15 ଜାନୁଆରୀ 2019, ମଙ୍ଗଳବାର :- ଆଜି ଦିନଟି କିପରି କାଟିବା, ଆସନ୍ତୁ ଜାଣିବା

Spread the love

ମେଷ: ପ୍ରଭୁଙ୍କ ପୂଜାର୍ଚ୍ଚନାରେ ଆତ୍ମସନ୍ତୋଷ ମିଳିବ। ଗୁରୁଜନଙ୍କ ପ୍ରତି ମନରେ ପ୍ରେମ ଭାବ ରହିବ । କ୍ୟାରିୟରରେ ଆଗକୁ ବଢ଼ିବା ଲାଗି ସୁବର୍ଣ୍ଣ ସୁଯୋଗ ମିଳିବ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଆର୍ଥିକ ସ୍ଥିତି ଠିକ୍‌ ରହିବ। ଶୁଭରଙ୍ଗ: ମେରୁନ। ଆରାଧନା: ବାବା କପିଳାସ ।

ବୃଷ: ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ନିଜ ଉପରେ ବିଶ୍ୱାସ ରଖନ୍ତୁ । ଜୀବନସାଥୀଙ୍କ ପରାମର୍ଶ ନେଇ କାମ କରନ୍ତୁ, ଲାଭ ହେବ । କର୍ମ କ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ । ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ । ପାଠପଢ଼ାରେ ଛାତ୍ରଛାତ୍ରୀମାନେ ମନୋନିବେଶ କରିବେ । ପାରିବାରିକ ସମସ୍ୟାରେ ମହିଳାମାନେ ବ୍ୟସ୍ତ ରହିବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ବିରଜା ।

ମିଥୁନ: ଦିନଟି ବହୁତ ଭଲରେ ରହିବ । ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଜରୁରୀ କାମର ସମାଧାନ ଲାଗି ଯୋଜନା କରିବେ । ରାଜନୀତିରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତି ହେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ । ଟଙ୍କା ପଇସା ନେଣଦେଣରେ ସାବଧାନତା ଅବଲମ୍ବନ କରନ୍ତୁ । ପ୍ରେମିକ ପ୍ରେମିକାମାନେ ଟିକେ ଅଶାନ୍ତିରେ ରହିବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

କର୍କଟ: ପ୍ରତ୍ୟେକ ଦୃଷ୍ଟି କୋଣରୁ ଦିନଟି ଭଲ ଅତି ଉତ୍ତମ ରହିବ । ନିର୍ଣ୍ଣୟର ଫଇସଲା ଲାଭପ୍ରଦ ହୋଇପାରେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ । ଜୀବନରେ ସୁଖ ଶାନ୍ତି ଆସିବ । ରାଜନୀତିରେ ମହତ୍ତ୍ଵାକାଂକ୍ଷା ପୂରା ହେବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପ୍ରେମିକାଙ୍କୁ ଉପହାର ଦେଇପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ଶ୍ରୀ ଜଗନ୍ନାଥ ।

ସିଂହ: ଧର୍ମକ୍ଷେତ୍ରକୁ ଯାତ୍ରା ଯୋଗ ରହିଛି । ଧ୍ୟାନ ଜପ ଦ୍ୱାରା ମନକୁ ଶାନ୍ତି ମିଳିବ । ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ପୁରାତନ ରୋଗର ପ୍ରକୋପ ବୃଦ୍ଧି ଯୋଗେ ସ୍ୱାସ୍ଥ୍ୟରେ ଅବନ୍ନତି, ମାନସିକ ଅସ୍ଥିରତା ଓ ମନ ଉତ୍ତେଜିତ ରହିବ । ଘରକୁ କୌଣସି ସଂପର୍କୀୟ ଶୁଭ ସମାଚାର ନେଇ ଆସିବେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ମହିଳାମାନେ ନିଜ କରିଥିବା କାମ ପାଇଁ ପ୍ରସଂଶିତ ହେବେ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଅମ୍ବିକା ।

କନ୍ୟା: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । କାମ ପ୍ରତି ଆପଣଙ୍କ ଉତ୍ସାହ ବୃଦ୍ଧି ହେବ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ରାଜନୀତି କ୍ଷେତ୍ରରେ ସଫଳତା ମିଳିବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ନୂଆ ଲୋକଙ୍କ ସହିତ ପରିଚୟ ହେବ । ଛାତ୍ରଛାତ୍ରୀ ପଢ଼ିବା ଲେଖିବାରେ ଏକାଗ୍ରତା ବଜାୟ ରଖନ୍ତୁ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମହାଲକ୍ଷ୍ମୀ ।

