୧୨ ଜୁନ ୨୦୧୯, ବୁଧବାର :- ୭ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଜୀବନରେ ମିଳିବ ଅମାପ ସୁଖସମୃଦ୍ଧି, ପୂର୍ଣ୍ଣ ହେବ ସମସ୍ତ ଅଭିଳାଷ….

Spread the love

୧୨ ଜୁନ ୨୦୧୯, ବୁଧବାର :- ୭ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଜୀବନରେ ମିଳିବ ଅମାପ ସୁଖସମୃଦ୍ଧି, ପୂର୍ଣ୍ଣ ହେବ ସମସ୍ତ ଅଭିଳାଷ….

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : ପୂର୍ବ ଦିନ ଅପେକ୍ଷା ଆଜିର ଦିନଟି ଆପଣଙ୍କ ପାଇଁ ବେଶ୍ ଭଲ ରହିବ । ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ ମଧ୍ୟ କରିପାରିବେ । କାର୍ଯ୍ୟ ସମ୍ପର୍କିତ ଭ୍ରମଣ କିମ୍ବା ଦର୍ଶନୀୟ ସ୍ଥାନ ବିତେଇବା ପାଇଁ କୋଉଁ ଆଡେ ଯାଇପାରନ୍ତି । ଚାକିରି ପରିବର୍ତ୍ତନ କରିବାକୁ ଚାହୁଁଥିବା ବ୍ୟକ୍ତି ବିଶେଷ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ । ମହିଳାମାନେ କର୍ତ୍ତବ୍ୟନିଷ୍ଠା ପରାୟଣ ହେବେ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଶାରଳା ।

ବୃଷ: ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ । ସବୁ ଭଲ ଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ । କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହେବେ । ମହିଳାମାନେ ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ । ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ । ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡ଼ିବ । ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ । ଦାମ୍ପତ୍ୟ କଳହ ଯୋଗେ ଅନେକ କ୍ଷେତ୍ରରେ ଲଜ୍ଜା ଅପମାନ ସହ୍ୟ କରିବାକୁ ପଡ଼ିବ । ଶାରିରୀକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦେଖାଦେବ । ବରିଷ୍ଠବ୍ୟକ୍ତି, ପଦାଧିକାରୀଙ୍କ ରୋଷରପାତ୍ର ହେବେ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଦୁର୍ଗା ।

ମିଥୁନ: ଦିନଟି ଆନନ୍ଦମୟ ରହିବ । କଠିନ ପ୍ରଶ୍ନର ଫଳ ମଧ୍ୟ ମିଳିବ । କ୍ୟାରିୟରରେ କିଛି ପରିବର୍ତ୍ତନ ହେବ । ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ । ପ୍ରିୟବନ୍ଧୁଙ୍କ ଠାରୁ ଉପହାର ପାଇବେ । ପାରିବାରିକ ସମ୍ପର୍କ ଭଲ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

କର୍କଟ: ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ । ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ । ବନ୍ଧୁ ମିଳନରେ ମହିଳାମାନଙ୍କ ମନ ପ୍ରଫୁ୍ଲ୍ଲ ରହିବ । ପରିବା ଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଶିକ୍ଷା କ୍ଷେତ୍ରରେ ଆଦୌ ମନଯୋଗ ଦେବେ ନାହିଁ । ପାରିବାରିକ ଅଶାନ୍ତି ଦୂରେଇ ଯିବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଇଚ୍ଛାକରି ସ୍ଥାନାନ୍ତରିତ ହେବାକୁ ଚେଷ୍ଟା କରିବେ । ଶୁଭରଙ୍ଗ: ହଳଦିଆ । ଆରାଧନା: ଶ୍ରୀ ଗଣେଶ ।

ସିଂହ : ଦିନଟି ସୁଖଦାୟକ ରହିବ କିନ୍ତୁ ନିଜ ବାଣୀ ଉପରେ ଧ୍ୟାନ ଦିଅନ୍ତୁ । ରାଜକୀୟ ମାମଲାରେ ସଫଳତା ମିଳିବ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ଆପଣ କିଛି ନୂଆ ଯୋଜନା ପ୍ରସ୍ତୁତ କରିବେ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ଶାରିରୀକ ଅସୁସ୍ଥତା ଦୂର ହେବ ଓ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ଦୂରଯାତ୍ରା କରି ମନ ଖୁସି ରହିବ । ମାଲିମୋକଦ୍ଦମାରେ ବିଜୟୀ ହେବେ । ଜୀବନସାଥୀଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ । ସ୍ଥାବର ସଂପତ୍ତିର କାଗଜପତ୍ର କରିବା ସମୟରେ ବିଶେଷ ଧ୍ୟାନ ରଖିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମଙ୍ଗଳା ।

