11 ଜୁଲାଇ 2019, ଗୁରୁବାର – ମାଆ ଲକ୍ଷ୍ମୀଙ୍କ କୃପାରୁ ଏହି ୮ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କୁ ମିଳିବ ଅନେକ ଫାଇଦା, ଦୂର ହେବ ସମସ୍ତ କଷ୍ଟ….

Spread the love

11 ଜୁଲାଇ 2019, ଗୁରୁବାର – ମାଆ ଲକ୍ଷ୍ମୀଙ୍କ କୃପାରୁ ଏହି ୮ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କୁ ମିଳିବ ଅନେକ ଫାଇଦା, ଦୂର ହେବ ସମସ୍ତ କଷ୍ଟ……

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଆପଣଙ୍କ ଭିତରେ ଆତ୍ମବିଶ୍ବାସ ଅତୁଟ ରହିବ । ରାହୁଙ୍କ ନକ୍ଷତ୍ରରେ ଚନ୍ଦ୍ର ଥିବାରୁ ପାରିପାର୍ଶ୍ୱିକ ପରିସ୍ଥିତି ଭିନ୍ନ ପ୍ରକାର ହେତୁ ଅନ୍ୟମାନେ ଭୁଲ୍‌ ବୁଝତ୍ପାରନ୍ତି । ବ୍ୟବସାୟ ଓ ବାଣିଜ୍ୟରେ ଆଶା ଅନୁଯାୟୀ ସଫଳତା ମିଳିବ । ଚାକିରୀରେ ସମ୍ମାନ ମିଳିବା ହେତୁ ସନ୍ତୁଷ୍ଟ ରହିବେ । ପାରିବାରିକ କ୍ଷେତ୍ରରେ ସମସ୍ତ ବିବାଦ ମେଣ୍ଟିଯିବ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପାରିବାରିକ ସମସ୍ୟା ସୁଧାରିବା ପାଇଁ କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ଦୀର୍ଘଦିନରୁ ରହିଯାଇଥିବା କାମ ପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡ଼ିପାରେ । ସ୍ୱାସ୍ଥ୍ୟ କିମ୍ବା ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ସମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ଲକ୍ଷ୍ମୀ ନାରାୟଣ ।

ବୃଷ: ପ୍ରତ୍ୟେକ ଦୃଷ୍ଟି କୋଣରୁ ଦିନଟି ଆପଣଙ୍କ ଲାଗି ଭଲ ରହିବ । କୌଣସି ପ୍ରକାର ଅସୁବିଧା ନହୋଇ କାମ ହୋଇଯିବ । ଅଷ୍ଟମାଧିପତି ବୃହସ୍ପତି ନକ୍ଷତ୍ରସ୍ଥ ରବି ପ୍ରଭାବରେ ଅନ୍ୟମାନଙ୍କ ଉପରେ ପୂର୍ଣ୍ଣ ଭରସା କରି ପ୍ରତାରିତ ହୋଇପାରନ୍ତି । କୌଣସି ଉନ୍ନତିମୂଳକ କାମ ଲାଗି ମୋଟା ଅଙ୍କର ଅର୍ଥ ଆବଶ୍ୟକ ପଡ଼ିପାରେ । ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିପାରନ୍ତି । ଅଫିସରେ କାର୍ଯ୍ୟବ୍ୟସ୍ତ ଯୋଗୁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ । ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଅର୍ଥ ସାହାଯ୍ୟ ଦେବା ସକାଶେ କିମ୍ବା ସମସ୍ୟା ସମାଧାନ ପାଇଁ ବନ୍ଧୁ ପ୍ରତିଶୃତି ଦେଇ ଶେଷ ସମୟରେ ନାସ୍ତିବାଣୀ ଶୁଣାଇବେ । ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଗାୟତ୍ରୀ ।

ମିଥୁନ: ଆପଣଙ୍କ ପାଇଁ ଦିନଟି କୌତୂହଳପୂର୍ଣ୍ଣ ରହିବ ଓ ଲୋକପ୍ରିୟତା ବୃଦ୍ଧି ପାଇବ । ମଙ୍ଗଳ ଶନି ନକ୍ଷତ୍ରସ୍ଥ ହୋଇ ଧନସ୍ଥାନରେ ଥିବାରୁ ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇ ପାରନ୍ତି । ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତ ରହିବେ । ସତର୍କତା ସହିତ ନ ଚଳିଲେ କାର୍ଯ୍ୟକ୍ଷେତ୍ରରେ ସମାଲୋଚିତ ହୋଇପାରନ୍ତି । ଯୋଜନା ମୁତାବକ କାମକରି ସବୁ ଭଲ ଥିଲେ ମଧ୍ୟ ପରୋକ୍ଷ ଶତୃତା ଯୋଗୁ ବିଚଳିତ ବୋଧ କରିପାରନ୍ତି । ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ । ଅଫିସରେ ପରସ୍ପର ଗୋଡ଼ ଟଣାଟଣି ହେତୁ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡିବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଶାରଳା ।

