16 ମଇ 2019 ଗୁରୁବାର : ଏହି ଦୁଇଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ କାର୍ଯ୍ୟରେ ଆସିପାରେ ପ୍ରତିବନ୍ଧକ, ଅନ୍ୟ ସମସ୍ତ ରାଶି ନିମନ୍ତେ ଅତ୍ୟନ୍ତ ଶୁଭଦାୟକ ଅଟେ ।

Spread the love

16 ମଇ 2019 ଗୁରୁବାର : ଏହି ଦୁଇଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ କାର୍ଯ୍ୟରେ ଆସିପାରେ ପ୍ରତିବନ୍ଧକ, ଅନ୍ୟ ସମସ୍ତ ରାଶି ନିମନ୍ତେ ଅତ୍ୟନ୍ତ ଶୁଭଦାୟକ ଅଟେ ।

ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ, ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ପ୍ରତ୍ୟେକ ଦୃଷ୍ଟି କୋଣରୁ ଦିନଟି ଆପଣଙ୍କ ଲାଗି ଭଲ ରହିବ । କର୍ମକ୍ଷେତ୍ରରେ ଉଦ୍ୟମ ଓ ଚେଷ୍ଟା ଦ୍ୱାରା ସାଫଲ୍ୟ । ପାରିବାରିକ ଜୀବନରେ ସୁଖ ଶାନ୍ତି କାଏମ ରହିବା । ଉତ୍ତମ ବୁଝାମଣା ଜନିତ ଉତ୍ସାହ ଉଦ୍ଦୀପନାଯୁକ୍ତ ହେବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ସାମାଜିକ ପତିଆରା ଅମଳିନ ରହିବ । କାର୍ଯ୍ୟାଳୟର ଜଟିଳ ପରିସ୍ଥିତିକୁ ସରଳ କରି ପ୍ରଶଂସା ପାଇବେ । ଆୟ ଉପାର୍ଜନରେ ବାଧା ନାହିଁ । ଆକସ୍ମିକ ଧନହାନୀ ହେତୁ ମନରେ ଦୁଃଖ ପ୍ରକାଶ ହେବ । ମହିଳାମାନଙ୍କର ଆୟ ଅପରିବର୍ତ୍ତିତ ରହି ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଗାୟତ୍ରୀ ।

ବୃଷ: ଆପଣଙ୍କ ଭିତରେ ଆତ୍ମବିଶ୍ବାସ ଅତୁଟ ରହିବ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ଅନ୍ୟର ଉପକାର କରି ପ୍ରଶଂସା ପାଇବେ । କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ଆର୍ଥିକଦିଗରୁ ସୁବିଧା ହେଲେ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ କ୍ଷତିସହିବେ । ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହୁଅନ୍ତୁ । ବେପରୁଆ କାର୍ଯ୍ୟ କଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ଆପଣଙ୍କ ଦାମ୍ପତ୍ୟ ଜୀବନ ପ୍ରୀତିମୟ ରହିବ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ଲକ୍ଷ୍ମୀ ନାରାୟଣ ।

ମିଥୁନ: କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ସାମାଜିକ ପ୍ରତିଷ୍ଠା ଓ ପ୍ରତିପତ୍ତି ବୃଦ୍ଧି ପାଇବ । ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ପାରିବାରିକ ସ୍ତର ହସ ଖୁସିରେ କଟିବ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ମହିଳାମାନେ ବ୍ୟବସାୟରେ ପ୍ରଚୁର ଲାଭ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଚର୍ଚ୍ଚିକା ।

କର୍କଟ: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ । ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ଯୁବକ ଯୁବତୀମାନଙ୍କର ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତକାରରେ ଜୟଯୁକ୍ତ ହେବେ ଓ ଆଶା ମୁତାବକ ଫଳ ପାଇବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଚାକିରିଆଙ୍କୁ ପାରିତୋଷିକ ମିଳିପାରେ । ରାଜନୀତିରେ ମହତଆକାଂକ୍ଷା ପୂରା ହେବ । ପ୍ରେମର ସାଗରରେ ବୁଡି ରହିବେ । ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ଅର୍ଥନୀତିର ବିପଦରୁ ମୁକ୍ତ ହେବେ । ମହିଳାମାନେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ ଖ୍ୟାତି ବଢ଼ିବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ତାରାତାରିଣୀ ।

ସିଂହ: ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ । ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ପାରିବେ । କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକରହେବ । ପାରିବାରିକ କ୍ଷେତ୍ରରେ କିଛି ଭୁଲ ବୁଝାମଣା ଯୋଗୁ ମାନସିକ ଦ୍ଵନ୍ଦ ଭିତରେ ଗତି କରିବେ । ବନ୍ଧୁବାନ୍ଧବ ମାନେ ଦୂରେଇଯିବେ । ପିଲାମାନଙ୍କ ପଢା ସମସ୍ୟା ନେଇ ଚିନ୍ତିତ ରହିବେ । କେତେକ କ୍ଷେତ୍ରରେ ସାମାନ୍ୟ ସୁବିଧା ପାଇବେ । ବିଶେଷ କରି ମହିଳାମାନେ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ ଓ ଚାକିରୀ କ୍ଷେତ୍ରରେ ପରିବର୍ତ୍ତନ ହେବାର ସମ୍ଭାବନା । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ ମଙ୍ଗଳା ।

