13 ମଇ 2019, ସୋମବାର – 4ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଉପରେ ମହାଦେବଙ୍କ କୃପା ରହିବା, ପ୍ରେମ ବ୍ୟାପାରରେ ମିଳିବ ସଫଳତା ।

Spread the love

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ଭୂମିକା ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଦିନଟି ଆପଣଙ୍କ ଲାଗି ଖୁବ୍‌ ଭଲ ରହିବ । ଠିକ୍‌ ସମୟରେ ଉଚିତ ନିଷ୍ପତ୍ତି ନେବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ସ୍ଵଭାବରେ ଉଗ୍ରତା ଉପରେ ନିୟନ୍ତ୍ରଣ ରଖିନ୍ତୁ । ଶାରୀରିକ ତଥା ମାନସିକ ଅସୁସ୍ଥତା ଅନୁଭବ କରିପାରନ୍ତି । କମ ସଫଳତା ମିଳିବାରୁ ନିରାଶା ହୋଇପାରନ୍ତି । ସନ୍ତାନମାନଙ୍କ ବିଷୟରେ ଚିନ୍ତା ହୋଇପାରେ । ସରକାରୀ କାର୍ଯ୍ୟଗୁଡ଼ିକରେ ସଫଳତା ମିଳିବ । ଆଧ୍ୟାତ୍ମିକ ସିଦ୍ଧି ପ୍ରାପ୍ତ କରିବା ପାଇଁ ବହୁତ ଭଲ ଯୋଗ ଅଛି । ବାଣୀ ଉପରେ ନିୟନ୍ତ୍ରଣ ରଖିନ୍ତୁ, ବାଦ-ବିବାଦରେ ପଡ଼ନ୍ତୁ ନାହିଁ । ଘରୋଇ ଜୀବନରେ ପ୍ରେମପୂର୍ଣ୍ଣ ବାତାବରଣ ରହିବ । ମହିଳାମାନେ ଅଫିସ୍ ଓ ଘରେ ନିଜ କାର୍ଯ୍ୟ ପାଇଁ ପ୍ରଶଂସିତ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ବୃଷ: ଭଗବାନଙ୍କ ଉପରେ ଭରସା ରଖନ୍ତୁ, ସମସ୍ତ କାର୍ଯ୍ୟରେ ସିଦ୍ଧି ପାଇବେ ଓ ଆତ୍ମସନ୍ତୋଷ ମଧ୍ୟ ମିଳିବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ଆପଣଙ୍କ ଜୀବନରେ କିଛି ପରିବର୍ତ୍ତନ ଆସିପାରେ । ଅଫିସରେ ଶାନ୍ତିର ବାତାବରଣ ରହିବ । ରାଜନୀତିରେ ପ୍ରଶଂସିତ ହେବେ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ପ୍ରଭୁ ହନୁମାନ ।

ମିଥୁନ: ଆପଣ ଚୁପଚାପ ରହି ନିଜ କାର୍ଯ୍ୟରେ ଧ୍ୟାନ କେନ୍ଦ୍ରୀଭୂତ କରନ୍ତୁ; ବିଳମ୍ବ ହେଲେ ବି ସବୁ ଠିକ୍‌ ହୋଇଯିବ । ଆପଣ ନିଜ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ କରନ୍ତୁ କିନ୍ତୁ ଧୀର ମସ୍ତିଷ୍କରେ ଯୋଜନା କରନ୍ତୁ । ଶେଷରେ ଦେଖିବେ ଆପଣ ସମସ୍ତ କାର୍ଯ୍ୟ ସୁରୁଖୁରରେ କରିପାରିବେ । ପାରିବାରିକ କାର୍ଯ୍ୟଗୁଡ଼ିକ ପଛରେ ଧନ ଖର୍ଚ୍ଚ ହୋଇପାରେ । ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ । ଧାର୍ମିକ ଯାତ୍ରା ହେବାର ସଂଭାବନା ଅଛି । ଧନ ଲାଭର ମଧ୍ୟ ସଂଭାବନା ଅଛି । ବ୍ୟବସାୟରେ ପ୍ରମୋସନର ଯୋଗ ଅଛି । ପ୍ରେମ ବ୍ୟାପାର ପାଇଁ ଦିନଟି ଭଲ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଦୁର୍ଗା ।

