16 ଅକ୍ଟୋବର 2019, ବୁଧବାର : – ଏହି ସାତୋଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କୁ ମିଳିବ ମନୋବାଞ୍ଛିତ ଫଳ ପ୍ରାପ୍ତି ହେବ । ସର୍ବ କାର୍ଯ୍ୟରେ

Spread the love

16 ଅକ୍ଟୋବର 2019, ବୁଧବାର : – ଏହି ସାତୋଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କୁ ମିଳିବ ମନୋବାଞ୍ଛିତ ଫଳ ପ୍ରାପ୍ତି ହେବ । ସର୍ବ କାର୍ଯ୍ୟରେ ସିଦ୍ଧ ଲାଭ କରିବେ ।

ଭାଗ୍ୟରେ ଗ୍ରହର ନିରନ୍ତନ ପରିବର୍ତ୍ତନ ହୋଇଥାଏ, ଏହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ହୋଇଥାଏ । ଗ୍ରହର ପରିବର୍ତ୍ତନ ଫଳରେ ରାଶି ଗୁଡିକ ଉପରେ ମଧ୍ୟ କିଛି ନା କିଛି ପ୍ରଭାବ ପଡିଥାଏ । ଯେତେବେଳେ ଗ୍ରହ ଗୁଡିକର ସ୍ଥାନ ପରିବର୍ତ୍ତନ ହୋଇଥାଏ ରାଶି ଗୁଡିକ ଉପରେ ମଧ୍ୟ ଏହାର ଶୁଭଫଳ ପଡିଥାଏ । ଜୋତିଷଙ୍କ ଅନୁସାରେ ରାଶି ଗୁଡିକର ମହତ୍ତ୍ୱ ବ୍ୟକ୍ତିଙ୍କ ଜୀବନ ଉପରେ ପ୍ରଭାବ ପକାଇଥାଏ । ରାଶିର ଆଧାରରେ ବ୍ୟକ୍ତିର ଭବିଷ୍ୟତ ବିଷୟରେ କୁହାଯାଇପାରେ । ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : ସମ୍ପତ୍ତିଗତ କାର୍ଯ୍ୟରେ ବଡ଼ ଲାଭ ହୋଇପାରେ । ସମ୍ପତ୍ତିର ନେଣଦେଣରେ ଲାଭ ହେବ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇପାରେ । ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନପ୍ରିୟ ହେବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ଅଟକି ରହିଯାଇ ଥିବା କାର୍ଯ୍ୟ ସମ୍ପନ୍ନ ହେବ । ଶିଳ୍ପ, ବାଣିଜ୍ୟ, ଯାତ୍ରା, ରାଜନୀତି, ପ୍ରଶାସନକ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବେ । ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ଯାହାଫଳରେ ଆପଣଙ୍କ ମନ ପ୍ରସନ୍ନ ରହିବ । ପ୍ରତିକାର– ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ । ମହିଳାମାନଙ୍କର ଆଶା ପୂରଣ ହେବ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ କାଳୀଜାଈ ।

ବୃଷ : ଦିନଟି ସୁଖଦାୟକ ରହିବ କିନ୍ତୁ ନିଜ ବାଣୀ ଉପରେ ଧ୍ୟାନ ଦିଅନ୍ତୁ । ରାଜକୀୟ ମାମଲାରେ ସଫଳତା ମିଳିବ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ଆପଣ କିଛି ନୂଆ ଯୋଜନା ପ୍ରସ୍ତୁତ କରିବେ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ଶାରିରୀକ ଅସୁସ୍ଥତା ଦୂର ହେବ ଓ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ଦୂରଯାତ୍ରା କରି ମନ ଖୁସି ରହିବ । ମାଲିମୋକଦ୍ଦମାରେ ବିଜୟୀ ହେବେ । ଜୀବନସାଥୀଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ । ସ୍ଥାବର ସଂପତ୍ତିର କାଗଜପତ୍ର କରିବା ସମୟରେ ବିଶେଷ ଧ୍ୟାନ ରଖିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମଙ୍ଗଳା ।

ମିଥୁନ : ଦିନଟି ଉତ୍କର୍ଷପୂର୍ଣ୍ଣ ରହିବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ । ପୁଞ୍ଜି ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ଯୋଗୁଁ ମନ ବହୁତ ଖୁସି ରହିବ । କୌଣସି କମ୍ପନୀରେ ଚାକିରିରେ ଡାକରା ଆସିବ । ରାଜନୀତି କ୍ଷେତ୍ରରେ ସମ୍ମାନ ମିଳିବ । ସାମାଜିକ କାର୍ଯ୍ୟରେ ନିୟୋଜିତ ରହିବେ । ମହିଳାମାନେ ନିଜ ସନ୍ତାନଙ୍କ ପାଇଁ ଚିନ୍ତାଟା ରହିବେ । ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ସମଲେଶ୍ୱରୀ ।

