୧୦ ମାର୍ଚ୍ଚ ୨୦୧୯ ରବିବାର – ଏହି ୬ଟି ରାଶି ଉପରେ ରହିବ ସୂର୍ଯ୍ୟଦେବଙ୍କ କୃପା, ଅଟକିଥିବା ଧାନ ଫେରି ପାଇବେ, ପୂର୍ଣ୍ଣ ହେବ ନିଜ ଅଭିଳାଷ….

Spread the love

୧୦ ମାର୍ଚ୍ଚ ୨୦୧୯ ରବିବାର – ଏହି ୬ଟି ରାଶି ଉପରେ ରହିବ ସୂର୍ଯ୍ୟଦେବଙ୍କ କୃପା, ଅଟକିଥିବା ଧାନ ଫେରି ପାଇବେ, ପୂର୍ଣ୍ଣ ହେବ ନିଜ ଅଭିଳାଷ….

ଆଜି ଆମେ ଆପଣଙ୍କୁ ୧୦ ମାର୍ଚ୍ଚ ୨୦୧୯ ରବିବାର ଦିନର ରାଶିଫଳ ବିସ୍ତୃତ ଭାବରେ କହିବା ପାଇଁ ଯାଉଛୁ । ପ୍ରତ୍ୟେକ ମନୁଷ୍ୟ ପାଇଁ ରାଷିଫଳାର ମହତ୍ୱ ରହିଛି ଆଜି ଆମେ ଆପଣଙ୍କୁ ୧୦ ମାର୍ଚ୍ଚ ୨୦୧୯ ରବିବାର ଦିନର ରାଶିଫଳ ବିସ୍ତୃତ ଭାବରେ କହିବା ପାଇଁ ଯାଉଛୁ । ରାଶିଫଳ ଅନୁସାରେ ବ୍ୟକ୍ତିର ସ୍ଵଭାଵ ଓ ଭବିଷ୍ୟତ ବିଷୟରେ ଜାଣିବାକୁ ମିଳିଥାଏ । କାରଣ ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଜୀବନରେ କଣ କଣ ପରିବର୍ତ୍ତନ ଘଟିବ ଜାଣିବା ।

ମେଷ: ବନ୍ଧୁ ଓ ଜୀବନସାଥୀ ଉଭୟଙ୍କ ସହଯୋଗ ପାଇବେ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ବିଭିନ୍ନ ପ୍ରକାର ପରିସ୍ଥିତିର ମୁକାବିଲା କରିବା‌ରେ ସକ୍ଷମ ହେବେ । ସହକର୍ମୀମାନଙ୍କ ସହ ହସଖୁସିରେ ଦିନଟି ଅବସାନ ଘଟିବ । ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ସୁଖ ସମ୍ପଦ ପ୍ରାପ୍ତି ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ଜୀବନସାଥୀଙ୍କ ଠାରୁ କିଛି ଉପହାର ମିଳିପାରେ । ମହିଳାମାନେ ବ୍ରତ, ଉପାସନାରେ ବ୍ରତୀ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ବୃଷ :- ଦେବୀମାତାଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରନ୍ତୁ, ସମ୍ଭାବ୍ୟ ସଙ୍କଟ ଦୂର ହେବ । ପାରିବାରିକ ସମସ୍ୟାରୁ ଶାନ୍ତି ପାଇବେ । ଯେତେ ସମସ୍ୟା ଥିଲେ ମଧ୍ୟ କାମରୁ ଅବହେଳା କରିବେ ନାହିଁ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ । ଯେତେ ମିଠା କଥା କହିବେ ସେତେ ଲାଭ ପାଇବେ । ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ । ଆକସ୍ମିକ ଦୁର୍ଘଟଣା ହେବାର ସମାଧାନ ରହିଛି, ସାବଧାନତା ଅବଲମ୍ବନ କରନ୍ତୁ । ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ । ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ । ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହିବେ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଦୁର୍ଗା ।

