15 ସେପ୍ଟେମ୍ବର 2019 ରବିବାର – ସୂର୍ଯ୍ୟଦେବଙ୍କ କୃପା ଏହି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କୁ ମିଳିବ ଅଜସ୍ର ଖୁସୀ, ପରିବାରରେ ରହିବ

Spread the love

15 ସେପ୍ଟେମ୍ବର 2019 ରବିବାର – ସୂର୍ଯ୍ୟଦେବଙ୍କ କୃପା ଏହି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କୁ ମିଳିବ ଅଜସ୍ର ଖୁସୀ, ପରିବାରରେ ରହିବ ହସ ଖୁସିର ବାତାବରଣ ।

ପ୍ରତ୍ୟେକ ମନୁଷ୍ୟ ପାଇଁ ରାଶିଫଳର ମହତ୍ୱ ରହିଛି । ଆଜି ଆମେ ଆପଣଙ୍କୁ 15 ସେପ୍ଟେମ୍ବର 2019 ରବିବାର ଦିନର ରାଶିଫଳ ବିସ୍ତୃତ ଭାବରେ କହିବା ପାଇଁ ଯାଉଛୁ । ରାଶିଫଳ ଅନୁସାରେ ବ୍ୟକ୍ତିର ସ୍ଵଭାଵ ଓ ଭବିଷ୍ୟତ ବିଷୟରେ ଜାଣିବାକୁ ମିଳିଥାଏ । କାରଣ ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟ କଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଜୀବନରେ କଣ କଣ ପରିବର୍ତ୍ତନ ଘଟିବ :

ମେଷ: ମନରେ ସକାରାତ୍ମକ ପରିବର୍ତ୍ତନ ହେବ ଏବଂ ବନ୍ଧୁ ଓ ଜୀବନସାଥୀ ଉଭୟଙ୍କ ସହଯୋଗ ପାଇବେ । ଚନ୍ଦ୍ରଙ୍କ ସୁପ୍ରଭାବରେ ଆପଣଙ୍କ କାମକୁ ସହଜରେ କରିବା ସକାଶେ ଆନୁଷଙ୍ଗିକ ଅନୁକୂଳ ପରିବେଶ ସୃଷ୍ଟି ହେବ । କିନ୍ତୁ କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ । କାହାରି ସହିତ କଥାବାର୍ତ୍ତା ବେଳେ ବିନମ୍ର ଭାବ ରଖନ୍ତୁ । କର୍ମାଧିପତି ଶନି ଭାଗ୍ୟସ୍ଥ ହେତୁ ମୃଦୁ ମନ୍ଦ ଗତିରେ କର୍ମ ପ୍ରବାହକୁ ଆଗକୁ ଗଡ଼ାଇ ନେବାରେ ସାହାଯ୍ୟ କରିପାରନ୍ତି । ସହକର୍ମୀମାନଙ୍କ ସହ ହସଖୁସିରେ ଦିନଟି ଅବସାନ ଘଟିବ । ଆଜି ଆକସ୍ମିକ ଭାବରେ ଘରକୁ ନୂତନ ବନ୍ଧୁ କେହି ଆସିପାରନ୍ତି । କଚେରି ମାମଲାରେ ପ୍ରତିପକ୍ଷ ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ ଆସିବେ । ପଇସା ସମ୍ବନ୍ଧୀୟ ଫଇସଲା ଭାବିଚିନ୍ତି ନିଅନ୍ତୁ । ଯାତୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ବୃଷ :- ସ୍ଥଗିତ ଥିବା କାମ ସଂପୂର୍ଣ୍ଣ କରିବା ଲାଗି ଦିନଟି ଭଲ । ବ୍ୟବସାୟରେ ଆଶାଜନକ ଫଳ ପାଇବେ । ଆର୍ଥିକ ସ୍ଥିତି ମଜଭୁତ ହେବ । ଅଫିସରେ ସବୁ ଲୋକଙ୍କ ସହିତ ତାଳମେଳ ବଜାୟ ରହିବ । ବ୍ୟୟାଧିପ ମଙ୍ଗଳ ଆପଣଙ୍କୁ ଯାନବାହନ କ୍ରୟ, ନିର୍ମାଣ, ଯାନ୍ତ୍ରିକ ଜିନିଷ ସଜାଡିବା କ୍ଷେତ୍ରରେ ଖର୍ଚ୍ଚାନ୍ତ କରାଇପାରେ । ସଭାସମିତି, ପ୍ରକାଶନ, ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । କଳା, ସାହିତ୍ୟ ଓ କ୍ରୀଡ଼ା ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ ଓ ସମସ୍ୟା ସମାଧାନ ହୋଇଯିବ । ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଶୁଭରଙ୍ଗ: ଘିଅରଙ୍ଗ । ଆରାଧନା: ମହାଦେବ ।