ତୁଳା: ଦିନଟି ଆପଣଙ୍କ ଲାଗି ଭଲ ଫଳାଫଳ ନେଇ ଆସିବ । ପୁରୁଣା ବ୍ୟବସାୟୀଙ୍କୁ ସଉଦାରୁ ଅଚାନକ ଧନଲାଭ ହେବ । ସରକାରୀ କର୍ମକ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା ହରିଶଙ୍କର ।

ବିଛା: ଭାଗ୍ୟ ଆପଣଙ୍କ ସଙ୍ଗରେ ରହିବ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ରାଜନୈତିକ କ୍ଷେତ୍ରରେ ଦଦୁଲ୍ୟମାନ ପରିସ୍ଥିତି ସୃଷ୍ଟିହେବ । ସବୁ କାମ ସହଜରେ ହୋଇଯିବ । ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ । ଯୌଥ କାରବାରରୁ ଯଥେଷ୍ଟ ଲାଭ ପାଇବେ । ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ସମୟ ଭଲରେ କଟିବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ଗାୟତ୍ରୀ ।

ଧନୁ: ଦିନଟି ଖୁସି ଭରା ରହିବ । ଦୀର୍ଘ ଦିନରୁ ଅଟକିଥିବା ପଇସା ମିଳିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ଆର୍ଥିକଦିଗରୁ ସୁବିଧାହେଲେ ମଧ୍ୟ ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଉପୁଜି ପାରେ । ବନ୍ଧୁଙ୍କ ସହିତ ସିନେମା ଦେଖିବା ପାଇଁ ଯୋଜନା କରିବେ । ଆୟଅପେକ୍ଷା ବ୍ୟୟ ବୃଦ୍ଧିପାଇବ । ପୁରୁଣା ସମସ୍ୟା ଓ ପୁରୁଣା ରୋଗ ପୁନରାୟ ମୁଣ୍ଡ ଟେକିବ । ପ୍ରେମ ସମ୍ବନ୍ଧ ଭଲ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ମକର: ପରିଶ୍ରମ ଅଧିକ କରନ୍ତୁ । ସଫଳତା ମିଳିବାର ଯୋଗ ରହିଛି । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ଓ ଆୟ ବଢିବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । କୌଣସି ନୂଆ କଂପାନିରେ ଚାକିରିର ପ୍ରସ୍ତାବ ମିଳିପାରେ । ଜୀବନସାଥୀଙ୍କ ଠାରୁ ଉପହାର ମିଳିବ। ଛାତ୍ରଛାତ୍ରୀମାନେ ମନ ଲଗାଇ ପଢ଼ନ୍ତୁ । ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଶୁଭରଙ୍ଗ: ନୀଳ । ଆରାଧନା: ମହାଲକ୍ଷ୍ମୀ ।

କୁମ୍ଭ: ଦିନ ଆପଣଙ୍କ ଭଲ ରହିବ । ପୁରୁଣା କଥା ଭୁଲି ନୂଆ କାମର ଶୁଭାରମ୍ଭ କରନ୍ତୁ । ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତିହେବ । ରାଜନୀତିରେ ମନୋକାମନା ପୂରା ହେବ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳାର ଅଭାବ ଦେଖାଦେବ । ଆୟ ବ୍ୟୟରେ ତାଳମେଳ ରହିବ ନାହିଁ ଯାହାଫଳରେ ମନ ବିଷାଦଗ୍ରସ୍ତ ରହିବ । ମହିଳାମାନେ ଶାରୀରିକ ପୀଡାରେ ଆକ୍ରାନ୍ତ ହୋଇପାରନ୍ତି । ଶୁଭରଙ୍ଗ: ଆକାଶୀ ନୀଳ । ଆରାଧନା: ମାଆ ସମଲେଶ୍ୱରୀ ।

ମୀନ: ବ୍ୟବସାୟ ଓ ଚାକିରି ସମ୍ବନ୍ଧିତ କାମ ପୂରା ହେବ । ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ସନ୍ତାନଙ୍କ କାମରେ ଖୁସି ହେବେ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । ଉତ୍ତମ ରୋଜଗାର ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ନୂତନ ଗୃହ ନିର୍ମାଣ କରିବେ । ପାରିବାରିକ ଜୀବନ ସୁଖମୟ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।