13 ସେପ୍ଟେମ୍ବର 2019, ଶୁକ୍ରବାର- ଆଜିର ରାଶିଫଳ । ୫ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଆର୍ଥିକ ସ୍ଥିତି ରହିବା ସ୍ଵଚ୍ଛଳ, ସମସ୍ତ କାର୍ଯ୍ୟରେ ସଫଳତା ପାଇବେ ।

Spread the love

13 ସେପ୍ଟେମ୍ବର 2019, ଶୁକ୍ରବାର- ଆଜିର ରାଶିଫଳ । ୫ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଆର୍ଥିକ ସ୍ଥିତି ରହିବା ସ୍ଵଚ୍ଛଳ, ସମସ୍ତ କାର୍ଯ୍ୟରେ ସଫଳତା ପାଇବେ ।

ପ୍ରତ୍ୟେକ ମନୁଷ୍ୟ ପାଇଁ ରାଷିଫଳାର ହତ୍ୱ ରହିଛି । ରାଶିଫଳ ଅନୁସାରେ ବ୍ୟକ୍ତିର ସ୍ଵଭାଵ ଓ ଭବିଷ୍ୟତ ବିଷୟରେ ଜାଣିବାକୁ ମିଳିଥାଏ । କାରଣ ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ, ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଜୀବନରେ କଣ କଣ ପରିବର୍ତ୍ତନ ଘଟିବ ଜାଣିବା ।

ମେଷ :- ଦିନଟି ଆପଣଙ୍କ ଲାଗି ଲାଭପ୍ରଦ ରହିବ । ଜୀବନରେ କିଛି ପରିବର୍ତ୍ତନ ହେବ । ଆଶା କରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବ ନାହିଁ । ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିପାରିବ । ବିଳମ୍ବିତ ସମୟରେ ଲକ୍ଷସ୍ଥଳରେ ପହଞ୍ଚିବେ । ବ୍ୟାବସାୟିକ ଯାତ୍ରାରେ ବାହାରକୁ ଯାଇପାରନ୍ତି । କର୍ମ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ ଏବଂ କାମକୁ ତ୍ୱରାନ୍ୱିତ କରିବା ସକାଶେ ନିଷ୍ପତି ନେବେ । ଚାକିରିରେ କର୍ତ୍ତୃପକ୍ଷଙ୍କ ଠାରୁ ପ୍ରଶଂସା ଶୁଣିବାକୁ ମିଳିପାରେ । ପ୍ରଶାସନ, ଆଇନ ଅଦାଲତ ଓ ସଭା ସମିତି କ୍ଷେତ୍ରରେ ଉପକୃତ ହେବେ । ପାରିବାରିକ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ବୃଷ :- ପୂଜାପାଠରେ ଅଧିକ ସମୟ ବିତିବ । ଧର୍ମ ସଂସ୍ଥାକୁ ଦାନ ଦେଇପାରନ୍ତି । କୋର୍ଟ କଚେରି ମାମଲା ଆପଣଙ୍କ ପକ୍ଷରେ ହୋଇପାରେ । ଗୃହସୀମା, ଗାଡି ମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ କ୍ଷେତ୍ରରେ ଆଶଙ୍କା ଓ ଉଦ୍‌ବେଗ ସୃଷ୍ଟି କରିପାରେ । କର୍ମ କ୍ଷେତ୍ରରେ ସହକର୍ମୀ କିମ୍ବା ଘରେ ଗୃହିଣୀ ପ୍ରତିବାଦର ସ୍ୱର ଉଉତ୍ତୋଳନ କରିପାରନ୍ତି । ଚାକିରିଆଙ୍କୁ ସଫଳତା ମିଳିପାରେ । ଆୟ ସାଧନରେ ବୃଦ୍ଧି ହେବ । କଳା ସାହିତ୍ୟ, ସଙ୍ଗୀତ, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ । ସଭାସମିତିରେ ପଦସ୍ଥ ବ୍ୟକ୍ତିଙ୍କ ସହ ସାନ୍ନିଧ୍ୟରେ ଆସିବେ । ଦାମ୍ପତ୍ୟ କଳହର ଅବସାନ ଘଟିବ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ମାଆ ଦୁର୍ଗା ।