କନ୍ୟା: ଦିନଟି ବେଶ ଭଲରେ କାଟିବ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ଠିକ୍ ଭାବେ ବୁଝିପାରିବେ । ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କଟକଚଣ୍ଡୀ ।

ତୁଳା: ଧାର୍ମିକ କାର୍ଯ୍ୟରେ ନିୟୋଜିତ ହେବେ । ବ୍ୟବସାୟରେ କିଛି ନୂଆ କରିବା ଲାଗି ଦିନଟି ଭଲ । ଶିଳ୍ପ ପ୍ରତିଷ୍ଠା ଯୋଜନା ସାଫଲ୍ୟଦାୟକ ହେବ । ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ । ନୀରବତା ରକ୍ଷାକରି ପରିସ୍ଥିତିକୁ ସମର୍ପଣ କରିଦେବା ଉତ୍ତମ ହେବ । ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ନିଜେ ସାମାନ୍ୟ ଚେଷ୍ଟା କଲେ ବାକିଥିବା ଅର୍ଥ ପାଇବେ । ଚାକିରି ଖୋଜୁଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ । ଭୋଗବିଳାସ ଓ ଆନନ୍ଦରେ ସମୟ କାଟିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ । ଦାମ୍ପତ୍ୟ ଜୀବନ ଅତି ରୋମାଞ୍ଚକର ରହିବ । ଶୁଭରଙ୍ଗ: ସବୁଜ । ଆରାଧନା: ହର ପାର୍ବତୀ ।

ବିଛା: ସୁଯୋଗ ହାତପାହାନ୍ତାରେ ଥାଇ ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇବ । ସ୍ଵାସ୍ଥ୍ୟରେ ଉନ୍ନତି ଓ ସମ୍ମାନଜନକ ଘଟଣା ଘଟି ପାରେ । ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ । ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ବ୍ୟବସାୟରେ ଭଲ ସଉଦା ହେବାର ସମ୍ଭାବନା । ଶୁଭରଙ୍ଗ: ଧଳା । ଆରାଧନା: ବାବା ଆଖଣ୍ତଳମଣି ।

ଧନୁ: ଆଜି ଆପଣ ନୂଆ ବିଚାରରେ ପରିପୂର୍ଣ୍ଣ ହୋଇପାରନ୍ତି ଓ ଆପଣଙ୍କ ମାନସିକ ଶକ୍ତି ଏହାର ଚ଼ରମ ସୀମାରେ ରହିବ । ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଦୂରେଇ ଜିବ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ । ପ୍ରେମ ସମ୍ବନ୍ଧରେ ସାଥୀ ମନକୁ ଛୁଇଁଲା ଭଳି କଥା ହୋଇପାରେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ତାରିଣୀ ।

ମକର: ଆଜି ଆପଣଙ୍କର ସ୍ଵଭାବ ଉଚ୍ଚ ସମ୍ପର୍ଣ୍ଣର ରହିବ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦରେ କଟିବ । କର୍ମ ଓ ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ । ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ବ୍ୟବସାୟରେ ସ୍ଥିତି ଅନୁକୂଳ ରହିବ ତଥା ଆପଣଙ୍କ କାର୍ଯ୍ୟର ଉଚିତ ପ୍ରଶଂସା ମଧ୍ୟ ହେବ । ପ୍ରେମରେ ସଫଳତା ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ହନୁମାନ ।

କୁମ୍ଭ: ଦିନଟି ଆପଣଙ୍କ ଲାଗି ମହତ୍ତ୍ୱପୂର୍ଣ୍ଣ ରହିବ । ପାଖ ପଡୋଶିଙ୍କ ଦ୍ଵାରା ଅନେକ ସମସ୍ୟା ସମାଧାନ ହେବ । ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଠାରୁ ପ୍ରଶଂସା ପାଇବେ । କର୍ମ କ୍ଷେତ୍ରରେ ପ୍ରତିଷ୍ଠା ଓ ଖ୍ୟାତି ମିଳିବ । ଆୟ ଉପାର୍ଜ୍ଜନର ବୃଦ୍ଧି, କର୍ମ ଓ ବ୍ୟବସାୟରେ ଉନ୍ନତି । ନୂଆ କାମର ଯୋଜନା କରିପାରନ୍ତି । ଅଫିସରେ ସିନିୟରଙ୍କ ସହଯୋଗ ପାଇବେ । ମହିଳାମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିଣୀ ହେବେ । ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇ ସ୍ଥଗିତ ଥିବା କର୍ମଟି ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଶୁଭରଙ୍ଗ: ନୀଳ । ଆରାଧନା: ଜଗନ୍ନାଥ ।

ମୀନ: ଆର୍ଥିକ ଦୃଷ୍ଟି କୋଣରୁ ଦିନଟି ଶୁଭଦାୟକ ଅଟେ । ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରିବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପାରିବାରିକ ସମସ୍ୟା ସୁଧାରି ନେବା ଫଳରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଦୂରଯାତ୍ରା କରି ମନ ଖୁସି ରହିବ । ମାଲିମୋକଦ୍ଦମାରେ ବିଜୟୀ ହେବେ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଶୁଭରଙ୍ଗ: ଆକାଶୀ ନୀଳ । ଆରାଧନା: ମାଆ ଲକ୍ଷ୍ମୀ ।