ମିଥୁନ: ପ୍ରଭୁଙ୍କ ଧ୍ୟାନରେ ମନର ସକାରାତ୍ମକ ଶକ୍ତି ସଂଚାର ହେବ । ବଳବାନ୍‌ ବୁଧ ଆପଣଙ୍କୁ ବୌଦ୍ଧିକତା ପ୍ରଦାନ କରି ଶିକ୍ଷା, ପରୀକ୍ଷା, ଉଚ୍ଚପଦାଧିକାରୀ ସହ ଆଲୋଚନା କ୍ଷେତ୍ରରେ ଉନ୍ନତମାନର ଫଳ ପ୍ରଦାନ କରିବେ । କିନ୍ତୁ ମୃଗଶିରା ନକ୍ଷତ୍ର କର୍ମକ୍ଷେତ୍ରରେ ଚାପର ବଶବର୍ତ୍ତୀ ହୋଇ କେତେକ କାମ କରିବାକୁ ବାଧ୍ୟ ହୋଇପାରନ୍ତି । ବ୍ୟବସାୟରେ ମଧ୍ୟ କିଛି ଜରୁରୀ କାମ ସଂପୂର୍ଣ୍ଣ କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ । ଧନ ଲାଭର ସୁବର୍ଣ୍ଣ ସୁଯୋଗ ମିଳିବ । ପଡ଼ୋଶୀମାନେ ଭିନ୍ନ ପ୍ରକାରର କଟୁମନ୍ତବ୍ୟ ପ୍ରଦାନ କରିବାର ସୂଚନା ରହିଛି । କେତେକ କ୍ଷେତ୍ରରେ ଅନ୍ୟମାନଙ୍କୁ ଖୁସୀ କରିବାକୁ ଯାଇ ନିଜର ସ୍ଵାର୍ଥକୁ ବଳି ଦେବାକୁ ବାଧ୍ୟ ହୋଇପାରନ୍ତି । ଘର ଲୋକଙ୍କ ସହିତ ଅଧିକ ସମୟ ଅତିବାହିତ କରିବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

