16 ଜାନୁଆରୀ 2019, ବୁଧବାର :- ଆଜି ଦିନଟି କିପରି କାଟିବା, ଆସନ୍ତୁ ଜାଣିବା

Spread the love

ମେଷ: ଦିନଟି ଆନନ୍ଦମୟ ରହିବ । ଆପଣଙ୍କ ପ୍ରତିଭାରେ ସମସ୍ତେ ପ୍ରଭାବିତ ହେବେ । ଚାକିରୀରେ ସମ୍ମାନ ମିଳିବା ହେତୁ ସନ୍ତୁଷ୍ଟ ରହିବେ । ବ୍ୟବସାୟରେ ପ୍ରଚୁର ଧନଲାଭ ହେବାର ସମ୍ଭାବନା ଅଛି । ଧାର ଦେଇଥିବା ଟଙ୍କା ଫେରି ପାଇବେ । ପାରିବାରିକ କ୍ଷେତ୍ରରେ ସମସ୍ତ ବିବାଦ ଦୂର ହେବ । ରାଜନୀତିରେ ମନୋକାମନା ପୂରଣ ହେବ । ସମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଜୀବନସାଥୀଙ୍କର ସ୍ନେହ ଓ ସୁଖ ପାଇବେ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଭଦ୍ରକାଳୀ ।

ବୃଷ: ଆଜି ଆପଣଙ୍କର ଭ୍ରମଣରେ ଅଧିକ ସମୟ କଟିବ । ପୁରୁଣା ବନ୍ଧୁଙ୍କ ସହିତ ଭେଟ ହେବାର ଯୋଗ ରହିଛି । ସ୍ଥଗିତ ଥିବା କାମ ପୂରା ହୋଇଯିବ । ବ୍ୟବସାୟ ବାଣିଜ୍ୟରେ କୌଣସି ପ୍ରକାର ଅସୁବିଧା ନ ହୋଇ କାମ ହୋଇଯିବ । ଚାକିରିରେ ପଦୋନ୍ନତି ମିଳିବା ହେତୁ ଆର୍ଥିକ ସ୍ଥିତି ସୁଧୁରିବ । କୃଷିକ୍ଷେତ୍ରରେ ପରିଶ୍ରମର ଯଥାଛିତ ମୂଲ୍ୟ ପାଇବେ । ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ସମ୍ମୁଖୀନ ହୋଇପାରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳୀଜାଈ ।

ମିଥୁନ: ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ । ଉଚ୍ଚଅଧିକାରୀଙ୍କ ଆଗରେ ଆପଣଙ୍କ କଥା ରଖନ୍ତୁ; ସକାରାତ୍ମକ ଫଳ ମିଳିବ । ବ୍ୟବସାୟରୁ ଯଥେଷ୍ଟ ଲାଭ ପାଇବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ବିବାହିତଙ୍କ ଲାଗି ଦିନଟି ଆନନ୍ଦମୟ ରହିବ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଶୁଭରଙ୍ଗ: ମେରୁନ । ଆରାଧନା: ବାବା ଗୁପ୍ତେଶ୍ଵର ।

କର୍କଟ: ଆଜି ଆପଣ ଊର୍ଜାବାନ ଓ ସକ୍ରିୟ ରହିବେ । ଆପଣଙ୍କ ବ୍ୟବହାର ଲାଗି ସମସ୍ତଙ୍କ ପ୍ରିୟ ହୋଇପାରିବେ । ବ୍ୟବସାୟିକ କାମରେ ବାହାରକୁ ଯିବେ । କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କାର୍ଯ୍ୟପନ୍ଥା ବୃଦ୍ଧି କରାଇବେ । ଅନ୍ତରଙ୍ଗ ବନ୍ଧୁଙ୍କୁ ମନର କଥା କହିବା ଲାଗି ଦିନଟି ଭଲ । ଯୁବକ ଯୁବତୀମାନଙ୍କର ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଛାତ୍ରଛାତ୍ରୀମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିରଜା ।

ସିଂହ: ଆପଣଙ୍କ ମନ ସକାରାତ୍ମକ କାମରେ ଲଗାନ୍ତୁ । ବ୍ୟର୍ଥ ଚିନ୍ତାରୁ ଆପଣଙ୍କୁ ମୁକ୍ତି ମିଳିବ । ବ୍ୟବସାୟରେ ଗତିବିଧି ପରିବର୍ତ୍ତନ ହେବ । ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି । ଯେଉଁକାର୍ଯ୍ୟ କରିବେ ସେ କାର୍ଯ୍ୟରେ ଯଶଲାଭ ହେବ ଓ ନୂତନ ଗୃହାଦି ନିର୍ମାଣ ବା ନୂତନ ଦ୍ରବ୍ୟାଦି ଲାଭ ହେବ । ମହିଳାମାନେ ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

