେ କେହି ବାଧା ଦେଇ ପାରିବେ ନାହିଁ । ଉନ୍ନତିର ନୂଆ ଦ୍ୱାରା ଖୋଲିବ । ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ । ଅଚାନକ ଧନପ୍ରାପ୍ତି ହେବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧିହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଗାୟତ୍ରୀ ।

ବିଛା: ଇଷ୍ଟଦେବୀଙ୍କ କୃପାରୁ ଦିନଟି ଆପଣଙ୍କ ପାଇଁ ସୁଖସମ୍ଭାର ନେଇ ଆସିବା । ପ୍ରତିଟି କାର୍ଯ୍ୟରେ ସକାରତ୍ମକ ଫଳ ପାଇବେ । ବ୍ୟବସାୟରେ ପ୍ରଚାର ଓ ପ୍ରସାର ଫଳରେ ଆଶାତୀତ ଲାଭବାନ ହେବେ । କାରବାରରେ ବଡ଼ ସଉଦା ହେବ । ରାଜ୍ୟରେ ଆପଣଙ୍କୁ କୌଣସି ଉଚ୍ଚପଦ ମିଳିପାରେ । ନୂତନ କର୍ମ ନିଯୁକ୍ତି ପାଇବେ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ବଢ଼ିବ । ଛାତ୍ରୀଙ୍କର ଲେଖାପଢ଼ାରେ ରୁଚି ବଢ଼ିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ଧନୁ: ଆପଣଙ୍କର ମନୋଭାବ କୌତୁକିଆ ରହିବ । ବନ୍ଧୁଙ୍କ ସହିତ ସମୟ କଟିବ । ଦୀର୍ଘ ଦିନର କୌଣସି ଆଶା ପୂରା ହେବ । ବ୍ୟବସାୟୀମାନେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ । କ୍ଷୟକ୍ଷତି ଘଟିବାର ଆଶଙ୍କା ନାହିଁ । ମାଲି ମୋକଦ୍ଦମାରେ ଅନାଗ୍ରହ ସୃଷ୍ଟି ହେବ । ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ଲାଭ କରିବେ । ବିଦେଶ ଯାତ୍ରାରେ ଯଶଲାଭ, ପରିବାରରେ ମାନ ମନାନ୍ତର ଦୂର ହେବ । ଶୁଭ ସମ୍ବାଦପାଇ ଖୁସିହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ସୂର୍ଯ୍ୟଦେବ ।

ମକର: ନିଜ ଗୁପ୍ତ କଥା ଅନ୍ୟକୁ କୁହନ୍ତୁ ନାହିଁ । ଆପଣଙ୍କ ସରଳତାର ସୁଯୋଗ ନେବା ପାଇଁ ସମସ୍ତେ ଜଗି ବସିଛନ୍ତି । କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ । କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ କୌଣସି କାମ ପ୍ରତି ମନ ଲାଗିବ ନାହିଁ । ନିର୍ମାଣାଧୀନ କାମ ଅଟକି ରହିଥିବା କାରଣରୁ ସାମୟିକ ଭାବେ ମାନସିକ ବିବ୍ରତ ହୋଇପାରନ୍ତି । ବ୍ୟବସାୟକ୍ଷେତ୍ରରେ ଆଶାନୁରୂପକ ସଫଳତା ମିଳିବ ନାହିଁ । ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ ।

କୁମ୍ଭ: ନିଜ ଇଚ୍ଛା ମୁତାବକ ସମସ୍ତ କାର୍ଯ୍ୟ ସୁରୁଖୁରୁରେ ସମ୍ପାଦନ କରିପାରିବେ । ସମସ୍ୟା ଦୂରହେବ ଓ ଉଚ୍ଚ ଆଶାରେ ଆଗେଇବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଆୟ ବଢିବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ବିଶେଷ ମାମଲାରେ ସମାଧାନ ଶୀଘ୍ର ମିଳିଯିବ । ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ଲାଭ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରିୟବନ୍ଧୁଙ୍କୁ କୌଣସି ଉପହାର ଦେଇ ପାରନ୍ତି । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଲକ୍ଷ୍ମୀ ।

ମୀନ: ପୂଜାପାଠରେ ଆପଣଙ୍କ ମନ ଯଥେଷ୍ଟ ଲାଗି ରହିବ । ଆପଣଙ୍କ ମନର ଇଚ୍ଛା ପୂରା କରିବା ପାଇଁ ଧ୍ୟାନ ଦିଅନ୍ତୁ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ । ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ଅକ୍ଷୁର୍ଣ୍ଣ ରହିବ । ମହିଳାମାନେ ନିଜ କର୍ତ୍ତବ୍ୟକୁ ସୁଚାରୁ ରୂପେ ସମ୍ପାଦନା କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ସନ୍ତାନଙ୍କ କ୍ୟାରିୟର ଲାଗି ବଡ଼ଙ୍କ ପରାମର୍ଶ ନିଅନ୍ତୁ । ଶୁଭରଙ୍ଗ: ଲାଲ । ଆରାଧନା: ବାବା ଗୁପ୍ତେଶ୍ୱର ।