10 ଫେବୃୟାରୀ 2019, ରବିବାର – ଏହି ୬ଟି ରାଶି ଉପରେ କୃଷ୍ଣଙ୍କ କୃପା ରହିବ

Spread the love

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ବେଶ ଉଜ୍ଜ୍ୱଳମୟ ରହିବ । ଚାକିରିରେ କିଛି ପରିବର୍ତ୍ତନ ବା ବଦଳି ହୋଇପାରେ । କାରବାରରେ ଉନ୍ନତି ହେତୁ ଆତ୍ମବିଶ୍ବାସ ବଢ଼ିବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ । ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି । ପାରିବାରିକ ଜୀବନ ଆନନ୍ଦମୟ ହେବ । ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ସଫଳତା ଲାଭ କରିବେ । ପ୍ରେମ ଜୀବନ ଖୁବ୍‌ ରୋଚକ ଓ ଆନନ୍ଦମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀକୃଷ୍ଣ ।

ବୃଷ: ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ । ବ୍ୟବସାୟରେ କଥା ଠିକ୍‌ ଢଙ୍ଗରେ ରଖନ୍ତୁ; ଲାଭ ହେବ । ପାରିବାରିକ ସ˚ପତ୍ତି ବିବାଦ ଠାରୁ ଦୂରେଇ ରହନ୍ତୁ । ସ୍ବାସ୍ଥ୍ୟ ପ୍ରତି ସାବଧାନ ରହନ୍ତୁ । ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ ଓ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ମିଥୁନ: ଆପଣଙ୍କ ଲାଗି ଉନ୍ନତି ଓ ଲାଭ ମିଳିବାର ସୁଯୋଗ ରହିଛି । କୌଣସି କାମରେ ଜୀବନସାଥୀଙ୍କ ଠାରୁ ସାହାଯ୍ୟ ପାଇବେ । ବ୍ୟବସାୟ କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପରେ ବାଧା ପ୍ରତିରୋଧ ଦେଖାଦେଇ ପାରେ । ମହିଳାମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ । ନୂଆ ବାହନ କିଣିବା ଲାଗି ଦିନଟି ଭଲ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସକାରତ୍ମକ ସଫଳ ହେବେ । ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭଦ୍ରକାଳୀ ।

କର୍କଟ: ଉନ୍ନତି ପାଇଁ ଭିନ୍ନ ଭିନ୍ନ ରାସ୍ତା ଆପଣାଇବେ । ବ୍ୟବସାୟରେ ପୂର୍ବରୁ ହୋଇଥିବା ଫଇସଲା ଲାଭପ୍ରଦ ହେବ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ଜମିରେ ଲାଗି ରହିଥିବା ବିବାଦ ସମାଧାନ ହୋଇଯିବ । ସୁଖ ସମୃଦ୍ଧି ବୃଦ୍ଧି ସହ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଶିକ୍ଷକଙ୍କ ଲାଗି ଦିନଟି ଖୁବ୍‌ ଭଲ । ବୈବାହିକ ଜୀବନ ଠିକ୍‌ଠାକ୍‌ ରହିବ । ମାନସିକ ଏକାଗ୍ରତା ବଜାୟ ରହିବ । ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରମୋଶନ ସୂଚନାପାଇ ଖୁସି ହେବେ । ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ବିରଜା ।

ସିଂହ: ଆଜି ଆପଣଙ୍କ ଭାଗ୍ୟ ଆପଣଙ୍କୁ ପୂରା ସହଯୋଗ କରିବ । କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ । ଅନ୍ୟଥା ଆପଣଙ୍କ କ୍ୟାରିୟର ଉପରେ ପ୍ରଭାବ ପଡ଼ିବ । ପାରିବାରିକ ଦ୍ଵନ୍ଦର ଅବସାନ ଘଟିବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । କର୍ମକ୍ଷେତ୍ରରେ ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତହେବେ । ରାଜନୀତିକ୍ଷେତ୍ରରେ ଜନସେବାରେ ନିଜକୁ ନିୟୋଜିତ କରି ଆଶାତୀତ ଲାଭ ପାଇବେ । ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ଦୁର୍ଗା ।

କନ୍ୟା: ଆପଣଙ୍କ ସ୍ୱଭାବରେ ଅନ୍ୟମାନେ ଅନୁପ୍ରାଣିତ ହେବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ ।ରାଜନୀତିରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନବୃଦ୍ଧି ସହ କୃତକାର୍ଯ୍ୟ ହେବେ । ଅନ୍ୟମାନଙ୍କ ଆଲୋଚନା ବା ନିନ୍ଦା କରିବାରୁ ନିବୃତ୍ତ ରହନ୍ତୁ । କୌଣସି ନିର୍ମାଣ କାର୍ଯ୍ୟ ପାଇଁ ଯୋଜନା କରିବେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ଲକ୍ଷ୍ମୀ ନାରାୟଣ ।

