16 ସେପ୍ଟେମ୍ବର 2019, ସୋମବାର – ଈଶ୍ଵରଙ୍କ କୃପାରୁ ଏହି ୫ଟି ରାଶିର ବ୍ୟକ୍ତି ସର୍ବ କାର୍ଯ୍ୟ ସିଦ୍ଧ ହେବ, ବ୍ୟବସାୟରେ

Spread the love

16 ସେପ୍ଟେମ୍ବର 2019, ସୋମବାର – ଈଶ୍ଵରଙ୍କ କୃପାରୁ ଏହି ୫ଟି ରାଶିର ବ୍ୟକ୍ତି ସର୍ବ କାର୍ଯ୍ୟ ସିଦ୍ଧ ହେବ, ବ୍ୟବସାୟରେ ଆର୍ଥିକ ସ୍ଵଚ୍ଛଳତା ଭଲ ରହିବ ।

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ଭୂମିକା ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଦିନଟି ସମ୍ୟକ ଖଟାମିଠା ରହିବ, ମନ ପ୍ରଫୁଲ୍ଲ ରହିବା ନାହିଁ । କେତୁ ନକ୍ଷତ୍ରସ୍ଥ ବୁଧ ବନ୍ଧୁରେ କଳହ ସାଙ୍ଗକୁ ଧନହାନି ଘଟାଇ ପାରନ୍ତି । ଚାକିରିରେ ନିଷ୍ଠାର ସହିତ କାମ କଲେ ଭଲ ପରିଣାମ ମିଳିବ । ନୂତନ ଯୋଜନାମ୍ଭରେ ପ୍ରାଥମିକ ସ୍ତରରେ ବିଭିନ୍ନ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି । ଯୌଥ ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ । ଯାତ୍ରା, ରାଜନୀତି, ପ୍ରଶାସନକ୍ଷେତ୍ରରେ ସମସ୍ୟାର ସମାଧାନ ହୋଇପାରେ । ପରିବାର ସଦସ୍ୟଙ୍କ ସହିତ ଭ୍ରମଣ ଓ କାର୍ଯ୍ୟସିଦ୍ଧି ଯୋଗୁ ମନ ପ୍ରଫୁଲ୍ଲ ରହିବ । ମହିଳାମାନେ ଦର୍ଶନୀୟ ସ୍ଥାନକୁ ଭ୍ରମଣରେ ଯାଇପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳୀଜାଈ ।

ବୃଷ: ଦିନଟି ଆପଣଙ୍କ ଲାଗି ଖୁବ୍‌ ଭଲ । ଶୁକ୍ର କର୍ମାଧିପତିଙ୍କ ନକ୍ଷତ୍ରସ୍ଥ ଯୋଗୁ ଆଜି ଯେଉଁ କାମଟିକୁ ଆରମ୍ଭ କରିବେ ତାହା ଅତି ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ । କର୍ମକ୍ଷେତ୍ର ଏପରିକି ସାମାଜିକ ତଥା ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ଯାତ୍ରାରେ ଯାଇପାରନ୍ତି । ଅଧିକାରୀ ବର୍ଗଙ୍କ ସହିତ ମିଳାମିଶା ବଢ଼ିବ । ପୁରୁଣା ସଉଦାରୁ ଲାଭ ହେବ । ଘରେ ଅସାବଧାନତା ଯୋଗୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ । ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ । ପ୍ରେମ ସମ୍ବନ୍ଧରେ ଗଭୀରତା ବୃଦ୍ଧି ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସମଲେଶ୍ଵରୀ ।

