16 ଜୁନ 2019 ରବିବାର – ଜ୍ୟେଷ୍ଟ ପୂର୍ଣ୍ଣିମା ଓ ରବିବାର ହେବାକୁ ଯାଉଛି ମହାସଂଯୋଗ ୮ଟି ରାଶିର ବ୍ୟକ୍ତିଙ୍କ ମନୋବାଞ୍ଛା ପୂର୍ଣ୍ଣ ହେବ…

Spread the love

16 ଜୁନ 2019 ରବିବାର – ଜ୍ୟେଷ୍ଟ ପୂର୍ଣ୍ଣିମା ଓ ରବିବାର ହେବାକୁ ଯାଉଛି ମହାସଂଯୋଗ ୮ଟି ରାଶିର ବ୍ୟକ୍ତିଙ୍କ ମନୋବାଞ୍ଛା ପୂର୍ଣ୍ଣ ହେବ…

ପ୍ରତ୍ୟେକ ମନୁଷ୍ୟ ପାଇଁ ରାଶିଫଳର ମହତ୍ୱ ରହିଛି ଆଜି ଆମେ ଆପଣଙ୍କୁ 19 ମଇ 2019 ରବିବାର ଦିନର ରାଶିଫଳ ବିସ୍ତୃତ ଭାବରେ କହିବା ପାଇଁ ଯାଉଛୁ । ରାଶିଫଳ ଅନୁସାରେ ବ୍ୟକ୍ତିର ସ୍ଵଭାଵ ଓ ଭବିଷ୍ୟତ ବିଷୟରେ ଜାଣିବାକୁ ମିଳିଥାଏ । କାରଣ ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଜୀବନରେ କଣ କଣ ପରିବର୍ତ୍ତନ ଘଟିବ ଜାଣିବା ।

ମେଷ : ମାନସିକ ଦୃଷ୍ଟିରୁ ଆପଣ ଅଶାନ୍ତି ମୁକ୍ତ ରହିବେ । ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିବା ସକାଶେ ମନ ବଳାଇପାରନ୍ତି । ଭ୍ରମଣ ସୁଯୋଗ ଜୁଟିବ । ଯିବାକୁ ଥିବା ଯାତ୍ରା ଆପଣଙ୍କ ପାଇଁ ଲାଭପ୍ରଦ ହେବ । ଅଫିସରେ ଆପଣଙ୍କ ପରାମର୍ଶକୁ ସମସ୍ତେ ସମ୍ମାନ ଦେବେ । ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଉଚିତ ନୁହେଁ । ଆଲୋଚନା ପରିସରରେ ଅପ୍ରିୟ ସତ୍ୟ ପ୍ରକାଶ କରିବା କାରଣରୁ ସହକର୍ମୀ କିମ୍ବା ଆତ୍ମୀୟମାନେ ଶତ୍ରୁ ହୋଇପାରନ୍ତି । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ । ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ଅନ୍ୟମନସ୍କ ରହିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

ବୃଷ : ଆଜି ଆପଣ କୌଣସି ନୂଆ କାର୍ଯ୍ୟ କରିବେ । ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । କୌଣସି ଲକ୍ଷ୍ୟକୁ ପୂରଣ କରିବା ପାଇଁ ଇଚ୍ଛୁକ ରହିବେ । କୌଣସି ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ସାକ୍ଷାତ ଆଲୋଚନା ହେବ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟରେ ଆଶାତୀତ ଫଳ ପ୍ରାପ୍ତି ହେବ । ଦାମ୍ପତ୍ୟ ଜୀବନରେ ତାଳମେଳ ବଜାୟ ରଖନ୍ତୁ । ଶୁଭରଙ୍ଗ: ନୀଳ । ଆରାଧନା: ମହାଲକ୍ଷ୍ମୀ ।

ମିଥୁନ : ଆଜି ଆପଣଙ୍କ ମନ ଶାନ୍ତ ରହିବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ନିଃସ୍ବାର୍ଥ ଭାବରେ ସମାଜ ସେବାରେ ନିଜକୁ ସାମିଲ କରିବେ । ଅଫିସରେ କୌଣସି କାମକୁ ନେଇ ଚିନ୍ତିତ ରହିପାରନ୍ତି । ବ୍ୟବସାୟରେ ଅସୁବିଧା ଦୂର ହେବ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଯୁବକଙ୍କୁ ବଢ଼ିଆ ଚାକିରି ମିଳିବାର ସମ୍ଭାବନା । ଘରର ବାତାବରଣରେ ସୁଖ-ଶାନ୍ତି ରହିବ । ପ୍ରେମରେ ସଫଳତା ମିଳିବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ବିଦ୍ୟାର୍ଥୀମାନେ କ୍ୟାରିୟର ସମ୍ବନ୍ଧିତ ବିଷୟ ଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ । ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଗାୟତ୍ରୀ ।