କର୍କଟ : ଅତୀତର ସମସ୍ତ କାର୍ଯ୍ୟ ସଫଳତା ପୂର୍ବକ ସମ୍ପାଦନା କରିବେ । ମାତାଙ୍କର ସ୍ଵାସ୍ଥ୍ୟକୁ ନେଇ ମନରେ ଚିନ୍ତା ସୃଷ୍ଟି ହୋଇପାରେ । ବ୍ୟବସାୟ ବାଣିଜ୍ୟରେ ଆର୍ଥିକ ସ୍ଥିତିରେ ମଜବୁତ ରହିବ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ମାନସିକ ଶାନ୍ତି ପାଇଁ ପରିବାର ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିପାରନ୍ତି । ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ସାର୍ବଜନିକ ଜୀବନରେ ଅପଯଶ କିମ୍ବା ଅପକୀର୍ତ୍ତି ଆପଣଙ୍କ ମାନ-ପ୍ରତିଷ୍ଠାକୁ ହାନି ପହଁଚାଇପାରେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ଶ୍ରୀ ଗଣେଶ ।

ସିଂହ : ଆଧ୍ୟାତ୍ମିକ ଦିଗରେ ମନ ଲାଗି ରହିବ । ପରିବାର ଲୋକଙ୍କ ସାଙ୍ଗରେ କେଉଁଠି ବୁଲିବାକୁ ଗଲେ ଆପଣଙ୍କ ସମ୍ପର୍କ ଆହୁରି ଘନିଷ୍ଠ ହେବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ଆଜି ସ୍ଵଭାବରେ ଉଗ୍ରତା ଏବଂ କ୍ରୋଧ ରହୁଥିବା କାରଣରୁ ଆପଣଙ୍କ କାମ କରିବାରେ ମନ ଲାଗିବ ନାହିଁ । ଚାକିରି କ୍ଷେତ୍ରରେ ଅବରୋଧ ଆସିବାରୁ ନିର୍ଦ୍ଧାରିତ କାର୍ଯ୍ୟ ସମ୍ପୂର୍ଣ୍ଣ କରି ପାରିବେ ନାହିଁ । ବାଦ-ବିବାଦରେ କୌଣସି ଅସନ୍ତୋଷର ବାତାବରଣ ହୋଇପାରେ । ସ୍ଵାସ୍ଥ୍ୟର ଧ୍ୟାନ ରଖିବାକୁ ପଡ଼ିବ । ପରିବାରର ସ୍ନେହ ଓ ଜୀବନସାଥୀଙ୍କ ସୁଖ ପାଇବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ଚର୍ଚିକା ।

କନ୍ୟା : ଇଷ୍ଟଦେବୀଙ୍କ କୃପାରୁ ଦିନଟି ଆପଣଙ୍କ ପାଇଁ ସୁଖସମ୍ଭାର ନେଇ ଆସିବା । ଆଜି ନିଜ ବନ୍ଧୁପରିଜନ ଠାରୁ ଉପହାର ମିଳିପାରେ । ପ୍ରତିଟି କାର୍ଯ୍ୟରେ ସକାରତ୍ମକ ଫଳ ପାଇବେ । ବ୍ୟବସାୟରେ ଉନ୍ନତି ଯୋଗୁଁ ମାନସିକ ଶାନ୍ତି ମିଳିପାରେ । କାର୍ଯ୍ୟକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ଦ୍ୱାରା ନିଜ କାମ ସଫଳ ହେବ । ନୂତନ କର୍ମ ନିଯୁକ୍ତି ପାଇବେ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ବଢ଼ିବ । ପରିବାରରେ ସୁଖ-ଆନନ୍ଦରେ ସମୟ ବିତିବା ସହ ଉତ୍ତମ ଭୋଜନ ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ତୁଳା : ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ । ଗୃହ, ଜମି ଓ ପାରିବାରିକ ସମସ୍ୟାର ସମାଧାନ ହେବ । ବ୍ୟବସାୟ ଓ କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବ । କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରିବା ନିହାତି ଆବଶ୍ୟକ । ନୂତନ ଦିଗ୍-ଦର୍ଶନ ପାଇଁ ଚିନ୍ତିତ ରହିବେ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ । ଅବହେଳିତ ଲୋକଙ୍କ ସହ ମିଳାମିଶା କରି ହଇରାଣ ହେବେ । ବ୍ୟବସାୟରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଅଫିସରେ ଦିନଟି ପ୍ରସନ୍ନତାଭରା ରହିବ । ଶୁଭରଙ୍ଗ: କଫି ରଙ୍ଗ । ଆରଧନା: ସନ୍ତୋଷୀ ମାତା ।

