12 ଅକ୍ଟୋବର 2019 ଶନିବାର – ଶାନିଦେବଙ୍କ କୃପାରୁ ୭ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଦୀର୍ଘ ଦିନରୁ ଅଟକିଥିବା କାର୍ଯ୍ୟ ହେବ ସମ୍ପର୍ଣ୍ଣ । ଅନ୍ୟାନ୍ୟ

Spread the love

12 ଅକ୍ଟୋବର 2019 ଶନିବାର – ଶାନିଦେବଙ୍କ କୃପାରୁ ୭ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଦୀର୍ଘ ଦିନରୁ ଅଟକିଥିବା କାର୍ଯ୍ୟ ହେବ ସମ୍ପର୍ଣ୍ଣ । ଅନ୍ୟାନ୍ୟ କ୍ଷେତ୍ରରେ ମଧ୍ୟ ଆଶାତୀତ ଫଳ ପାଇବେ ।

ଗ୍ରହର ଗତିପଥ ପରିବର୍ତ୍ତନ କାରଣରୁ ବ୍ୟକ୍ତିର ଜୀବନରେ ବହୁତ ଅନେକ ପରିବର୍ତ୍ତନ ହୋଇଥାଏ । କେତେବେଳେ ବ୍ୟକ୍ତିର ଜୀବନରେ ସୁଖ ସମୃଦ୍ଧି ଆସିଥାଏ ତ କେତେବେଳେ ଅତ୍ୟଧିକ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଥାଏ । ସମୟର ସହିତ ବହୁତ କିଛି ବଦଳି ଯାଇଥାଏ । ଜ୍ୟୋତିଷଙ୍କ କହିବା ଅନୁସାରେ ଗ୍ରହ ନକ୍ଷେତ୍ର ଗୁଡିକର ଯେତେବେଳେ ସ୍ଥାନ ପରିବର୍ତ୍ତନ ଘଟିବ କାରଣରୁ ମନୁଷ୍ୟ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତେଣୁ ପ୍ରତ୍ୟେକ ମନୁଷ୍ୟ ପାଇଁ ରାଷିଫଳର ମହତ୍ୱ ରହିଛି । ରାଶିଫଳ ଅନୁସାରେ ବ୍ୟକ୍ତିର ସ୍ଵଭାଵ ଓ ଭବିଷ୍ୟତ ବିଷୟରେ ଜାଣିବାକୁ ମିଳିଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଜୀବନରେ କଣ କଣ ପରିବର୍ତ୍ତନ ଘଟିବ ଜାଣିବା ।