କର୍କଟ: ଆଜି ଆପଣ ଆଧ୍ୟାତ୍ମିକ ଦିଗରେ ଅଗ୍ରସର ହେବେ । ସେଥିପାଇଁ ସମୟ ବାହାର କରି କୌଣସି ଧାର୍ମିକ ସ୍ଥାନକୁ ଯାଆନ୍ତୁ । ଆପଣଙ୍କ ପ୍ରତିଭାରୁ ଅନ୍ୟମାନଙ୍କୁ ପ୍ରେରଣା ମିଳିବ । କୌଣସି କାମରୁ ବଡ଼ ଫାଇଦା ହୋଇପାରେ । ବ୍ୟବସାୟୀ ମାନଙ୍କର କାରବାର ବୃଦ୍ଧି ହେବ । ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ଚାକିରୀଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ଯୁବକ ଯୁବତୀ ମାନେ ବିଦେଶ ଯାତ୍ରାରେ ଲାଭବାନ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ନୂଆ ପରିଧାନ ଓ ଗହଣା କିଣିବେ । ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ମହିଳାମାନେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ସିଂହ: ଆର୍ଥିକ ଉର୍ନ୍ନତି ଦୃଷ୍ଟି କୋଣରୁ ଦିନଟି ଆପଣଙ୍କ ପାଇଁ ବେଶ ଭଲ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ ।ବିରୋଧୀ ଆପଣଙ୍କ ସମ୍ମୁଖରେ ନତମସ୍ତକ ରହିବେ । ଚାକିରିରେ ପଦୋନ୍ନତି ମିଳିପାରେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଭୁଜାତ ଦ୍ରବ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ପ୍ରିୟ ବନ୍ଧୁଙ୍କ ଠାରୁ ଉପହାର ପାଇବେ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ଶୁଭରଙ୍ଗ: ଧଳା । ଆରାଧନା: ରାମଚଣ୍ଡୀ ।

କନ୍ୟା: ଦିନଟି ଆପଣଙ୍କ ଲାଗି ଲାଭଦାୟକ ରହିବ । ଆଜି ଆପଣ ପରିବାର ଲୋକଙ୍କ ସହିତ ସମୟ କଟାଇବେ ଏବଂ ବହୁତ ଖୁସି ହେବେ । ପିତା ତଥା ବରିଷ୍ଠ ନାଗରୀକମାନଙ୍କ ସହଯୋଗ ପ୍ରାପ୍ତ କରିବେ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ । ଆମଦାନି ପାଇଁ ନୂଆ ରଣନୀତି ପ୍ରସ୍ତୁତ କରିବେ । ଉଧାର ଦେଇଥିବା ପଇସା ଅଚାନକ ଫେରସ୍ତ ପାଇବେ । ଅଫିସରେ ଆପଣଙ୍କର ସ୍ଥିତି ମଜଭୁତ ହେବ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ହେବ । ଆପଣଙ୍କ ସ୍ଵଭାବରେ କ୍ରୋଧ ଏବଂ ବ୍ୟବହାରରେ ଉଗ୍ରତା ରହିବ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ପ୍ରେମରେ ସଫଳତା ପାଇବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ତାରିଣୀ ।

ତୁଳା: ଭାଗ୍ୟର ସହଯୋଗରେ ଆଗକୁ ବଢୀଟିଏ ବିନା ଦ୍ଵିଧାରେ । ଘରେ ବାହାରେ କେହି ଆପଣଙ୍କୁ ହଟାଇପାରିବେ ନାହିଁ । ବ୍ୟବସାୟ କ୍ଷେତ୍ରରେ ଧ୍ୟାନମଗ୍ନ ରହି ନିଜର ପ୍ରତିଷ୍ଠା ବୃଦ୍ଧି କରିବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ । ଚାକିରିଆଙ୍କର ଉନ୍ନତି ହେବ। ଜୀବନସାଥୀଙ୍କ ଠାରୁ ଉପହାର ମିଳିପାରେ । ଯୁବକ ଯୁବତୀ ମାନେ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ବନ୍ଧୁ ଓ ଭାଇଙ୍କ ସହଯୋଗ ପାଇବେ । ଜମି ବାଡ଼ି କିଣିବେ । ମହିଳାମାନେ କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ସମଲେଶ୍ୱରୀ ।

