୧୭ ମାର୍ଚ୍ଚ ୨୦୧୯ ରବିବାର – ସୂର୍ଯ୍ୟ ନିଜର ସ୍ଥିତି ବଦଳାଉଛନ୍ତି, ଏହି ୩ଟି ରାଶିର ଭାଗ୍ୟରେ ହେବ ପରିବର୍ତ୍ତନ, ଶତ୍ରୁ ମଧ୍ୟ ମିତ୍ରତାର ହାତ ବଢାଇବେ….

Spread the love

୧୭ ମାର୍ଚ୍ଚ ୨୦୧୯ ରବିବାର – ସୂର୍ଯ୍ୟ ନିଜର ସ୍ଥିତି ବଦଳାଉଛନ୍ତି, ଏହି ୩ଟି ରାଶିର ଭାଗ୍ୟରେ ହେବ ପରିବର୍ତ୍ତନ, ଶତ୍ରୁ ମଧ୍ୟ ମିତ୍ରତାର ହାତ ବଢାଇବେ….

ଆଜି ଆମେ ଆପଣଙ୍କୁ ୧୭ ମାର୍ଚ୍ଚ ୨୦୧୯ ରବିବାର ଦିନର ରାଶିଫଳ ବିସ୍ତୃତ ଭାବରେ କହିବା ପାଇଁ ଯାଉଛୁ । ପ୍ରତ୍ୟେକ ମନୁଷ୍ୟ ପାଇଁ ରାଷିଫଳାର ମହତ୍ୱ ରହିଛି ଆଜି ଆମେ ଆପଣଙ୍କୁ ୧୭ ମାର୍ଚ୍ଚ ୨୦୧୯ ରବିବାର ଦିନର ରାଶିଫଳ ବିସ୍ତୃତ ଭାବରେ କହିବା ପାଇଁ ଯାଉଛୁ । ରାଶିଫଳ ଅନୁସାରେ ବ୍ୟକ୍ତିର ସ୍ଵଭାଵ ଓ ଭବିଷ୍ୟତ ବିଷୟରେ ଜାଣିବାକୁ ମିଳିଥାଏ । କାରଣ ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଜୀବନରେ କଣ କଣ ପରିବର୍ତ୍ତନ ଘଟିବ ଜାଣିବା ।

ମେଷ: ଆପଣଙ୍କ ଚଞ୍ଚଳ ସ୍ଵଭାବ ଆପଣଙ୍କୁ ଅସୁବିଧାରେ ପକାଇପାରେ । ଭାବନାର ବଶୀଭୂତ ମଧ୍ୟସ୍ଥତା ଠିକ୍ ହେବ ନାହିଁ । ବ‌େୟାଜ୍ୟେଷ୍ଠଙ୍କ ପରାମର୍ଶ ନେଇ ଆଗକୁ ବଢ଼ନ୍ତୁ, ସଫଳତା ମିଳିବ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ିବ । ପାରିବାରିକ ବ୍ୟବସ୍ଥା ପରିବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ଜୀବନସାଥୀଙ୍କ କଥା ମାନି ନେଲେ ସମ୍ବନ୍ଧରେ ମଧୁରତା ବଜାୟ ରହିବ । ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୂର୍ଗା ।

ବୃଷ: ଆପଣଙ୍କ ଜୀବନ ପାଇଁ ମଙ୍ଗଳମୟ ରହିବା, ସଫଳତା ପୂର୍ବକ ସମସ୍ତ କାର୍ଯ୍ୟ ସମ୍ପାଦନ କରିବେ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇପାରେ । ଆମଦାନିର ନୂଆ ଅବସର ଖୋଲିବ । ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ମିତ୍ରଙ୍କ ସହିତ ସମୟ ଭଲରେ କଟିବ । ଅବିବାହିତଙ୍କ ଲାଗି ସୁନ୍ଦର ବିବାହ ପ୍ରସ୍ତାବ ଆସିବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ଶାରଳା ।

ମିଥୁନ: ଆପଣଙ୍କ ପ୍ରତିଭା ଓ କାର୍ଯ୍ୟ ଦକ୍ଷତା ଅନ୍ୟକୁ ପ୍ରଭାବିତ କରିବ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । କୌଣସି କାମରୁ ଆଶାରୁ ଅଧିକ ଧନଲାଭ ହେବ । ବନ୍ଧୁ ମିତ୍ରମାନେ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ । ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ସଫଳତା ଲାଭ କରିବେ । ଗୃହରେ କୌଣସି ଧାର୍ମିକ କାର୍ଯ୍ୟ କରିବା ପାଇଁ ଯୋଜନା ପ୍ରସ୍ତୁତି କରିବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପିଲାମାନଙ୍କ ପ୍ରତି ବିଶେଷ ସତର୍କ ରହିବା ଉଚିତ୍ । ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ଶୁଭରଙ୍ଗ: ସବୁଜ । ଆରାଧନା: ଶ୍ରୀ ଗଣେଶ ।

କର୍କଟ: ଆତ୍ମବିଶ୍ବାସର ସ୍ତର ବୃଦ୍ଧି ହେବ । ସ୍ଥଗିତ ଥିବା କାମ ସଂପୂର୍ଣ୍ଣ ହେବ । ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଚିନ୍ତିତ ରହିପାରନ୍ତି । ଆର୍ଥିକ ଦିଗରୁ ଲାଭ ନହେଲେ ମଧ୍ୟ ବ୍ୟୟଭାର କମ୍‌ ହେବ । ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ଆପଣ ବ୍ୟତିବ୍ୟସ୍ତ ହୋଇଯିବେ । ରାଜନୈତିକ ଜୀବନରେ ଶତୃମାନେ ପ୍ରବଳ ହେବେ । ଜାଗା ଜମିବାଡ଼ି ନେଇ ସମସ୍ୟା ଦେଖାଦେବ । ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ । ଶୁଭରଙ୍ଗ: ଲାଲ। ଆରାଧନା: ମାଆ ତାରିଣୀ ।

