ସମ୍ପୂର୍ଣ୍ଣ 12ଟି ରାଶିର ରାଶିଫଳ :- 14 ଜାନୁଆରୀ 2019, ସୋମବାର

Spread the love

ମେଷ: ଦିନଟି ଆପଣଙ୍କ ଲାଗି ଖୁବ୍‌ ଭଲ ରହିବ । ଠିକ୍‌ ସମୟରେ ଉଚିତ ନିଷ୍ପତ୍ତି ନେବେ । ବିଭିନ୍ନ ପ୍ରକାର ସମସ୍ୟା ଦୂର ହୋଇ ଶାନ୍ତି ମିଳିବ । ଆୟ ବୃଦ୍ଧିପାଇବ । କର୍ମକ୍ଷେତ୍ରରେ ପରିସ୍ଥିତି ଭଲ ରହିବ ଓ ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ନୂଆ ଚାକିରି ମିଳିବାର ଯୋଗ ରହିଛି । ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମୟ ବିତିବ । ଘରୋଇ ଜୀବନରେ ପ୍ରେମପୂର୍ଣ୍ଣ ବାତାବରଣ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ବୃଷ: ପ୍ରଭୁ ଜଗନ୍ନାଥଙ୍କ ସ୍ମରଣରେ ଆତ୍ମସନ୍ତୋଷ ମିଳିବ । ବୟୋଜ୍ୟେଷ୍ଠଙ୍କ ପ୍ରତି ମନରେ ପ୍ରେମଭାବ ରହିବ । କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ପ୍ରିୟଜନ ମାନଙ୍କୁ ପ୍ରିୟକଥା କହି ସମସ୍ୟାକୁ ସୁଧାରି ନେବେ । ବ୍ୟବସାୟରେ ଲାଭ ହେବାରୁ ମନ ଖୁସି ରହିବ । ନୂତନ ଗୃହ କିମ୍ବା ଯାନବାହନ କିଣିବା ପାଇଁ ମନ ବଳେଇବେ । ଆପଣଙ୍କ ଜୀବନରେ କିଛି ପରିବର୍ତ୍ତନ ଆସିପାରେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ଅଫିସରେ ଶାନ୍ତିର ବାତାବରଣ ରହିବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ମିଥୁନ: ଦୃଢ ଆତ୍ମା ବିଶ୍ୱାସ ଓ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ଆପଣଙ୍କ କାମକୁ କେହି ସମାଲୋଚନା କରିବେ । ଆପଣ ଚୁପଚାପ ରହି ନିଜ କାର୍ଯ୍ୟରେ ଧ୍ୟାନ କେନ୍ଦ୍ରୀଭୂତ କରନ୍ତୁ; ବିଳମ୍ବ ହେଲେ ବି ସବୁ ଠିକ୍‌ ହୋଇଯିବ । କଳାତ୍ମକ ଦିଗରୁ ପ୍ରଶଂସିତ ହେବେ । ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୈରାଶ୍ୟର ଅନ୍ଧକାର ମଧ୍ୟକୁ ଠେଲି ହୋଇଯିବେ । ଚାକିରୀଜୀବିମାନେ ନାନା ପ୍ରକାର ସଙ୍ଘର୍ଷ ମଧ୍ୟରେ ବାଟ ଚାଲିବେ । ମାଲିମୋକଦ୍ଦମାରେ କୂଟନୀତିର ଶୀକାର ହେବେ । ରାଜନୀତିରେ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ । ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ । ପ୍ରେମ ବ୍ୟାପାର ପାଇଁ ଦିନଟି ଭଲ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଭଦ୍ରକାଳୀ ।

କର୍କଟ: ଆଜି ଦିନଟି ଆପଣଙ୍କ ପାଇଁ ଅନୁକୂଳ ଅଟେ । ଆପଣଙ୍କ ପ୍ରତିଭାରୁ ଅନ୍ୟମାନଙ୍କୁ ପ୍ରେରଣା ମିଳିବ । କର୍ମର୍କ୍ଷେତ୍ରରେ ସହକର୍ମୀମାନେ ସହଯୋଗ କରବେ । ବ୍ୟବସାୟ ବାଣିଜ୍ୟରେ ଉର୍ନ୍ନତି ହେବ । କୌଣସି କାମରୁ ବଡ଼ ଫାଇଦା ହୋଇପାରେ । କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେଲେ ବି ବଡ଼ନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ । କୋର୍ଟ କଚେରୀ ମାମଲାରେ ବିଳମ୍ବ ହେବ । ମହିଳାମାନେ ସୁଖ-ଶାନ୍ତିରେ ଦିନ କଟାଇବେ । ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ସିଂହ: ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଆର୍ଥିକ ଲାଭ ଓ ଉନ୍ନତିର ଯୋଗ ପ୍ରବଳ ରହିଛି । ଯୋଜନା ମୁତାବକ ସମସ୍ତ କାର୍ଯ୍ୟ ସୁଚାରୂପେ ସମ୍ପାଦିତ ହେବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ଚାକିରିରେ ପଦୋନ୍ନତି ମିଳିପାରେ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ । ମହିଳାମାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ । ବିଦ୍ୟାର୍ଥୀମାନଙ୍କ ବିଦ୍ୟାରେ ଉନ୍ନତି ହେବ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ହନୁମାନ ।

କନ୍ୟା: ଦିନଟି ଆପଣଙ୍କ ଲାଗି ଲାଭଦାୟକ ରହିବ । ଆମଦାନି ପାଇଁ ନୂଆ ରଣନୀତି ପ୍ରସ୍ତୁତ କରିବେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । ଚାକିରୀ ଜୀବିମାନେ ଯଶ, ମାନକୁ ଅଧିକ ମହତ୍ତ୍ୱ ଦେବେ । ଉଧାର ଦେଇଥିବା ପଇସା ଅଚାନକ ଫେରସ୍ତ ପାଇବେ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପ୍ରେମରେ ସଫଳତା ପାଇବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ତାରିଣୀ ।