ମିଥୁନ :- ଆତ୍ମ ସମୀକ୍ଷାରେ ଅଧିକ ସମୟ ବିତିବ । ଦିନଟିରେ ବିନୟପୁର୍ଣ୍ଣ ବ୍ୟବହାର ଦ୍ୱାରା କାମ ହାସଲ କରିପାରନ୍ତି । କର୍ମକ୍ଷେତ୍ରରେ ମଉଳି ଯାଉଥିବା ଆଶା ପୁଣି କଅଁଳି ଉଠିବ । ସରକାରୀ କାମରେ ସଫଳତା ପାଇବେ । ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିପାରେ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଆପଣଙ୍କର କୌଣସି ଇଚ୍ଛା ପୂରା ହେବ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ଭୁଲ୍‌ ବୁଝାମଣା କାରଣରୁ ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି । ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଶାରଳା ।

କର୍କଟ:- ନୂଆ ଲୋକମାନଙ୍କ ସହିତ ଟିକେ ସାବଧାନରେ ରହନ୍ତୁ । ବାଣିଜ୍ୟ ଓ ବ୍ୟବସାୟରେ ସଫଳତା ହାସଲ କରିବେ । ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ପାରିବାରିକ ସମ୍ବନ୍ଧ ମଜଭୁତ ହେବ । ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ଆପଣ ଯେତେ ଭଲ ଚିନ୍ତା କଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ମନୋଭାବକୁ ସହଜରେ ବୁଝତ୍ ପାରିବେ ନାହିଁ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସମଲେଶ୍ଵରୀ ।

ସିଂହ: କାର୍ଯ୍ୟ ବୃଦ୍ଧି ଲାଗି ସୁଅବସର ମିଳିବ । ଧାର୍ମିକ ଆୟୋଜନରେ ସେବା କରିବାର ଅବସର ମିଳିବ । ବ୍ୟବସାୟରେ ମନପ୍ରାଣ ଢାଳି କାମ କରିବେ ଏବଂ ଯଥେଷ୍ଟ ଲାଭ ମଧ୍ୟ ପାଇବେ । ଆର୍ଥିକ ସ୍ଥିତି ଠିକ୍‌ ରହିବ । ଭୂସଂପତ୍ତି ସମସ୍ୟା ସମାଧାନ ହୋଇଯିବ । ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ । ଅଫିସରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ସହକର୍ମୀ କିମ୍ବା ପାଖ ପଡୋଶୀମାନେ କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବେ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । ସ୍ୱାସ୍ଥ୍ୟ ପ୍ରତି ଅବହେଳା କରନ୍ତୁ ନାହିଁ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ଭଲ ରହିବ । ଶୁଭରଙ୍ଗ: ବାଦାମୀ । ଆରାଧନା: ମହାଲକ୍ଷ୍ମୀ ।

କନ୍ୟା: ଆଜି ଆପଣ ଖୁବ୍‌ ଊର୍ଜାବାନ ଅନୁଭବ କରିବେ । ସାମାଜିକ କ୍ଷେତ୍ରରେ ଯଶ ମିଳିବ । ସରକାରୀ କାମରେ କୌଣସି ବଡ଼ ବ୍ୟକ୍ତିଙ୍କ ସାହାଯ୍ୟ ପାଇବେ । ବ୍ୟବସାୟରେ କୌଣସି ବଡ଼ ନେଣଦେଣ କରିପାରନ୍ତି । ଆଗାମୀ ଦିନରେ କିଛି ନୂଆ ବ୍ୟବସାୟ କରିବା ପାଇଁ ଯୋଜନା ପ୍ରସ୍ତୁତ କରିବାରେ ବନ୍ଧୁଙ୍କ ସହୋଯୋଗ ମିଳିବ । କଥାବାର୍ତ୍ତାରେ ସଂଯମତା ନ ରକ୍ଷା କଲେ ବିବାଦଗ୍ରସ୍ତ ହୋଇପଡିବେ । ନୃତ୍ୟ ସଙ୍ଗୀତରେ ରୁଚି ବଢ଼ିବ । ବାଦ ବିବାଦ, କୋର୍ଟ କଚେରୀ ମାମଲା ଆପଣଙ୍କ ସପକ୍ଷରେ ରହିବ । ପାରିବାରିକ ସ୍ତରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱରେ ପଡି ପାରନ୍ତି । ଶୁଭରଙ୍ଗ: ମେରୁନ । ଆରାଧନା: ଶ୍ରୀକୃଷ୍ଣ ।

