11 ଜାନୁଆରୀ 2019, ଶୁକ୍ରବାର, ଆଜିର ରାଶିଫଳ, ସମ୍ପୂର୍ଣ୍ଣ 12ଟି ରାଶିର ରାଶିଫଳ

Spread the love

ମେଷ: ଏକାକୀପଣରୁ ଦୂରେଇ ରହିବା ଲାଗି କାମରେ ବ୍ୟସ୍ତ ରହନ୍ତୁ । ପାରିବାରିକ କ୍ଷେତ୍ରରେ ବୁଝାମଣା ଉତ୍ତମ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ନିଜର ମିତ୍ରଙ୍କଠାରୁ ଖୁସି ଖବର ପାଇବେ । ବ୍ୟବସାୟ‌ରେ ସାମାନ୍ୟ ପରିବର୍ତ୍ତନ ଆଣି ଯଥେଷ୍ଟ ଲାଭ ପାଇବେ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ । କର୍ମଚାରୀମାନଙ୍କୁ ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ସମ୍ପାଦିତ ହେବ । ଅନ୍ୟକୁ ଭରସା କଲେ ବ୍ୟର୍ଥରେ ସମୟ ଅତିବାହିତ ହେବ, ତେଣୁ ଅନ୍ୟକୁ ଭରସା ନ କରିବା ଭଲ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା ପ୍ରସ୍ତୁତ କରିବେ । ଶୁଭରଙ୍ଗ: ଧୂସର । ଆରାଧନା: ବାବା ଭୋଳାନାଥ ।

ବୃଷ: ଆପଣଙ୍କ ଜୀବନଶୈଳୀ ଲାଗି ଦିନଟି ଅତ୍ୟନ୍ତ ଉତ୍ତମ ରହିବ । ବ୍ୟବସାୟରେ ନୂଆ ସଉଦା କରିବାର ସୁଯୋଗ ମିଳିବ । ମାନସିକ ଶାନ୍ତି ମିଳିବ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଯଦି କୌଣସି ନୂତନ ଯୋଜନାର ଶୁଭାରମ୍ଭ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମ କରି ପ୍ରଶଂସା ପାଇବେ । ଶତୃମାନେ ଦୂରେଇ ଯିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ। ଶୁଭରଙ୍ଗ: ଧଳା । ଆରାଧନା: ମାଆ ରାମଚଣ୍ତୀ ।

ମିଥୁନ: ନମ୍ର ସ୍ୱଭାବ ପାଇଁ ଲୋକେ ଆପଣଙ୍କ ପ୍ରତି ଆକର୍ଷିତ ହେବେ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ସରକାରୀ ନେଣଦେଣରୁ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ । ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ । ବିରୋଧୀ ଆପଣଙ୍କ ସମ୍ମୁଖରେ ନତ ମସ୍ତକ ରହିବେ । ବ୍ୟବସାୟୀଙ୍କ ଲାଗି ଭଲ ଦିନଟିଏ । ନିଜଲୋକଙ୍କ ଶତ୍ରୁତା ଫଳରେ ମନରେକ୍ଷୋଭ ଓ ହତାଶଭାବ ଦେଖା ଦେବ । ଶରୀରଶାରୀରିକ ଅସୁସ୍ଥତା ରହିବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଭୈରବୀ ।

କର୍କଟ: ଆପଣଙ୍କ ଜୀବନଶୈଳୀ ଲାଗି ଦିନଟି ବଢ଼ିଆ ରହିବ । ବ୍ୟବସାୟରେ ନୂଆ ସଉଦା କରିବାର ସୁଯୋଗ ମିଳିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । କର୍ମ ଓ ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ତାରାତାରିଣୀ ।

ସିଂହ : ଆପଣଙ୍କ ଊର୍ଜାର ସ୍ତର ବୃଦ୍ଧି ହେବ । ନିଜ ପ୍ରୟାସରେ ପ୍ରଶଂସା ପାଇବେ । ଆୟ ଉପାର୍ଜନରେ ସଙ୍କଟ ସୃଷ୍ଟି ହେବ ନାହିଁ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ସାମାଜିକ କାର୍ଯ୍ୟରେ ସହଭାଗିତା କରିବାର ଅବସର ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଶତ୍ରୁମାନେ ଆପଣଙ୍କ ଉର୍ନ୍ନତିରେ ଇର୍ଷା କରିବେ, ପଛରୁ ଗୋଡ ଟାଣିବାର ଚେଷ୍ଠା କରିପାରନ୍ତି । ସନ୍ତାନ ଯୋଗେ ଚିନ୍ତିତ ରହିବେ । ଅଫିସରେ ଗୁରୁତ୍ବପୂର୍ଣ୍ଣ ଫଇସଲା ନେଇ ପାରନ୍ତି । ବିଦ୍ୟାର୍ଥୀଙ୍କୁ ଆଜି ଅଧିକ ପରିଶ୍ରମ କରିବାକୁ ପଡ଼ିବ । ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେବ । ଶୁଭରଙ୍ଗ: ଧଳା । ଆରାଧନା: ସନ୍ତୋଷୀ ମାତା ।

କନ୍ୟା: ଦିନଟି ଆପଣଙ୍କ ଲାଗି ଅନୁକୂଳ । ସ୍ଥଗିତ ଥିବା କାମ ଲୋକଙ୍କ ସାହାଯ୍ୟ ପାଇ ପୂରା କରିବେ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ବଜାୟ ରହିବ । ବ୍ୟବସାୟିକ କ୍ଷେତ୍ରରେ ଅଧିକ ଧନଲାଭ ହେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତିରେ ଉନ୍ନତି ହେବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଛାତ୍ରଙ୍କ କ୍ୟାରିୟରରେ ବଡ଼ ସଫଳତା ମିଳିବ । ପ୍ରେମ ଆଳାପ ପାଇଁ ଭଲ ଦିନଟିଏ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀ ଗଣେଶ ।