ତୁଳା: ବ୍ୟବସାୟର ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ । ଚାକିରୀଜୀବିମାନେ ନିଜ କ୍ଷେତ୍ରରେ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ । ଜୀବନସାଥୀଙ୍କ ପୂରା ସହଯୋଗ ମିଳିବ । ମାଲିମୋକଦ୍ଦମା ମାମଲାରେ ରାୟ ଆପଣଙ୍କ ସପକ୍ଷରେ ଯିବ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆର୍ଥିକ ସ୍ଥିତି ମଜଭୁତ ହେବ । ପ୍ରେମ ବ୍ୟାପାର ପାଇଁ ଦିନଟି ଭଲ । ମହିଳାମାନେ ମାନେ ଅଧିକ ଲାଭ ପାଇ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ବିଦ୍ୟାର୍ଥୀମାନେ ସଂଘର୍ଷରତ ରହିବେ । ଶୁଭରଙ୍ଗ: ନୀଳ । ଆରାଧନା: ଶ୍ରୀ ଗଣେଶ ।

ବିଛା: ସାରାଦିନ ହସ ଖୁସିରେ ରହିବେ । ଆପଣଙ୍କ ଭଲ ବ୍ୟବହାରରେ ଅଫିସର ଲୋକେ ପ୍ରଭାବିତ ହେବେ । ଅଚାନକ ଧନଲାଭ ହେବ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । କଳା ସଙ୍ଗୀତ କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ଭଲ ପ୍ରଦର୍ଶନ କରିବେ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ଉଚ୍ଚ ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ପ୍ରେମ ସମ୍ପର୍କ ନିବିଡ଼ ହେବ । ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ମାଣିକେଶ୍ଵରୀ ।

ଧନୁ: ସମସ୍ୟାର ସମାଧାନ ପାଇଁ ନୂଆ କୌଶଳ ଅବଲମ୍ବନ କରିବେ । ପରିଶ୍ରମର ଫଳ ଆପଣଙ୍କୁ ମିଳିବ । ବ୍ୟବସାୟ ବୃଦ୍ଧି ପାଇବ ଓ ଲାଭାଂଶ ଉପରେ ସୁପ୍ରଭାବ ପଡିବ । କର୍ମକ୍ଷେତ୍ରରେ ସଙ୍କୁଚିତ ହେଲେ ମଧ୍ୟ ସ୍ଵାଭିମାନକୁ ବଜାୟ ରଖି ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହୋଇ କର୍ମୋନ୍ନତି ଭାଗ୍ୟୋନ୍ନତି କରି ପାରିବେ । ଅଫିସ କାମରେ ସହର ବାହାରକୁ ଯାଇପାରନ୍ତି । ରାଜନୀତିରେ ଲୋକସମ୍ପର୍କକୁ ଆଧାରକରି ତିଷ୍ଠି ପାରିବେ । ଅବିବାହିତଙ୍କର ବିବାହ ଲାଗି ଭଲ ପ୍ରସ୍ତାବ ଆସିବ । ମହିଳାମାନେ ସୁଯୋଗ ପାଇ ଗଠନମୂଳକ ଚିନ୍ତାଧାରାକୁ ଉଜ୍ଜୀବିତ କରି ଯୋଜନାବଦ୍ଧ ରୀତି ଗ୍ରହଣ କରି ପାରିବେ । ଛାତ୍ରଙ୍କୁ ସିନିୟରଙ୍କ ସହଯୋଗ ମିଳିବ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ ଭୈରବୀ ।

ମକର: ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ଅଫିସରେ ଆଜି ସାବଧାନତା ଅବଲମ୍ବନ କରିବା ଦରକାର । ନିଜର କଥାବାର୍ତ୍ତ ଉପରେ ସଂଯମ ରଖନ୍ତୁ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ । ମହିଳାଙ୍କୁ ଆଜି ଜୀବନସାଥୀଙ୍କ ଠାରୁ ଉପହାର ମିଳିବ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

କୁମ୍ଭ: ବ୍ୟବସାୟରେ ଲାଭ-କ୍ଷତି ପ୍ରତି ଭ୍ରୂକ୍ଷେପ କରିବେ ନାହିଁ ଯାହା ଫଳରେ ମନଅଧିକ ପ୍ରଭାବିତ ହେବ । ମିଷ୍ଟ ବ୍ୟବହାରରେ ସବୁ କାମ ପୂରା କରିନେବେ । କର୍ମ କ୍ଷେତ୍ରରେ କଠିନ ପରିଶ୍ରମ ଯୁକ୍ତ ହେବେ ଓ ନିଜ କ୍ଷେତ୍ରରେ ଭାବମୂର୍ତ୍ତି ସୁରକ୍ଷିତ ରହିବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । କଳାକାରଙ୍କୁ ଫିଲ୍ମର ପ୍ରସ୍ତାବ ମିଳିବ । ନୂଆ ବାହନ କିଣିବା ଆଶା ପୂରା ହେବ । ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ । ମହିଳାମାନେ ସୁଖ ସମ୍ପଦ ପ୍ରାପ୍ତି ଓ ବ୍ରତ, ଉପାସନାରେ ବ୍ରତୀ ହେବେ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ମଙ୍ଗଳା ।

ମୀନ: ଦିନଟି ଖୁସି ଭରା ରହିବ । ସଫଳତାର ନୂଆ ପାହାଚରେ ପାଦ ରଖିବେ । ବ୍ୟବସାୟରେ ଦୁଃସ୍ଥିତିର ସମସ୍ୟା ହ୍ରାସ ପାଇବ । ଆର୍ଥିକ ଚିନ୍ତା ଦୂର ହେବ । ବିଭିନ୍ନ ଲୋକଙ୍କ ସହିତ ମିଶିବେ । ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।