17 ଅପ୍ରେଲ ୨୦୧୯, ବୁଧବାର :- ଏହି ୭ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଦୀର୍ଘ ଦିନରୁ ଅଟକିଥିବା କାର୍ଯ୍ୟ ପୂରଣ ହେବ ଏବଂ ନକରାତ୍ମକ ଚିନ୍ତାଧାରା ଦୂର ହେବ….

Spread the love

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ସକାରାତ୍ମକ ଭାବନା ଓ ଊର୍ଜାକୁ ପ୍ରୟୋଗ କରନ୍ତୁ । ବ୍ୟବସାୟରେ ମାଧ୍ୟମ ଫଳପ୍ରାପ୍ତି ହେବ । ସରକାରୀ ଚାକିରିଆଙ୍କର ଆର୍ଥିକ ପକ୍ଷ ମଜଭୁତ ହେବ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚ ମନ୍ୟତାର ଅଧିକାରୀ ହେବେ । ମହିଳା ବନ୍ଧୁଙ୍କ ମାଧ୍ୟମରେ ଆପଣଙ୍କ କାମ ପୂରା ହେବ । ଆଜି ଆପଣ ଘରୋଇ ସାମଗ୍ରୀ କିଣି ପାରନ୍ତି । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ଶୁଭରଙ୍ଗ: ଧୂସର । ଆରାଧନା: ବାବା ଲିଙ୍ଗରାଜ ।

ବୃଷ: ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ । ଗୁରୁ ଜଣଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବ୍ୟବସାୟରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ରାଜନୀତିରେ ଲାଭ ପାଇବାର ସୁଯୋଗ ମିଳିବ । ଅଫିସରେ ଦିନଟି ପ୍ରସନ୍ନତାଭରା ରହିବ । ଘରକୁ ଅତିଥି ଆସିବେ । ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗମିଳିବ । ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ଦୂରଯାତ୍ରାରେ ସଫଳତା ଓ ଲାଭପାଇବେ । ମହିଳାମାନଙ୍କର ପ୍ରାୟକାର୍ଯ୍ୟ ପୂରଣ ହେବା ଫଳରେ ଆୟ ଅପେକ୍ଷା କୃତ ବୃଦ୍ଧି ପାଇବ । ଶୁଭରଙ୍ଗ: କଫି ରଙ୍ଗ । ଆରଧନା: ସନ୍ତୋଷୀ ମାତା ।

ମିଥୁନ: କାରବାରରେ ପରିବର୍ତ୍ତନ ଆଣିବା ଲାଗି ଚେଷ୍ଟା କରିବେ । ନୂଆ ଯୋଜନାରେ ସଫଳହେବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ ଓ ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଅଫିସ୍ କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି । ରାଜନୀତି କାମରେ ରୁଚି ବଢ଼ିବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରିୟବନ୍ଧୁଙ୍କ ସହିତ ବାର୍ତ୍ତାଳାପରେ ସମୟ କଟିବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଶୁଭରଙ୍ଗ: ଧଳା। ଆରାଧନା: ମାଆ କାଳୀଜାଈ ।

କର୍କଟ: ସ୍ଵଭାବ ରୋମାଞ୍ଚକର ସତେଜତା ରହିବା । ସବୁ କାମ ଆପଣଙ୍କ ମନମୁତାବକ ହେବ । କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପରିବାରରେ ଖୁସିର ବାତାବରଣ ଶାନ୍ତଶିଷ୍ଟ ରହିବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ପରିବହନ ବ୍ୟବସାୟ ରେ ସମସ୍ୟା ସମାଧାନ ହେବ । ବୈବାହିକ ଜୀବନ ଖୁସି ଭରା ରହିବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଶୁଭରଙ୍ଗ: ବାଦାମୀ । ଆରାଧନା: ସୂର୍ଯ୍ୟଦେବ ।