କର୍କଟ : ଆଜି ଦିନଟି ଆପଣ ପାଇଁ ଅତି ଉତ୍ତମ ରହିବ । ଦ୍ୱିତୀୟ ଭାବରେ ରବି ଓ ମଙ୍ଗଳ ଆପଣଙ୍କ ବ୍ୟବହାରକୁ କଠୋର କରିଦେବା କାରଣରୁ ସମସ୍ୟାର ଆଶଙ୍କା ରହିଛି । ଏଣେ ସନ୍ତାନଙ୍କ ବୈବାହିକ ସମସ୍ୟା କିମ୍ବା ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ତପତ୍ରତା ବଢ଼ିଯାଇପାରେ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି । ଅଫିସରେ ଆପଣଙ୍କ କାମକୁ ନେଇ କର୍ତ୍ତୃପକ୍ଷ ଖୁସି ହେବେ । ପୁଞ୍ଜି ନିବେଶ ମାମଲାରେ ଆପଣଙ୍କୁ କୌଣସି ନୂଆ ପରାମର୍ଶ ମିଳିପାରେ । ଦୀର୍ଘଦିନରୁ ଖୋଜୁଥିବା ଜିନିଷର ସନ୍ଧାନ ପାଇବା ପାଇଁ ବ୍ୟାକୁଳତା ବଢ଼ିପାରେ । ପରିବାରରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ସିଂହ: ଦିନଟି ଆପଣଙ୍କ ପାଇଁ ବେଶ୍ ଭଲ ରହିବ । ଦୈହିକ ସୁସ୍ଥତା ପୂର୍ଣ୍ଣମାତ୍ରାରେ ରହିଥିଲେ ମଧ୍ୟ ଅଷ୍ଟମସ୍ଥ ଚନ୍ଦ୍ର ମାନସିକ ଅସ୍ଥିରତା ସୃଷ୍ଟିକରିବ । ଅବ୍ୟ ବ୍ୟୟାଧିପ ଅଷ୍ଟମଭାବରେ ବିପରୀତ ରାଜଯୋଗ ସୃଷ୍ଟି କରି ସମସ୍ୟାର ଅନ୍ତରାଳେ କାର୍ଯ୍ୟସିଦ୍ଧି ପ୍ରଦାନ କରିବ । ବେପାରିବର୍ଗଙ୍କୁ ଅଚାନକ ଧନଲାଭ ହୋଇପାରେ । କର୍ମଜୀବୀ ମାନଙ୍କୁ ସହକର୍ମୀ ଓ ପଦାଧିକାରୀମାନେ ସହଯୋଗ ପ୍ରାପ୍ତି ହେବ । ସାମାଜିକ ସ୍ତରରେ ନୀତିଗତ କାମରୁ ପ୍ରଶଂସିତ ହେବେ । ସାଇ ପଡ଼ିଶା ଆପଣଙ୍କ ଭଲ ବ୍ୟବହାରରେ ଖୁସି ରହିବେ । ପ୍ରେମରେ ଆପଣଙ୍କୁ ସଫଳତା ମିଳିବ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ମଝିଘରିଆଣୀ ।

କନ୍ୟା: ଭଗବାନଙ୍କ ଉପରେ ବିଶ୍ଵାସ ରଖନ୍ତୁ; ଆପଣଛାଏଁ ସବୁ ଠିକ ହୋଇଯିବ । ଚତୁର୍ଥ କେନ୍ଦ୍ରସ୍ଥ ଶନିଙ୍କ ପ୍ରଭାବରୁ କେତେକ ଅନିଚ୍ଛାକୃତ କାରଣବଶତଃ ପରିସ୍ଥିତି ବିଗିଡ଼ିଯାଇ ପାରେ । ବାରମ୍ବାର ସମସ୍ୟା ବୃଦ୍ଧି ପାଉଥିବାରୁ ଅନ୍ୟମାନଙ୍କ ପ୍ରତି ଭଲ ଧାରଣା କ୍ରମଶଃ ହ୍ରାସ ପାଇଯିବ । ବ୍ୟବସାୟରେ ସାମାନ୍ୟ ଅଧଃଗତି ଦେଖାଦେଇପାରେ । ନୂତନ ବ୍ୟବସାୟ ନିମନ୍ତେ ବନ୍ଧୁଙ୍କ ସହ ମିଶି ପରିକଳ୍ପନା ଯୋଜନା କରିପାରନ୍ତି । ସାମାଜିକ କାର୍ଯ୍ୟରେ ମହତ୍ଵପୂର୍ଣ୍ଣ ଭୂମିକା ନିର୍ବାହ କରିବେ । ପାରିବାରିକ ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବାକୁ ବାଧ୍ୟ ହେବେ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ସମସ୍ୟାକୁ ଆହୁରି ଉତ୍ତେଜିତ କରିପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଗାୟତ୍ରୀ ।