କନ୍ୟା: ଜୀବନସାଥୀଙ୍କ ଠାରୁ ମହତ୍ତ୍ବପୂର୍ଣ୍ଣ ପରାମର୍ଶ ପାଇବେ । ସହକର୍ମୀମାନଙ୍କ ସହ ବାଦବିବାଦ କ୍ରମେ ଜଟିଳ ହେବ, ତଥାପି ଆପଣଙ୍କ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ଚାକିରିଆଙ୍କୁ ବିଶେଷ ସଫଳତା ହାସଲ ହେବ । କୌଣସି ହିଂସ୍ରଜନ୍ତୁ ବା ଦୁଷ୍ଟପ୍ରକୃତି ଲୋକଙ୍କ ହାବୁଡ଼ରେ ପଡିପାରନ୍ତି । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବିପଦରେ ପଡିବେ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ମହିଳାମାନଙ୍କର କର୍ମକ୍ଷେତ୍ରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମାଣିକେଶ୍ଵରୀ ।

ତୁଳା: ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ । ଆପଣଙ୍କ କାମ ପୂରା କରିବାରେ କେହି ବାଧା ଦେଇ ପାରିବେ ନାହିଁ । ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ ଶତୃମାନେ ପରାଜିତ ହେବେ । ଉନ୍ନତିର ନୂଆ ଦ୍ୱାର ଉନ୍ମୋକ୍ତ ହେବ । ପାରିବାରିକ ଅଶାନ୍ତି ଦୂରେଇଯିବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧିହେବ । ଅଚାନକ ଧନପ୍ରାପ୍ତି ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଗାୟତ୍ରୀ ।

ବିଛା: ଘରେ ଧାର୍ମିକ ସମାରୋହର ଆୟୋଜନ କରିପାରନ୍ତି । ବନ୍ଧୁଙ୍କ ଠାରୁ ସାହାଯ୍ୟ ମିଳିବ । ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ ଓ ପ୍ରଶଂସିତ ମଧ୍ୟ ହୋଇପାରନ୍ତି । ଅଫିସରେ କୌଣସି ଗୁରୁତ୍ବପୂର୍ଣ୍ଣ ଫଇସଲା ନେବେ । ଯୁବକ ଯୁବତୀମାନଙ୍କର ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଛାତ୍ରଛାତ୍ରୀମାନେ ସାହାଯ୍ୟ ପଥ ଲୋଡ଼ିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ଧନୁ: ଆତ୍ମସମୀକ୍ଷାରେ ସମୟ ବିତିବ । ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ଓ ଆଲୋଚନା ହୋଇପାରେ । କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ଦୃଢ ରଖନ୍ତୁ ଓ ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ୱାସୀ ମନେ କରିବେ । ଅଚାନକ ଖୁସି ଖବର ମିଳିବ । ମହିଳାମାନଙ୍କର ରାଜନୀତିରେ ସଫଳତା ମିଳିବ । ଛାତ୍ରମାନେ ଅଧ୍ୟୟନରେ ଧ୍ୟାନ ଦିଅନ୍ତୁ । ଶୁଭରଙ୍ଗ: ଲାଲ । ଆରାଧନା: ହର ପାର୍ବତୀ ।

ମକର: ଦିନଟି ଆପଣଙ୍କ ଲାଗି ଆନନ୍ଦମୟ ରହିବ । ଭଲ ସୁଯୋଗ ଆପଣଙ୍କ ସାମନାକୁ ଆସିପାରେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ଥିବା ବ୍ୟକ୍ତିଙ୍କୁ ବଡ଼ ପଦ ମିଳିପାରେ । ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ । ଆର୍ଥିକ ଉନ୍ନତି ହେବାସହ ଗୃହବାହାନ ପ୍ରାପ୍ତି ହେବ । ପ୍ରେମରେ ସଫଳତା ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରାତାରିଣୀ ।

କୁମ୍ଭ: ଜରୁରୀ କାମର ସମାଧାନ ଲାଗି ଯୋଜନା କରିବେ । କାହାରି ସହିତ କଥା ହେବା ବେଳେ ଭାବିଚିନ୍ତି କଥା ହୁଅନ୍ତୁ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ । ବ୍ୟବସାୟରେ ଆୟ ବଢିବ । ଅଫିସ କାମରେ ଅନ୍ୟମାନଙ୍କ ରାୟ ନେବାରୁ ନିବୃତ୍ତ ରହନ୍ତୁ । ଯୁବକ ଯୁବତୀମାନଙ୍କର ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନପ୍ରିୟ ହେବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ମହିଳାମାନେ ଜୀବନରେ ଆଗକୁ ବଢ଼ିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ମୀନ: ସକାରାତ୍ମକ ଭାବନା ଓ ଊର୍ଜାକୁ ପ୍ରୟୋଗ କରନ୍ତୁ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ ଓ କର୍ମକ୍ଷେତ୍ରରେ ପ୍ରଶଂସିତହେବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ଚାକିରୀରେ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ । ଯୁବକ ଯୁବତୀମାନେ ଦାମ୍ପତ୍ୟ ସୁଖ ପାଇବେ ଓ ସୁଖ ସମୃଦ୍ଧି ବୃଦ୍ଧି ପାଇବ । ମହିଳାମାନେ ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟା ସମାଧାନ କରି ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବଜାୟ ରଖିବେ । ପ୍ରେମ ପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ପାଇବେ । ଶୁଭରଙ୍ଗ: ଧୂସର । ଆରାଧନା: ପ୍ରଭୁ ହନୁମାନ ।