ସିଂହ: ପ୍ରଭୁଙ୍କ କୃପାରୁ ସଫଳତା ଆପଣଙ୍କ ସମ୍ମୁଖରେ ଦଣ୍ଡାୟମାନ ହେବ । ବ୍ୟବସାୟରେ ଫାଇଦା ପାଇଁ କୌଣସି ବ୍ୟକ୍ତିର ସହଯୋଗ ମିଳିବ । ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକମାନଙ୍କର ବିଶେଷ ଉନ୍ନତିହେବ । ସାମାଜିକ କାର୍ଯ୍ୟରେ ସହଯୋଗ କରିବେ । ରାଜନୀତି ସ୍ତରରେ ମାନ ହାନି ହୋଇପାରେ, ତେଣୁ ନିଜ କଥାବାର୍ତ୍ତାକୁ କାବୁରେ ରଖନ୍ତୁ, ଆବଶ୍ୟକତା ଠାରୁ ଅଧିକ କିଛି କଥାବାର୍ତ୍ତା କରନ୍ତୁ ନାହିଁ । ପାରିବାରିକ ଜୀବନରେ ଖୁସିର ଲହରୀ ଖେଳିବ, ଅର୍ଦ୍ଧାଙ୍ଗିନୀ ଠାରୁ ଉପହାର ପାଇବେ । ମହିଳାମାନେ ସାମାନ୍ୟ ଅସ୍ୱାସ୍ଥ୍ୟ ରହିବେ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଦୁର୍ଗା ।

କନ୍ୟା: କଳା,ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସମସ୍ତକର୍ମ ବହୁତ କଷ୍ଟରେ ହିଁ ସମ୍ପନ୍ନହେବ । ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ । ଶୁଭରଙ୍ଗ: ନୀଳ । ଆରାଧନା: ମହାଲକ୍ଷ୍ମୀ ।

ତୁଳା: କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ୱାସୀ ମନେ କରିବେ ତେଣୁ ଧାରକରଜ କରିବାକୁ ବାଧ୍ୟହେବେ । ମହିଳାମାନେ ଅନ୍ୟମାନଙ୍କ କାମରେ ମନଦେଇ ନିଜକାମକୁ ଅବହେଳା କରିବେ । ରାଜନୀତିରେ ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡ଼ିବ ଓ ଅତି ଭଲସମ୍ପର୍କ ଥିବାବନ୍ଧୁଙ୍କ ପାଇଁ ଅସୁବିଧାର ସମ୍ମୁଖୀନ ହେବେ । ଦୀର୍ଘ ପଥଭ୍ରମଣ ଯୋଗୁ କ୍ଳାନ୍ତି ଓ ଅବସାଦ ଦେଖାଦେବ । କର୍ମକ୍ଷେତ୍ରରେ ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ । କୋର୍ଟ କଚେରି ମାମଲାର ଶୁଣାଣି ଥିବାରୁ ବ୍ୟସ୍ତତା ବଢ଼ିଯିବ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଗୌରୀ ।

ବିଛା: ଦିନଟି ଅନୁକୂଳ ରହିବ । ଆଜି ଆପଣ ଆତ୍ମବିଶ୍ଳେଷଣରେ ସମୟ ବିତାଇବେ । ବ୍ୟବସାୟରେ ବଡ଼ ସଉଦାରୁ ଲାଭ ହେବ । କମ୍ପାନୀରେ ଚାକିରି କରୁଥିବା ବ୍ୟକ୍ତି ବିଶେଷଙ୍କର ଦରମା ବୃଦ୍ଧି ହୋଇପାରେ । ରାଜନୀତିରେ ସାକ୍ଷାତ ଆଲୋଚନା ଭଲ ରହିବ । ଶାରୀରିକ ସୁସ୍ଥତା ଏବଂ ମାନସିକ ପ୍ରସନ୍ନତା ଅନୁଭବ କରିବେ । ବସ୍ତ୍ରାଭୂଷଣର କ୍ରୟରେ ମନ ଆନନ୍ଦିତ ହେବ । ପରିଜନମାନଙ୍କର ଏବଂ ସ୍ନେହୀଜନମାନଙ୍କର ସହିତ ସମ୍ବନ୍ଧରେ ମଧୁରତା ରହିବ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଗୌରୀ ।