କନ୍ୟା: କଳା,ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସମସ୍ତକର୍ମ ବହୁତ କଷ୍ଟରେ ହିଁ ସମ୍ପନ୍ନହେବ । ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ । ଶୁଭରଙ୍ଗ: ନୀଳ । ଆରାଧନା: ମହାଲକ୍ଷ୍ମୀ ।

ତୁଳା: ପ୍ରିୟବନ୍ଧୁଙ୍କ ସହିତ ଭ୍ରମଣ ସୁଖଦ ଓ ଆନନ୍ଦଦାୟକ ହେବ । କ୍ୟାରିୟର ଗଢ଼ିବା ପାଇଁ ନୂଆ ସୁଯୋଗ ମିଳିବ । ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ପାଇବେ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ମହିଳା ମାନଙ୍କର ଚାକିରି କ୍ଷେତ୍ରରେ ଉନ୍ନତି, ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ରାଜନୀତିରେ ମହତ୍ତ୍ଵାକାଂକ୍ଷା ପୂରା ହେବ । ବେକାର ଥିବା ଯୁବକ ଯୁବତୀଙ୍କୁ ନୂଆ ଚାକିରିର ପ୍ରସ୍ତାବ ମିଳିପାରେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମହାଦେବ ।

ବିଚ୍ଛା: ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡ଼କୁ ନଜରଦେଇ କାମକରିବା ଉଚିତ୍ । ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତିକରିବ । ଅପେକ୍ଷା କରୁଥିବାକାର୍ଯ୍ୟଟି ପୂରଣ କରିବାପାଇଁ କଷ୍ଟକରହେବ । ଗଲାକଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ପାଇବ । ପଡ଼ୋଶୀମାନେ ସ୍ୱାର୍ଥ ହାସଲ ପାଇଁ ବାକ୍ଚାତୁରୀ କଥାକହି କାର୍ଯ୍ୟ ହାସଲ କରିବେ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ବିଶେଷସମୟ ଦେବାକୁ ପଡ଼ିବ । ରଖିଥିବାଧନ ଭିନ୍ନବାଟରେ ଖର୍ଚ୍ଚହୋଇଯିବ । ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ଅନ୍ୟମନସ୍କ ରହିବେ । ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଲେ ଯଶପ୍ରାପ୍ତି ହେବ । ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ସମଲେଶ୍ୱରୀ ।

ଧନୁ: ଦିନଟି ଅନୁକୂଳ ରହିବ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ନୂତନ କର୍ମ ନିଯୁକ୍ତି ପାଇବେ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । ରାଜନୀତିରେ ସାକ୍ଷାତ ଆଲୋଚନା ଭଲ ରହିବ । ଶାରୀରିକ ସୁସ୍ଥତା ଏବଂ ମାନସିକ ପ୍ରସନ୍ନତା ଅନୁଭବ କରିବେ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଗୌରୀ ।

ମକର: ଶିଳ୍ପ, ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ଯଶ ପାଇବେ । ବିଦ୍ୟାରେ ଉନ୍ନତିହେବା ସହ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ମହିଳାମାନେ ଆନୁଷ୍ଠାନିକ ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ଓ ବିଭିନ୍ନ ଦିଗରୁ ଲାଭବାନ୍ ହେବେ । ରାଜନୀତିରେ ଲୋକସମ୍ପର୍କ ବଢ଼ିବ । ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ । ଗୃହବାହନ ପ୍ରାପ୍ତି ହେବ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ତାରିଣୀ ।

କୁମ୍ଭ: ଆଗକୁ ବଢ଼ି ଚାଳନ୍ତୁ, ପରିସ୍ଥିତି ଆପଣଙ୍କ ପକ୍ଷରେ ହେବ । ସମସ୍ୟା ଦୂରହେବ ଓ ଉଚ୍ଚ ଆଶାରେ ଆଗେଇବେ । ଧନ ଲାଭର ନୂଆ ଅବସର ମିଳିବ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଆୟ ବଢିବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଚାକିରି ମିଳିବ । ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ । ଘରକୁ ନୂଆ ଅତିଥି ଆସିବାର ସମ୍ଭାବନା ରହିଛି । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ତାରିଣୀ ।

ମୀନ: ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢ଼ାଇ ଦେବେ । ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେବ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ । ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଭ୍ରମଣ ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭପାଇବେ । ମହିଳାମାନେ ପିଲାମାନଙ୍କ ସମସ୍ୟା ବିଷୟରେ ଚିନ୍ତା କରିବେ । ବିଦ୍ୟାରେ ମଧ୍ୟମଫଳ, ପନିପରିବା ଚାଷି ଓ ବ୍ୟବସାୟୀମାନେ ପ୍ରଚୁର ଲାଭପାଇବେ । ରାଜନୀତିରେ ପ୍ରଶଂସିତ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଗାୟତ୍ରୀ ।