10 ଅଗଷ୍ଟ 2019, ଶନିବାର – ଏହି ଚାରୋଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କୁ ବିଭିନ୍ନ ପ୍ରକାର ବାଧା ବିଘ୍ନର ସମ୍ମୁଖୀନ ହେବାକୁ ପଡିପାରେ ।

Spread the love

10 ଅଗଷ୍ଟ 2019, ଶନିବାର – ଏହି ଚାରୋଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କୁ ବିଭିନ୍ନ ପ୍ରକାର ବାଧା ବିଘ୍ନର ସମ୍ମୁଖୀନ ହେବାକୁ ପଡିପାରେ ।

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଦିନଟି ଆପଣଙ୍କ ପାଇଁ ଉଭୟ ସୁଖ ଓ ଦୁଃଖ ମିଶ୍ରଣ ଫଳ ପ୍ରଦାନ କରିବା । ଲାଭ କ୍ଷତି ହିସାବରେ ଅଧିକ ସମୟ କଟିବ । ଗୁରୁଜନମାନଙ୍କ ପରାମର୍ଶ କ୍ରମେ କାମ କଲେ ସମସ୍ୟା ସମାଧାନ ହେବା ସମ୍ଭାବନା ରହିଛି । ସ୍ଵଭାବରେ ବିନମ୍ର ହୋଇ ବରିଷ୍ଠଙ୍କ ସହିତ କଥାବାର୍ତ୍ତା କରନ୍ତୁ । କୌଣସି ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ । ଆର୍ଥିକ ସଙ୍କଟ ଥିଲେ ମଧ୍ୟ ନୂତନ ଯୋଜନା ଆରମ୍ଭକରିବା ସକାଶେ ମନ ବଳାଇବେ । ଆକସ୍ମିକ ସମସ୍ୟା ହେତୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ । ଘରୋଇ ଚିନ୍ତା ଧୀରେ ଧୀରେ ସମାପ୍ତ ହେବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ବିରଜା ।

ବୃଷ: ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବାକୁ ବାଧ୍ୟ ହେବେ । ଚାକିରିରେ ନିଷ୍ଠାର ସହିତ କାମ ଭଲ ପରିଣାମ ଦେବ । ଆର୍ଥିକ ସ୍ଥିତି କମ୍‌ଜୋର ରହିବ, ଫଳରେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି । ସାମାଜିକ ସ୍ତରରେ ସମ୍ମାନ ପାଇବେ, କିନ୍ତୁ ଅନ୍ୟମାନେ ପରୋକ୍ଷରେ ବିରୁଦ୍ଧାଚରଣ କରିପାରନ୍ତି । କଳା, କ୍ରୀଡ଼ା, ସଙ୍ଗୀତ, ସାହିତ୍ୟରେ ଉନ୍ନତି କରିବେ ଓ ପ୍ରଶଂସିତ ମଧ୍ୟ ହେବେ । ପରିବାରରେ ସୁଖ ଓ ସମୃଦ୍ଧି ବୃଦ୍ଧି ହେବ । ମହିଳାମାନେ ଦର୍ଶନୀୟ ସ୍ଥାନକୁ ଭ୍ରମଣରେ ଯାଇପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସୁରେଶ୍ଵରୀ ।

ମିଥୁନ: ସମସ୍ୟା ଆସିଲେ ମଧ୍ୟ ପୂର୍ବ ଯୋଜନା ଅନୁଯାୟୀ କର୍ମ କରିବାରେ ସମର୍ଥ ହେବେ ଓ କାମ ମଧ୍ୟ ଅଟକିବ ନାହିଁ । ବେପାର ବୃତ୍ତିରେ ସନ୍ତୋଷଜନକ ପରିଣାମ ପାଇବା ଲାଗି ଏକାଗ୍ର ଚିତ୍ତରେ କାମ କରନ୍ତୁ । ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବନି, ଯାହାକି କଳହର କାରଣ ହୋଇପାରେ । ଯେତେ ମିଠା କଥା କହିବେ ସେତେ ଲାଭ ପାଇବେ । ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ବାଦ-ବିବାଦରୁ ଦୂରେଇ ରୁହନ୍ତୁ । ପୁରାତନ ରୋଗର ପୀଡ଼ା ମନକୁ ସାମୟିକ ବିଷାଦିତ କରିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

କର୍କଟ: ଆଜିର ନୂତନ କର୍ମାରମ୍ଭ ପ୍ରୀତିପଦ ହେବ, ମାତ୍ର ଏଥିପାଇଁ ବହୁ ଶ୍ରମ ଓ ସମୟ ବିନିଯୋଗ କରିବାକୁ ପଡ଼ିବ । ଆପଣଙ୍କର କୌଣସି ସ୍ଵପ୍ନ ପୂରା ହେବ । ଆୟ ବୃଦ୍ଧିର ସମ୍ଭାବନା ରହିଛି । ଚାକିରିରେ କୌଣସି ବିଶେଷ ଦାୟିତ୍ଵ ଗ୍ରହଣ କରିବେ । ସାମାଜିକ ସ୍ତରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ତଥା ବନ୍ଧୁମାନଙ୍କ ମଧ୍ୟରେ ପ୍ରଶଂସିତ ହେବେ । ପରିବାରରେ କାହାର ସ୍ଵାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବା ଆଶଙ୍କା ରହିଛି । ପ୍ରେମ ଆଳାପ ପାଇଁ ଭଲ ଦିନଟିଏ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ତାରିଣୀ ।

