୧୬ ମାର୍ଚ୍ଚ 2019, ଶନିବାର– ଶାଣିଦେବଙ୍କ କୃପାରୁ ଏହି ୪ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତି ରହିବେ ଭାଗ୍ୟଶାଳୀ, ପୂରଣ ହେବ ସମସ୍ତ ମନୋବାଞ୍ଛା…..

Spread the love

୧୬ ମାର୍ଚ୍ଚ 2019, ଶନିବାର– ଶାଣିଦେବଙ୍କ କୃପାରୁ ଏହି ୪ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତି ରହିବେ ଭାଗ୍ୟଶାଳୀ, ପୂରଣ ହେବ ସମସ୍ତ ମନୋବାଞ୍ଛା…..

ଆଜି ଆମେ ଆପଣଙ୍କୁ ୧୬ ମାର୍ଚ୍ଚ 2019, ଶନିବାର ଦିନର ରାଶିଫଳ ବିସ୍ତୃତ ଭାବରେ କହିବା ପାଇଁ ଯାଉଛୁ । ପ୍ରତ୍ୟେକ ମନୁଷ୍ୟ ପାଇଁ ରାଶିଫଳର ମହତ୍ୱ ରହିଛି ଆଜି ଆମେ ଆପଣଙ୍କୁ ୧୬ ମାର୍ଚ୍ଚ 2019, ଶନିବାର ଦିନର ରାଶିଫଳ ବିସ୍ତୃତ ଭାବରେ କହିବା ପାଇଁ ଯାଉଛୁ । ରାଶିଫଳ ଅନୁସାରେ ବ୍ୟକ୍ତିର ସ୍ଵଭାଵ ଓ ଭବିଷ୍ୟତ ବିଷୟରେ ଜାଣିବାକୁ ମିଳିଥାଏ । କାରଣ ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଜୀବନରେ କଣ କଣ ପରିବର୍ତ୍ତନ ଘଟିବ ଜାଣିବା ।

ମେଷ: ଆଜି ଆପଣ ନିଜକୁ ଖୁବ୍‌ ଉର୍ଜବାନ ଅନୁଭବ କରିବେ । ଆପଣଙ୍କ ଚେଷ୍ଟା ସଫଳ ହେବ । ବୃତ୍ତିଗତ ଦୃଷ୍ଟିରୁ ଆୟରସ୍ରୋତ ବୃଦ୍ଧିହେବ ଓ ଆର୍ଥିକ ଦିଗରୁ ସୁରକ୍ଷିତ ରହିବେ । ଜମି ଦଲାଲଙ୍କୁ ପୁରୁଣା ଜମିରୁ ଧନଲାଭ ହେବ । ବିବାଦୀୟ ସଙ୍କଟ ସୃଷ୍ଟି ହୋଇପାରେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର ବର୍ଜନ କରନ୍ତୁ । ସାମାଜିକ କ୍ଷେତ୍ରରେ ଯଶ ମିଳିବ । ଧାର୍ମିକ କାର୍ଯ୍ୟରେ ଲିପ୍ତ ରହିବେ । ପାରିବାରିକ ସ୍ତରରେ ସ୍ୱାର୍ଥ ପ୍ରବୃତ୍ତିର ଅଧିନ ହୋଇ ସମ୍ପର୍କର ମଧୁର ସ୍ୱାଦରୁ ଦୂରେଇ ଯିବେ । ବନ୍ଧୁଙ୍କ ସହିତ ବାହାରକୁ ବୁଲିଯିବେ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀ ଅନୁଭବ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଗୁପ୍ତେଶ୍ଵର ।

ବୃଷ: ବ୍ୟବସାୟ ଓ ସାମାଜିକ କ୍ଷେତ୍ରରେ ଭଲ ପରିଣାମ ପାଇବେ । ସମ୍ମାନିତ ଲୋକଙ୍କ ସହିତ ମିଶିବେ । ଅଫିସରେ ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ । କାରବାର ବୃଦ୍ଧି ହେବ । କର୍ମକ୍ଷେତ୍ରରେ ବାଦବିବାଦରେ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ସ୍ବାସ୍ଥ୍ୟ ଠିକ୍‌ ଓ ସତେଜ ରହିବ । ପୈତୃକ ସମ୍ପତ୍ତି ପ୍ରାପ୍ତି ହେବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ । ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଶୁଭରଙ୍ଗ:ଫିକା ହଳଦିଆ । ଆରାଧନା: ଗଣେଶ ।

ମିଥୁନ: ଦିନଟି ଆପଣଙ୍କ ଲାଗି ମଙ୍ଗଳମୟ ରହିବ । ବ୍ୟବସାୟୀ ଓ କାରବାରୀମାନଙ୍କ ଲାଗି ଦିନଟି ଲାଭପ୍ରଦ ରହିବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଦାମ୍ପତ୍ୟ ଜୀବନରେ ଅଶାନ୍ତିର ଝଡ଼ ଦୂର ହୋଇଯିବ । ସନ୍ଧ୍ୟା ସୁଦ୍ଧା ଘରକୁ କୌଣସି ବନ୍ଧୁ ଆସିବେ । ଯୁବକ ଯୁବତୀମାନେ ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ । ଶୁଭରଙ୍ଗ:ଲାଲ । ଆରାଧନା: ହନୁମାନ ।