ମିଥୁନ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । ମହତ୍ଵପୂର୍ଣ୍ଣ କଥା ଉପରେ ଲୋକମାନଙ୍କ ସହିତ ଆଲୋଚନା କରିବାର ସୁଯୋଗ ମିଳିବ । ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ । ବୁଧ ବ୍ୟୟ ଭାବରେ ରହିଥିବାରୁ ପରିସ୍ଥିତିରେ ପଡି ହଠାତ୍‌ ବହୁତ୍‌ ଗୁଡିଏ ଟଙ୍କା ଖର୍ଚ୍ଚ କରି ଦୁଃଖିତ ହେବେ । ଈର୍ଷା ପରାୟଣ ବ୍ୟକ୍ତିମାନଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ । କର୍ମକ୍ଷେତ୍ରରେ ସହଯୋଗୀଙ୍କ ସହାୟତାରେ ମାନ ପ୍ରତିଷ୍ଠା ବୃଦ୍ଧି ହେବ । ସାମାଜିକ ସ୍ତରରେ ପ୍ରତିଯୋଗିତା କିମ୍ବା ବିବାଦୀୟ ଘଟଣାରେ ବିଜୟୀ ହେବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମହାଲକ୍ଷ୍ମୀ ।

କର୍କଟ:– ଦିନଟି ଆପଣଙ୍କ ଲାଗି ଖୁବ୍‌ ଭଲ ରହିବ । ଚନ୍ଦ୍ରର କେନ୍ଦ୍ରରେ ଓ ରାଶିର ନବମରେ ଶନି ଆପଣଙ୍କୁ ମାଙ୍ଗଳିକ କାର୍ଯ୍ୟରେ ନିଯୁକ୍ତ କରାଇବ । ଆଜିର ଯାତ୍ରା ଓ ସାନ୍ଧ୍ୟ ଭ୍ରମଣରେ ଅଭିଳଷିତ ଫଳ ପାଇବେ । ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି । ଅଶ୍ୱିନୀ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ପାରିବାରିକ ସ୍ତରରେ ସାମୟିକ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଦିନଟି ପ୍ରାୟତଃ ଭଲରେ ବିତିବ । ଶିକ୍ଷା କ୍ଷେତ୍ରରେ ସୁନାମ, ପିଲାମାନଙ୍କ ସଫଳତା, ନୂତନ ପ୍ରେମ ସମ୍ପର୍କ ସ୍ଥାପନ, ଉନ୍ନତ ମାନର ଆଲୋଚନା, ପାରିବାରିକ ସଦ୍ଭାବ ସବୁ ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ସିଂହ: ପୂରା ହେବକୁ ଯାଉଥିବା କୌଣସି କାର୍ଯ୍ୟରେ ବାଧା ଉପୁଜିବ । ମନ ଶାନ୍ତ ରଖନ୍ତୁ ଓ ଧୈର୍ଯ୍ୟଧରି ପରିସ୍ଥିତିର ମୁକାବିଲା କରନ୍ତୁ ସଫଳ ହେବେ । ଦେବଗୁରୁଙ୍କ ଶୁଭଦୃଷ୍ଟି ଚନ୍ଦ୍ରଙ୍କ ଉପରେ ନିପତିତ ହେଉଥିବାରୁ ସମସ୍ୟା ସମାଧାନ ହୋଇଯିବାର ମାର୍ଗ ଉନ୍ମୁକ୍ତ ହେବ । ଲାଭସ୍ଥାନରେ ଶୁକ୍ର ହେତୁ ବିଳାସ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ କରିପାରନ୍ତି । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଆର୍ଥିକ ସ୍ଥିତି ମଜଭୁତ ରହିବ । ସରକାରୀ ସ୍ତରରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇବେ । ପ୍ରେମ ସମ୍ବନ୍ଧରେ ମଧୁରତା ବଢ଼ିବ । ପରିବହନ କ୍ଷେତ୍ରରେ ଆଶାନୁରୂପ ସୁଫଳ ପାଇବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ବିରଜା ।