ସିଂହ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । ମହତ୍ଵପୂର୍ଣ୍ଣ କଥା ଉପରେ ଲୋକମାନଙ୍କ ସହିତ ଆଲୋଚନା କରିବାର ସୁଯୋଗ ମିଳିବ । ଯେତେ ପ୍ରକାର ଚେଷ୍ଟାକଲେ ମଧ୍ୟ ବିଳମ୍ବିତ ସମୟରେ କାମଗୁଡ଼ିକ ସମ୍ପନ୍ନ ହେବାରୁ ମନରେ ସରସତା ରହିବନାହିଁ । ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ । ନୂଆ କାର୍ଯ୍ୟ ଉପରେ ବିଚାର ବିମର୍ଶ କରିପାରନ୍ତି । କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ଓ ଅଧିକାରୀ ଖୁସିହେବେ । ବିଳାସ ଉପକରଣ କିଣିବା ସକାଶେ ଘରୁ ବରାଦ ପାଇପାରନ୍ତି । ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ, କୌଣସି କାରଣ ନ ଥାଇ ଅନ୍ୟମାନେ ଆପଣଙ୍କୁ ଦୋଷ ଦେଇପାରନ୍ତି । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମହାଲକ୍ଷ୍ମୀ ।

କନ୍ୟା: ଦିନଟି ଆପଣଙ୍କ ଲାଗି ଖୁବ୍‌ ଭଲ । ଭାଗ୍ୟ ସ୍ଥାନକୁ ଚନ୍ଦ୍ର ଏବଂ ବୃହସ୍ପତିଙ୍କ ଦୃଷ୍ଟି ଅର୍ଥ ଓ ସମ୍ମାନ ପ୍ରଦାନ କରିବ । ଶନିଙ୍କ କୁପ୍ରଭାବରେ କର୍ମକ୍ଷେତ୍ରରେ ସମସ୍ୟା ସୃଷ୍ଟି ଆଶଙ୍କା ରହିଛି । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ଯାତ୍ରାରେ ଯାଇପାରନ୍ତି । ଅଧିକାରୀ ବର୍ଗଙ୍କ ସହିତ ମିଳାମିଶା ବଢ଼ିବ । ପୁରୁଣା ସଉଦାରୁ ଲାଭ ହେବ । ନୂଆ ଯୋଜନାରେ ସଫଳହେବେ । ବ୍ୟବସାୟପାଇଁ ଦୂରଯାତ୍ରାର ସୁଯୋଗ ପାଇବେ । ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ । ଏକାଦଶସ୍ଥ ଗ୍ରହମାନେ କଳା, ସାହିତ୍ୟ, ସଂସ୍କୃତି, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ସଫଳତା ପ୍ରଦାନ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସମଲେଶ୍ଵରୀ ।

ତୁଳା: ପୂରା ହେବକୁ ଯାଉଥିବା କୌଣସି କାର୍ଯ୍ୟରେ ବାଧା ଉପୁଜିବ । ମନ ଶାନ୍ତ ରଖନ୍ତୁ ଓ ଧୈର୍ଯ୍ୟଧରି ପରିସ୍ଥିତିର ମୁକାବିଲା କରନ୍ତୁ ସଫଳ ହେବେ । ଅଭିଳାଷ ପୂରଣ ଦିଗରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ । ରାଜ୍ୟ ବାହାରକୁ ଯାଇପାରନ୍ତି । ବ୍ୟବସାୟରେ ଆର୍ଥିକ ସ୍ଥିତି ଦୁର୍ବଳ ରହିବ । ପରିବାରରେ କାହାର ସ୍ଵାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ । ପ୍ରେମ ସମ୍ବନ୍ଧରେ ମଧୁରତା ବଢ଼ିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ବିରଜା ।