ବିଛା : କାରବାରରେ ପରିବର୍ତ୍ତନ ଆଣିବା ଲାଗି ଚେଷ୍ଟା କରିବେ । ଶିକ୍ଷା କିମ୍ବା ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ । ଆର୍ଥିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣ କରିବେ । ବ୍ୟବସାୟିକ ଗତିବିଧି ଠିକ୍ ରହିଲେ ମଧ୍ୟ ପତ୍ନୀଙ୍କ ସହ ମତାନ୍ତର ଦେଖାଦେବ । ଅନାବଶ୍ୟକ ଧାଁଦୌଡ଼, ପାରିବାରିକ ଚିନ୍ତା, ପିତାଙ୍କ ସହ ମତାନ୍ତର, ବରିଷ୍ଠ ବ୍ୟକ୍ତି କିମ୍ବା ପଦାଧିକାରୀଙ୍କ ରୋଷରପାତ୍ର ହେବେ । ନିକଟସ୍ଥ ସ୍ଥାନମାନ ଭ୍ରମଣ କରି ମନକୁ ସମ୍ୟକ ଶାନ୍ତ କରିପାରିବେ । ଶୁଭରଙ୍ଗ: ଧଳା। ଆରାଧନା: ମାଆ ଚର୍ଚ୍ଚିକା ।

ଧନୁ : ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତହେବ । ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ । ଅନେକ ଗୁଡ଼ିଏ କାର୍ଯ୍ୟ ବ୍ୟସ୍ତତା ଭିତରେ ରହି ନିଜର ମାନସିକ-ଭାରସାମ୍ୟ ହରାଇବେ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଆତ୍ମୀୟ ଶତ୍ରୁତା ସହ ବ୍ୟତିବ୍ୟସ୍ତ ରହିବେ । ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ । ଦୀର୍ଘ ପଥଭ୍ରମଣ ଯୋଗୁ କ୍ଳାନ୍ତି ଓ ଅବସାଦ ଦେଖାଦେବ । କର୍ମକ୍ଷେତ୍ରରେ ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ । କୋର୍ଟ କଚେରି ମାମଲାର ଶୁଣାଣି ଥିବାରୁ ବ୍ୟସ୍ତତା ବଢ଼ିଯିବ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଗୌରୀ ।

ମକର : ପ୍ରଭୁଙ୍କ ସ୍ମରଣରେ ନୂଆ ସକାରାତ୍ମକ ଊର୍ଜା ଅନୁଭବ କରିବେ । ଅଫିସରେ ଆପଣଙ୍କ କାମକୁ ଠିକ୍‌ ଦିଶା ଦେବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ମହିଳାମାନେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ହସଖୁସିରେ ଚଳିବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ । ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ଦୀର୍ଘ ଦିନର ଚିନ୍ତା ଦୂର ହେବ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ ବାଙ୍କେଶ୍ଵରୀ ।

କୁମ୍ଭ : ପ୍ରିୟବନ୍ଧୁଙ୍କ ସହିତ ଭ୍ରମଣ ସୁଖଦ ଓ ଆନନ୍ଦଦାୟକ ହେବ । କ୍ୟାରିୟର ଗଢ଼ିବା ପାଇଁ ନୂଆ ସୁଯୋଗ ମିଳିବ । ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ପାଇବେ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ମହିଳା ମାନଙ୍କର ଚାକିରି କ୍ଷେତ୍ରରେ ଉନ୍ନତି, ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ରାଜନୀତିରେ ମହତ୍ତ୍ଵାକାଂକ୍ଷା ପୂରା ହେବ । ବେକାର ଥିବା ଯୁବକ ଯୁବତୀଙ୍କୁ ନୂଆ ଚାକିରିର ପ୍ରସ୍ତାବ ମିଳିପାରେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମହାଦେବ ।

ମୀନ : ଆପଣଙ୍କର ମନୋଭାବ କୌତୁକିଆ ରହିବ । ବନ୍ଧୁଙ୍କ ସହିତ ସମୟ କଟିବ । ଦୀର୍ଘ ଦିନର କୌଣସି ଆଶା ପୂରା ହେବ । ବ୍ୟବସାୟୀମାନେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ । କ୍ଷୟକ୍ଷତି ଘଟିବାର ଆଶଙ୍କା ନାହିଁ । ମାଲି ମୋକଦ୍ଦମାରେ ଅନାଗ୍ରହ ସୃଷ୍ଟି ହେବ । ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ଲାଭ କରିବେ । ବିଦେଶଯାତ୍ରାରେ ଯଶଲାଭ, ପରିବାରରେ ମାନ ମନାନ୍ତର ଦୂର ହେବ । ଶୁଭ ସମ୍ବାଦପାଇ ଖୁସିହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ସୂର୍ଯ୍ୟଦେବ ।