ମିଥୁନ: ପରିବାରର ବୟୋଜ୍ୟେଷ୍ଠଙ୍କ ଆଶୀର୍ବାଦ ପାଇବେ, ଦିନଟି ମଙ୍ଗଳଯ ରହିବ । ବ୍ୟବସାୟୀମାନେ କର୍ମ କ୍ଷେତ୍ରରେ ସର୍ତକତା ଅବଲମ୍ବନ କରନ୍ତୁ ଏବଂ ନିଜ କଥାବାର୍ତ୍ତାରେ ନିୟନ୍ତ୍ରଣ ରଖାନ୍ତୁ । ଆୟ ବ୍ୟୟ ପ୍ରାୟ ସମାନ ରହିବ । କୃଷିଜୀବିମାନେ ଆନନ୍ଦିତ ହେବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । କୃଷିଜୀବିମାନେ ଆନନ୍ଦିତ ହେବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । କୌଣସି ନୂଆ ପରିଯୋଜନା ଲାଗି ଆପଣଙ୍କ ମନରେ କଳ୍ପନା ଆସିବ । ବନ୍ଧୁଙ୍କ ସହିତ ମଉଜ ମଜଲିସରେ ସମୟ କଟିବ । ପିଲାମାନଙ୍କ ପ୍ରତି ବିଶେଷ ସତର୍କ ରହିବା ଉଚିତ୍ । ଶୁଭରଙ୍ଗ: ମେରୁନ । ଆରାଧନା: ବାବା ଆଖଣ୍ତଳମଣି ।

କର୍କଟ :- ଜୀବନର ସଫଳତା ଆଜି ଦିନଟି ଆପଣ ପାଇଁ ଅତ୍ୟନ୍ତ ଉତ୍ତମ ଅଟେ । ବ୍ୟର୍ଥ ଚିନ୍ତାରୁ ମୁକ୍ତି ପାଇବେ । ଆପଣଙ୍କ ପ୍ରତିଭାରୁ ବଡ଼ ଲାଭ ହେବ । ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣ ହେବ । ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ । ଛାତ୍ରଙ୍କୁ ଶିକ୍ଷକଙ୍କ ସାହାଯ୍ୟ ମିଳିବ । ପ୍ରିୟ ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ସିଂହ: ଦିନଟି ଆପଣଙ୍କ ପାଇଁ ବେଶ୍ ଭଲ ରହିବ । ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ । ବ୍ୟବସାୟରେ କମ୍ ପରିଶ୍ରମରେ କରି ଅଧିକ ଲାଭବାନ ହେବେ । କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ସହଯୋଗ ପ୍ରାପ୍ତି ହେବ । କର୍ତ୍ତୃପକ୍ଷ ଆପଣଙ୍କୁ ନୂଆ ଦାୟିତ୍ବ ଅର୍ପଣ କରିବେ ।ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦିରେ ଶୁଭଫଳ ପ୍ରାପ୍ତି ହେବ । ପ୍ରେମରେ ଆପଣଙ୍କୁ ସଫଳତା ମିଳିବ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ବିମଳା ।

କନ୍ୟା: ଦିନଟି ଆପଣଙ୍କ ଲାଗି ଭଲ ଫଳାଫଳ ନେଇ ଆସିବ । ଛୋଟିଆ ନିଷ୍ପତ୍ତିରୁ ବଡ଼ ଫାଇଦା ମିଳିବ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଅଫିସରେ ଅନ୍ୟମାନଙ୍କ ସହିତ ତାଳମେଳ ବଢ଼ିଆ ରହିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପୁରାତନ ରୋଗର ଉପଶମ ମିଳିବ । ପାରିବାରିକକ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ । ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଗାୟତ୍ରୀ ।

ତୁଳା :- ଆଜିର ଦିନଟି ଆପଣଙ୍କ ଜୀବନରେ ଖୁସିର ବର୍ଷା ହେବ । ପ୍ରିୟ ବନ୍ଧୁଜନଙ୍କ ସହିତ ଦିନର ଅଧିକାଂଶ ସମୟ ବିତେଇବେ । କ୍ୟାରିୟରକୁ ନେଇ କୌଣସି ବଡ଼ ଫଇସଲା ନେଇ ପାରନ୍ତି । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । କୋର୍ଟକଚେରୀ ମାଲିମକଦ୍ଦମାରେ ଶୁଭ ଖବର ପାଇବେ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳୀଜାଈ ।