ମେଷ : ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନହେବ ।ଦ୍ୱାଦଶଚନ୍ଦ୍ର ହେତୁ ଦୂରଯାତ୍ରା କରିପାରନ୍ତି କିନ୍ତୁ ଆପଣ ଭୁଲ୍‌ ନିଷ୍ପତ୍ତି ନେଇ ପଶ୍ଚାନ୍ତେ ଅନୁତାପ କରିବେ । ଅବଶ୍ୟ ସାମାନ୍ୟ ବିଳମ୍ବିତ ସମୟରେ ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହୋଇପାରନ୍ତି । ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭବାନ ହେବେ । ଚାକିରି କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ କିନ୍ତୁ ଉଚ୍ଚାଧିକାରୀ ଆପଣଙ୍କ କାର୍ଯ୍ୟକଳାପ ଉପରେ ରୁଷ୍ଟ ହୋଇପାରନ୍ତି । ଯାନବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ବନ୍ଧୁଙ୍କ ଠାରୁ ଧାରକରଜ କରିବାକୁ ପଡିପାରେ । ରାଜନୀତି, ସଭାସମିତି ତଥା ସାଙ୍ଗଠନିକ କାର୍ଯ୍ୟ କିମ୍ବା ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ପରିବାରର ବିଗତ ଦିନର ସମସ୍ୟାଗୁଡ଼ିକର ସମାଧାନ ପାଇଁ ଚେଷ୍ଟା କରିବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ବୃଷ : ଆଜି ଆପଣ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ମଧ୍ୟ ପାଇବେ । ରାଶିରେ ରାଜଯୋଗ କାରକ ଚତୁଃଗ୍ରହ ଆପଣଙ୍କୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତାର ସହ ସମ୍ମାନଜନକ ସ୍ଥିତିରେ ରଖିବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଶତ୍ରୁତା କାରଣରୁ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଆକସ୍ମିକ ଆବଶ୍ୟକତା ପୂରଣ ସକାଶେ ଋଣ ସୂତ୍ରରେ ଅର୍ଥଲାଭ କରିବେ । ପ୍ରତିଯୋଗୀତା ପରୀକ୍ଷା, ସାକ୍ଷାତକାରରେ ବିଜୟୀ ହେବେ । ଦାମ୍ପତ୍ୟ କଳହ ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦରୁ ବଞ୍ଚିତ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ମିଥୁନ : ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଆର୍ଥିକ ସମସ୍ୟା ଦୂରେଇବାରେ ଜଣେ ବିଜାତୀୟ ବନ୍ଧୁ ସାହାଯ୍ୟ କରିପାରନ୍ତି । ନିକଟ ଅତୀତର ପରିସ୍ଥିତିକୁ ଯେତିକି ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ପାରିବାରିକ କ୍ଷେତ୍ରରେ ଗତକାଲିର କଳି ତକରାଳ ବିଷୟର ପର୍ଯ୍ୟାଲୋଚନା କରି ଅନ୍ୟମନସ୍କ ରହିବେ । କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ ସିନା ଶୁଭଫଳ ପାଇପାରିବେ ନାହିଁ । ଗୃହସ୍ଥ ଜୀବନରେ ସୁଖ- ଶାନ୍ତି ରହିବ । ଉଚ୍ଚ ପଦାଧିକାରିମାନଙ୍କର ପ୍ରୋତ୍ସାହନ ଆପଣଙ୍କ ଉତ୍ସାହ ବଢ଼ାଇବ । ସଭାସମିତି, ସଙ୍ଗଠନ, ରାଜନୀତି, ପ୍ରଶାସନ, ଆଲୋଚନା କ୍ଷେତ୍ରରୁ ପ୍ରଶଂସିତ ହେବେ । ସରକାରଙ୍କ ତରଫରୁ ଲାଭ ପ୍ରାପ୍ତି କରି ପାରିବେ । ଅପରାହ୍ନେ ଦୀର୍ଘଦିନର ଆଶା ଫଳବତୀ ହେବ । ଶୁଭରଙ୍ଗ : ମେରୁନ । ଆରାଧନା : ପ୍ରଭୁ ହନୁମାନ ।

କର୍କଟ : ଆପଣଙ୍କର ଧ୍ୟାନ ପରିବାର ଓ ଟଙ୍କା ପଇସା ଦିଗରେ ରହିବ । ଚନ୍ଦ୍ର ପ୍ରଭାବରେ ଚେଷ୍ଟା କରୁଥିବା କାର୍ଯ୍ୟ ସାଧନରେ ନିଜର ଲୋକମାନଙ୍କ ତରଫରୁ ସହଯୋଗ ପାଇବେ ନାହିଁ । ସାମାଜିକ ସ୍ତରରେ କିମ୍ବା କର୍ମକ୍ଷେତ୍ରରେ ଉଚିତ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ନିକଟ ସମ୍ପର୍କୀୟ ମାନଙ୍କ ଭଲ କରିବାକୁ ଯାଇ ନିଜକୁ ବହୁତ କଷ୍ଟ ସ୍ବୀକାର କରିବାକୁ ପଡିପାରେ । ଯାନବାହନ, ବ୍ୟବସାୟ ଓ ବାଣିଜ୍ୟରୁ ଲାଭବାନ୍‌ ହେବେ ଓ ପରିସ୍ଥିତି ବଦଳି ଯିବାରୁ ଏକପ୍ରକାର ଖୁସି ଅନୁଭବ କରିବେ । ନିର୍ମାଣାଧୀନ ଗୃହ, ରାସ୍ତାକାମ, ହଠାତ୍‌ କିଛିଦିନ ସକାଶେ ଅଟକି ରହିଯାଇପାରେ । କୌଣସି ନିକଟ ସମ୍ପର୍କିୟ ସାଂଗରେ ଆପଣଙ୍କର ଖରାପ ସମ୍ପର୍କ ହୋଇପାରେ । ଖାଇବା ପିଇବାର ଧ୍ୟାନ ଦିଅନ୍ତୁ । ସଙ୍ଗୀତ, ଚଳଚ୍ଚିତ୍ର ଓ କ୍ରୀଡା, ସାହିତ୍ୟ କ୍ଷେତ୍ରରେ ବେଶ୍‌ ଆଦୃତ ହେବେ । ମହିଳାମାନେ ଜୀବନସାଥୀଙ୍କୁ କୌଣସି ଉପହାର ଦେଇପାରନ୍ତି । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