ତୁଳା: ଊର୍ଜାର ସ୍ତର ଉଚ୍ଚା ରହିବ । କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ସମ୍ପର୍କ ଗଢ଼ିବେ ଯେଉଁଥିରୁ ଭବିଷ୍ୟତରେ ଲାଭ ମିଳିବ । ଅଫିସରେ ବାତାବରଣ ଅନୁକୂଳ ରହିବ । ବ୍ୟବସାୟ ଓ ସାମାଜିକ କ୍ଷେତ୍ରରେ ଭଲ ପରିଣାମ ପାଇବେ । ସମ୍ମାନିତ ଲୋକଙ୍କ ସହିତ ମିଶିବେ । ଭାଇ ଭଉଣୀଙ୍କ ସହିତ ସମ୍ବନ୍ଧରେ ପ୍ରେମ ବଜାୟ ରହିବ । ଅତୀତର କୌଣସି ବିବାଦୀୟ ଘଟଣା ମନକୁ ବିବ୍ରତ କରିବାର ଆଶଙ୍କା ରହିଛି । ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ । ଧର୍ମ କାର୍ଯ୍ୟରେ ବ୍ୟୟ ବରାଦ କରିପାରନ୍ତି । ସ୍ବାସ୍ଥ୍ୟ, ପରିବାର, ଅର୍ଥ ସମ୍ପର୍କୀୟ କଥା ଆଲୋଚନା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ । ଘରକୁ କୌଣସି ବନ୍ଧୁ ଆସିପାରନ୍ତି । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଅମ୍ବିକା ।

ବିଛା: ସଫଳତା ମିଳିବା ହେତୁ ମନ ପ୍ରଫୁଲ୍ଲ ରହିବ । ବହୁତ ଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇଯିବ । ଦୃଢ଼ ପଦକ୍ଷେପ ନେଇ ବକେୟା ଅର୍ଥକୁ ହାସଲ କରିବାରେ ସମର୍ଥ ହେବେ । କର୍ମକ୍ଷେତ୍ରରେ ଆପଣ ଯୋଦ୍ଧାଙ୍କ ଭଳି ରହିବେ । ଆର୍ଥିକ ଲାଭ ହେବ । କ୍ରୟବିକ୍ରୟ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି । ବ୍ୟବସାୟରେ ନୂଆ ଦିଶା ମିଳିବ । ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ ଏବଂ ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ବିବ୍ରତ ହୋଇପାରନ୍ତି । ପଡ଼ୋଶୀମାନେ କଣ୍ଟାବାଡ଼ରେ ଲୁଗା ଛାଟି କହଳ କରିପାରନ୍ତି । ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳିଜାଇ ।

ଧନୁ: ଆପଣ ନିଜକୁ ଖୁବ୍‌ ଆତ୍ମନିର୍ଭରଶୀଳ ଅନୁଭବ କରିବେ । ନିଜ ପରିଶ୍ରମ ବଳରେ ସମସ୍ତଙ୍କ ହୃଦୟ ଜିଣିନେବେ । ଆଜି ସକାଳୁ ସକାଳୁ ଜଣେ ବନ୍ଧୁ ଆସି କୌଣସି ଗୁରୁତ୍ୱପୂର୍ଣ୍ଣ କଥା କହି ପାରନ୍ତି । ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ । କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବାକୁ ବାଧ୍ୟ ହେବେ । ମାନ ସମ୍ମାନରେ ବୃଦ୍ଧି ହେବ । ବ୍ୟାବସାୟିକ ଯାତ୍ରା ଲାଭପ୍ରଦ ହେବ । ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ଶାରଳା ।

