13 ଅପ୍ରେଲ 2019, ଶନିବାର – ଶନିଦେବଙ୍କ କୃପାରୁ ଆଜି ଏହି ଚାରୋଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଜୀବନରେ ଖେଳିଉଠିବ ହସର ଲହରୀ ।

Spread the love

13 ଅପ୍ରେଲ 2019, ଶନିବାର – ଶନିଦେବଙ୍କ କୃପାରୁ ଆଜି ଏହି ଚାରୋଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଜୀବନରେ ଖେଳିଉଠିବ ହସର ଲହରୀ ।

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଆର୍ଥିକ ସ୍ଥିତି ମାଧ୍ୟମ ଧାରଣର ରହିବ । ପ୍ରତିଟି କାର୍ଯ୍ୟ କଠିନତାର ସହ ପରିଶ୍ରମ କରିବାକୁ ପଡ଼ିବ । ନୂତନ କାର୍ଯ୍ୟପନ୍ଥା ପାଇଁ ନୂଆ ଯୋଜନା ପରିକଳ୍ପନା କରିବେ । ଘରୋଇ କାମ ଲାଗି ପରିବାର ଲୋକଙ୍କ ସହିତ କଥାବାର୍ତ୍ତା କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପାରିବାରିକ ବ୍ୟବସାୟ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଯାନବାହନ ସାବଧାନତାର ସହ ଚଳାନ୍ତୁ । ଶୁଭରଙ୍ଗ: ଧଳା । ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କରିବେ । ଆରାଧନା: ହର ପାର୍ବତୀ ।

ବୃଷ: ଦିନଟି ଆପଣଙ୍କ ଶୁବଦୟାକ ରହିବ । ମାନସିକ ଶାନ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବନାହିଁ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଅଫିସରେ ବଡ଼ ଅଧିକାରୀଙ୍କ ସହଯୋଗ ମିଳିବ । ଅଚାନକ ଧନପ୍ରାପ୍ତି ହେବ । ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ । କଳା,ସାହିତ୍ୟ, କ୍ରୀଡ଼ା,ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଜୀବନସାଥୀଙ୍କୁ ସୁନ୍ଦର ଉପହାର ଦେଇପାରନ୍ତି । ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ । ଶୁଭରଙ୍ଗ: ସବୁଜ । ଆରାଧନା: ମହାଲକ୍ଷ୍ମୀ ।

ମିଥୁନ: ବନ୍ଧୁଙ୍କ ସହିତ ଭ୍ରମଣ କରିବେ ଓ ଭ୍ରମଣର ଆନନ୍ଦ ମଧ୍ୟ ଉଠାଇବେ । କ୍ୟାରିୟର ଗଢ଼ିବା ପାଇଁ ନୂଆ ସୁଯୋଗ ମିଳିବ । ବ୍ୟବସାୟରେ ସଫଳତା ଅର୍ଜନ ଓ ଦୂରଯାତ୍ରାର କଷ୍ଟ ପାଇବେ । ରାଜନୀତିରେ ମହାତ୍ତ୍ଵାକା˚କ୍ଷା ପୂରଣ ହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ବାଦ-ବିବାଦରୁ ଦୂରେଇ ରୁହନ୍ତୁ । ଶାରୀରିକ ପୀଡ଼ାଯୋଗୁ ଖର୍ଚ୍ଚ ଅଧିକ ହେବ । ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

କର୍କଟ: ଆଜି ଆପଣ ଊର୍ଜାବାନ ଓ ସକ୍ରିୟ ରହିବେ । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ । ନୂଆ ସ୍ରୋତରୁ ଧନଲାଭ ହେବ । ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କର୍ମରତଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ । ସାମାଜିକ କାର୍ଯ୍ୟରେ ଅଧିକ ସମୟ ଦେବେ । ଲୋକମାନଙ୍କର ବିଶ୍ଵାସ ଆପଣଙ୍କ ଉପରେ କାଏମ ରହିବ । ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ । ଧନ ଲାଭ ହେବାରୁ ମନଖୁସି ରହିବ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ମହିଳା ମାନେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଶୁଭରଙ୍ଗ: ମେରୁନ । ଆରାଧନା: ଶ୍ରୀକୃଷ୍ଣ ।

ସିଂହ: ମନରେ ଆତ୍ମବିଶ୍ଵାସ ବୃଦ୍ଧି ହେବ, ଦିନଟି ମଙ୍ଗଳଦୟାକ ରହିବା । ବ୍ୟବସାୟରେ ସଫଳତା ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ନୂଆ କାର୍ଯ୍ୟ ଉପରେ ବିଚାର ବିମର୍ଶ କରିପାରନ୍ତି । କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ଓ ଅଧିକାରୀ ଖୁସିହେବେ । ପରିବାରର ପରିସ୍ଥିତି ସମାଧାନ କରିବେ । ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ । ମହିଳାମାନେ ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଅମ୍ବିକା ।