କର୍କଟ: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ଭଲ ରହିବ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଆଦି ସହଜରେ ସମାଧାନ ହୋଇଯିବ । ପ୍ରିୟ ବନ୍ଧୁ ଆପଣଙ୍କୁ ସୁନ୍ଦର ଉପହାର ଦେଇପାରନ୍ତି । ଧାର୍ମିକ କ୍ଷେତ୍ରରେ ନିୟୋଜିତ ହୋଇ ଅର୍ଥ ବ୍ୟୟ ହୋଇପାରେ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ସିଂହ: ଆଜି ଆପଣ ଉର୍ଜାବାନ ଓ ସକ୍ରିୟ ରହିବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ଦୂର ହେବ । ବ୍ୟବସାୟର କରି ଆସୁଥିବା ପ୍ରୟାସରେ ସଫଳ ହେବେ । କାର୍ଯ୍ୟାଳୟରେ ସମସ୍ତେ ଆପଣଙ୍କୁ ସହଯୋଗ କରିବେ । ଅଚାନକ ଧନପ୍ରାପ୍ତି ହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଭାବିଚିନ୍ତି କରିଲେ ଭଲ ହେବ ନଚେତ୍‌ ବିପଦରେ ପଡ଼ିବେ । ମହିଳାମାନେ ପିଲାମାନଙ୍କ କାର୍ଯ୍ୟପ୍ରତି ଦୃଷ୍ଟିରଖି ମନ ବିଷାଦଗ୍ରସ୍ତ ହେବ । ପ୍ରେମରେ ସଫଳତା ମିଳିବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ବିରଜା ।

କନ୍ୟା: ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ । ଆପଣଙ୍କ ବ୍ୟକ୍ତିତ୍ଵ ବିକଶିତ ହୋଇପାରେ । କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବେ । ଆୟ ଉପାର୍ଜନ ଉତ୍ତମ ଧରଣର ହେବ । ପ୍ରତିଯୋଗୀ ପରୀକ୍ଷା, ବିଭାଗୀୟ ପରୀକ୍ଷା ଓ ସାକ୍ଷାତ୍କାରରେ ମନରେ ସନ୍ତୋଷ ଦେଖାଦେବ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ ସାମାନ୍ୟ ପରିଶ୍ରମ କରିବାକୁ ପଡ଼ିବ । ବିଦେଶରେ ଥିବା ଆପଣଙ୍କର ସମ୍ପର୍କୀୟଙ୍କ ଠାରୁ ଶୁଭ ଖବର ପାଇପାରନ୍ତି । ମହିଳାମାନେ ବିଭିନ୍ନ ଦିଗରୁ ଲାଭବାନ୍ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ତୁଳା: ଦିନଟି ଆପଣଙ୍କ ପାଇଁ ହସଖୁସିର ସମ୍ଭାର ନେଇ ଆସିଛି । କୌଣସି ମନୋରଞ୍ଜନ କାର୍ଯ୍ୟରେ ଯୋଗ ଦେଇପାରନ୍ତି । ଆପଣଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ହେବ । ବ୍ୟବସାୟୀ ନିଜର ଯୋଜନାକୁ ଗୁପ୍ତ ରଖନ୍ତୁ । ପରିଶ୍ରମର ଯଥେଷ୍ଟ ଫାଇଦା ଆପଣଙ୍କୁ ମିଳିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ଦୂର ହୋଇଯିବା ଫଳରେ ପ୍ରଶଂସିତ ହେବେ । ବୃତ୍ତିଗତ ଦୃଷ୍ଟିରୁ ସବୁଦିଗରୁ ସୁରକ୍ଷିତ ରହିବ । ରାଜନୀତିରେ କୃତକାର୍ଯ୍ୟ ହେବେ । ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା:ମାଆ ବିମଳା ।

