17 ଅକ୍ଟୋବର, ଗୁରୁବାର – ସୂର୍ଯ୍ୟର ସ୍ଥିତି ପରିବର୍ତ୍ତନ ! ମିଳିବ ଏହି ୭ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କୁ ଅନେକ ଫାଇଦା ! ବ୍ୟବସାୟ, ବାଣିଜ୍ୟରେ

Spread the love

17 ଅକ୍ଟୋବର, ଗୁରୁବାର – ସୂର୍ଯ୍ୟର ସ୍ଥିତି ପରିବର୍ତ୍ତନ ମିଳିବ ଏହି ୮ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କୁ ଅନେକ ଫାଇଦା ! ବ୍ୟବସାୟ, ବାଣିଜ୍ୟରେ ଆଶାତୀତ ଲାଭ ପାଇବେ ଓ ସମସ୍ୟା ଦୂର ହେବ…

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ । ଆଜି ଉଚ୍ଚ ରାଶିରେ ଚନ୍ଦ୍ର ରହିଥିବାରୁ ଯାତ୍ରା, ବନ୍ଧୁ ମିଳନ ଓ ମନୋରଞ୍ଜନ ପାଇଁ ବହୁତ ଭଲ । ବ୍ୟବସାୟ ଓ ବାଣିଜ୍ୟରେ ଆଶା ଅନୁଯାୟୀ ସଫଳତା ମିଳିବ । ଚାକିରୀରେ ସମ୍ମାନ ମିଳିବା ହେତୁ ସନ୍ତୁଷ୍ଟ ରହିବେ । ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ସାମାଜିକ ସ୍ତରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ । ସଭାସମିତି, ମାଲିମକଦ୍ଦମା କଥାରେ ଅଗ୍ରଗତି ଘଟିବ । ପ୍ରତିଶ୍ରୁତିରୁ ଓହରିବା କାରଣରୁ ଶେଷ ସମୟରେ ବନ୍ଧୁଙ୍କ ଉପରୁ ବିଶ୍ୱାସ ହରାଇପାରନ୍ତି । ପାରିବାରିକ ସମସ୍ୟା ସୁଧାର ଆସିବ । ବୈବାହିକ ଜୀବନରେ ମଧୁରତା ବଢ଼ିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଲିଙ୍ଗରାଜ ।

ବୃଷ: ଦିନଟି ଆପଣଙ୍କ ଲାଗି ଅନୁକୂଳ । ଆପଣଙ୍କର ଦାୟିତ୍ଵ ବୃଦ୍ଧି ହେବାର ସମ୍ଭାବନା ରହିଛି । ଦ୍ୱିତୀୟ ରାହୁ ଓ ଅଷ୍ଟମ ଶନି ପ୍ରଭାବରୁ ପରିସ୍ଥିତିର ତାଡନାରେ ଆକସ୍ମିକ ଭାବେ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ । ବ୍ୟବସାୟ ପାଇଁ ନୂଆ ସୁଯୋଗ ମିଳିବ । କୌଣସି ଉନ୍ନତିମୂଳକ କାମ ଲାଗି ମୋଟାଅଙ୍କର ଅର୍ଥ ଆବଶ୍ୟକ ପଡ଼ିପାରେ । ଅଫିସରେ ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିପାରନ୍ତି । ସାମାଜିକ ପ୍ରତିଷ୍ଠାରେ ମାନସମ୍ମାନ ବୃଦ୍ଧି ହେବ । ଆକସ୍ମିକ ଭାବରେ ଘରେ ବନ୍ଧୁ ମିଳନ କିମ୍ବା ବନ୍ଧୁଙ୍କ ଅପ୍ରତ୍ୟାଶିତ ଆଗମନରୁ ଖୁସି ହୋଇଯିବେ । ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ । ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ଶ୍ରୀଗଣେଶ ।

ମିଥୁନ: ମନରେ ସକାରାତ୍ମକ ଭାବନା ରଖନ୍ତୁ, ବିଳମ୍ବ ହେଲେ ମଧ୍ୟ ସଫଳତା ନିଶ୍ଚୟ ମିଳିବ । ରବି ଚତୁର୍ଥଭାବରେ ଥିବାରୁ ଆକସ୍ମିକ ସୃଷ୍ଟି ହୋଇଥିବା ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କୁ ସାହାଯ୍ୟ ମାଗିବେ । ଜମା ଭଲ ପଡୁ ନ ଥିବା ବ୍ୟକ୍ତିମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିବେ, କିନ୍ତୁ ସଫଳ ହେବେ ନାହିଁ । ସତର୍କତା ସହିତ ନ ଚଳିଲେ କାର୍ଯ୍ୟକ୍ଷେତ୍ରରେ ସମାଲୋଚିତ ହୋଇପାରନ୍ତି । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ଚାକିରିଆଙ୍କୁ ଲାଭ ମିଳିବାର ସମ୍ଭାବନା ରହିଛି । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ପ୍ରେମ ପ୍ରସଙ୍ଗରେ ପ୍ରଗାଢ଼ତା ଆସିବ । ଦାମ୍ପତ୍ୟ ଜୀବନ ସୁଖଦମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

