11 ଅପ୍ରେଲ 2019 ଗୁରୁବାର : ମା ଲକ୍ଷ୍ମୀଙ୍କ କୃପାରୁ ଆର୍ଥିକ ସ୍ଵଚ୍ଛଳତା ଦୃଷ୍ଟିରୁ ଏହି ତିନୋଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତି ଆନନ୍ଦଉଲ୍ଲାସରେ ଜୀବନ ଦିନଟି ଅତିବାହିତ କରିବେ….

Spread the love

11 ଅପ୍ରେଲ 2019 ଗୁରୁବାର : ମା ଲକ୍ଷ୍ମୀଙ୍କ କୃପାରୁ ଆର୍ଥିକ ସ୍ଵଚ୍ଛଳତା ଦୃଷ୍ଟିରୁ ଏହି ତିନୋଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତି ଆନନ୍ଦଉଲ୍ଲାସରେ ଜୀବନ ଦିନଟି ଅତିବାହିତ କରିବେ….

ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ, ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଦିନଟି ଆପଣଙ୍କୁ ସଫଳତା ଓ ପ୍ରଗତି ଆଣିଦେବ । ଆପଣଙ୍କ ମନ କାମଧନ୍ଦାରେ ଲାଗି ରହିବ । ବିବାଦୀୟ ଓ ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହେବ । ଧନ ଆଗମନର ନୂତନ ସ୍ରୋତ ଖୋଲିଯିବ । ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ । ନୂତନକର୍ମ ନିଯୁକ୍ତି ପାଇବେ । ବ୍ୟବସାୟୀ ମାନେ କର୍ମକ୍ଷେତ୍ରରେ ଉର୍ନ୍ନତି କରିବେ । ସରକାରୀ କର୍ମଚାରୀମାନେ ସହକର୍ମୀମାନଙ୍କ ସହିତ ସୁ-ସମ୍ପର୍କ ସ୍ଥାପନ କରିବେ । ରାଜନୀତିରେ ଆର୍ଥିକ ଲାଭ ହେବ । ପରିବାର ସହିତ ଆନନ୍ଦ ଉଲ୍ଲାସ‌େର ସମୟ ଅତିବାହିତ କରିବେ । ଧାର୍ମିକକାର୍ଯ୍ୟରେ ରୁଚି ବୃଦ୍ଧି ପାଇବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ଅକ୍ଷୂର୍ଣ୍ଣ ରହିବ । ବିଦ୍ୟାର୍ଥିମାନେ ସଫଳ ହେବେ । ଶୁଭରଙ୍ଗ: ଲାଲ। ଆରାଧନା: ସୂର୍ଯ୍ୟଦେବ ।

ବୃଷ: ଆପଣଙ୍କ କଳ୍ପନା ଶକ୍ତି ଆପଣଙ୍କ ଆଶା ପୂରା କରିବାରେ ସହାୟକ ହେବ । ଆର୍ଥିକ ସ୍ଥିତି ଭଲ ରହିବ । କାର୍ଯ୍ୟକ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ । ବନ୍ଧୁମିତ୍ର ମାନଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇବେ । ପୂର୍ବ କଳହର ସମାଧାନ ହେବ । ବିଦ୍ୟାର୍ଥୀମାନେ ପଢ଼ାପଢ଼ିରେ ମନଦେବେ । କୃଷିଜୀବିମାନେ ନୂତନ ଯୋଜନା ପ୍ରସ୍ତୁତ କରିବେ । ରାଜନୀତିରେ ସଫଳତା ମିଳିବ । ବିରୋଧୀପକ୍ଷ ଗୁପ୍ତରୂପେ ଆପଣଙ୍କର ପ୍ରଶଂସା କରିବେ । ଅଚାନକ ଧନପ୍ରାପ୍ତି ହେବ । ପ୍ରେମରେ ସଫଳତା ମିଳିବ । ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

ମିଥୁନ: କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଅଫିସରେ ଗୁରୁତ୍ବ ପୂର୍ଣ୍ଣ ଫଇସଲା ନେଇ ପାରନ୍ତି । ରାଜନୀତିରେ ପ୍ରଶଂସିତ ହେବେ । ଘରୋଇ ଜିନିଷ କିଣିବାରେ ପଇସା ଅଧିକ ଖର୍ଚ୍ଚ ହେବ । ବିବାହିତାଙ୍କୁ ପାରିବାରିକ ଖୁସି ମିଳିବ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ମହିଳାମାନେ ବ୍ୟବସାୟରେ ପ୍ରଚୁର ଲାଭ କରିବେ ଓ ରାଜନୀତିରେ କୃତକାର୍ଯ୍ୟ ହେବେ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ସମଲେଶ୍ୱରୀ ।