ତୁଳା: ଆପଣଙ୍କ କ୍ୟାରିୟର ନିମନ୍ତେ ଦିନଟି ଅତ୍ୟନ୍ତ ଉତ୍ତମ ଅଟେ । କୌଣସି ଶୁଭ ଖବର ପାଇବେ । ନୂଆ କାମର ଯୋଜନା କରିପାରନ୍ତି । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । ସରକାରୀ ଚାକିରିଆଙ୍କର ଆର୍ଥିକ ପକ୍ଷ ମଜଭୁତ ହେବ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦରୁ ବଞ୍ଚିତ ହେବେ । ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ଶୁଭରଙ୍ଗ: କଫି ରଙ୍ଗ । ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ । ଆରାଧନା: ସୂର୍ଯ୍ୟଦେବ ।

ବିଛା: ଆପଣଙ୍କ ମନୋବଳରେ ଆପଣଙ୍କୁ ସଫଳତା ମିଳିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପଇସା ରୋଜଗାର ଲାଗି ନୂଆ ବିଚାର ଆସିବ ଓ ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ରାଜନୀତିରେ ଉନ୍ନତି ହେବ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଜୀବନ ସାଥୀଙ୍କ ସହିତ ରାଜ୍ୟ ବାହାରକୁ ଯିବାର ଯୋଜନା କରିପାରନ୍ତି। । ଛାତ୍ରୀଙ୍କୁ ସଫଳତା ଲାଗି ପରିଶ୍ରମ ଅଧିକ କରିବାକୁ ପଡ଼ିବ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ସମଲେଶ୍ୱରୀ ।

ଧନୁ: ଧର୍ମକର୍ମ କରନ୍ତୁ, ଆପଣଙ୍କୁ ଲାଭ ମିଳିବ । ପରିବାରରେ ଲାଗି ରହିଥିବା ଅଶାନ୍ତି ଦୂର ହେବ ଏବଂ ଦାମ୍ପତ୍ୟ କଳହ ମେଣ୍ଟିଯାଇ ପରିବାରରେ ଶାନ୍ତି ପ୍ରତିଷ୍ଠା ହେବ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ବ୍ୟବସାୟ ସମ୍ବନ୍ଧରେ ବିଶିଷ୍ଟ ବ୍ୟକ୍ତିଙ୍କୁ ସାକ୍ଷାତ କରିବେ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ମନ ଓ ଶରୀର ଭଲ ରହିବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ଆମଦାନିର ନୂଆ ରାସ୍ତା ଉନ୍ମକ୍ତ ହେବ । ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଠାକୁରାଣୀ ।

ମକର: ଆଜି ସବୁ କିଛି ଠିକ୍‌ଠାକ୍‌ ରହିବ । ଭାଗୀଦାରିଙ୍କ ସଙ୍ଗରେ ରହି କାମ କରିବାରେ ସକ୍ଷମ ହେବେ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ । ଧନ ପାଇବାର ରାସ୍ତା ଖୋଲିଯିବ କିନ୍ତୁ ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍-ଭାବ ବୃଦ୍ଧି ହେବ । ସନ୍ତାନ ସନ୍ତତିଙ୍କ ଭୁଲକୁ ପରିମାର୍ଜିତ କରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେବ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ କେତେକ କ୍ଷେତ୍ରରେ ବିଫଳ ହେବେ । ମହିଳାମାନେ ଅଳଙ୍କାର କିଣିବା ଲାଗି ଇଚ୍ଛୁକ ହେବେ । ପ୍ରେମରେ ଆପଣଙ୍କୁ ସଫଳତା ମିଳିବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

କୁମ୍ଭ: ଆପଣଙ୍କ ଜୀବନରେ ନୂଆ ପରିବର୍ତ୍ତନ ହେବ । ଭାବିଥିବା ସବୁ କାମ ପୂରା ହୋଇଯିବ । ପାରିବାରିକ ସମ୍ବନ୍ଧ ମଜଭୁତ ହେବ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । କଣ୍ଠ ଶିଳ୍ପୀ, ପ୍ରାବନ୍ଧିକ, କଳାକାରମାନଙ୍କ ନିମନ୍ତେ ଦିନଟି ବିଶେଷ ଭଲ ରହିବ । ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧିପାଇବ । ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କସହ ବିବାଦ ଦେଖାଦେଇପାରେ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଲକ୍ଷ୍ମୀ ।

ମୀନ: ପୂଜାପାଠରେ ଅଧିକ ସମୟ ବିତିବ । ବନ୍ଧୁଙ୍କଠାରୁ ସାହାଯ୍ୟ ପାଇବେ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବେପାରୀଙ୍କୁ ଅଚାନକ ଧନଲାଭ ହେବ । ଅଫିସ୍‌ରେ ଗୁରୁତ୍ବପୂର୍ଣ୍ଣ ଫଇସଲା ନେଇ ପାରନ୍ତି । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ, ମାନ ସମ୍ମାନ ବୃଦ୍ଧି ହେବ । ବିଦ୍ୟାର୍ଥୀଙ୍କୁ ଅଧିକ ପରିଶ୍ରମ କରିବାକୁ ପଡ଼ିବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ଦାମ୍ପତ୍ୟ ଜୀବନ ପ୍ରେମଭରା ହେବ । ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନ ବହୁତ ଭଲ । ଶୁଭରଙ୍ଗ: ଗୋଲାପି । ଆରାଧନା: ଶ୍ରୀକୃଷ୍ଣ ।