ତୁଳା :- ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । ଚନ୍ଦ୍ରଙ୍କ ପ୍ରତି ଶୁକ୍ରଙ୍କ ଦୃଷ୍ଟି ଆପଣଙ୍କୁ ବିଳାସବ୍ୟସନ ଦିଗକୁ ଆକର୍ଷିତ କରିପାରେ । ଅନ୍ୟମାନେ ନିଜର ସୁବିଧା ଅନୁଯାୟୀ କାମ କରି ଆପଣଙ୍କ ପାଇଁ ସମସ୍ୟାର କାରଣ ସାଜି ପାରନ୍ତି । କୌଣସି ବ୍ୟକ୍ତିଙ୍କ ସହିତ ସାକ୍ଷାତ୍‌ ଆଲୋଚନାରେ ପୀଡ଼ା ଦୂର ହେବ । ଧନଲାଭର ନୂଆ ରାସ୍ତା ନଜର ଆସିବ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ସଭାସମିତିରେ ଯୁକ୍ତି ଯୁକ୍ତ କଥା କହି ପ୍ରଶଂସିତ ହେବେ । ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ । ବିବାହିତ ବାହାରକୁ ବୁଲି ଯିବେ । ଆନୁଷ୍ଠାନିକ କାମରେ ପାରିବାରିକ ସମସ୍ୟାକୁ ମନ ଭିତରେ ରଖି କାମ କରିବାକୁ ବାଧ୍ୟ ହେବେ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଭୈରବୀ ।

ବିଛା: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଉତ୍ତମ ଅଟେ । ଚନ୍ଦ୍ର କେନ୍ଦ୍ରସ୍ଥ ବୃହସ୍ପତି ଆପଣଙ୍କ ସ୍ଥଗିତ କାର୍ଯ୍ୟକୁ ସଫଳତାର ସହ ପୂରଣ କରିବ । ଜରୁରୀ କାମ ପୂରା ହେବାର ନଜର ଆସିବ। ଜମି ଦଲାଲଙ୍କୁ ଯଥେଷ୍ଟ ଲାଭ ହେବ । ବ୍ୟବସାୟରେ ଅଧିକ ଲାଭବାନ ରହିବ । ଚାକିରିରେ ଦାୟିତ୍ବ ବୃଦ୍ଧି ହେବ।, ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ । ନିଜ ଖର୍ଚ୍ଚରେ ମୂଲ୍ୟବାନ କ୍ରୟ କରିବାରେ ଖୁସି ହେବେ । ଘରକୁ ମିତ୍ରଙ୍କ ଆଗମନ ହେତୁ ଖୁସିର ମାହୋଲ ହେବ । ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ସମଲେଶ୍ୱରୀ ।

ଧନୁ :- ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଭଲ ରହିବ । ନବମସ୍ଥ ରହି ଉଦ୍ୟମରେ ପ୍ରତିବନ୍ଧକ ସୃଷ୍ଟି କରିପାରନ୍ତି କିନ୍ତୁ ନିଜର ଯୋଜନା ମୁତାବକ କାମ କଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ବ୍ୟାବସାୟିକ କାମରେ ରାଜ୍ୟ ବାହାରକୁ ଯିବାର ଯୋଜନା ପ୍ରସ୍ତୁତ କରିବେ । ଅଫିସରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରୁହନ୍ତୁ, ନତୁବା ଅଯଥା ଅଶାନ୍ତି ସୃଷ୍ଟି ହେବାର ଆଶଙ୍କା ରହିଛି । ସଭାସମିତି କିମ୍ବା ବନ୍ଧୁ ଗହଣରେ ଗଠନ ମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବିବାଦୀୟ ପରିସ୍ଥିତିରେ ଉପସ୍ଥିତ ବୁଦ୍ଧି ଖଟାଇ କାର୍ଯ୍ୟସାଧନ କରିବେ । ଅଜଣା ବ୍ୟକ୍ତିଙ୍କ ଦ୍ୱାରା ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ଆପଣଙ୍କର ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