ତୁଳା: ପ୍ରତ୍ୟେକ କ୍ଷେତ୍ରରେ ଭାଗ୍ୟ ଆପଣଙ୍କୁ ସାଥ ଦେବ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ-ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ଦୃଢ କରିବା ଓ ଆତ୍ମା ବିଶ୍ୱାସ ବଢ଼େଇ ଦେବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ରାଜନୀତିରେ ଲାଭ ମିଳିବାର ସୁଯୋଗ ମିଳିବ । ଚାକିରିଆଙ୍କର ଉନ୍ନତି ହେବ । ଜୀବନସାଥୀଙ୍କ ଠାରୁ ଉପହାର ମିଳିପାରେ । ଶୁଭରଙ୍ଗ: ଗୋଲାପି । ଆରାଧନା: ଶ୍ରୀକୃଷ୍ଣ ।

ବିଛା: ସମୟ ଆପଣଙ୍କ ପାଇଁ ସଫଳତା ଓ ପ୍ରଗତି ଆଣିଦେବ । କର୍ମକ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ଖଣ୍ଡନ କରିବେ । ବ୍ୟବସାୟରେ ଆଗକୁ ବଢ଼ିବେ । ଅଫିସରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ । କୌଣସି ମାଙ୍ଗଳିକ କାର୍ଯ୍ୟ ତଥା ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେବେ । ଯୁବକ ଯୁବତୀମାନେ ନୂଆ ଚାକିରୀ ମିଳିବ ବା କୌଣସି କର୍ମକ୍ଷେତ୍ରରେ ନିଯୁକ୍ତି ପାଇବେ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ଧନୁ: ଏକାଗ୍ରତାର ସହିତ କାମ କରନ୍ତୁ; ସଫଳତାର ପାହାଚ ଚଢ଼ିବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଧନପ୍ରାପ୍ତିର ଯୋଗ ପ୍ରବଳ ରହିଛି । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିର ବାତାବରଣ ଖେଳିବ । ଚାକିରିରେ ଚିନ୍ତା ଦୂର ହେବ । ରାଜନୀତିରେ ମହତ୍-ଆକାଂକ୍ଷା ପୂରା ହେବ । ପ୍ରିୟତମଙ୍କ ଠାରୁ ଖୁବ୍‌ ପ୍ରେମ ପାଇବେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ଲକ୍ଷ୍ମୀ ।

ମକର: ଆପଣ ନିଜ ସ୍ଵପ୍ନର ଦୁନିଆରେ ବିଚରଣ କରିବେ । ମାତାପିତାଙ୍କ ସହଯୋଗରେ ଆପଣଙ୍କ କାରବାର ବୃଦ୍ଧି ହେବ । ଚାକିରି ତଲାସରେ ଥିବା ବ୍ୟକ୍ତି ଶୁଭ ଖବର ପାଇବେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବ୍ୟବସାୟ କ୍ଷେତ୍ରରେ ପ୍ରଚାର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ । ଲୋକସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଆଦି ସ୍ଥାନରେ ମାନ ସମ୍ମାନ ବୃଦ୍ଧି ପାଇବେ । ଚକ୍ଷୁ ପୀଡ଼ା ସହ ଦୈନିକ କାର୍ଯ୍ୟରେ ବ୍ୟହାତ ସୃଷ୍ଟି ହୋଇପାରେ । ମହିଳାମାନେ ପରିଧାନ ଶୈଳୀ ପ୍ରତି ବିଶେଷ ଧ୍ୟାନ ଦେବେ । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀ ଗଣେଶ ।

କୁମ୍ଭ: ଯୋଜନାକୁ ଗୁପ୍ତ ରଖନ୍ତୁ; ସଫଳତା ନିଶ୍ଚୟ ପାଇବେ । ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ତ ସମସ୍ୟକୁ ସମାଧାନ କରିପାରିବେ । ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ । ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ । ସ୍ୱାସ୍ଥ୍ୟ ଠିକ୍ ରହିବ । ଅଫିସ କାମରେ ସହର ବାହାରକୁ ଯାଇପାରନ୍ତି । କାହାରିକୁ ଉଧାର ଦେଲେ ଫେରସ୍ତ ପାଇବା କଷ୍ଟସାଧ୍ୟ ହେବ । ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ମହିଳାମାନେ ନିଜ ଗୃହ ସମସ୍ୟା ସଜାଡିବାର ସୁବିଧାପାଇବେ । ଜୀବନସାଥୀଙ୍କ ଖୁସି ଉପରେ ଆପଣଙ୍କୁ ଧ୍ୟାନ ଦେବାକୁ ହେବ । ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ମଙ୍ଗଳା ।

ମୀନ: ଆପଣଙ୍କ ପାଇଁ ଉନ୍ନତିର ପଥ ଖୋଲା ରହିଛି । ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । ବ୍ୟବସାୟରେ ନୂଆ ଦିଗ ମିଳିବ । ରାଜନୈତିକ ପ୍ରଭାବ ବୃଦ୍ଧି ହେବ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ମହିଳାଙ୍କୁ ବଢ଼ିଆ ଚାକିରିର ପ୍ରସ୍ତାବ ମିଳିବ । ଶୁଭରଙ୍ଗ: ସବୁଜ । ଆରାଧନା: ଲକ୍ଷ୍ମୀ ନାରାୟଣ ।