11 ଫେବୃଆରୀ 2019, ସୋମବାର –4ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଉପରେ ମହାଦେବଙ୍କ କରୁଣା ଦୃଷ୍ଟି ରହିବ

Spread the love

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ଭୂମିକା ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଦିନଟି ଆପଣଙ୍କ ଲାଗି ଖୁବ୍‌ ଭଲ ରହିବ। ଠିକ୍‌ ସମୟରେ ଉଚିତ ନିଷ୍ପତ୍ତି ନେବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ସରକାରୀ ନେଣଦେଣରେ ଆପଣଙ୍କୁ ଲାଭ ମିଳିବ । ନୂଆ ଚାକିରି ମିଳିବାର ଯୋଗ ରହିଛି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଘରୋଇ ଜୀବନରେ ପ୍ରେମପୂର୍ଣ୍ଣ ବାତାବରଣ ରହିବ । ମହିଳାମାନେ ଅଫିସ୍ ଓ ଘରେ ନିଜ କାର୍ଯ୍ୟ ପାଇଁ ପ୍ରଶଂସିତ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ବୃଷ: ଭଗବାନଙ୍କ ଉପରେ ଭରସା ରଖନ୍ତୁ, ସମସ୍ତ କାର୍ଯ୍ୟରେ ସିଦ୍ଧି ପାଇବେ ଓ ଆତ୍ମସନ୍ତୋଷ ମଧ୍ୟ ମିଳିବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ଆପଣଙ୍କ ଜୀବନରେ କିଛି ପରିବର୍ତ୍ତନ ଆସିପାରେ । ଅଫିସରେ ଶାନ୍ତିର ବାତାବରଣ ରହିବ । ରାଜନୀତିରେ ପ୍ରଶଂସିତ ହେବେ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ପ୍ରଭୁ ହନୁମାନ ।

ମିଥୁନ: ଆପଣ ଚୁପଚାପ ରହି ନିଜ କାର୍ଯ୍ୟରେ ଧ୍ୟାନ କେନ୍ଦ୍ରୀଭୂତ କରନ୍ତୁ; ବିଳମ୍ବ ହେଲେ ବି ସବୁ ଠିକ୍‌ ହୋଇଯିବ । ଭୋଗବିଳାସରେ ସାମିଲ ହେବାକୁ ଅବସର ସୃଷ୍ଟି କରି ପାରିବେ । ଅର୍ଥ ଉପାର୍ଜନରେ ରାସ୍ତା ଖୋଲିଯିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ମାଲି ମୋକଦ୍ଦମାରେ ଆଶାବାଦୀ ହେବେ । ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ପ୍ରେମ ବ୍ୟାପାର ପାଇଁ ଦିନଟି ଭଲ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଦୁର୍ଗା ।

କର୍କଟ: ସମୟ ଆପଣଙ୍କ ପାଇଁ ଅନୁକୂଳ ରହିବ । ଆପଣଙ୍କ ପ୍ରତିଭାରୁ ଅନ୍ୟମାନଙ୍କୁ ପ୍ରେରଣା ମିଳିବ । କୌଣସି କାମରୁ ବଡ଼ ଫାଇଦା ହୋଇପାରେ । ବ୍ୟବସାୟୀ ମାନଙ୍କର କାରବାର ବୃଦ୍ଧି ହେବ । ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ଚାକିରୀଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ଯୁବକ ଯୁବତୀ ମାନେ ବିଦେଶ ଯାତ୍ରାରେ ଲାଭବାନ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ନୂଆ ପରିଧାନ ଓ ଗହଣା କିଣିବେ । ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ମହିଳାମାନେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ସିଂହ: ଆର୍ଥିକ ଉର୍ନ୍ନତି ଦୃଷ୍ଟି କୋଣରୁ ଦିନଟି ଆପଣଙ୍କ ପାଇଁ ବେଶ ଭଲ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ ।ବିରୋଧୀ ଆପଣଙ୍କ ସମ୍ମୁଖରେ ନତମସ୍ତକ ରହିବେ । ଚାକିରିରେ ପଦୋନ୍ନତି ମିଳିପାରେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଭୁଜାତ ଦ୍ରବ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ପ୍ରିୟ ବନ୍ଧୁଙ୍କ ଠାରୁ ଉପହାର ପାଇବେ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ଶୁଭରଙ୍ଗ: ଧଳା । ଆରାଧନା: ରାମଚଣ୍ଡୀ ।

କନ୍ୟା: ଦିନଟି ଆପଣଙ୍କ ଲାଗି ଲାଭଦାୟକ ରହିବ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ । ଆମଦାନି ପାଇଁ ନୂଆ ରଣନୀତି ପ୍ରସ୍ତୁତ କରିବେ । ଉଧାର ଦେଇଥିବା ପଇସା ଅଚାନକ ଫେରସ୍ତ ପାଇବେ । ଅଫିସରେ ଆପଣଙ୍କର ସ୍ଥିତି ମଜଭୁତ ହେବ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ପ୍ରେମରେ ସଫଳତା ପାଇବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ତାରିଣୀ ।

