16 ଅଗଷ୍ଟ 2019, ଶୁକ୍ରବାର – ୬ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଜୀବନରେ ହେବ ଅଦ୍ଭୁତ ପରିବର୍ତ୍ତନ…. ଆର୍ଥିକ ସ୍ଥିତି ରହିବା ମଜବୁତ ।

Spread the love

16 ଅଗଷ୍ଟ 2019, ଶୁକ୍ରବାର – ୬ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଜୀବନରେ ହେବ ଅଦ୍ଭୁତ ପରିବର୍ତ୍ତନ…. ଆର୍ଥିକ ସ୍ଥିତି ରହିବା ମଜବୁତ ।

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ । ଅନେକ ଦିନ ଧରି ଚାଲିଥିବା ପୁରୁଣା ବିବାଦରୁ ମୁକ୍ତି ମିଳିବ କିନ୍ତୁ ଆପଣଙ୍କୁ ଅନେକ ମାନସିକ ଦ୍ୱନ୍ଦ୍ୱ ଓ ଆଶା, ନିରାଶା ମଧ୍ୟରେ ଦିନଟି କଟଇବାକୁ ପଡିପାରେ । ବ୍ୟବସାୟରେ ଆର୍ଥିକ ସ୍ଥିତି ଦୁର୍ବଳ ରହିବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ଅପମାନିତ ହୋଇପାରନ୍ତି । ଚାକିରି ତଲାସରେ ବ୍ୟକ୍ତି ବିଶେଷଙ୍କୁ ଶୁଭ ଖବର ମିଳିବ । ଦ୍ୱିଜା ନକ୍ଷତ୍ରର କିଛି ଆଲୋଚନା ଓ ସମାଲୋଚନା ଭିତରେ ସମାଧାନପୂର୍ବକ ପରିବାରରେ ଶାନ୍ତି ଫେରି ଆସିବ । ନିଜ ଲୋକମାନେ ଅସୁବିଧାରେ ପକାଇପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମାଣିକେଶ୍ଵରୀ ।

ବୃଷ: ଆଜି ଆପଣ କିଛି ଖାସ୍‌ କରିବା ଲାଗି ଭଲ ରହିବ । ପ୍ରଶାସନ, ଆଇନ ଅଦାଲତ, କଳା, କ୍ରୀଡ଼ା, ଚଳଚ୍ଚିତ୍ର ସାହିତ୍ୟ କ୍ଷେତ୍ର ବିଶେଷ ମନ୍ଦ ହେବନି । ବ୍ୟବସାୟରେ ଭଲ ଲାଭ ହେବ । ଅଚାନକ ଧନଲାଭ ହେବ । ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ । ଆପଣା ଲୋକମାନେ ବିରୋଧ କଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ପାରିବାରିକ ସମ୍ବନ୍ଧ ମଜଭୁତ ହେବ । ବାଦବିବାଦ, ମାଲିମକଦ୍ଦମା, ପରୀକ୍ଷା, ପ୍ରତିଯୋଗିତା ଓ ସାକ୍ଷାତକାରରେ ଜୟଲାଭ ହେବ । ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯାଇପାରନ୍ତି । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ମହାଦେବ ।

ମିଥୁନ: ଧାର୍ମିକ ଆୟୋଜନରେ ଆପଣ ସେବା କରିବାର ଅବସର ମିଳିବ । ପରିବହନ, ବ୍ୟବସାୟ, ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ଉନ୍ନତମାନର ଫଳ ମିଳିବ । ବ୍ୟବସାୟରେ ମନ ପ୍ରାଣ ଢ଼ାଳି କାମ କରିବେ ଏବଂ ଯଥେଷ୍ଟ ଲାଭ ପାଇବେ । ଚାକିରିଜୀବୀଙ୍କୁ କାମରେ ସଫଳତା ମିଳିବ । ଟଙ୍କା ପଇସା ସମ୍ପର୍କିତ ଝମେଲାର ସମ୍ମୁଖୀନ ହେବାର ସମ୍ଭାବନା ରହିଛି । ପରିବାରରେ ଭୁଲ୍‌ ବୁଝାମଣା ହେତୁ ଟିକିଏ ଟିକିଏ କଥାରେ କଳହ ଲାଗିପାରେ । ଶୁଭରଙ୍ଗ: ସବୁଜ । ଆରାଧନା: ବାବା କପିଳାସ ।