ସିଂହ : ଆଜି ଆପଣଙ୍କୁ ସଫଳତା ମିଳିବାର ବହୁମାତ୍ରାରେ ସଙ୍କେତ ଅଛି । କର୍ମକ୍ଷେତ୍ରରେ ଅଟକି ରହିଥିବା କାମଗୁଡ଼ିକ ଆଜି ହିଁ ଶେଷ କରିବାକୁ ମନସ୍ଥ କରିବେ ଓ ସଫଳତା ମଧ୍ୟ ହାସଲ କରିପାରିବେ । ଜଗନ୍ନାଥଙ୍କର ଆଶୀର୍ବାଦ ସହିତ ଆପଣ ନୂଆ କାର୍ଯ୍ୟଗୁଡ଼ିକର ପ୍ରାରମ୍ଭ କରି ପାରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିଶେଷ ଉନ୍ନତି କରି କେତେକାଂଶରେ ଋଣମୁକ୍ତ ହେବା ସୂଚନା ରହିଛି । ଚାକିରିରେ ଥିବା ଲୋକମାନଙ୍କ ପାଇଁ ଆଜିର ଦିନ ଶୁଭ ଅଟେ । ଆୟ ବୃଦ୍ଧି ସଙ୍ଗେ ପଦୋନ୍ନତିର ଯୋଗ ମଧ୍ୟ ରହିଛି । ପରିବାର ମଧ୍ୟରେ ନିଜର ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ । ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖା ଦେଇପାରେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ଭଦ୍ରକାଳୀ ।

କନ୍ୟା : ଦିନଟି ଆପଣଙ୍କ ପାଇଁ ଖଟାମିଠା ରହିବା । ବଳବାନ୍‌ ଶନିଙ୍କ ପ୍ରଭାବରେ ବିବାଦରେ ବିଜୟ ଲାଭ କରିବେ କିନ୍ତୁ ସ୍ତ୍ରୀଙ୍କ ସ୍ଵାସ୍ଥ୍ୟହାନି ଓ ଯାତ୍ରା ସ୍ଥଗିତ ରହିଯାଇପାରେ । ପାପଗ୍ରହ ଜନିତ ବିଭିନ୍ନ ପ୍ରକାର କାମରେ ଅନୁପ୍ରବେଶ କରି ମନକୁ ଭାରାକ୍ରାନ୍ତ କରିପାରନ୍ତି । କର୍ମକ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ । ଆନୁଷ୍ଠାନିକ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ଓ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ଏଜେନ୍ସିପରୁ ଖୁସି ରହିବେ । ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ ଓ ଅନେକ ପ୍ରକାର ସୁବିଧା ସୁଯୋଗ ପାଇ ଆଶା ପୂରଣ ହେବାରେ ବିଳମ୍ବ ହୋଇପାରେ । ବାଦବିବାଦ ଠାରୁ ଦୂରେଇ ରୁହନ୍ତୁ । ରୋଗ, ଋଣ ଓ ଶତ୍ରୁତା ବିଷୟ ଚିନ୍ତନରେ ସମୟ କାଟିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ । ଶୁଭରଙ୍ଗ: ଧଳା । ଆରାଧନା: ରାମଚଣ୍ଡୀ ।