ତୁଳା: ଭାଗ୍ୟର ସହଯୋଗରେ ଆଗକୁ ବଢୀଟିଏ ବିନା ଦ୍ଵିଧାରେ । ଘରେ ବାହାରେ କେହି ଆପଣଙ୍କୁ ହଟାଇପାରିବେ ନାହିଁ । ବ୍ୟବସାୟ କ୍ଷେତ୍ରରେ ଧ୍ୟାନମଗ୍ନ ରହି ନିଜର ପ୍ରତିଷ୍ଠା ବୃଦ୍ଧି କରିବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ । ଚାକିରିଆଙ୍କର ଉନ୍ନତି ହେବ। ଜୀବନସାଥୀଙ୍କ ଠାରୁ ଉପହାର ମିଳିପାରେ । ଯୁବକ ଯୁବତୀ ମାନେ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ବନ୍ଧୁ ଓ ଭାଇଙ୍କ ସହଯୋଗ ପାଇବେ । ଜମି ବାଡ଼ି କିଣିବେ । ମହିଳାମାନେ କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ସମଲେଶ୍ୱରୀ ।

ବିଛା: ସମୟ ସ୍ରୋତରେ ଆପଣ ବେଶ ଉନ୍ନତି କରିବେ ଓ ସଫଳତା ପ୍ରାପ୍ତି କରିବେ । ବ୍ୟବସାୟରେ ଆଶାତୀତ ଲାଭବାନ ହେବେ । ସମାଜ ସେବାରେ ନିଜକୁ ନିୟୋଜିତ କରିବେ । ରାଜନୀତିରେ ନେତା ଆପଣଙ୍କୁ ନୂଆ କାର୍ଯ୍ୟ ଅର୍ପଣ କରିବେ । ପ୍ରଚୁର ମାତ୍ରାରେ ଧନାଗମ ହେବ । ଅଫିସରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ । ବାଦବିବାଦ, ମାଲି ମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ମନ ଉଣାହେବ ।
ମହିଳାମାନେ ରାଜନୀତିରେ କୂଟନୀତିର ଶୀକାର ହେବେ । ଛାତ୍ରଛାତ୍ରୀମାନେ ପାଠ ପଢ଼ାରେ ମନଧ୍ୟାନ ଦେବେ ଓ ପ୍ରସଂଶିତ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ଧନୁ: ଏକାଗ୍ରତାର ସହିତ କାମ କରନ୍ତୁ; ସଫଳତାର ପାହାଚ ଚଢ଼ିବେ । ଧନପ୍ରାପ୍ତିର ଯୋଗ ପ୍ରବଳ ରହିଛି । ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ । ଚାକିରିରେ ଚିନ୍ତା ଦୂର ହେବ । ରାଜନୀତିରେ ମହତ୍ୱ ଆକାଂକ୍ଷା ପୂରଣ ହେବ । ନିର୍ମାଣକାର୍ଯ୍ୟ ସମ୍ପନ୍ନ ହେବ । ପ୍ରିୟତମଙ୍କ ଠାରୁ ଖୁବ୍‌ ପ୍ରେମ ପାଇବେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ବାବା କପିଳାସ ।

ମକର: ଦିନଟି ପ୍ରାୟତଃ ହସ ଖୁସିରେ କାଟିବ । ମାତାପିତାଙ୍କ ସହଯୋଗରେ ଆପଣଙ୍କ କାରବାର ବୃଦ୍ଧି ହେବ । ଚାକିରି ତଲାସରେ ଥିବା ବ୍ୟକ୍ତି ଶୁଭ ଖବର ପାଇବେ । ଯୁବକ ଯୁବତୀ ମାନେ ବିଦେଶ ଯାତ୍ରାରେ ଲାଭବାନ ହେବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯାଇ ପାରନ୍ତି । ମହିଳାମାନେ ପରିଧାନ ଶୈଳୀ ପ୍ରତି ବିଶେଷ ଧ୍ୟାନ ଦେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଲକ୍ଷ୍ମୀ ।

କୁମ୍ଭ: ମନ କଥା ମନରେ ହିଁ ରଖନ୍ତୁ; ସଫଳତା ନିଶ୍ଚୟ ପାଇବେ । ଜୀବନସାଥୀଙ୍କ ଖୁସି ଉପରେ ଆପଣଙ୍କୁ ଧ୍ୟାନ ଦେବାକୁ ହେବ । ଅଫିସ କାମରେ ସହର ବାହାରକୁ ଯାଇପାରନ୍ତି । କାହାରିକୁ ଉଧାର ଦେଲେ ଠିକଣା ସମୟରେ ଅର୍ଥ ଫେରସ୍ତ ମିଳିବାର ଆଶା କମ୍‌ । ରାଜନୀତି କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲା ବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ । ମହିଳାମାନେ ଯେତେ କଷ୍ଟ କଲେ ମଧ୍ୟ ଭଲ ଫଳ ପାଇବେ ନାହିଁ । ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ମଙ୍ଗଳା ।

ମୀନ: ଆପଣଙ୍କ ପାଇଁ ଉନ୍ନତିର ପଥ ଖୋଲା ରହିଛି । ରାଜନୈତିକ ପ୍ରଭାବ ବୃଦ୍ଧି ହେବ । ଆର୍ଥିକ ରୂପେ ଆଜି ଭଲ ଫଳାଫଳ ମିଳିବ । ବ୍ୟବସାୟରେ ଧନଲାଭ କରିବାର ସୁଯୋଗ ପାଇବେ । ବ୍ୟବସାୟରେ ନୂଆ ଦିଗ ମିଳିବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ମହିଳାମାନଙ୍କର ମାନସିକ ସ୍ଥିରତା ଦେଖାଦେବ ଓ ବଢ଼ିଆ ଚାକିରିର ପ୍ରସ୍ତାବ ମିଳିବ । ବାଦବିବାଦ,ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଲକ୍ଷ୍ମୀ ।