କର୍କଟ: ଚାକିରି ପରିବର୍ତ୍ତନ କରିବାକୁ ଚାହୁଁଥିବା ବ୍ୟକ୍ତିମାନେ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ । ବ୍ୟବସାୟ ମାନ୍ଦା ରହିବା ସତ୍ତ୍ୱେ ଖର୍ଚ୍ଚାନ୍ତ ମଧ୍ୟ ବଢିବାର ଯଥେଷ୍ଟ ସମ୍ଭାବନା । ପରିବାର ଲୋକମାନଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । କୌଣସି ସମ୍ପର୍କୀୟ ଆପଣଙ୍କୁ ଉଧାର ମାଗି ପାରନ୍ତି । ସଭାସମିତି, ସାଂଗଠନିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ମାଆ ସମଲେଶ୍ଵରୀ ।

ସିଂହ: ଊର୍ଜାର ସ୍ତର ଉଚ୍ଚା ରହିବ । କର୍ମ କ୍ଷେତ୍ରରେ ବାଧା ଉପୁଜିବ ତଥାପି ବ୍ୟସ୍ତ ହୁଅନ୍ତୁ ନାହିଁ, ଯଥା ସମୟରେ ସବୁ କାମ ଠିକ୍‌ ହୋଇଯିବ । ଉତ୍ତରାଫାଲ୍‌ଗୁନୀ ନକ୍ଷତ୍ରର ଖର୍ଚ୍ଚ ପରିମାଣ ବୃଦ୍ଧିଯୋଗୁ ମନରେ ସରସତା ରହି ନ ପାରେ । କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ସମ୍ପର୍କ ଗଢ଼ିବେ ଯାହା କି ଭବିଷ୍ୟତରେ ଲାଭ ମିଳିବ । ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚପ୍ରଶଂସିତ ହେବେ । ଛୋଟ ଛୋଟ କଥାରେ ମଧ୍ୟସ୍ଥତା କଲେ ଅପମାନିତ ହେବାକୁ ପଡ଼ିପାରେ । ବ୍ୟବସାୟୀଙ୍କ ପାଇଁ ଦିନଟି ଲାଭଦାୟକ ରହିବ । ଅଫିସରେ ବାତାବରଣ ଅନୁକୂଳ ରହିବ । ପ୍ରେମ ସାଗରରେ ବୁଡ଼ ପକାଇବେ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

କନ୍ୟା: ସଫଳତା ମିଳିବା ହେତୁ ନିଜର ମହତ୍ୱାକାଂକ୍ଷାକୁ ପୂରଣ କରିବାକୁ ଚେଷ୍ଟା କରିବେ ଓ ସଫଳତା ମଧ୍ୟ ହେବେ । ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି । ବ୍ୟବସାୟ ମାମଲାରେ ଦିନଟି ଭଲ ହୋଇପାରେ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ଫଳରେ ଚିତ୍ତପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧିହେବ । ଯେକୌଣସି ନୂତନ କାର୍ଯ୍ୟାରମ୍ଭ କରିପାରନ୍ତି । ସମ୍ମାନନୀୟ ବ୍ୟକ୍ତିବିଶେଷଙ୍କ ସହାୟତାରୁ ଅଟକି ରହିଥିବା କାମ ସୁବିଧାରେ ହୋଇଯିବ । ଆରୋଗ୍ୟଲାଭ କାରଣରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ । ପରିବାର ଓ ସମାଜରେ ଆପଣଙ୍କୁ ସମ୍ମାନ ମିଳିବ । ପ୍ରେମ ପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ପାଇବେ । ଶୁଭରଙ୍ଗ: ଲାଲ । ଆରାଧନା: ସୂର୍ଯ୍ୟଦେବ ।

ତୁଳା: ଆଜି ଆପଣ ନିଜ ଉପରେ ଖୁବ୍‌ ଆତ୍ମନିର୍ଭରଶୀଳ ଅନୁଭବ କରିବେ । ସ୍ଥଗିତ ଥିବା କାମ ବନ୍ଧୁଙ୍କ ସାହାଯ୍ୟରେ ପୂରା ହେବ । ବ୍ୟବସାୟରେ ଆୟ ବ୍ୟୟ ପ୍ରାୟ ସମାନ ରହିବ । ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ମାନ ମିଳିବ । ଆର୍ଥତ୍କ ଅଭିବୃଦ୍ଧି ନିମିତ୍ତ ତତ୍ପରତା ପ୍ରକାଶ କରି କେତେକାଂଶରେ ସଫଳତା ପାଇପାରନ୍ତିି । ଆପଣଙ୍କ ଅତି ନିଜର ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇ ପାରନ୍ତି । ପାରିବାରିକ ଜୀବନ ସୁଖମୟ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିରଜା ।

