15 ଜୁଲାଇ 2019, ସୋମବାର – ୮ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଉପରେ ମହାଦେବଙ୍କ କରୁଣା ଦୃଷ୍ଟି ରହିବ, ଚମକିବା ଭାଗ୍ୟ…

Spread the love

15 ଜୁଲାଇ 2019, ସୋମବାର – ୮ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଉପରେ ମହାଦେବଙ୍କ କରୁଣା ଦୃଷ୍ଟି ରହିବ, ଚମକିବା ଭାଗ୍ୟ…

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ଭୂମିକା ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଦିନଟି ଶୁଭପ୍ରଦ । ବ୍ୟର୍ଥ ଚିନ୍ତାରୁ ମୁକ୍ତି ପାଇବେ । ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ । କର୍ମର୍କ୍ଷେତ୍ରରେ ସହକର୍ମୀମାନେ ସହଯୋଗ କରବେ । ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ । କୋର୍ଟ କଚେରୀ ମାମଲାରେ ବିଳମ୍ବ ହେବ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେଲେ ବି ବଡ଼ନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ । ମହିଳା ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ । ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ । ଶୁଭରଙ୍ଗ: ଧଳା । ଆରାଧନା: ସତ୍ୟନାରାୟଣ ।

ବୃଷ: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ । ନିଜର ବ୍ୟବହାର ପ୍ରତି ଟିକେ ସତର୍କ ରହନ୍ତୁ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ମହିଳାମାନେ ସଭାସମିତି, ରାଜନୀତିରେ ସମ୍ମାନିତା ହେବେ ଓ ଗୃହୋପକରଣ କ୍ରୟ କରିବେ । ବିଦ୍ୟା ଓ ଖେଳରେ ପ୍ରଶଂସିତ ହେବେ । ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୈରାଶ୍ୟର ଅନ୍ଧକାର ମଧ୍ୟକୁ ଠେଲି ହୋଇଯିବେ । ରାଜନୀତିରେ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ । ମାତାପିତାଙ୍କ ଆଶୀର୍ବାଦ ନେଇ ଆଗକୁ ବଢ଼ନ୍ତୁ ସଫଳତା ମିଳିବ । ଗୁରୁତ୍ବପୂର୍ଣ୍ଣ ମାମଲାରେ ବନ୍ଧୁଙ୍କ ସହିତ କଥାବାର୍ତ୍ତା ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସମଲେଶ୍ଵରୀ ।

ମିଥୁନ: ପ୍ରତିଟି କ୍ଷେତ୍ରରେ ଭାଗ୍ୟ ଆପଣଙ୍କୁ ସାଥି ଦେବ । ବନ୍ଧୁଙ୍କ ମାଧ୍ୟମରେ କୌଣସି ମହତ୍ତ୍ଵପୂର୍ଣ୍ଣ କାର୍ଯ୍ୟ ପୂରା ହେବ । ବ୍ୟବସାୟ କ୍ଷେତ୍ରରେ ବୁଦ୍ଧି ବିବେକ ଖଟାଇ କର୍ତ୍ତବ୍ୟ ପରାୟଣତା ସହ ଚାଲିବା ହିତକର । ଜମି ଦଲାଲଙ୍କୁ ପୁରୁଣା ଜମିରୁ ଯଥେଷ୍ଟ ଲାଭ ମିଳିବ । ମହିଳାମାନେ ସନ୍ତାନଙ୍କ ସହ ହସଖୁସିରେ ଦିନଟି ଅତିବାହିତ କରିବେ । ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପନେବେ । ଛାତ୍ରଙ୍କୁ ସିନିୟରଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ ସାମଲେଶ୍ୱରୀ ।

କର୍କଟ: ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ । ବେକାରଙ୍କୁ ରୋଜଗାର ମିଳିବ । ବ୍ୟବସାୟରେ ବଡ଼ ସଉଦାରୁ ଲାଭ ହେବ । ଚାକିରୀଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି ପ୍ରସଂଶିତ ହେବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ । ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଚଳିବାରେ ବାଧା ଉପୁଜିବ ନାହିଁ । ବନ୍ଧୁଙ୍କ ମେଳରେ ଆପଣଙ୍କର ମାନସମ୍ମାନ ବଢ଼ିବ । ମହିଳାମାନେ ନିଜ କାର୍ଯ୍ୟରେ ବ୍ୟସ୍ତ ରହିବେ ଓ ନିଜର କାର୍ଯ୍ୟ ଦକ୍ଷତା ବଳରେ ପ୍ରସଂଶିତ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

