17 ଜାନୁୟାରୀ 2019, ଗୁରୁବାର – ଲକ୍ଷ୍ମୀଙ୍କ କୃପା ରୁ ଏହି ୫ଟି ରାଶି ହେବେ ଧନଵାନ

Spread the love

ମେଷ: ସମୟ ଅନୁକୂଳ ରହିବ । ସ୍ଥିତି ଆପଣଙ୍କ ଅନୁସାରେ ବଦଳି ଯିବ । ସ୍ଥଗିତ ଥିବା ସରକାରୀ କାମ ପୂରା ହେବ । ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ । ସରକାରୀ କର୍ମଚାରୀମାନଙ୍କର ଉନ୍ନତି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରେମ ସମ୍ବନ୍ଧରେ ଗଭୀରତା ବୃଦ୍ଧି ହେବ । ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

ବୃଷ: ଆପଣଙ୍କ ମନ ଖୁସି ରହିବ । ମିଠା କଥା କହି ସମସ୍ତଙ୍କ ହୃଦୟ ଜିଣିନେବେ । ବ୍ୟବସାୟରେ କିଛି ନୂଆ କରିବା ପାଇଁ ସମୟ ଶୁଭ ରହିବ । ଚାକିରି କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ । ରାଜନୀତିରେ ସଫଳତା ମିଳିବ । ପୁରାତନ ରୋଗରୁ ମୁକ୍ତି ମିଳିବ । ପିଲାମାନଙ୍କ ପାଇଁ ବ୍ୟସ୍ତ ବିବ୍ରତ ହେବେ । ଜୀବନସାଥୀଙ୍କ ଠାରୁ ସୁଖ ପାଇବେ। ଶୁଭରଙ୍ଗ: ଧଳା । ଆରାଧନା: ମାଆ ସମଲେଶ୍ୱରୀ ।

ମିଥୁନ: କର୍ମକ୍ଷେତ୍ରରେ ପରିଶ୍ରମ ଅଧିକ କରିବେ ଏବଂ ମନ ବହୁତ ଖୁସି ରହିବ । ବ୍ୟବସାୟରେ ପ୍ରଚୁର ଲାଭ ହେବ । ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ଭଲ ଓ ଘରୋଇସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ । ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ବିଦେଶ ଯିବା ପାଇଁ ଯୋଜନା କରିବେ । ପ୍ରେମୀ ଯୁଗଳଙ୍କ ପାଇଁ ଦିନଟି ବଢ଼ିଆ ରହିବ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ତାରାତାରିଣୀ ।

କର୍କଟ: ନିଜର ଭାବନାକୁ ସକାରାତ୍ମକ ରଖନ୍ତୁ । ଭବିଷ୍ୟତରେ ଲାଭ ମିଳିବା ପାଇଁ ନିବେଶର ସୁଯୋଗ ମିଳିବ । ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧିହେବ । ନୂତନ ନିଯୁକ୍ତିର ସୁଯୋଗ ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ବିଜୟୀହେବେ । ସନ୍ତାନଙ୍କ କୌଣସି ବିଶେଷ କାର୍ଯ୍ୟ ପାଇଁ ଧନ ଖର୍ଚ୍ଚ ହୋଇପାରେ । ରାଜନୀତିରେ ମାହାତ୍ତ୍ୱାକାଂକ୍ଷା ପୂରଣ ହେବ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ସିଂହ: ଦିନଟି ଆପଣଙ୍କୁ ସୁଖ ଓ ସୌଭାଗ୍ୟ ପ୍ରଦାନ କରିବ । ନିଜ ଲକ୍ଷ୍ୟକୁ ପୂରା କରିବା ଦିଶାରେ କାମ କରିବେ । ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ଚାକିରୀ କ୍ଷେତ୍ରରେ କାମ କରୁଥିବା କର୍ମଜୀବିମାନେ କାର୍ଯ୍ୟଦକ୍ଷତା ପ୍ରଦର୍ଶନ କରି, ପ୍ରସଂଶିତ ହେବେ ଓ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ପାରିବାରିକ ଜୀବନ ସୁଖମୟ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ ଓ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ହ୍ରାସ ହେବ । ବାଦବିବାଦ, ମାଲି ମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ମନ ଉଣାହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଲକ୍ଷ୍ମୀ ।