କନ୍ୟା: ଦିନଟି ଆପଣଙ୍କ ପାଇଁ ପ୍ରେରଣା ଦାୟକ ରହିବା । ଆପଣଙ୍କୁ ନିଜ କାମ ପାଇଁ ପ୍ରଶଂସିତ ଓ ପୁରସ୍କୃତ ହେବେ । ଭ୍ରମଣ ଉପରେ କାର୍ଯ୍ୟ କରୁଥିବା ବ୍ୟକ୍ତିବିଶେଷଙ୍କ ପାଇଁ ଦିନଟି ଭଲ ରହିବ । ନୂଆ ଯୋଜନାରେ ସଫଳହେବେ । ବ୍ୟବସାୟପାଇଁ ଦୂରଯାତ୍ରାର ସୁଯୋଗ ପାଇବେ । ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ । ପରିବାରରେ ସମସ୍ତ ପରିସ୍ଥିତି ସମାଧାନ ହୋଇ ଖୁସିର ବାତାବରଣ ସ୍ଥାୟି ରହିବ । ନୂତନ ସମ୍ବନ୍ଧ ସୃଷ୍ଟିହେବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ଦାମ୍ପତ୍ୟ ସମ୍ବନ୍ଧ ମଧୁର ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ତୁଳା: ନିଜ ଉପରେ ବିଶ୍ଵାସ ରଖନ୍ତୁ, ଆଗକୁ ବଢ଼ି ଚାଳନ୍ତୁ, ପରିସ୍ଥିତି ଆପଣଙ୍କ ପକ୍ଷରେ ହେବ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ଧନଲାଭର ନୂଆ ଅବସର ଆସିବ । ଚାକିରି ତଲାସରେ ଥିବା ବ୍ୟକ୍ତି ବିଶେଷଙ୍କୁ ବଢ଼ିଆ ଚାକିରି ମିଳିବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଶତୃମାନେ ପରାଜିତ ହେବେ । ପ୍ରେମ ବ୍ୟାପାରରେ ସଫଳତା ମିଳିପାରେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଶୁଭରଙ୍ଗ: ନୀଳ । ଆରାଧନା: ମହାଦେବ ।

ବିଛା: ଦିନଟି ଆପଣଙ୍କ ସପକ୍ଷରେ ରହିବ । ନିଜ ଇଚ୍ଛା ମୁତବକ ଫଳ ପାଇବେ । କୌଣସି ମହତ୍ୱପୂର୍ଣ୍ଣ କାର୍ଯ୍ୟରେ ସଫଳତା ହାସଲ କରିବେ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ଆର୍ଥିକ ସ୍ଥିତି ମଜଭୁତ ହେବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ନୂତନ କର୍ମ ନିଯୁକ୍ତି ପାଇବାର ଅଧିକ ସମ୍ଭାବନା । ପାରିବାରିକ ଜୀବନ ସୁଖମୟ ହେବ ।ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ଧନୁ: ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବା । ବ୍ୟବସାୟ କ୍ଷେତ୍ରରେ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ । ସ୍ଥଗିତ ଥିବା ଧନ ମିଳିଯିବ । କାରବାର ସମ୍ବନ୍ଧରେ ବଡ଼ଙ୍କ ସହିତ ସାକ୍ଷାତ ଆଲୋଚନା କରିବେ । କମ୍ପାନୀ ତରଫରୁ ବିଦେଶ ଯାଇପାରନ୍ତି । ରାଜନୀତି ଓ ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ମଜଭୁତ ହେବ । ଭାବିଚିନ୍ତି ଖର୍ଚ୍ଚ କରନ୍ତୁ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସମଲେଶ୍ଵରୀ ।

ମକର: ଆପଣଙ୍କ ଆତ୍ମବିଶ୍ବାସ ଉଚ୍ଚା ରହିବ । ବନ୍ଧୁ ଓ ଜୀବନସାଥୀଙ୍କ ସହଯୋଗ ପାଇବେ । ପରିବାରରେ ଅପ୍ରିତିକର ପରିସ୍ଥିତିକୁ କୌଶଳକ୍ରମେ ସମାଧାନ କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବ୍ୟବସାୟର ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ରାଜନୀତି କ୍ଷେତ୍ରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ । ଶିକ୍ଷା ସମ୍ବନ୍ଧୀୟ ସବୁ ମାମଲାର ସମାଧାନ ହୋଇଯିବ । ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀ ଗଣେଶ ।

କୁମ୍ଭ: ଦିନଟି ଆନନ୍ଦମୟ ରହିବ । ପରିବାରରେ ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜ ସେବାରେ ସମୟ ଦେବେ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ । ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଶାରଳା ।

ମୀନ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । ବହୁତ ଜଟିଳ ସମସ୍ୟାର ବୁଦ୍ଧିମତାର ସହ ସମାଧାନ କରିନେବେ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଗଣ ମାଧ୍ୟମ କ୍ଷେତ୍ରରେ କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଦିନଟି ବଢ଼ିଆ ରହିବ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ । ପାରିବାରିକ ସମସ୍ୟା ଗୁଡ଼ିକୁ ସମାଧାନ କରିବା ଉଚିତ୍‌ । ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ । ଭଲ ଲୋକଙ୍କ ସହାୟତାରେ ଧନଲାଭ ଯୋଗ ରହିଛି । କୌଣସି ଅଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ। ।