ସିଂହ: ଆପଣଙ୍କ ମନ ଆଧ୍ୟତ୍ମିକ ଦିଗରେ ଲାଗି ରହିବ । ପରିଜନଙ୍କ ସହିତ ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯାଆନ୍ତୁ; ଶୁଭଫଳ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ପ୍ରିୟଜନମାନଙ୍କୁ ପ୍ରିୟକଥା କହି ସମସ୍ୟାକୁ ସୁଧାରି ନେବେ । ବ୍ୟବସାୟରେ ଲାଭ ହେବାରୁ ମନ ଖୁସି ରହିବ । ନୂତନ ଗୃହ କିମ୍ବା ଯାନବାହନ କିଣିବା ପାଇଁ ମନ ବଳେଇବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ରାଜନୀତିରେ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଶାରଳା ।

କନ୍ୟା: ପୂଜାର୍ଚ୍ଚନାରେ ଅଧିକ ସମୟ କଟିବ । କିଛି ନୂଆ କରିବା ପାଇଁ ମନରେ ଆଗ୍ରହ ବଢ଼ିବ । ଗୋଟିଏ ଦିଗରେ ପ୍ରୟାସ କରନ୍ତୁ; ସଫଳତା ପାଇବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଆୟ ବୃଦ୍ଧିପାଇବ । କର୍ମକ୍ଷେତ୍ରରେ ପରିସ୍ଥିତି ଭଲ ରହିବ । ବିଭିନ୍ନ ପ୍ରକାର ସମସ୍ୟା ଦୂର ହୋଇ ଶାନ୍ତି ମିଳିବ । ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମୟ ବିତିବ । କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଅସ୍ୱସ୍ତି ବଢ଼ିବ ଓ ସମୟ ଗଡ଼ିଚାଲିବ । କୃଷିଜୀବିମାନେ କଠିନ ପରିଶ୍ରମ କରିବେ । ପରିବାରରେ ଖୁସିର ମାହୋଲ ରହିବ । ଶୁଭରଙ୍ଗ: ଧୂସର । ଆରାଧନା: ହର ପାର୍ବତୀ ।

ତୁଳା: ଭାଗ୍ୟ ଆପଣଙ୍କ ସଙ୍ଗରେ ରହିବ । ଉନ୍ନତି ପାଇଁ ନୂଆ ସୁଯୋଗ ମିଳିବ । ବ୍ୟବସାୟ‌େର ଶୀଘ୍ର ଫଇସଲାରୁ ଲାଭ ମିଳିବ । ଚାକିରୀଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି ଆଦର୍ଶ ସ୍ଥାନ ଗ୍ରହଣ କରିବେ । ପାରିବାରିକ ସମ୍ବନ୍ଧ ମଜଭୁତ ହେବ । ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା ପ୍ରସ୍ତୁତ କରିବେ । ମହିଳାମାନେ କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜ ମହତ୍ୱ ବଡ଼ପଣିଆ ଜାହିର କରିବେ । ଶୁଭରଙ୍ଗ: ଆକାଶୀ ନୀଳ । ଆରାଧନା: ମାଆ ତାରାତାରିଣୀ ।

ବିଛା: ମାନସିକ ଅଶାନ୍ତିରୁ ମୁକ୍ତି ପାଇବେ । ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ । ବେକାରଙ୍କୁ ରୋଜଗାର ମିଳିବ । ବ୍ୟବସାୟରେ ବଡ଼ ସଉଦାରୁ ଲାଭ ହେବ । ଚାକିରୀଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି ପ୍ରସଂଶିତ ହେବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ । ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଚଳିବାରେ ବାଧା ଉପୁଜିବ ନାହିଁ । ବନ୍ଧୁଙ୍କ ମେଳରେ ଆପଣଙ୍କର ମାନସମ୍ମାନ ବଢ଼ିବ । ମହିଳାମାନେ ନିଜ କାର୍ଯ୍ୟରେ ବ୍ୟସ୍ତ ରହିବେ ଓ ନିଜର କାର୍ଯ୍ୟ ଦକ୍ଷତା ବଳରେ ପ୍ରସଂଶିତ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