କର୍କଟ: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ । ବ୍ୟବସାୟୀମାନେ ଲାଭବାନ ହେବେ । ପୈତୃକ ସ˚ପତ୍ତିର ଭାଗବଣ୍ଟା ଆପଣଙ୍କ ପକ୍ଷରେ ରହିବ । ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ନୂତନ ନିଯୁକ୍ତିର ସୁଯୋଗ ପାଇବେ । ରାଜନୀତିରେ ମାହାତ୍ତ୍ୱାକାଂକ୍ଷା ପୂରା ହେବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧିହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ବିଜୟୀହେବେ । ପ୍ରେମ ସାଗରରେ ବୁଡ଼ ପକାଇବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ଶୁଭରଙ୍ଗ: ଲାଲ । ଆରାଧନା: ହନୁମାନ ।

ସି˚ହ: ଆଗକୁ ବଢ଼ି ଚାଳନ୍ତୁ, ପରିସ୍ଥିତି ଆପଣଙ୍କ ପକ୍ଷରେ ହେବ । ଆପଣଙ୍କୁ କୌଣସି ଉଚ୍ଚପଦ ମିଳିପାରେ । ସରକାରୀ ଚାକିରିଆଙ୍କୁ ଶୁଭ ଖବର ମିଳିବ । ବ୍ୟବସାୟ କ୍ଷେତ୍ର ପ୍ରସାରିତ ହେବାଫଳରେ ଆଶାତୀତ ଲାଭପାଇବେ । ଶାରୀରିକ ଅସୁସ୍ଥତାରୁ ଉପଶମ ପାଇବେ । ଆର୍ଥିକପରିସ୍ଥିତିରେ ଉନ୍ନତି ହେବ । ମହିଳାମାନେ କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ । କୃଷିଜୀବୀମାନେ ନୂତନ ଯୋଜନା ପ୍ରସ୍ତୁତ କରିବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ । ଛାତ୍ରଛାତ୍ରୀମାନେ ଏକାଗ୍ର ଚିତ୍ତରେ ଅଧୟନ କରିବେ ଓ ପ୍ରତିଯୋଗିତା ମୂଳକ ପରୀକ୍ଷାରେ ଦୁଇଗୁଣ ଉତ୍ସାହ ସହ ଆଗେଇ ଯିବେ । ଶୁଭରଙ୍ଗ: ଧଳା । ଆରାଧନା: ମହାଲକ୍ଷ୍ମୀ ।

କନ୍ୟା: ଦିନଟି ଆପଣଙ୍କ ଲାଗି ଭଲ ଫଳାଫଳ ନେଇ ଆସିବ ଓ ପ୍ରତିଟି କ୍ଷେତ୍ରରେ ବିଜୟ ଲାଭ କରିବେ । ଧାର ଦେଇଥିବା ଟଙ୍କା ଫେରିପାଇବେ । ଶତୃବୃଦ୍ଧି ହେବ ସଂଗେ ସଂଗେ ଚାକିରୀ କରୁଥିବା ବ୍ୟକ୍ତିଙ୍କ ଉପରେ ସମ୍ୟକ ମାନସିକ ଚାପ ରହିପାରେ । କଥାବାର୍ତ୍ତାରେ ନିଆଯକୁ ସଂଯମତା ରକ୍ଷା କରନ୍ତୁ । କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ । ବ୍ୟବସାୟିକ କାମରେ ଜିଲ୍ଲା ବାହାରକୁ ଯିବେ । ଅଫିସରେ ଅନ୍ୟମାନଙ୍କ ସହିତ ତାଳମେଳ ବଢ଼ିଆ ରହିବ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଗାୟତ୍ରୀ ।

ତୁଳା: ଆଜି ଆପଣ ଧୈର୍ଯ୍ୟ ଧରି କାମ କରିବାର ଆବଶ୍ୟକତା ରହିଛି । ବୟୋଜ୍ୟେଷ୍ଠଙ୍କ ରାୟ ଗ୍ରହଣ କରନ୍ତୁ; ଲାଭ ହେବ । ମାନସିକ ଶାନ୍ତି ଓ ଶରୀର ଭଲ ରହିବ । ସାମାଜିକ ଜୀବନରେ ନୂତନ ଗୁରୁଦାୟିତ୍ୱ ଗ୍ରହଣ କରିବେ । ନୂତନବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ ଓ ଆୟ ବୃଦ୍ଧି ପାଇବ । ସାର୍ବଜନିକ ଜୀବନରେ ଯଶ, ମାନସମ୍ମାନ, ପ୍ରତିଷ୍ଠା ବୃଦ୍ଧି ପାଇବ, ବିଦ୍ୟାରେ ଉନ୍ନତି, ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ । ପ୍ରେମ ସମ୍ପର୍କରେ ମଧୁରତା ଆସିବ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ଭଦ୍ରକାଳୀ ।