ବିଛା: ଆପଣଙ୍କ ଦୃଷ୍ଟିକୋଣ ଦିନଟି ଆପଣଙ୍କ ପାଇଁ ଭଲ ରହିବା । କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ସଫଳତା ହାସଲ କରିବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ଆର୍ଥିକ ସ୍ଥିତି ମଜଭୁତ ହେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ । ପାରିବାରିକ ଜୀବନ ସୁଖମୟ ହେବ । ପିଲାଙ୍କ ସହିତ ଭ୍ରମଣରେ ଯିବା ପାଇଁ ସମୟ ଭଲ । ମହିଳାମାନେ ପତୀବ୍ରତା ଓ ବନ୍ଧୁମାନଙ୍କ ହିତୈଷିଣୀ ହେବେ ଓ ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ଧନୁ: ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲ । କ୍ୟାରିୟର ଗଢ଼ିବା ଲାଗି ଭଲ ପ୍ରସ୍ତାବ ମିଳିପାରେ । ହୋଟେଲ ବ୍ୟବସାୟୀଙ୍କର ଉନ୍ନତି ହେବ । ରାଜନୀତି କ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ଦୂର ହୋଇଯିବ । ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେଲେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ଅନ୍ୟମନସ୍କ ରହିବେ । ପାରିବାରିକ ସ୍ଥିତିରେ ସୁଦୃଢ ହେବ । ଧର୍ମକ୍ଷେତ୍ରରେ ଲିପ୍ତ ରହିବେ । ସନ୍ଧ୍ୟାରେ ସାଙ୍ଗ ଓ ପରିଜନଙ୍କ ସହିତ ସମୟ ବିତେଇବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମଝିଘରିଆଣୀ ।

ମକର: ଦିନଟି ଖୁସିରେ ଭରା ରହିବ । ଲୋକେ ଆପଣଙ୍କ କଥା ଶୁଣିବା ପାଇଁ ଉତ୍ସୁକ ରହିବେ । ବ୍ୟବସାୟରେ ଧନଲାଭ ଯୋଗ ରହିଛି । ବକେୟା ଅର୍ଥ ଆଦାୟ ହେବ । ବୈବାହିକ ଜୀବନ ଠିକ୍‌ଠାକ୍‌ ରହିବ । ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ମାନସିକ ବିଷାଦ, ଦାମ୍ପତ୍ୟକଳହ, ଭୟ ଆଶଙ୍କା ଦୂରେଇ ଯିବ । ପାରିବାରିକକ୍ଷେତ୍ରରେ ସ୍ନେହ ସଦ୍ଭାବ ବିରାଜମାନ କରିବ । ମହିଳାମାନଙ୍କ ମାନସିକ ସ୍ଥିତି ଭଲ ରହିବ ଓ ଧୈର୍ଯ୍ୟ ସହନ ଶୀଳତା କାଏମ ରହିବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ବିରଜା ।

କୁମ୍ଭ: ଇଷ୍ଟ ଦେବଙ୍କ କୃପାରୁ ଦିନଟି ଭଲରେ କଟିବ । ଆପଣଙ୍କ ସକାରାତ୍ମକ ବ୍ୟବହାର ଲୋକଙ୍କୁ ପସନ୍ଦ ଆସିବ । ଯୁବକ ଯୁବତୀମାନଙ୍କର ଆୟ ଉପାର୍ଜନରେ ପାଇଁ ନୂଆ ମାର୍ଗ ଆପଣାଇବେ । ଘରୋଇ କର୍ମଚାରୀଙ୍କ ନିଜ ଲୋକମାନେ ସାହାଯ୍ୟ ସହଯୋଗ ପାଇବେ । ରାଜନୀତିରେ ବଡ଼ ଓ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବ । ପାରିବାରିକ କ୍ଷେତ୍ରରେ ଅଶାନ୍ତି ବିଶୃଙ୍ଖଳା ଦୂରେଇଯାଇ ସହନ ଶୀଳତା କାଏମ ରହିବ । ମହିଳାମାନେ ପିଲାମାନଙ୍କ ସମସ୍ୟା ବିଷୟରେ ଚିନ୍ତା କରି ଖୁସି ରହିବେ । ପ୍ରେମିକ ପ୍ରେମିକା ମାନଙ୍କର ମନରେକ୍ଷୋଭ ହତାଶାଭାବ ଦୂରହେବ ।ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ସମଲେଶ୍ଵରୀ ।

ମୀନ: ଆତ୍ମାବିଶ୍ବାସ ବୃଦ୍ଧି ପାଇବ । ଆପଣ ନିଜର ଲକ୍ଷ୍ୟ ହାସଲ ପାଇଁ ଯୋଜନା ପ୍ରସ୍ତୁତ କରିବେ । ସମାଜରେ ଆପଣଙ୍କର ପ୍ରତିଷ୍ଠା ବଢ଼ିବ । ବ୍ୟବସାୟରେ ଅଟକିଥିବା ଧନ ରାଶି ଫେରି ପାଇବେ । ଘରୋଇ କର୍ମଚାରୀମାନେ ବିବାଦୀୟ ଦୁଃସ୍ଥିତିରେ ଜଡ଼ିତ ହୋଇପାରନ୍ତି ।
ସ୍ୱାସ୍ଥ୍ୟଗତ ସମସ୍ୟାର ସମାଧାନ ହୋଇଯିବ । ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବିବାହିତ ଲୋକଙ୍କ ଲାଗି ଦିନଟି ଅବିସ୍ମରଣୀୟ ରହିବ । ମହିଳାମାନେ ଶାରୀରିକ ସୁସ୍ଥତା ଅନୁଭବ କରିବେ । ଶୁଭରଙ୍ଗ: ଧଳା। ଆରାଧନା: ମାଆ ଗାୟତ୍ରୀ ।