ତୁଳା : ଆଜି ଆପଣ ଉର୍ଜାବାନ ଓ ସକ୍ରିୟ ରହିବେ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଆଶା କରୁଥିବା ଦିଗରୁ ଅର୍ଥ ପାଇବେ, କିନ୍ତୁ ଏଥିପାଇଁ ଆପଣଙ୍କୁ ସାମାନ୍ୟ କଷ୍ଟ ସ୍ବୀକାର କରିବାକୁ ପଡ଼ିବ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ପ୍ରିୟ ବନ୍ଧୁ ଆପଣଙ୍କୁ ସୁନ୍ଦର ଉପହାର ଦେଇପାରନ୍ତି । ଧାର୍ମିକ କ୍ଷେତ୍ରରେ ନିୟୋଜିତ ହୋଇ ଅର୍ଥ ବ୍ୟୟ ହୋଇପାରେ । ଯୁକ୍ତି ତର୍କ, ବାଦବିବାଦ, କୋର୍ଟ କଚେରୀ ମାମଲା ଠାରୁ ଦୂରେଇ ରୁହନ୍ତୁ । ଆବଶ୍ୟକତା ପୂରଣ କରିବା ସକାଶେ ପର ପାଖରେ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ବିଛା : ଦିନଟି ଆପଣଙ୍କ ଲାଗି ନୂଆ ସମ୍ଭାର ନେଇ ଆସିଛି । କୌଣସି ସଭା ସମିତି କାର୍ଯ୍ୟରେ ସାମିଲ ହୋଇପାରନ୍ତି । ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ରହିବ । ସରକାରୀ କାର୍ଯ୍ୟରେ ସଫଳତା ମିଳିବ । ପଦୋନ୍ନତିର ଯୋଗ ରହିଛି । ପାରିବାରିକ ଦାୟିତ୍ୱ ସୁଚାରୁ ରୂପେ ସମ୍ପାଦନା କରିବେ । ମାନସିକ ରୂପରେ ଆଳସ୍ୟ ଅନୁଭବ କରିପାରନ୍ତି । ବାଦ, ବିବାଦ, କୋର୍ଟ କଚେରୀରେ ସକାରାତ୍ମକ ବିଜୟୀ ଲାଭ କରିବେ ।ସନ୍ଧ୍ୟା ସୁଦ୍ଧା ଘରକୁ କୌଣସି ବନ୍ଧୁ ଆସିବେ । ସନ୍ତାନମାନଙ୍କ ବିଷୟରେ ଆପଣଙ୍କୁ ଚିନ୍ତା ହୋଇପାରେ । ମହିଳାମାନେ ନିଜ କାର୍ଯ୍ୟ ଦକ୍ଷତା ବଳରେ ପ୍ରସଂଶିତ ହେବେ । ଶୁଭରଙ୍ଗ:ଲାଲ । ଆରାଧନା: ହନୁମାନ ।

ଧନୁ : ଭାଗ୍ୟ ସ୍ଥାନରେ ଏକାଧିପତି ହେତୁ ଯାହା ଆଶା କରୁଛନ୍ତି; ତାହା ପାଇବାରେ କୌଣସି ଅସୁବିଧା ହେବନାହିଁ । ଆପଣଙ୍କ ସକାରାତ୍ମକ ବ୍ୟବହାର ଲୋକଙ୍କୁ ଆକର୍ଷିତ କରିବା । ବ୍ୟବସାୟର ଆଶାତୀତ ଲାଭବାନ ହେବେ । ଅଫିସରେ କିଛି ଉଚ୍ଚ-ଅଧିକାରୀଙ୍କ ଠାରୁ ପ୍ରସଂଶିତ ପାଇବେ । ସମାଜରେ ମନ ସମ୍ମାନ ମଧ୍ୟ ବଢିବ । ରାଜନୈତିକ କ୍ଷେତ୍ରରେ ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ । ଆର୍ଥିକ ଦିଗରୁ ଉନ୍ନତି ହେବ । ସ୍ୱାସ୍ଥ୍ୟ ଠିକ୍ ରହିବ । ପରୋକ୍ଷ ଶତ୍ରୁତା କରିବା ଯୋଗୁ ବିଚଳିତବୋଧ କରିପାରନ୍ତି । ପ୍ରେମରେ ସଫଳତା ପାଇବେ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ମାଣିକେଶ୍ଵରୀ ।