ବିଛା: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଉତ୍ତମ ଅଟେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ବ୍ୟବସାୟରେ ଅଧିକ ଲାଭବାନ ରହିବ । ଚାକିରିରେ ଦାୟିତ୍ବ ବୃଦ୍ଧି ହେବ।, ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ । ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ । ପରିବାରରେ ବଡ଼ଙ୍କ ଠାରୁ ସହଯୋଗ ପାଇବେ । ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି । ପରିବାରରେ ଲାଗି ରହିଥିବା ବିବାଦ ଦୂର ହେବ । ମହିଳାମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ବନ୍ଧୁବିରୋଧ, ପ୍ରତିବେଶୀଙ୍କ ସହ କଳହ ସୃଷ୍ଟି ହୋଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସମଲେଶ୍ୱରୀ ।

ଧନୁ :- ମାନସିକ ଦୃଷ୍ଟିରୁ ଆପଣ ଅଶାନ୍ତି ମୁକ୍ତ ରହିବେ । ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ଯିବାକୁ ଥିବା ଯାତ୍ରା ଆପଣଙ୍କ ପାଇଁ ଲାଭପ୍ରଦ ହେବ । ଅଫିସରେ ଆପଣଙ୍କ ପରାମର୍ଶକୁ ସମସ୍ତେ ସମ୍ମାନ ଦେବେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ । ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ଅନ୍ୟମନସ୍କ ରହିବେ । ପିଲାମାନଙ୍କ ପାଠପଢା ଓ ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ । କେତେକ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

ମକର :- ଆପଣଙ୍କ ପ୍ରୟାସ ଉତ୍ତମ ପ୍ରମାଣିତ ହେବ । ବିଦେଶ ଯିବାର ରାସ୍ତା ଉନ୍ମୁକ୍ତ ହେବ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ଅଟକି ଥିବା ନିର୍ମାଣଧୀନ କାମକୁ ନେଇ ସମ୍ୟକ ବିବ୍ରତ ହୋଇପାରନ୍ତି । ବିଭିନ୍ନ ପ୍ରକାର କଥା ଚିନ୍ତାକରି ମନ ବିସ୍ତାପ ରହିବ । ଈର୍ଷାପରାୟଣ ବ୍ୟକ୍ତିମାନଙ୍କ ଠାରୁ କଟୁ ବଚନ ଶୁଣିପାରିବେ । ଶୁଭରଙ୍ଗ: ନୀଳ । ଆରାଧନା: ଶ୍ରୀ ଗଣେଶ ।

କୁମ୍ଭ: ପରିବାରରେ ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ଆଶାର ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ବ୍ୟବସାୟରେ ଅଧିକ ଲାଭାନ ହେବେ । ବ୍ୟୟ ପ୍ରତି ସଜାଗ ରୁହନ୍ତୁ । ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ । ରାଜନୀତିରେ ଉଚ୍ଚ ପ୍ରଶଂସିତ ହେବେ । ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ । ବିଦ୍ୟାର୍ଥୀମାନେ ପାଠପଢ଼ାରେ ଅବହେଳା କରିବେ । ମହିଳାମାନେ ପିଲାଙ୍କ ସହ ହସ ଖୁସିରେ ଦିନଟି ଅତିବାହିତ କରିବେ । ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଭୈରବୀ ।

ମୀନ :- ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ। ରଚନାତ୍ମକ କାମରେ ଆପଣଙ୍କର ନାମ ହେବ । ନୂଆ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଧର୍ମ କାର୍ଯ୍ୟପ୍ରତି ମନ ବଳାଇବେ । ମହିଳାମାନେ ନିଜର ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବ୍ୟବସାୟରେ ନୂତନ ଚିନ୍ତାଧାରା ପ୍ରୟୋଗ ଓ ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ଼ ହେବ । ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଘରୋଇ ଜୀବନରେ ସୁଖ ଓ ସୁବିଧା ବୃଦ୍ଧି ହେବ। ଶୁଭରଙ୍ଗ: ଧୂସର । ଆରାଧନା: ମାଆ ବିରଜା ।