ବିଛା: ବୟୋଜ୍ୟେଷ୍ଠଙ୍କ ସ୍ନେହ ଓ ଆଶୀର୍ବାଦ ପାଇବା ହେତୁ ମନକୁ ଶାନ୍ତି ମିଳିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ସଂଘର୍ଷ ଦ୍ଵାରା ସଫଳତା ମିଳିବ । କୌଣସି କାମରୁ ବଡ଼ ଫାଇଦା ହୋଇପାରେ । କମ୍ପାନୀରେ ଚାକିରି କରୁଥିବା ବ୍ୟକ୍ତିି ବିଶେଷଙ୍କର ପଦୋନ୍ନତି ବା ଦରମା ବୃଦ୍ଧି ହେବ ।ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ଧନୁ: ଅତୀତର ସମସ୍ତ କାର୍ଯ୍ୟ ସମାପନ କରିବାରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ସବୁ ଲୋକ ଆପଣଙ୍କ କାମରେ ପ୍ରଭାବିତ ହେବେ । ବ୍ୟବସାୟରେ ସ୍ୱଳ୍ପ ଲାଭ ହେବ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଅଶାନ୍ତି ଭୋଗ କରିପାରନ୍ତି । ବିରୋଧୀ କ୍ଷତି ପହଞ୍ଚାଇବା ପାଇଁ ଅସଫଳ ପ୍ରୟାସ କରିବେ । ଶାରିରୀକ ଅସୁସ୍ଥତା ଦେଖା ଦେବ । ଦାମ୍ପତ୍ୟ ସୁଖରେ ବାଧା, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ଦାଗ ଆସିବ । ପ୍ରେମିକପ୍ରେମିକାଙ୍କ ଲାଗି ଦିନଟି ଭଲ । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

ମକର: ଦୀର୍ଘଦିନ ଧରି ମନରେ ଚାଲି ରହିଥିବା ଓଲଟପାଲଟ ଚିନ୍ତାଧାରା ସମାପ୍ତ ହୋଇଯିବ । ବ୍ୟବସାୟ ପ୍ରସାର ଫଳରେ ବିଶେଷ ଲାଭବାନ୍ ହେବେ । ବ୍ୟବସାୟୀଙ୍କୁ ବଡ଼ ଅର୍ଡର ମିଳିବ । ଧାର ଦେଇଥିବା ଧନ ଫେରି ପାଇବା ଫଳରେ ଆର୍ଥିକ ସ୍ଥିତିର ସୁଦୃଢ଼ ହେବ । ଅଭାବ-ଅନାଟନ ଦୂର ହୋଇ ସ୍ଥିତି ସନ୍ତୋଷଜନକ ହେବ । ବାଦ, ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମାରେ ଜୟଯୁକ୍ତ ହେବେ । ଅଚାନକ ଯାତ୍ରା ଫଳରେ ବିଶେଷ ଉପକୃତ ହେବେ । ନୂତନକର୍ମ ପ୍ରାପ୍ତି ଓ କର୍ମକ୍ଷେତ୍ରରେ ପଦୋନ୍ନତି ଓ ସ୍ଥାନାନ୍ତର ଯୋଗ ଅଛି । ଛାତ୍ରଙ୍କ ଲାଗି ଦିନଟି ବଢ଼ିଆ ରହିବ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ ମଙ୍ଗଳା ।

କୁମ୍ଭ: ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ପରିବାରରେ ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ । ବ୍ୟବସାୟରେ ଉନ୍ନତି ହେବାସହ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ନୂଆ ଉପକ୍ରମର ଶୁଭାରମ୍ଭ କରନ୍ତୁ, ଲାଭ ହେବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜ ସେବାରେ ସମୟ ଦେବେ। ପ୍ରେମିକପ୍ରେମିକାଙ୍କ ଲାଗି ଭଲ ଦିନଟିଏ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଶାରଳା ।

ମୀନ: ଦିନଟି ଉତ୍ସାହ ବର୍ଦ୍ଧକ ରହିବ । ସ୍ଥଗିତ ଥିବା କାର୍ଯ୍ୟ ବନ୍ଧୁଙ୍କ ମାଧ୍ୟମରେ ସମ୍ପୂର୍ଣ୍ଣ କରିବେ । ସମ୍ମାନର ସହିତ ଦିନଚର୍ଯ୍ୟା କରିଆନନ୍ଦ ପାଇବେ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖା ଦେଇପାରେ । କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ସାମୟିକ ବିବ୍ରତ ହୋଇପାରନ୍ତି । ସରକାରୀ କ୍ଷେତ୍ରରେ ଲାଭ ପାଇବେ । ସନ୍ଧ୍ୟାରେ କୌଣସି ଶୁଭ ସମାଚାର ମିଳିପାରେ । ପାରିବାରିକ କ୍ଷେତ୍ରରେ ସ୍ନେହ-ସଦ୍ଭାବର ଅଭାବ ହେବ । ବିଦ୍ୟାର୍ଥିମାନେ ପରୀକ୍ଷା, ପ୍ରତିଯୋଗିତାରେ ବିଜୟୀଲାଭ ହେବେ । ପ୍ରେମ ଓ ପ୍ରଣୟ ଦୃଷ୍ଟିରୁ ଦିନଟି ଭଲ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳୀଜାଈ ।