13 ଫେବୃୟାରୀ 2019, ବୁଧବାର – ରାଶିଫଳ; ବାବା ଭୋଳାନାଥଙ୍କ କୃପାରୁ ଏହି ରାଶିର ବ୍ୟକ୍ତିଙ୍କ ଜୀବନରେ କିଛି ପରିବର୍ତ୍ତନ ହେବ

Spread the love

13 ଫେବୃୟାରୀ 2019, ବୁଧବାର ରାଶିଫଳ :-

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଦିନଟି ଆନନ୍ଦମୟ ରହିବ । ବ୍ୟବସାୟରେ ପ୍ରଚୁର ଧନଲାଭ ହେବାର ସମ୍ଭାବନା ଅଛି । ଚାକିରୀରେ ସମ୍ମାନ ମିଳିବା ହେତୁ ସନ୍ତୁଷ୍ଟ ରହିବେ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ରାଜନୀତିରେ ମନୋକାମନା ପୂରଣ ହେବ । ସମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ସ୍ୱାସ୍ଥ୍ୟ କିମ୍ବା ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଜୀବନସାଥୀଙ୍କର ସ୍ନେହ ଓ ସୁଖ ପାଇବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ ଦୁର୍ଗା ।

ବୃଷ: କୌଣସି ଦ୍ବିଧାରେ ସମସ୍ତ କାର୍ଯ୍ୟ ସମ୍ପାଦନା କରିବେ । ସ୍ଥଗିତ ଥିବା କାମ ପୂରା ହୋଇଯିବ । କୃଷିକ୍ଷେତ୍ରରେ ପରିଶ୍ରମର ଯଥା ମୂଲ୍ୟ ପାଇବେ । ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ମହିଳାମାନେ ପରର ସାହାଯ୍ୟ ଲୋଡ଼ିବେ ଓ ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ । ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ । ଚାକିରିରେ ପଦୋନ୍ନତି ମିଳିବା ହେତୁ ଆର୍ଥିକ ସ୍ଥିତି ସୁଧୁରିବ । ମହିଳାମାନଙ୍କର ବନ୍ଧୁମିଳନ ହେତୁ ମନ ଖୁସୀ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳୀଜାଈ ।

ମିଥୁନ: ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ । ଉଚ୍ଚଅଧିକାରୀଙ୍କ ଆଗରେ ଆପଣଙ୍କ କଥା ରଖନ୍ତୁ; ସକାରାତ୍ମକ ଫଳ ମିଳିବ । ବ୍ୟବସାୟରୁ ଯଥେଷ୍ଟ ଲାଭ ପାଇବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ରହିବ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ଛାତ୍ରଛାତ୍ରୀମାନେ ଠାରୁ ପ୍ରସଂଶିତ ହେବେ ।ଶୁଭରଙ୍ଗ: ମେରୁନ । ଆରାଧନା: ବାବା କପିଳାସ ।

କର୍କଟ: ଧାନଟି ଶୃଙ୍ଖଳା ଭାବରେ ଦିନଟି ଅତିବାହିତ ହେବ । ଧାର୍ମିକ କାର୍ଯ୍ୟରେ ମୋନେନିବେଶ କରିବେ । ନିଜ ବ୍ୟବହାର ଓ କଥାବାର୍ତ୍ତ ଦ୍ୱାରା ସମସ୍ତଙ୍କ ପ୍ରିୟ ହୋଇପାରିବେ । ବ୍ୟବସାୟରେ ଆନୁସଙ୍ଗିକ କ୍ରିୟାଦ୍ୱାରା ନୂଆ ଧରଣର କାର୍ଯ୍ୟକୁ ପସନ୍ଦ କରିବେ । ଅନ୍ତରଙ୍ଗ ବନ୍ଧୁଙ୍କୁ ମନର କଥା କହିବା ଲାଗି ଦିନଟି ଭଲ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଛାତ୍ରଛାତ୍ରୀମାନେ ନିଜ ପାଠପଢ଼ାରେ ବ୍ୟସ୍ତ ରହିବେ । ମହିଳାମାନେ ବିଭିନ୍ନ ପ୍ରକାର ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

ସିଂହ: ଆପଣଙ୍କ ମନ ସକାରାତ୍ମକ କାମରେ ଲଗାନ୍ତୁ । ବ୍ୟର୍ଥ ଚିନ୍ତାରୁ ଆପଣଙ୍କୁ ମୁକ୍ତି ମିଳିବ । ପାରିବାରିକ କ୍ଷେତ୍ରରେ ଭୋଗବିଳାସରେ ସାମିଲ ହେବାକୁ ଅବସର ପାଇବେ ଓ ଶାନ୍ତି ବିରାଜମାନ କରିବ । ବ୍ୟବସାୟରେ ଆଶାତୀତ ଲାଭବାନ ହେବେ । ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ପ୍ରେମ ଜୀବନ ଖୁବ୍‌ ରୋଚକ ଓ ଆନନ୍ଦମୟ ରହିବ । ଶୁଭରଙ୍ଗ: ସବୁଜ । ଆରାଧନା: ଶ୍ରୀକୃଷ୍ଣ ।

କନ୍ୟା: ଜୀବନସାଥୀଙ୍କ ଠାରୁ ମହତ୍ୱପୂର୍ଣ୍ଣ ପରାମର୍ଶ ପାଇବେ । କର୍ମକ୍ଷେତ୍ରରେ ଭଲ ନୀତି ତିଆରି କରି କାମ କରିବେ । ସରକାରୀ କର୍ମଜୀବିମାନେ ବିଶେଷ ସଫଳତା ହାସଲ ହେବ । ଆର୍ଥିକ ଅବସ୍ଥା ପୂର୍ବ ଅପେକ୍ଷା ଭଲ ରହିବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ । ମହିଳାମାନଙ୍କର କର୍ମକ୍ଷେତ୍ରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସମଲେଶ୍ୱରୀ ।

ତୁଳା: ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ । ଆପଣଙ୍କ କାମ ପୂରା କରିବାରେ କେହି ବାଧା ଦେଇ ପାରିବେ ନାହିଁ । ଉନ୍ନତିର ନୂଆ ଦ୍ୱାରା ଖୋଲିବ । ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ । ଅଚାନକ ଧନପ୍ରାପ୍ତି ହେବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧିହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଗାୟତ୍ରୀ ।

ବିଛା: ନିଜକୁ ଧାର୍ମିକ କାର୍ଯ୍ୟରେ ନିୟୋଜିତ କରିବେ । ବ୍ୟବସାୟରେ ଆକସ୍ମିକ ଲାଭ ଦେଖି ଆଶ୍ଚର୍ଯ୍ୟ ହୋଇଯିବେ । ଅଫିସରେ କୌଣସି ଗୁରୁତ୍ବପୂର୍ଣ୍ଣ ଫଇସଲା ନେବେ । ଯୁବକଙ୍କ ଲାଗି ଉନ୍ନତିର ଦ୍ବାର ଖୋଲିବ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ମହିଳାମାନେ ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଦିନଟି କାଟିବେ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

ଧନୁ: ଆତ୍ମସମୀକ୍ଷାରେ ସମୟ ବିତିବ । ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ଆଲୋଚନା ହୋଇପାରେ । ଅଚାନକ ଖୁସି ଖବର ମିଳିବ । ବିଦେଶ ଯାତ୍ରା କରିବାକୁ ପଡ଼ିପାରେ । ମହିଳାମାନଙ୍କର ରାଜନୀତିରେ ସଫଳତା ମିଳିବ କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ । କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ୱାସୀ ମନେ କରିବେ । ଛାତ୍ରମାନେ ଅଧ୍ୟୟନରେ ଧ୍ୟାନ ଦେବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ତାରାତାରିଣୀ ।

ମକର: ଦିନଟି ଆପଣଙ୍କ ଲାଗି ଆନନ୍ଦମୟ ରହିବ । ଭଲ ସୁଯୋଗ ଆପଣଙ୍କ ସାମନାକୁ ଆସିପାରେ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ରାଜନୀତିରେ ଥିବା ବ୍ୟକ୍ତିଙ୍କୁ ବଡ଼ ପଦ ମିଳିପାରେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ । ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ ।ପ୍ରେମରେ ସଫଳତା ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

କୁମ୍ଭ: କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ । ବ୍ୟବସାୟରେ ନିଜସ୍ଵାର୍ଥ ପାଇଁ ପ୍ରତିଦ୍ଵନ୍ଦିତା ସହ ଆୟ ବଢିବ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । କାହାରି ସହିତ କଥା ହେବା ବେଳେ ଭାବିଚିନ୍ତି କଥା ହୁଅନ୍ତୁ । ଅଫିସ କାମରେ ଅନ୍ୟମାନଙ୍କ ରାୟ ନେବାରୁ ନିବୃତ୍ତ ରହନ୍ତୁ । ମହିଳାମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି, ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ କଟକଚଣ୍ତୀ ।

ମୀନ: ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ, ପରିବାରଜନଙ୍କ କାର୍ଯ୍ୟରେ ଆତ୍ମତୃପ୍ତି ମିଳିବ । ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ ଓ କର୍ମକ୍ଷେତ୍ରରେ ପ୍ରଶଂସିତହେବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ଅଫିସରେ ଆପଣଙ୍କ ସ୍ଥିତି ମଜଭୁତ ହେବ । ପୁସ୍ତକ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ରହିବ । ପ୍ରେମ ପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ପାଇବେ । ଶୁଭରଙ୍ଗ: ଧୂସର। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।