ସିଂହ: ଆଜି ଆପଣଙ୍କ ସହିତ ଭଲ ହିଁ ଭଲ ହେବ । ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ସହଯୋଗ କରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ । ସ୍ୱାସ୍ଥ୍ୟ ଠିକ୍ ରହିବ । ମହିଳାମାନେ ଧର୍ମକ୍ଷେତ୍ର ପ୍ରତି ମନ ବଳାଇବେ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

କନ୍ୟା: ଆଜି ଆପଣ ଊର୍ଜାବାନ ଓ ସକ୍ରିୟ ରହିବେ । ସଫଳତାର ନୂଆ ପାହାଚରେ ପାଦ ରଖିବେ । ବିଭିନ୍ନ ଲୋକଙ୍କ ସହିତ ମିଶିବେ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ପୁରାତନରୋଗର ଉପଶମ ମିଳିବ । ପାରିବାରିକକ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଶୁଭରଙ୍ଗ: ସବୁ ଜ। ଆରାଧନା: ମାଆ ମାଣିକେଶ୍ଵରୀ ।

ତୁଳା: ଦିନଟି ଆପଣଙ୍କ ଲାଗି ଅନୁକୂଳ । କାର୍ଯ୍ୟକ୍ଷେତ୍ରରେ ଲାଗି ରହିଥିବା ଅଶାନ୍ତି ଦୂର ହେବ । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖାଦେବ । ଅଚାନକ ଧନଲାଭ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବନ୍ଧୁଙ୍କ ଶୁଭକର୍ମରେ ମଧ୍ୟ ଯୋଗଦେବାକୁ ବାଧ୍ୟବାଧକତା ହେବେ । ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଆଖଣ୍ତଳମଣି ।

ବିଛା: ଆଜି ଆପଣଙ୍କର ମନୋବଳ ଉଚ୍ଚା ରହିବ । କାର୍ଯ୍ୟକ୍ଷେତ୍ରରେ ଭଲ ନୀତି ତିଆରି କରି କାମ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ । ମିତ୍ରଙ୍କ ଠାରୁ କୌଣସି ଶୁଭ ଖବର ପାଇବେ । ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି । ଅବିବାହିତ ଲୋକଙ୍କ ପ୍ରେମ ସମ୍ବନ୍ଧ ମଜଭୁତ ହେବ । ମହିଳାମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ବିମଳା ।

ଧନୁ: ଭାଗ୍ୟ ଆପଣଙ୍କୁ ସାଥ୍‌ ଦେବ । ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟାର ସମାଧାନ ହେବ । କିଛି ନୂଆ କାମର ଯୋଜନା ପ୍ରସ୍ତୁତ କରିବେ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ । ରାଜନୀତିରେ ମହତ୍ତ୍ବାକା˚କ୍ଷା ପୂରା ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଜୀବନସାଥୀଙ୍କ ସହିତ ସମ୍ବନ୍ଧରେ ମଧୁରତା ବଜାୟ ରହିବ । ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ମକର :- ଆପଣଙ୍କ ପ୍ରୟାସ ଉତ୍ତମ ପ୍ରମାଣିତ ହେବ । ବିଦେଶ ଯିବାର ରାସ୍ତା ଉନ୍ମୁକ୍ତ ହେବ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ଅଟକି ଥିବା ନିର୍ମାଣଧୀନ କାମକୁ ନେଇ ସମ୍ୟକ ବିବ୍ରତ ହୋଇପାରନ୍ତି । ବିଭିନ୍ନ ପ୍ରକାର କଥା ଚିନ୍ତାକରି ମନ ବିସ୍ତାପ ରହିବ । ଈର୍ଷାପରାୟଣ ବ୍ୟକ୍ତିମାନଙ୍କ ଠାରୁ କଟୁ ବଚନ ଶୁଣିପାରିବେ । ଶୁଭରଙ୍ଗ: ନୀଳ । ଆରାଧନା: ଶ୍ରୀ ଗଣେଶ ।

କୁମ୍ଭ :- ମନରେ ସକାରାତ୍ମକ ଭାବନା ବଜାୟ ରଖନ୍ତୁ । ଧୈର୍ଯ୍ୟ ଧରି କାମ କରନ୍ତୁ; ସଫଳ ନିଶ୍ଚୟ ହେବେ । ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ମହିଳାମାନେ ପିଲାମାନଙ୍କ ସଫଳତା ବିଷୟରେ ଚିନ୍ତା କରି ଖୁସି ରହିବେ । ପାରିବାରିକ ଦାୟିତ୍ବ ସୁଚାରୁରୂପେ ନିର୍ବାହ କରିବେ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ । ଶୁଭରଙ୍ଗ: ଧଳା । ଆରାଧନା: ମହାଲକ୍ଷ୍ମୀ ।

ମୀନ :- ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ। ରଚନାତ୍ମକ କାମରେ ଆପଣଙ୍କର ନାମ ହେବ । ନୂଆ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଧର୍ମ କାର୍ଯ୍ୟପ୍ରତି ମନ ବଳାଇବେ । ମହିଳାମାନେ ନିଜର ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବ୍ୟବସାୟରେ ନୂତନ ଚିନ୍ତାଧାରା ପ୍ରୟୋଗ ଓ ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ଼ ହେବ । ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଘରୋଇ ଜୀବନରେ ସୁଖ ଓ ସୁବିଧା ବୃଦ୍ଧି ହେବ। ଶୁଭରଙ୍ଗ: ଧୂସର । ଆରାଧନା: ମାଆ ବିରଜା ।