କନ୍ୟା: ଭଗବାନଙ୍କ ଉପରେ ଭରସା ରଖନ୍ତୁ, ସମସ୍ତ କାର୍ଯ୍ୟରେ ସିଦ୍ଧି ପାଇବେ । ସ୍ଵାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଉଦ୍‌ବେଗର କାରଣ ହେବ । ଆକସ୍ମିକ ଭାବରେ ମିତ୍ର ବନ୍ଧୁଙ୍କ ସହ ମନାନ୍ତର ଘଟିବାର ସମ୍ଭାବନା ରହିଛି । ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିିତା କ୍ରମଶଃ ବୃଦ୍ଧି ପାଇବ । ଜମିଜମା ସମ୍ପର୍କିତ ଚିନ୍ତା ବଢ଼ିପାରେ । ମୃଗଶିରା ନକ୍ଷତ୍ର ସକାଶେ ପରୋକ୍ଷ ଶତ୍ରୁତା କର୍ମକ୍ଷେତ୍ରକୁ ବ୍ୟସ୍ତବହୁଳ କରିପାରେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ । କର୍ମକ୍ଷେତ୍ରରେ ଗତକାଲି ଘଟି ଯାଇଥିବା ଘଟଣାର ମୋଡ ବଦଳି ଯାଇପାରେ । ମାତ୍ର କୌଣସି ପାରିବାରିକ ବ୍ୟତିକ୍ରମ କାରଣରୁ ଟେନସନ୍‌ କିିଛି ମାତ୍ରାରେ ଲାଗିରହିବ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ପ୍ରଭୁ ହନୁମାନ ।

ତୁଳା: ଧୈର୍ଯ୍ୟ ଧରି କାର୍ଯ୍ୟ କରନ୍ତୁ, ଉପକୃତ ନିଶ୍ଚୟ ମିଳିବ । ଅଷ୍ଟମସ୍ଥ ମଙ୍ଗଳ ଯୋଗୁ ଶ୍ରବଣା ମକରର ପାରିବାରିକ ଅସ୍ଥିରତା କାରଣରୁ ମାନସିକ ସ୍ଵାସ୍ଥ୍ୟ ବିଶେଷ ଭଲ ରହି ନ ପାରେ । ଏଣେ କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖାଦେଇଥିବା କାରଣରୁ ମନ ମଧ୍ୟ ବିଚଳିତ ରହିବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ଚାକିରିଜୀବୀ ମାନେ ଯେତେ ଭଲ କାର୍ଯ୍ୟ କରିଲେ ମଧ୍ୟ ଉପରିସ୍ଥ ଅଫିସର ସନ୍ତୁଷ୍ଟ ହେବେ ନାହିଁ । ବାଦବିବାଦ, ଯୁକ୍ତିତର୍କ ଠାରୁ ଦୂରେଇ ରହିବା ଭଲ । ପୁରୁଣା ବନ୍ଧୁଙ୍କୁ ଭେଟିବା ପାଇଁ ତାଙ୍କ ଘରକୁ ଯାଇପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ବିଛା: ଅନ୍ୟମନସ୍କ କିମ୍ବା ଅସାବଧାନତା କାରଣରୁ କିମ୍ବା ପକେଟମାର ଦ୍ୱାରା ଧନହାନିର ସମ୍ଭାବନା ରହିଛି । ଗତକାଲିଠାରୁ ଚିନ୍ତା କରିଥିବା କାମଗୁଡିକ ଆଜି ପରିସ୍ଥିତିବଶତଃ ବାସ୍ତବରେ ଓଲଟା ହେବାରୁ ଦୁଶ୍ଚିନ୍ତାଗ୍ରସ୍ତ ହୋଇପାରନ୍ତି । କଳା, ସାହିତ୍ୟ, ସାମ୍ବାଦିକତା ତଥା ଆଧ୍ୟାମତ୍ିକତା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ଆର୍ଥିକସ୍ଥିତି ପୂର୍ବ ଭଳି ରହିବ । ରାଜନୀତିରେ, କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବ । ପ୍ରେମରେ ସଫଳତା ପାଇବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ତାରିଣୀ ।

ଧନୁ: ଆପଣ ନିଜକୁ ଊର୍ଜାବାନ ଅନୁଭବ କରିବେ । ରାଜଯୋଗ କାରଣରୁ ଦୀର୍ଘଦିନରୁ ଆଶା କରିଥିବା ଦିଗରୁ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ । ଆନୁଷ୍ଠାନିକ ଅଥବା ପ୍ରଶାସନିକ ସ୍ତରରେ ଏପରି କି ଶିଳ୍ପ, ବାଣିଜ୍ୟରେ ମଧ୍ୟ ପ୍ରତିବନ୍ଧକକୁ ଦୂରେଇବାରେ ସମର୍ଥ ହେବେ । ବ୍ୟବସାୟରେ ପୁରୁଣା ବିବାଦ ସମାପ୍ତ ହୋଇଯିବ କିନ୍ତୁ ଆକସ୍ମିକ ସ୍ଥାନାନ୍ତର ସୂଚନା ମନକୁ ଭାରାକ୍ରାନ୍ତ କରିପାରେ । କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯାଇ ପାରନ୍ତି । ଗୁରୁଜନଙ୍କ ପରାମର୍ଶ କ୍ରମେ ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟା ସମାଧାନ ଘଟିବ । ପ୍ରେମ ପ୍ରସଙ୍ଗରେ ସଫଳତା ନିଶ୍ଚିତ ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