ବିଛା: ସମୟ ସ୍ରୋତରେ ଆପଣ ବେଶ ଉନ୍ନତି କରିବେ ଓ ସଫଳତା ପ୍ରାପ୍ତି କରିବେ । ବ୍ୟବସାୟରେ ଆଶାତୀତ ଲାଭବାନ ହେବେ । ସମାଜ ସେବାରେ ନିଜକୁ ନିୟୋଜିତ କରିବେ । ରାଜନୀତିରେ ନେତା ଆପଣଙ୍କୁ ନୂଆ କାର୍ଯ୍ୟ ଅର୍ପଣ କରିବେ । ପ୍ରଚୁର ମାତ୍ରାରେ ଧନାଗମ ହେବ । ଅଫିସରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ । ବାଦବିବାଦ, ମାଲି ମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ମନ ଉଣାହେବ । କୌଣସି ବିଷୟରେ ଚିନ୍ତା କରନ୍ତୁ ନାହିଁ, ଆପଣଙ୍କ ପରିଶ୍ରମରେ ଶେଷରେ ସବୁ ଠିକ ହୋଇଯିବ । ମହିଳାମାନେ ରାଜନୀତିରେ କୂଟନୀତିର ଶୀକାର ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ଧନୁ: ଏକାଗ୍ରତାର ସହିତ କାମ କରନ୍ତୁ; ସଫଳତାର ପାହାଚ ଚଢ଼ିବେ । ଧନପ୍ରାପ୍ତିର ଯୋଗ ପ୍ରବଳ ରହିଛି । ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ । ଚିକିତ୍ସାରେ ଖର୍ଚ୍ଚ ହେବାର ଆଶଂକା ଅଛି । ବ୍ୟାପାରରେ ଭାଗିଦାରୀମାନଙ୍କ ସହିତ ଆନ୍ତରିକ ମତଭେଦ ହୋଇପାରେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ । ଚାକିରିରେ ଚିନ୍ତା ଦୂର ହେବ । ରାଜନୀତିରେ ମହତ୍ୱ ଆକାଂକ୍ଷା ପୂରଣ ହେବ । ନିର୍ମାଣକାର୍ଯ୍ୟ ସମ୍ପନ୍ନ ହେବ । ପ୍ରିୟତମଙ୍କ ଠାରୁ ଖୁବ୍‌ ପ୍ରେମ ପାଇବେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ବାବା କପିଳାସ ।

ମକର: ଦିନଟି ପ୍ରାୟତଃ ହସ ଖୁସିରେ କାଟିବ । ମାତାପିତାଙ୍କ ସହଯୋଗରେ ଆପଣଙ୍କ କାରବାର ବୃଦ୍ଧି ହେବ । ଚାକିରି ତଲାସରେ ଥିବା ବ୍ୟକ୍ତି ଶୁଭ ଖବର ପାଇବେ । ଯୁବକ ଯୁବତୀ ମାନେ ବିଦେଶ ଯାତ୍ରାରେ ଲାଭବାନ ହେବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯାଇ ପାରନ୍ତି । ମହିଳାମାନେ ପରିଧାନ ଶୈଳୀ ପ୍ରତି ବିଶେଷ ଧ୍ୟାନ ଦେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଲକ୍ଷ୍ମୀ ।

କୁମ୍ଭ: ଆଧ୍ୟାତ୍ମିକ ଭାବନାରେ ଅଧିକ ସମୟ ବିତିବ । ପୂର୍ବରୁ କୌଣସି ସ୍ଥଗିତ ଥିବା କାର୍ଯ୍ୟର ସମାଧାନ ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । କର୍ମକ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟରେ ପ୍ରସାର ପ୍ରଚାର ହେବ । ରାଜନୀତିରେ ସମସ୍ୟା ଦୂର ହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ ଖ୍ୟାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ପରିବାରରେ ସବୁ ସଦସ୍ୟଙ୍କୁ ଆନନ୍ଦ ପ୍ରାପ୍ତି ହେବ । ପ୍ରିୟ ବନ୍ଧୁଙ୍କ ସହିତ ଭ୍ରମଣରେ ଯାଇପାରନ୍ତି । ମହିଳାମାନେ ପରିବାରଜନଙ୍କ ଠାରୁ ପ୍ରସଂଶିତ ହେବେ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମହାଲକ୍ଷ୍ମୀ ।

ମୀନ: ଦିନଟି ଆପଣଙ୍କ ଲାଗି ଅନୁକୂଳ । କାର୍ଯ୍ୟ କ୍ଷେତ୍ରରେ ଏଭଳି ଅବସର ମିଳିବ ଯଦ୍ୱାରା ଆମଦାନି ବୃଦ୍ଧି ହେବ । ଚାକିରିଆଙ୍କୁ ଅଧିକାରୀଙ୍କ ସହଯୋଗ ମିଳିବ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ପରିବାରର କେତେକ ସମସ୍ୟା ନେଇ, ମାନସିକ ପୀଡ଼ା ଅନୁଭବ କରିବେ । ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ବିଫଳ ହେବେ । ଦାମ୍ପତ୍ୟ ଜୀବନରେ ପ୍ରେମ ବଜାୟ ରହିବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।