ମକର :- ସାରାଦିନ ଖୁସି ମନରେ ରହିବେ । ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରି ପାରିଲେ ନିଶ୍ଚିତ ସଫଳତା ହାସଲ କରିବେ । ବାଣିଜ୍ୟ ବ୍ୟବସାୟ, ସଭାସମିତି ତଥା ପ୍ରଶାସନିକ ସ୍ତରରେ କିମ୍ବା ପ୍ରକାଶନ କ୍ଷେତ୍ରରେ ପ୍ରତିବନ୍ଧକ ଦେଖା ଦେଇପାରେ । କାରବାରରେ ସକାରାତ୍ମକ ପରିବର୍ତ୍ତନ ଦେଖାଦେବ । ଯାହାଙ୍କ ଠାରୁ ସାହାଯ୍ୟ ଆଶା କରିବେ ତାହା ସଫଳ ହେବ । ରାଜନୀତି କ୍ଷେତ୍ରରେ ପ୍ରସିଦ୍ଧି ବଢ଼ିବ । ପାରିବାରିିକ ସମସ୍ୟାର ସରଳ ସମାଧାନ କରିବେ । ଅପରାହ୍ନେ ଆଶା କରୁଥିବା ଜିନିଷଟି ପାଇ ଖୁସି ହୋଇଯିବେ । ପରିବାରର ସବୁ ସଦସ୍ୟଙ୍କ ମଧୢରେ ପ୍ରେମ ବଢ଼ିବ । ଶୁଭରଙ୍ଗ: ନୀଳ । ଆରାଧନା: ଶ୍ରୀଗଣେଶ ।

କୁମ୍ଭ: ଶନିଙ୍କ ଦୃଷ୍ଟିରୁ ସ୍ଵାସ୍ଥ୍ୟ ନିୟନ୍ତ୍ରଣ ମଧ୍ୟରେ ରହିବ । ଚନ୍ଦ୍ରଙ୍କ କୁପ୍ରଭାବରେ ପାରିବାରିକ ସମସ୍ୟା ହେତୁ ମନ ଭଲ ରହି ନ ପାରେ । କର୍ମକ୍ଷେତ୍ରରେ ମଧ୍ୟ ଯୋଜନାଗୁଡିକ ଠିକ୍‌ ଭାବେ କାର୍ଯ୍ୟକାରୀ ହେବ ନାହିଁ । ଆଜିର ବିଭିନ୍ନ ଅସୁବିଧାରେ ବୁଡ଼ି ରହିଥିବା ସମୟରେ ନିଜ ଲୋକମାନେ ଦାଉ ସାଧିବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ । ଅଫିସରେ ଯେଉଁ କାମ କରିଛନ୍ତି ତାର ଶ୍ରେୟ ଅନ୍ୟ କାହାରକୁ ଦିଅନ୍ତୁ ନାହିିଁ । କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ବ୍ୟୟ ପ୍ରତି ସଜାଗ ରୁହନ୍ତୁ । ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ । ପାରିବାରିକ ଜୀବନ ସୁଖମୟ ହେବ। ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ମୀନ :- ଆପଣ ନିଜର ଯୋଜନାରେ ଲୋକଙ୍କୁ ସହମତ କରାଇ ନେବେ । କାରବାରରେ ଅଚାନକ ଲାଭ ହେବାର ଯୋଗ ରହିଛି । ଅଫିସ ତରଫରୁ ବାହାରକୁ ଯିବାର ସୁଯୋଗ ମିଳିବ । ସାମାଜିକ ସ୍ତରରେ ଜନହିତକର କାର୍ଯ୍ୟରେ ନିଜକୁ ଲିପ୍ତ ରଖିବେ । ଆନୁଷ୍ଠାନକ କାର୍ଯ୍ୟର ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ । ପାରିବାରିିକ ପରିସ୍ଥିତି ପୂର୍ବପରି ରହିବା ହେତୁ ବ୍ୟସ୍ତତା ଅନୁଭବ କରିପାରନ୍ତି । ପତି ପତ୍ନୀଙ୍କ ମଧ୍ୟରେ ପ୍ରେମ ଭାବ ବୃଦ୍ଧି ହେବ । ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ତାରିଣୀ ।