ମକର: ପୂଜାପାଠରେ ଅଧିକ ସମୟ ବିତିବ । କ୍ୟାରିଅରରେ ଉନ୍ନତି ଲାଗି ନୂଆ ପରାମର୍ଶ ମିଳିପାରେ । ବ୍ୟବସାୟରେ ଲାଭ ମିଳିବ, ଚାକିରୀ କ୍ଷେତ୍ରରେ ପ୍ରଭାବ ବଢିବ, ଧନ ପ୍ରାପ୍ତି ହେବ, ଘରେ ମାଙ୍ଗଳିକ କାର୍ଯ୍ୟ ହୋଇପାରେ । ଅଫିସରେ କୌଣସି ଗୁରୁତ୍ବପୂର୍ଣ୍ଣ ଫଇସଲା ନେବେ । ଅତୀତ ଘଟଣାବଳୀକୁ ବାରମ୍ବାର ମନେ ପକାଇ ଅନ୍ୟମନସ୍କ ହୋଇପାରନ୍ତି; ଯାହାଫଳରେ ବ୍ୟବସାୟ ବାଣିଜ୍ୟ ଧିମା ହୋଇପାରେ ଏବଂ କର୍ମକ୍ଷେତ୍ର ପ୍ରତି ଉଦାସୀନ ରହିଲେ ସମାଲୋଚିତ ହୋଇପାରନ୍ତି । ମାନସିକ ଦୁଶ୍ଚିନ୍ତାଜନିତ ପରିବାରରେ ସାଧାରଣ ଘଟଣାକୁ କେନ୍ଦ୍ରକରି ଅଶାନ୍ତି ଉପୁଜିପାରେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ବାବା କପିଳାସ ।

କୁମ୍ଭ: ନିଜ ଉପରେ ବିଶ୍ବାସ ରଖନ୍ତୁ ଏବଂ ନିଜ କର୍ତ୍ତବ୍ୟ ମୁତବକ କାର୍ଯ୍ୟ କରିଚାଳନ୍ତୁ । ଧନାଧିପ ବ୍ୟୟଭାବସ୍ଥ ହେତୁ ଅଭାବନୀୟ ପରିସ୍ଥିତି ସଙ୍ଗକୁ କେତେକ ଆକସ୍ମିକ ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡିପାରେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଅଫିସରେ କିମ୍ବା କାମରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ, ଫଳରେ କୈାଣସି କାମ ଉତ୍ସାହପ୍ରଦ ହେବ ନାହିଁ । ମଘା ନକ୍ଷତ୍ର ସକାଶେ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ମୀନ: ଦିନଟି ଆପଣଙ୍କ ଲାଗି ଲାଭଦାୟକ ରହିବ । ଏକାଦଶସ୍ଥ ଏକାଧିକଗ୍ରହଙ୍କ ସୁପ୍ରଭାବରେ ଆଜି ସବୁ କାମ ଗୁଡିକ ଶୃଙ୍ଖଳିତ ରହିବାରେ ନିଜ ସନ୍ତାନବର୍ଗ କିମ୍ବା ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ । ଫଳରେ ସହଜ ଓ ସୁବିଧାରେ କାମ କରିବା ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବେ । ପୈତୃକ ସମ୍ପତ୍ତି ପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ । ଅଫିସରେ ଆପଣଙ୍କର ସ୍ଥିତି ମଜଭୁତ ହେବ । ଚିତ୍ରା ନକ୍ଷତ୍ର ପାଇଁ କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ପ୍ରେମରେ ସଫଳତା ପାଇବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ତାରିଣୀ ।