ଧନୁ: ଆପଣଙ୍କର ମନୋଭାବ କୌତୁକିଆ ରହିବ । ବନ୍ଧୁଙ୍କ ସହିତ ସମୟ କଟିବ । ଦୀର୍ଘ ଦିନର କୌଣସି ଆଶା ପୂରା ହେବ । ବ୍ୟବସାୟୀମାନେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ । କ୍ଷୟକ୍ଷତି ଘଟିବାର ଆଶଙ୍କା ନାହିଁ । ମାଲି ମୋକଦ୍ଦମାରେ ଅନାଗ୍ରହ ସୃଷ୍ଟି ହେବ । ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ଲାଭ କରିବେ । ବିଦେଶଯାତ୍ରାରେ ଯଶଲାଭ, ପରିବାରରେ ମାନ ମନାନ୍ତର ଦୂର ହେବ । ଶୁଭ ସମ୍ବାଦପାଇ ଖୁସିହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ସୂର୍ଯ୍ୟଦେବ ।

ମକର: ଦିନଟି ଆପଣଙ୍କ ଲାଗି ଆନନ୍ଦମୟ ରହିବ । ଭଲ ସୁଯୋଗ ଆପଣଙ୍କ ସାମନାକୁ ଆସିପାରେ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ରାଜନୀତିରେ ଥିବା ବ୍ୟକ୍ତିଙ୍କୁ ବଡ଼ ପଦ ମିଳିପାରେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ । ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ ।ପ୍ରେମରେ ସଫଳତା ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

କୁମ୍ଭ: ଇଷ୍ଟଦେବୀଙ୍କ କୃପାରୁ ଦିନଟି ଆପଣଙ୍କ ପାଇଁ ସୁଖସମ୍ଭାର ନେଇ ଆସିବା । ପ୍ରତିଟି କାର୍ଯ୍ୟରେ ସକାରତ୍ମକ ଫଳ ପାଇବେ । ବ୍ୟବସାୟରେ ପ୍ରଚାର ଓ ପ୍ରସାର ଫଳରେ ଆଶାତୀତ ଲାଭବାନ ହେବେ । କାରବାରରେ ବଡ଼ ସଉଦା ହେବ । ରାଜ୍ୟରେ ଆପଣଙ୍କୁ କୌଣସି ଉଚ୍ଚପଦ ମିଳିପାରେ । ନୂତନ କର୍ମ ନିଯୁକ୍ତି ପାଇବେ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ବଢ଼ିବ । ଛାତ୍ରୀଙ୍କର ଲେଖାପଢ଼ାରେ ରୁଚି ବଢ଼ିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ମୀନ: ଆପଣଙ୍କ ମନରେ ନୂଆ ଚିନ୍ତାଧାରା ଆସିବ । ନିଜ କାମରେ ନିଜେ ଫଇସଲା କରି ସନ୍ତୁଷ୍ଟ ହେବେ । ଆର୍ଥିକ ସ୍ଥିତି ପୂର୍ବ ଭଳି ରହିବା । ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ମହାତ୍ଵା କାର୍ଯ୍ୟ ପୂରଣ କରିବେ । ସ୍ୱାସ୍ଥ୍ୟରେ ଉନ୍ନତି, ପଦନ୍ନୋତି, ସ୍ଥାନପରିବର୍ତ୍ତନ, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରେମରେ ସଫଳତା ମିଳିବ । ଶୁଭରଙ୍ଗ: ମେରୁନ । ଆରାଧନା: ବାବା ଗୁପ୍ତେଶ୍ଵର ।