କର୍କଟ: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ କିନ୍ତୁ ବୁଧ ଷଡ଼ାଷ୍ଟକ ସ୍ଥିତିରେ ଥିବା ଶନିଙ୍କ ନକ୍ଷତ୍ରରେ ରହିଥିବାରୁ ଚେଷ୍ଟା କରୁଥିବା କାମଗୁଡିକ ସହଜରେ ହୋଇ ପାରିବ ନାହିଁ । ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇବେ, କିନ୍ତୁ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ । କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କାର୍ଯ୍ୟପନ୍ଥା ବୃଦ୍ଧି କରାଇବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣ ହେବ । ଯୁବକ ଯୁବତୀମାନଙ୍କର ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ । ବିଭିନ୍ନ ପ୍ରକାର ଅସ୍ଵାଭାବିକ ପରିସ୍ଥିତିକୁ ସାମ୍‌ନା କରିବାକୁ ପଡ଼ିପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ସିଂହ: ଆଜି ଆପଣ ଦିନଟି ସକାରାତ୍ମକ ଊର୍ଜା ଅନୁଭବ କରିବେ । ବୃହସ୍ପତି ଧନ ଏକାଦଶାଧିପତିଙ୍କ ନକ୍ଷତ୍ରସ୍ଥ ହେତୁ ଆଜି ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତାରେ ଅବଶ୍ୟ ସଫଳତା ସହ ଆର୍ଥିକ ଅଭିବୃଦ୍ଧି ଘଟିବ । ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବନାହିଁ । ପାରିବାରିକ କ୍ଷେତ୍ରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ସମସ୍ୟାର ମୁଖ୍ୟ କାରଣ ହେବ । ପରୋକ୍ଷ ଶତ୍ରୁତା ସାମୟିକ କାର୍ଯ୍ୟରେ ବାଧା ସୃଷ୍ଟି କରିପାରେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି । ମହିଳାମାନେ ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

କନ୍ୟା: ଦିନଟି ଆପଣଙ୍କ ଲାଗି ମିଶ୍ରଣ ଫଳ ପ୍ରଦାନ କରିବା । ଧନାଧିପ ଶୁକ୍ର ପାପଗ୍ରହ ରାହୁ ନକ୍ଷତ୍ରସ୍ଥ ହେତୁ ଅର୍ଥ ସମ୍ପର୍କିତ ବିବାଦ ବୃଦ୍ଧିର ଆଶଙ୍କା ରହିଛି । ଶାରୀରିକ ସୁସ୍ଥତା ଥିଲେ ମଧ୍ୟ ମାନସିକସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହେବ । ସହକର୍ମୀମାନଙ୍କ ସହ ବାଦବିବାଦ କ୍ରମେ ଜଟିଳ ହେବ, ତଥାପି ଆପଣଙ୍କ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । କଚେରି ମାମଲାର ଶୁଣାଣି ତାରିଖ ଘୁଞ୍ଚିଗଲେ ଭଲ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବିପଦରେ ପଡିବେ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରିବେ । ମହିଳାମାନଙ୍କର କର୍ମକ୍ଷେତ୍ରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଶୁଭରଙ୍ଗ: ସବୁଜ । ଆରାଧନା: ହର ପାର୍ବତୀ ।

ତୁଳା: ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ବେଶ ଭଲ ରହିବା । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ ଶତୃମାନେ ପରାଜିତ ହେବେ । ନୂତନ କର୍ମ ପ୍ରାପ୍ତି ହେବ । ରାହୁ ଅଷ୍ଟମରେ ରହି ବୃହସ୍ପତି ନକ୍ଷତ୍ରସ୍ଥ ଯୋଗୁ ଅର୍ଥକୁ ନେଇ ଆତ୍ମୀୟଙ୍କ ମଧ୍ୟରେ ବିବାଦ ଉପୁଜିବ । ପରିବାରରେ ଅଶାନ୍ତି ବାତାବରଣରୁ ଦୁଃଖୀ ହୋଇପାରନ୍ତି । ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବା ସହ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ । ବକେୟା ଅର୍ଥ ପ୍ରାପ୍ତି ହେବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ । ଅତ୍ୟଧିକ କାର୍ଯ୍ୟଚାପ ଯୋଗୁଁ ଚିନ୍ତିତ ରହିବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ଶ୍ରୀ ଗଣେଶ ।