କନ୍ୟା: ଆପଣଙ୍କ ମନ ଆଧ୍ୟାତ୍ମିକ ଦିଗରେ ଅଧିକ ଲାଗି ରହିବ । ଆଇନକାନୁନ ମାମଲାର ସମାଧାନ ହୋଇପାରେ । ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା କଷ୍ଟ । କୌଣସି ବଡ଼ କମ୍ପାନୀରେ ଚାକିରି ପ୍ରସ୍ତାବ ମିଳିପାରେ । କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ । ରାଜନୀତିରେ କୂଟନୀତିର ଶୀକାର ହେବେ । ମାନସିକ ଅସ୍ଥିରତା ଦେଖାଦେବ ଓ କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ । ସନ୍ଧ୍ୟାରେ ଜୀବନସାଥୀଙ୍କ ସହିତ ବାହାରକୁ ଭୋଜନ ପାଇଁ ଯାଇପାରନ୍ତି । ଶୁଭରଙ୍ଗ: ମେରୁନ । ଆରାଧନା: ହର ପାର୍ବତୀ ।

ତୁଳା: ଧ୍ୟାନ ଓ ଯୋଗ ମାଧ୍ୟମରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ । ସୁନା, ରୂପା, ଅଳଙ୍କାର ଇତ୍ୟାଦି ବ୍ୟବସାୟରେ ଉନ୍ନତି ହେବ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ଘରକୁ କୌଣସି ସମ୍ପର୍କୀୟ ଶୁଭ ଖବର ନେଇ ଆସିବେ । ଠିକ୍‌ ଫଇସଲା ନେବା ସହଜ ହେବ । ଅଚାନକ ଧନପ୍ରାପ୍ତି ହେବ । ମହିଳାମାନେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ଗାୟତ୍ରୀ ।

ବିଛା: ଦିନଟି ଆପଣଙ୍କ ଲାଗି ଭାରି ଭଲ ରହିବ । ନୂଆ କାମଧନ୍ଦା ସମ୍ବନ୍ଧରେ ବିଚାର କରିବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ହେବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ ।ମହିଳାଙ୍କୁ ଜୀବନସାଥୀଙ୍କ ଠାରୁ ସୁନ୍ଦର ଉପହାର ମିଳିପାରେ। ଶୁଭରଙ୍ଗ: ଧୂସର । ଆରାଧନା: ମାଆ ବିମଳା ।

ଧନୁ: ଆପଣ କେବଳ ନିଜ କାମରେ ମନଯୋଗ ଦିଅନ୍ତୁ । ସୌଭାଗ୍ୟବଶତଃ ଲକ୍ଷ୍ୟସ୍ଥଳରେ ପହଞ୍ଚିବା‌ରେ କୌଣସି ଅସୁବିଧା ହେବନାହିଁ । ସ୍ଥଗିତ ଥିବା କାମ ଶୀଘ୍ର ପୂରଣ ହୋଇଯିବ । ବ୍ୟବସାୟରେ ସ୍ୱଳ୍ପ ଲାଭସହ ବ୍ୟୟ ଅଧିକ ହେବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଅଶାନ୍ତି ଭୋଗିବେ । ଶାରିରୀକ ଅସୁସ୍ଥତା ଦେଖା ଦେବ । ଦାମ୍ପତ୍ୟ ସୁଖରେ ବାଧା, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ଦାଗ ଆସିବ । ପୁରୁଣା ମିତ୍ରଙ୍କ ସହିତ ଭେଟ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କଟକଚଣ୍ଡୀ ।

ମକର: ଗୁରୁଙ୍କ ଆଶୀର୍ବାଦ ନିଅନ୍ତୁ; ଦିନଟି ଭଲରେ କଟିବ । ପ୍ରତିଯୋଗିତାରେ ସଫଳତା ପାଇବେ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ବ୍ୟବସାୟର ସଉଦା ପାଇଁ ଦୂରସ୍ଥାନକୁ ଯାତ୍ରାରେ ଯାଇପାରନ୍ତି । କର୍ମଜୀବିମାନେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ସୁଖ ଓ ଶାନ୍ତି ମିଳିବ । ଶୁଭ ସମ୍ବାଦପାଇ ଖୁସିହେବେ । କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ଗାୟତ୍ରୀ ।

କୁମ୍ଭ: ଘରର ବାତାବରଣରେ ଖୁସି ରହି‌ବ । କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ । ନୂଆ ସମ୍ବନ୍ଧ ଆରମ୍ଭ ହେବ । ବ୍ୟବସାୟରେ ଉନ୍ନତି ହେବାସହ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ । ନୂତନ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଠାକୁରାଣୀ ।

ମୀନ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବାସହ ବ୍ୟୟ ଅଧିକ ହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖାଦେବ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବ । ଅଫିସ କାମ ସହଜରେ ନିର୍ବାହ କରିବେ । ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ସଫଳ ହେବେ ।ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।