ଧନୁ: ଧାର୍ମିକ କାର୍ଯ୍ୟରେ ସହଯୋଗ କରନ୍ତୁ, ସବୁ ସମସ୍ୟାର ସମାଧାନ ହୋଇଯିବ । ଦୂରସ୍ଥାନକୁ ଯାତ୍ରାରେ ଯିବେ । ବ୍ୟବସାୟକୁ ନେଇ ଭଲ ସଉଦା ହେବାର ସମ୍ଭାବନା ରହିଛି । ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ । ବାଦବିବାଦ, ମାଲି ମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ମନ ଉଣାହେବ । ଯୁବକ ଯୁବତୀ ମାନେ କୌଣସି ଦିଗରୁ ଉତ୍ତରଦାୟୀ ହୋଇ କ୍ଷୋଭ ଓ ଅବଶୋଷ ଅନ୍ତରରେ କୁହୁଳିବ । ଜୀବନସାଥୀଙ୍କ ଠାରୁ ଉପହାର ମିଳିବ । ମହିଳାମାନେ ରାଜନୀତିରେ କୂଟନୀତିର ଶୀକାର ହେବେ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ମଙ୍ଗଳା ।

ମକର: ପ୍ରତିଟି କ୍ଷେତ୍ରରେ ଭାଗ୍ୟ ଆପଣଙ୍କୁ ସାଥି ଦେବ । ବନ୍ଧୁଙ୍କ ମାଧ୍ୟମରେ କୌଣସି ମହତ୍ତ୍ଵପୂର୍ଣ୍ଣ କାର୍ଯ୍ୟ ପୂରା ହେବ । ବ୍ୟବସାୟ କ୍ଷେତ୍ରରେ ବୁଦ୍ଧି ବିବେକ ଖଟାଇ କର୍ତ୍ତବ୍ୟ ପରାୟଣତା ସହ ଚାଲିବା ହିତକର । ଜମି ଦଲାଲଙ୍କୁ ପୁରୁଣା ଜମିରୁ ଯଥେଷ୍ଟ ଲାଭ ମିଳିବ । ମହିଳାମାନେ ସନ୍ତାନଙ୍କ ସହ ହସଖୁସିରେ ଦିନଟି ଅତିବାହିତ କରିବେ । ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପନେବେ । ଛାତ୍ରଙ୍କୁ ସିନିୟରଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ ସାମଲେଶ୍ୱରୀ ।

କୁମ୍ଭ: ଦିନଟି ଆପଣଙ୍କ ଲାଗି ଖୁବ୍‌ ଭଲ ରହିବ । ସମସ୍ତ ବାଧାବିଘ୍ନକୁ ଅତିକ୍ରମ କରି ଆଗକୁ ବଢିବେ । କୌଣସି ବ୍ୟକ୍ତି ଆପଣଙ୍କ ଜୀବନରେ ଖୁସି ନେଇ ଆସିବେ । ସେୟାର ମାର୍କେଟ କାରବାରରେ ଅର୍ଥ ନିବେଶ ପାଇଁ ବିଚାର କରିବେ । ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ରୟୋଗ କରି ନିଜର ସ୍ଥାନ ଓ ସ୍ଥିତି ବଜାୟ ରଖିବେ । ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । ମହିଳାମାନେ ସ୍ୱାସ୍ଥ୍ୟ ଜନିତ ପୀଢ଼ର ଶିକାର ହୋଇପାରନ୍ତି । ଶୁଭରଙ୍ଗ: ସବୁଜ । ଆରାଧନା: ଲକ୍ଷ୍ମୀ ।

ମୀନ: ଆର୍ଥିକ ଉର୍ନ୍ନତି ଦୃଷ୍ଟି କୋଣରୁ ଦିନଟି ଆପଣଙ୍କ ପାଇଁ ବେଶ ଭଲ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ ।ବିରୋଧୀ ଆପଣଙ୍କ ସମ୍ମୁଖରେ ନତମସ୍ତକ ରହିବେ । ଚାକିରିରେ ପଦୋନ୍ନତି ମିଳିପାରେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଭୁଜାତ ଦ୍ରବ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ପ୍ରିୟ ବନ୍ଧୁଙ୍କ ଠାରୁ ଉପହାର ପାଇବେ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ଶୁଭରଙ୍ଗ: ଧଳା । ଆରାଧନା: ରାମଚଣ୍ଡୀ ।