ବିଛା: ବୟୋଜ୍ୟେଷ୍ଠଙ୍କ ଆଶୀର୍ବାଦ ପାଇବା ହେତୁ ମନକୁ ଶାନ୍ତି ମିଳିବ । କେତୁ ଧନ ସ୍ଥାନରେ ରହି ଅନାବଶ୍ୟକ ଖର୍ଚ୍ଚର ଦିଗ ଖୋଲି ଦେଇପାରନ୍ତି । ସବୁ କାମ ଠିକ୍‌ ଠିକ୍‌ ହେବ, କିନ୍ତୁ ସୁବିଧାରେ ନୁହେଁ । ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି । ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ ମାତ୍ର ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ । କର୍ମକ୍ଷେତ୍ରରେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ । ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ଧନୁ: ପ୍ରତିଟି କାର୍ଯ୍ୟରେ ସଫଳତା ପ୍ରାପ୍ତି କରିବେ । ମଙ୍ଗଳ ଭାଗ୍ୟସ୍ଥାନରେ ରହିଥିବାରୁ କୌଣସି ନୂତନ ଯୋଜନାରମ୍ଭ କରିବା ସକାଶେ ମନ ବଳାଇ ପାରନ୍ତି । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ଭାବପ୍ରବଣତା ବଶତଃ ଅତି ନିକଟରେ ରହୁଥିବା କିମ୍ବା ଅଧିକାଂଶ ସମୟରେ ମିଶୁଥିବା ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ଆୟ ଅତ୍ୟଳ୍ପ ଓ ବ୍ୟୟ ଅଧିକ ହେବାର ସମ୍ଭାବନା । କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ୱାସୀ ମନେ କରିବେ । ପାରିବାରିକ କ୍ଷେତ୍ରରେ ସମସ୍ୟା ପୂର୍ବପରି ରହିବା ଦୁଶ୍ଚିନ୍ତାର କାରଣ ହେବ । ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

ମକର: ଦିନଟି ଆପଣଙ୍କ ଲାଗି ମହତ୍ୱପୂର୍ଣ୍ଣ ରହିବ । ଏକାଦଶ ବୃହସ୍ପତି ପ୍ରଭାବରେ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମିପାରେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ, କିନ୍ତୁ ପ୍ରିୟବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ପାରିବାରିକ ସମସ୍ୟାକୁ ଚତୁରତାର ସହ ସମାଧାନ କରିବେ । ଆର୍ଥିକ ଉନ୍ନତି ହେବାସହ ଗୃହବାହାନ ପ୍ରାପ୍ତି ହେବ । ଶୁଭରଙ୍ଗ: ଲାଲ । ଆରାଧନା: ପ୍ରଭୁ ହନୁମାନ ।

କୁମ୍ଭ: ଆର୍ଥିକ ଲାଭ ପାଇଁ ଶୁଭ ଦିନଟିଏ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ । ବ୍ୟବସାୟରେ ନିଜସ୍ଵାର୍ଥ ପାଇଁ ପ୍ରତିଦ୍ଵନ୍ଦିତା ସହ ଆୟ ବଢିବ । କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ପରିବାର, ବ୍ୟବସାୟ, ସଭାସମିତି, ପରିବହନ, ପ୍ରଶାସନିକ କ୍ଷେତ୍ର ପ୍ରତ୍ୟେକଥିରେ ସୁଫଳ ପାଇବେ । ଆଶା କରୁଥିବା ଶୁଭଖବର ପାଇ ଖୁସି ହେବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ଶୁଭରଙ୍ଗ: ଆକାଶୀ ନୀଳ । ଆରାଧନା: ମାଆ ଅମ୍ବିକା ।

ମୀନ: ଦିନଟି ଭଲମନ୍ଦର ଉଭୟର ମିଶ୍ରଣ ଫଳପ୍ରଧାନ କରିବା । କର୍ମକ୍ଷେତ୍ରରେ ଶନି ଓ କେତୁ ଜନିତ ଭୁଲ୍‌ ବୁଝାମଣା କାରଣରୁ ବନ୍ଧୁ ସମ୍ପର୍କରେ ଅବନତି ଘଟିପାରେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ନିର୍ମାଣ, ବାଣିଜ୍ୟ ଓ ବ୍ୟବସାୟରେ ମାନମନାନ୍ତର ଦେଖାଦେବାର ଆଶଙ୍କା ରହିଛି । ପରିବାରର ବରାଦ ଅନୁଯାୟୀ ଇଚ୍ଛା ନ ଥିଲେ ମଧ୍ୟ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ ଓ କର୍ମକ୍ଷେତ୍ରରେ ପ୍ରଶଂସିତହେବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ଚାକିରୀରେ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଶୁଭରଙ୍ଗ: ଫିକା ଲାଲ । ଆରାଧନା: ମାଆ ତାରିଣୀ ।