ମକର : ଏକଦଶସ୍ଥ ସ୍ଥାନରେ ରାହୁ ଅବସ୍ଥାନ କରିଥିବାରୁ ମନରେ ବିଭିନ୍ନ ପ୍ରକାର ଦୁଶ୍ଚିନ୍ତା ରହିବ । ମନୋରଞ୍ଜନ ପ୍ରୀତିପ୍ରଦ ହେବା ସାଙ୍ଗକୁ ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ବ୍ୟବସାୟରେ କ୍ଷତି, ଶତୃ ବୃଦ୍ଧି, ଆର୍ଥିକ କ୍ଷେତ୍ରରେ ଅବନତି ଘଟିବ । ମାନସିକ ଦୁଃଶ୍ଚିନ୍ତା ବଢ଼ିବ । କର୍ମଚାରୀଙ୍କର କର୍ମ କ୍ଷେତ୍ରରେ ବାଧା ଆସିବ । ପ୍ରତ୍ୟେକ ସ୍ଥଳରେ ସମସ୍ତେ ଆପଣଙ୍କୁ ସହଯୋଗର ହାତ ବଢାଇବେ । ସାମାଜିକ ସ୍ତରରେ ଲୋକସମ୍ପର୍କ ବୃଦ୍ଧି ପାଇବା ସାଙ୍ଗକୁ ବନ୍ଧୁବତ୍ସଳ ହେବେ । ଅତୀତର କେତେକ କଥାକୁ କେନ୍ଦ୍ର କରି ଦାମ୍ପତ୍ୟ ସୁଖରେ ବାଧା ଉପୁଜିପାରେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ତାରିଣୀ ।

କୁମ୍ଭ : ପୂର୍ବରୁ କରିଥିବା ପରିଶ୍ରମରୁ ଆଜି ଆପଣଙ୍କୁ ଲାଭ ମିଳିବ । ଆଜି ଅନୁକୂଳ ବାତାବରଣ ମଧ୍ୟରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ । ଅଧ୍ୟୟନ, ଶୋଧ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ । ଚିତ୍ରା ନକ୍ଷତ୍ର କିନ୍ତୁ କୈାଣସି ଖଳ ଲୋକ ମାନଙ୍କ କଥାରେ ପଡି ହଇରାଣ ହରକତ ହୋଇପାରନ୍ତି । ବନ୍ଧୁମାନଙ୍କ ସହ ସତ୍‌ସଙ୍ଗ, ଧାର୍ମିକ ବାତାବରଣ, ସାଂଗଠନିକ କାର୍ଯ୍ୟ କିମ୍ବା ସାମୁହିକ କାମରେ ଯୋଗ ଦେଇପାରନ୍ତି । ବ୍ୟବସାୟରେ ପୁଞି ଲଗାଣ କରନ୍ତୁ, ଲାଭ ହେବ । ପରିବାରର ଅନ୍ୟ ସଦସ୍ୟଙ୍କ ପ୍ରତି ସମ୍ବନ୍ଧ ସୁଦୃଢ ହେବ । ମାଲି ମକଦ୍ଦମା, ତର୍କ ବିତର୍କ, ସଭା ସମିତି, ସଂଗଠନ, ନିର୍ମାଣ ଓ ପରିବହନ, କ୍ଷେତ୍ରରୁ ଶୁଭଫଳ ପାଇବାର ଆଶା କରାଯାଇପାରେ । ପ୍ରେମ ପ୍ରସଙ୍ଗରେ ସଫଳତା ନିଶ୍ଚିତ ମିଳିବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ବିମଳା ।

ମୀନ : ମନରେ ସକାରାତ୍ମକ ଭାବନା ବଜାୟ ରଖନ୍ତୁ । ଆଜି ପରିବାର କଥା ନେଇ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନାକରି ସମାଧାନରେ ଉପନୀତ ହୋଇପାରନ୍ତି । ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂରହୋଇଯିବ । ଚାକିରୀ କ୍ଷେତ୍ରରେ ବହୁତ କଷ୍ଟ ଓ କଠିନ ପରିଶ୍ରମ କଲେ ସଫଳତାପୂର୍ଣ୍ଣ ଫଳ ପ୍ରାପ୍ତ କରିବେ । ଆର୍ଥିକ ସ୍ଥିତି ମଜଭୁତ ହେବ । ପ୍ରକୃତ ଘଟଣା ନବୁଝି ପାଖପଡୋଶୀ କିମ୍ବା ଉପରିସ୍ଥ କର୍ମଚାରୀ କ୍ରୋଧ ପ୍ରକାଶ କରିପାରନ୍ତି । ସ୍ଵାସ୍ଥ୍ୟରେ ଉନ୍ନତି ହେବ । ଆତ୍ମୀୟଙ୍କ ସହ ଜମିଜମାକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ । ବନ୍ଧୁମିଳନରୁ ଆନନ୍ଦିତ ହେବେ ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ । ଶୁଭରଙ୍ଗ: ବାଦାମି । ଆରାଧନା: ହନୁମାନ ।