କର୍କଟ : ପ୍ରଶାସନିକ ସ୍ତରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଆଶା କରୁଥିବା କାର୍ଯ୍ୟ ସ୍ଥଗିତ ରହିବ । ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ । ମହିଳାମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ଓ ସ୍ୱାସ୍ଥ୍ୟ ଅନୁକୂଳ ରହିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ । ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳୀଜାଈ ।

ସିଂହ : ପରିସ୍ଥିତ ଓ ପରିଣାମକୁ ଆଖି ଆଗରେ ରଖି କାମ କରିଚାଲିଲେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିବ । କିଛି ଲୋକଙ୍କ ସହଯୋଗରେ କାମ ପୂରା ହେବ । ମିତ୍ରମାନଙ୍କ ସହିତ ବୁଲିବା, ଖାଇବା ପିଇବା ଏବଂ ମନୋରଞ୍ଜନରେ ଦିନ ବିତିବ । ଭାଗିଦାରୀ ସହିତ ସମ୍ବନ୍ଧ ଭଲ ରହିବ କିନ୍ତୁ ପରୋକ୍ଷ ପରୀକ୍ଷା ଓ ଅନୁସନ୍ଧାନ ନ କରି କୌଣସି ସିଦ୍ଧାନ୍ତରେ ଉପନୀତ ହେବା ଠିକ୍‌ ହେବ ନାହିଁ । ପ୍ରତିବନ୍ଧକ ଲାଗି ରହିବା କାରଣରୁ ଯୋଜନାଗୁଡିକ ଠିକ୍‌ ଭାବେ କାର୍ଯ୍ୟକାରୀ ହେବ ନାହିଁ । ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ । ବୈବାହିକ ଜୀବନରେ ମଧୁରତା ଆସିବ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : ବିଶେଷ କାର୍ଯ୍ୟ ପୂରା କରିବାରେ ଟିକେ ବିଳମ୍ବ ହୋଇପାରେ । କର୍ମକ୍ଷେତ୍ରରେ ନିଜ ବନ୍ଧୁମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଅଫିସରେ ଗୁରୁତ୍ବ ପୂର୍ଣ୍ଣ ଫଇସଲା ନେଇ ପାରନ୍ତି । ବିଭିନ୍ନ ଯୋଜନା, ସାଙ୍ଗଠନିକ କାର୍ଯ୍ୟ କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଭୁଲ୍‌ ବୁଝାମଣା କାରଣରୁ ପରିବାର ଭିତରେ ସମ୍ପର୍କ ହାନି ଫଳରେ ଚିନ୍ତ ପ୍ରକଟ କରି ପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ସଂଯମର ଅଭାବ ଓ ଯାତ୍ରାରେ ଧନହାନି ଦୁଶ୍ଚିନ୍ତାର କାରଣ ହୋଇପାରେ । ମହିଳାମାନେ ବ୍ୟବସାୟରେ ପ୍ରଚୁର ଲାଭ କରିବେ ଓ ରାଜନୀତିରେ କୃତକାର୍ଯ୍ୟ ହେବେ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ସମଲେଶ୍ୱରୀ ।

ତୁଳା : ଦେବୀମାତାଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରନ୍ତୁ, ସମ୍ଭାବ୍ୟ ସଙ୍କଟ ଦୂର ହେବ । ସମସ୍ୟା ଲାଗି ରହିବା ଯୋଗୁ ଅଟକି ରହିଥିବା କାମର ଚିନ୍ତା ଆଜି ମନକୁ ଆନ୍ଦୋଳିତ କରିପାରେ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମନ ଭଲ ରହିବ । ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ବେଶ୍‌ ଭଲରେ ଚାଲିବ । ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ । ଆକସ୍ମିକ ଦୁର୍ଘଟଣା ହେବାର ସମାଧାନ ରହିଛି, ସାବଧାନତା ଅବଲମ୍ବନ କରନ୍ତୁ । ପରୋକ୍ଷ ଶତ୍ରୁତା, ଶାରୀରିକ ଅସୁସ୍ଥତା, ପୁରାତନ ରୋଗର ପୀଡ଼ା ଓ ପାରିବାରିକ ମତାନ୍ତରଜନିତ ସାମୟିକ ଚିନ୍ତିତ ରହିବେ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ମହିଳା ମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଦୁର୍ଗା ।