ବିଛା: ପ୍ରତ୍ୟେକ କ୍ଷେତ୍ରରେ ଭାଗ୍ୟର ସହଯୋଗ ପାଇବେ । ସହଯୋଗୀଙ୍କ ସହଯୋଗରେ ମାନ ପ୍ରତିଷ୍ଠା ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଅନ୍ୟମନସ୍କ କାରଣରୁ କିମ୍ବା ଅସାବଧାନତା ହେତୁ ଟଙ୍କା ପଇସା ହଜି ଯାଇପାରେ । କାରବାର ସମ୍ବନ୍ଧରେ ବଡ଼ ଲୋକଙ୍କ ସହିତ ସାକ୍ଷାତ ଆଲୋଚନା କରିପାରନ୍ତି । କମ୍ପାନୀ ତରଫରୁ ବିଦେଶ ଯାଇପାରନ୍ତି । ପୁସ୍ତକ ବ୍ୟବସାୟୀଙ୍କୁ ଯଥେଷ୍ଟ ଲଭ ମିଳିବ । ସାମାଜିକ ସ୍ତରରେ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ । କଳା, ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ଧନୁ: ଦିନଟି ଆପଣଙ୍କ ସପକ୍ଷରେ ରହିବ । ଆଜିର ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ କିନ୍ତୁ ଅନ୍ୟମାନଙ୍କ କଥା ଶୁଣନ୍ତୁ ହେଲେ ନିଜ ବିବେକରେ କାମ କରନ୍ତୁ । ବନ୍ଧୁମାନଙ୍କ ଜରିଆରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ, କିନ୍ତୁ ଏଥିପାଇଁ ବହୁତ ଟଣାଓଟରା ଲାଗିପାରେ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ବଢ଼ିଆ ଚାକିରର ସୁଯୋଗ ଆସିପାରେ । ରାଜନୀତିରେ ସଫଳତା ପାଇବେ । ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ସୂର୍ଯ୍ୟଦେବ ।

ମକର: ଆଜି ସକାଳୁ ସକାଳୁ କୌଣସି ବନ୍ଧୁ କିମ୍ବା ହିତୈଷୀଙ୍କ ଦର୍ଶନ ପାଇଁ ମନ ଛଟପଟ ହୋଇପାରେ । ଆପଣଙ୍କ ମନରେ ଦୟାର ଭାବନା ବଜାୟ ରହିବ । ପୁରୁଣା ଅନୁଭବକୁ ପ୍ରୟୋଗ କରି କାର୍ଯ୍ୟରେ ସଫଳତା ପାଇବେ । ବ୍ୟବସାୟର ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଶିଳ୍ପ,ବାଣିଜ୍ୟ କ୍ଷେତ୍ରରେ, ପରିବାର ଭିତରେ, ସମସ୍ୟା ସମାଧାନ ହୋଇଯିବ । ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି । ସ୍ଥଗିତ ରହିଥିବା ନିର୍ମାଣ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହୋଇପାରେ । ପାରିବାରିକ ସମସ୍ୟାରେ ଆପଣଙ୍କ ମନ୍ତବ୍ୟ ସକାରାତ୍ମକ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଧବଳେଶ୍ଵର ।

କୁମ୍ଭ: ଚାକିରିଆଙ୍କ ପାଇଁ ଦିନଟି ଭଲ ରହିବ । ଯେକୌଣସି କାମ ଅନ୍ୟମାନଙ୍କ ସକାଶେ ଯେତିକି ସହଜ ଓ ସୁବିଧାଜନକ ହୋଇପାରୁଛି ଆପଣଙ୍କ ପାଇଁ ତାହା ନ ହେବା କାରଣରୁ ଦୁଃଖ ପ୍ରକାଶ କରିବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ଆନୁଷ୍ଠାନିକ କ୍ଷେତ୍ରରେ ଅସଂଗତି ଲକ୍ଷ୍ୟକଲେ ମଧ୍ୟ ଜାଣିଶୁଣି ନୀରବ ରହିବାକୁ ବାଧ୍ୟ ହେବେ । ପୁରୁଣା ରୋଗରୁ ଅରାମ ମିଳିବ । କୌଣସି ନୀଚଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହୋଇପାରନ୍ତି । ଘରୋଇ ଜୀବନରେ ପ୍ରେମପୂର୍ଣ୍ଣ ବାତାବରଣ ରହିବ । ଶୁଭରଙ୍ଗ: ନୀଳ । ଆରାଧନା: ମହାଲକ୍ଷ୍ମୀ ।

ମୀନ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । ଆଜି ସକାଳୁ ସକାଳୁ ହଠାତ୍‌ ଉପରିସ୍ଥଙ୍କ ଚାପରେ ବାହାରକୁ ଯିବାକୁ ପଡ଼ିପାରେ । ସାମାଜିକ କାର୍ଯ୍ୟରେ ମହତ୍ଵପୂର୍ଣ୍ଣ ଭୂମିକା ନିର୍ବାହ କରିବେ । ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ । ଗଣ ମାଧ୍ୟମ କ୍ଷେତ୍ରରେ କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଦିନଟି ବଢ଼ିଆ ରହିବ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ । ସରକାରୀ ଚାକିରିଆଙ୍କୁ ଲାଭ ମିଳିପାରେ । ପାରିବାରିକ ସମସ୍ୟା ବିଷୟରେ ଗୁଡ଼ାଏ ଚିନ୍ତାକରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ । ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ହର ପାର୍ବତୀ ।