ମକର: ଆଜି ଆପଣ ଊର୍ଜାବାନ ଓ ସକ୍ରିୟ ରହିବେ । ବ୍ୟବସାୟ ଲାଗି କରି ଆସୁଥିବା ପ୍ରୟାସରେ ସଫଳ ହେବେ । କର୍ମ କ୍ଷେତ୍ରରେ ଖୁବ୍‌ ଆଶାବାଦୀ ହେବେ । ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ । ଆବଶ୍ୟକ ଜିନିଷଟି ଅନ୍ୟକୁ ଦେଇ ଅପଦସ୍ତ ହୋଇପାରନ୍ତି । କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିବେ । ନିର୍ମାଣଧିନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ । ପରିବାରରେ ଏକତା ଓ ପ୍ରେମ ବଢ଼ିବ । ବନ୍ଧୁଙ୍କ ମେଳରେ ଦିନଟି ଭଲରେ କଟିବ । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀଗଣେଶ ।

କୁମ୍ଭ: ଆତ୍ମଚିନ୍ତନରେ ଅଧିକ ସମୟ ବିତିବ । ପରିଶ୍ରମ ଅଧିକ କରନ୍ତୁ ସଫଳତା ମିଳିବାର ଯୋଗ ରହିଛି । ବ୍ୟକ୍ତିଙ୍କର ମନୋବଳ ବୃଦ୍ଧି ପାଇବା କାରଣରୁ କର୍ମକ୍ଷେତ୍ରରେ ଅଗ୍ରଗାମୀ ହେବେ । ଅଫିସରେ ଉଚ୍ଚ ଅଧିକାରୀଙ୍କ ରାୟ ନେଇ କାମ କରନ୍ତୁ; ଭଲ ଫଳାଫଳ ମିଳିବ । ବୈଦିଶିକ ବେପାର ସମ୍ବନ୍ଧରେ ଭଲ ଖବର ପାଇବେ । ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାର ସୁଯୋଗ ପାଇବେ । ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ସ୍ଥାପନ ହେବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, କଚେରି ମାମଲାରେ ଉନ୍ନତି ପରିଲକ୍ଷିତ ହେବ । ଜୀବନସାଥୀଙ୍କ ସହିତ ଆପଣଙ୍କ ସମ୍ବନ୍ଧ ମଧୁର ହେବ । ଶୁଭରଙ୍ଗ: ଧୂସର । ଆରାଧନା: ମହାଲକ୍ଷ୍ମୀ ।

ମୀନ: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ । ଶତ୍ରୁମାନେ ଚେଷ୍ଟା କଲେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ । ଗତକାଲି ଠାରୁ ଚେଷ୍ଟା କରୁଥିବା କାମଟି ପୂର୍ଣ୍ଣାଙ୍ଗ ହେବାରେ ସମ୍ୟକ କଷ୍ଟକର ହେବ । କର୍ମକ୍ଷେତ୍ରର କେତେକ ଫାଇଲ୍‌ କାମ ସକାଶେ ସମସ୍ୟାରେ ପଡ଼ି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ । ବ୍ୟବସାୟ ବୃଦ୍ଧି ଲାଗି ବରିଷ୍ଠଙ୍କ ସହିତ ଆଲୋଚନା କରିବେ । ଆର୍ଥିକ ରୂପେ ସବୁ କିଛି ଭଲ ରହିବ । ବାହନ କିଣିବା ଲାଗି ମନ ବଳିବ । ଶୁଭରଙ୍ଗ: ଲାଲ । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।