କର୍କଟ: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ କିନ୍ତୁ ବୁଧ ଷଡ଼ାଷ୍ଟକ ସ୍ଥିତିରେ ଥିବା ଶନିଙ୍କ ନକ୍ଷତ୍ରରେ ରହିଥିବାରୁ ଚେଷ୍ଟା କରୁଥିବା କାମଗୁଡିକ ସହଜରେ ହୋଇ ପାରିବ ନାହିଁ । ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇବେ, କିନ୍ତୁ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ । ବ୍ୟବସାୟରେ ନୂଆ ଚୁକ୍ତି କରିପାରନ୍ତି । କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ସତ୍ତ୍ୱେ କାର୍ଯ୍ୟଭାରକୁ ନେଇ ଚିନ୍ତିତ ରହିବେ । ବିଭିନ୍ନ ପ୍ରକାର ଅସ୍ଵାଭାବିକ ପରିସ୍ଥିତିକୁ ସାମ୍‌ନା କରିବାକୁ ପଡ଼ିପାରେ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷାରେ ସକାରାତ୍ମକ ଫଳ ପାଇବେ । ଦୀର୍ଘଦିନରୁ ଚିନ୍ତା କରିଥିବା ଜମିଜମା କାରବାର ସମ୍ପର୍କିତ କାମଟି ହଠାତ୍‌ ହୋଇଯିବାର ପୂର୍ଣ୍ଣ ସମ୍ଭାବନା ରହିଛି । ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ସିଂହ: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ । ମୁଖ ଭାବରେ ମଙ୍ଗଳ ଆପଣଙ୍କ ମାନସିକ ସ୍ତରରେ ବିରକ୍ତି ଭାବକୁ ରୁକ୍ଷ ବ୍ୟବହାରରେ ପରିଣତ କରିବ । ତେଣୁ କାହା ସହିତ ମଧ୍ୟ କଥାବାର୍ତ୍ତ ହେବ ବେଳେ ନିଜକୁ ନିୟନ୍ତ୍ରଣାଧୀନ ରଖନ୍ତୁ । ବନ୍ଧୁଙ୍କ ପ୍ରରୋଚନାରେ ବାରମ୍ବାର ସ୍ଥଗିତ ରହିଯାଉଥିବା କାର୍ଯ୍ୟ କୌଶଳ ଖଟାଇ ହାସଲ ପାଇଁ ଚେଷ୍ଟିତ ହେବେ । ଆଜି ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତାରେ ଅବଶ୍ୟ ସଫଳତା ସହ ଆର୍ଥିକ ଅଭିବୃଦ୍ଧି ଘଟିବ କିନ୍ତୁ କର୍ମକ୍ଷେତ୍ରରୁ ଫେରିବା ବାଟରେ ଅପରାହ୍ନେ କଳହର ସମ୍ମୁଖୀନ ହୋଇପାରନ୍ତି । ସରକାରୀ ଚାକିରି କରୁଥିବା କର୍ମଜୀବୀମାନେ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ଦାଂପତ୍ୟ ଜୀବନରେ ସୁଖଦ ସ୍ଥିତି ଗଢ଼ଣ ହେବ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

କନ୍ୟା: ଦିନଟି ଆପଣଙ୍କ ଲାଗି ମିଶ୍ରଣ ଫଳ ପ୍ରଦାନ କରିବା । ମଙ୍ଗଳଙ୍କ ପ୍ରଭାବରେ ପ୍ରତାରିତ ହୋଇ ଅଭିଳଷିତ ଜିନିଷ ନ ପାଇବା କାରଣରୁ ଅନ୍ୟମାନଙ୍କ ପ୍ରତି ଭଲ ଧାରଣା କ୍ରମଶଃ ହ୍ରାସ ପାଇପାରେ । ଶାରୀରିକ ସୁସ୍ଥତା ଥିଲେ ମଧ୍ୟ ମାନସିକସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହେବ । ସହକର୍ମୀମାନଙ୍କ ସହ ବାଦବିବାଦ କ୍ରମେ ଜଟିଳ ହେବ, ତଥାପି ଆପଣଙ୍କ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ଜଣେ ବନ୍ଧୁଙ୍କ ସହଯୋଗରୁ ନିର୍ମାଣାଧୀନ କାମଟି ସମ୍ପନ୍ନ କରିପାରିବେ । କ୍ରୀଡ଼ା କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ ଲାଭର ସୁଯୋଗ ମିଳିବ । ଆବଶ୍ୟକତା ପୂରଣ ସକାଶେ ଧାର କରଜ କରି କାମ ତୁଲାଇ ନେବେ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଶାରଳା ।