ବିଛା : ସରକାରୀ କାମରେ ସଫଳତା ପାଇବେ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ସାମାଜିକ ପତିଆରା ଅମଳିନ ରହିବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣ ହେବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ଧନୁ : ବିଶେଷ କାର୍ଯ୍ୟ ପୂରା କରିବାରେ ବିଳମ୍ବ ହୋଇପାରେ । ଆର୍ଥିକ ଦିଗରୁ ଦିନଟି ବହୁତ ଭଲ । ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ । କର୍ମକ୍ଷେତ୍ରରେ ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରନ୍ତୁ କିଛି ସମୟ ପରେ ସଫଳତା ମିଳିବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଅଫିସରେ ଗୁରୁତ୍ବ ପୂର୍ଣ୍ଣ ଫଇସଲା ନେଇ ପାରନ୍ତି । ରାଜନୀତିରେ ପ୍ରଶଂସିତ ହେବେ । ସଂନ୍ଧ୍ୟା ସମୟରେ ସାଧାରଣ କଥାରେ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ମହିଳାଙ୍କ ପାରିବାରିକ ସମସ୍ୟା ଚିନ୍ତାର କାରଣ ହେବ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ସମଲେଶ୍ୱରୀ ।

ମକର : ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାରେ ପ୍ରସ୍ତୁତ କରିବେ । ଆଇନ, ସଭାସମିତି ଓ ପ୍ରଶାସନିକ କ୍ଷେତ୍ରରେ କ୍ରମଶଃ ସ୍ଥିରତା ଫେରିପାଇବେ । ଆପଣଙ୍କ ଚିନ୍ତା ଓ ଯୋଜନାନୁଯାୟୀ ପ୍ରତ୍ୟେକ କାମ ମଧ୍ୟ ଠିକ୍‌ ସମୟରେ ସମ୍ପନ୍ନ କରିବାରେ ଅସୁବିଧା ହେବ ନାହିଁ । ବ୍ୟବସାୟିକ ଏବଂ ବ୍ୟାପାରିକ କ୍ଷେତ୍ରରେ ଉଦ୍ୟମ କରିବା ପାଇଁ ଏକ ଅନୁକୂଳ ସମୟ ଅଟେ । ବ୍ୟବସାୟରେ ଅଂଶୀଦାରଙ୍କ ସହ ଆଲୋଚନା ହେବା ସହିତ ଜରୁରୀ । ବିଦେଶରେ ଥିବା ସମ୍ପର୍କୀୟ ଠାରୁ ଶୁଭ ଖବର ପାଇପାରନ୍ତି । ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ । ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ । ଆପଣ ପ୍ରେମ ସମ୍ବନ୍ଧ ମାମଲାରେ ଭାଗ୍ୟ ଶାଳୀ ରହିବେ । ମହିଳା ମାନେ ପାରିବାରିକ ସମସ୍ୟାକୁ ସୁଧାରି ନେବା ସକାଶେ ଚେଷ୍ଟା କରିପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ହଳଦିଆ ।

କୁମ୍ଭ : ପରିବାରରେ ମାନ ମନାନ୍ତର ଦୂର ହେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ସନ୍ତାନଙ୍କ ବ୍ୟବହାର ପାଇଁ ମନରେ ଶାନ୍ତି ସନ୍ତୋଷ ଦେଖାଦେବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ । ମାନସିକ ଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ଦାମ୍ପତ୍ୟ କଳହର ଅବସାନ ଘଟିବ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

ମୀନ : ବନ୍ଧୁ ଓ ଜୀବନସାଥୀ ଉଭୟଙ୍କ ସହଯୋଗ ପାଇବେ । କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ । ବିଭିନ୍ନ ପ୍ରକାର ପରିସ୍ଥିତିର ମୁକାବିଲା କରିବା‌ରେ ସକ୍ଷମ ହେବେ । ପାରସ୍ପରିକ ଉତ୍ତମ ବୁଝାମଣା ହେତୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ । ଅନ୍ତରଙ୍ଗ ବନ୍ଧୁଙ୍କ ଅଶାନ୍ତ ମନ ଦେଖି ନିଜେ ଚିନ୍ତିତ ହୋଇପାରନ୍ତି । ଜୀବନସାଥୀଙ୍କ ଠାରୁ କିଛି ଉପହାର ମିଳିପାରେ । ମହିଳାମାନେ ବ୍ରତ, ଉପାସନାରେ ବ୍ରତୀ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।