ବିଛା: ଚତୁର୍ଥ ଚନ୍ଦ୍ର ଯୋଗୁ ସାଧାରଣ ଘଟଣାରେ ଝଗଡ଼ା ଲାଗିବାର ଆଶଙ୍କା ରହିଛି । ଭୁଲ୍‌ ବୁଝାମଣାରୁ ପରିବାରରେ ଅଶାନ୍ତିର ବାତାବରଣ ସୃଷ୍ଟି ହୋଇପାରେ । ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି । ଘରୋଇ କର୍ମଚାରୀଙ୍କ କର୍ମକ୍ଷେତ୍ରରେ ମତାନ୍ତର ସୃଷ୍ଟି ହେବ । ସମାଜରେ ଆପଣଙ୍କର ମାନ ସମ୍ମାନ ବଢ଼ିବ । ନୂଆ ଘର ନିର୍ମାଣ ପାଇଁ ଯୋଜନା କରିବେ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ବଢ଼ିଆ ହେବ । ବାହନ ସାବଧାନତାର ସହ ଚଳାନ୍ତୁ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ଧନୁ: ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାର ସୁଯୋଗ ପାଇବେ । ପ୍ରତିଷ୍ଠିତ ଲୋକଙ୍କ ସହିତ ସମ୍ପର୍କ ହେବ । ଆକସ୍ମିକ ସମସ୍ୟା କାରଣରୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବାର ସମ୍ଭାବନା ରହଛି । ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ସାଙ୍ଗକୁ ଆର୍ଥିକ ସ୍ଥିତିରେ ଉନ୍ନତି ମନକୁ ଖୁସି କରାଇବ । ଚାକିରିଜୀବୀଙ୍କ ଲାଗି ଭଲ ସୁଯୋଗ ଆସିବ । ବ୍ୟବସାୟ, ପରିବହନ, ଛୋଟ ଦୋକାନ, ହୋଟେଲ ପ୍ରଭୃତିରୁ ଆଶାଜନକ ସୁଫଳ ମିଳିବ । ସନ୍ଧ୍ୟାରେ ପରିବାର ସହିତ ହସଖୁସିର ସମୟ କଟିବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ଗାୟତ୍ରୀ ।

ମକର: ଦିନଟି ଆପଣଙ୍କ ଖୁବ୍‌ ଭଲ ରହିବ । କର୍ମକ୍ଷେତ୍ରରେ ବୀରଙ୍କ ଭଳି ସଂଘର୍ଷ କରିବେ । ଆପଣଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶଂସା କରିବେ । ବ୍ୟବସାୟରେ ପ୍ରଚୁର ଲାଭ ମିଳିବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ପରିବାରରେ ଭୁଲ୍‌ ବୁଝାମଣା ନେଇ ଅଶାନ୍ତି କିମ୍ବା କର୍ମକ୍ଷେତ୍ରରେ ବନ୍ଧୁ କିମ୍ବା ସହକର୍ମୀମାନଙ୍କ ସହ ତିକ୍ତତା ଦେଖାଦେଇପାରେ । ପରୋପକାର ମନୋଭାବରୁ ପଡ଼ୋଶୀମାନେ ପ୍ରଶଂସା କରିପାରନ୍ତି । ପରିବାରରେ ହସଖୁସିର ବାତାବରଣ ରହିବ । ପ୍ରେମ ପ୍ରସଙ୍ଗ ପାଇଁ ଦିନଟି ଅନୁକୂଳ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଲିଙ୍ଗରାଜ ।

କୁମ୍ଭ: ମନରେ ଧାର୍ମିକ ଭାବନା ଉଦୟ ହେବ । ବିନା ସ୍ଵାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ । ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ । ସମ୍ମାନିତ ଲୋକଙ୍କ ସହିତ ମିଶିବେ । ସାମାଜିକ କାର୍ଯ୍ୟରେ ଅଧିକ ସମୟ ଦେବେ । କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ । ଘରକୁ ଆଗନ୍ତୁକଙ୍କ ସେବା ଓ ପରୋପକାରରୁ ପ୍ରଶଂସିତ ହେବେ । ସାମୟିକ ସ୍ଵାସ୍ଥ୍ୟହାନି କାମକୁ ପ୍ରତିରୋଧ କରିବାର ଆଶଙ୍କା ଦେଖାଦେଇପାରେ । ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯାଇପାରନ୍ତି । ଶୁଭରଙ୍ଗ: ନୀଳ । ଆରାଧନା: ହର ପାର୍ବତୀ ।

ମୀନ: ଆପଣଙ୍କ ପାଖଆଖରେ ସୁଖଦ ଓ ମଧୁର ବାତାବରଣ ରହିବ । ଘରେ ପୁଣ୍ୟ କାର୍ଯ୍ୟ କରିପାରନ୍ତି । କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ । ଆର୍ଥିକ ସ୍ଵଚ୍ଛଳତା ଆସିବ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ । ଭୂସମ୍ପତ୍ତି କିଣିବା ଯୋଗ ରହିଛି । ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ । ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତପ୍ତ ହେବେ । ଯୁବକ ଯୁବତୀମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।