ତୁଳା: ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ବେଶ ଭଲ ରହିବା । ରାଶିରେ ବୁଧ ଓ ଶୁକ୍ର ରହିଥିବାରୁ ଆଜିର କର୍ମକ୍ଷେତ୍ରରେ ଯେକୌଣସି ପରିସ୍ଥିତି ଆସୁନା କାହିଁକି, ଆପଣ ସମସ୍ୟାକୁ ସୁଧାରି ନେଇ ପାରିବେ । ନୂତନ କର୍ମ ପ୍ରାପ୍ତି ହେବ । ଆର୍ଥିକ ସ୍ଥିତି ମଜବୁତ ରହିବ । ଚାକିରି ଜୀବିମାନେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବା କିନ୍ତୁ ଶାରୀରିକ ପରିଶ୍ରମ ଜନିତ କ୍ଳାନ୍ତି ଅନୁଭବ କରିବେ । ସଭାସମିତିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା ଫଳରେ ଧୈର୍ଯ୍ୟଚ୍ୟୁତି ଘଟିପାରେ । ପାରିବାରିକ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ବିଛା: ବୟୋଜ୍ୟେଷ୍ଠଙ୍କ ଆଶୀର୍ବାଦ ପାଇବା ହେତୁ ମନକୁ ଶାନ୍ତି ମିଳିବ । ଦେବଗୁରୁଙ୍କ ସୁପ୍ରଭାବରେ ନିଜେ ଚାହୁଁଥବା କାମ ସକାଶେ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିବେ । ସବୁ କାମ ଠିକ୍‌ ଠିକ୍‌ ହେବ, କିନ୍ତୁ ସୁବିଧାରେ ନୁହେଁ । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ । କର୍ମକ୍ଷେତ୍ରରେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି । ଅଫିସ ତରଫରୁ ବାହାରକୁ ଯିବାର ସୁଯୋଗ ମିଳିବ । ପରିବାରରେ ପାରସ୍ପରିକ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି । ପ୍ରିୟତମଙ୍କ ସହିତ ବୁଝାମଣା ଠିକ୍‌ ରହିବ । ଶୁଭରଙ୍ଗ: ଲାଲ । ଆରାଧନା: ମହାଲକ୍ଷ୍ମୀ ।

ଧନୁ: ଇଷ୍ଟ ଦେବୀଙ୍କୁ ସ୍ମରଣ କରନ୍ତୁ, ସମସ୍ତ ବାଧା ବିଘ୍ନ ଦୂରେଇ ଯିବ । ପାପଗ୍ରହମାନେ ରାଶିରେ ରହିଥିବାରୁ ପାରିବାରିକ କ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି । ଆୟ ଅତ୍ୟଳ୍ପ ଓ ବ୍ୟୟ ଅଧିକ ହେବାର ସମ୍ଭାବନା । କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ୱାସୀ ମନେ କରିବେ । ଘରେ ସାଧାରଣ କଥାରେ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖା ଦେଇପାରେ । କଠୋର ଶ୍ରମ ଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ । ତଥାପି କେତେକ ନୂତନ କାମର ପରିକଳ୍ପନା କରି ସଫଳ ହେବେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧରେ ମଧୁରତା ବଜାୟ ରଖନ୍ତୁ । ଶୁଭରଙ୍ଗ: ଧଳା। ଆରାଧନା : ମାଆ ଭୈରବୀ ।

ମକର: ଦିନଟି ଆପଣଙ୍କ ଲାଗି ମହତ୍ୱପୂର୍ଣ୍ଣ ରହିବ । ଚନ୍ଦ୍ରଙ୍କ ଶୁଭ ସମ୍ପର୍କରୁ ବନ୍ଧୁମାନଙ୍କ ସହ ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ସରକାରୀ ସ୍ତରରୁ ଅର୍ଥ ସାହାଯ୍ୟ ପାଇବେ ଏବଂ ହଠାତ୍‌ କାୈଣସି ଖବର ପାଇ ଖୁସି ହେବେ । ପୂର୍ବ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ । ରାଜନୀତିରେ ପ୍ରାଧାନ୍ୟ ବଢ଼ିବ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।
ପରିବାରରେ ସ୍ଵାସ୍ଥ୍ୟ ସକାଶେ ଚିନ୍ତିତ ରହିପାରନ୍ତି । ଆର୍ଥିକ ଉନ୍ନତି ହେବା ସହ ଗୃହବାହାନ ପ୍ରାପ୍ତି ହେବ । ଜୀବନସାଥୀଙ୍କ ଠାରୁ ପର୍ଯ୍ୟାପ୍ତ ପ୍ରେମ ପାଇବେ । ଶୁଭରଙ୍ଗ: କଫିରଙ୍ଗ। ଆରାଧନା: ଶ୍ରୀକୃଷ୍ଣ ।

କୁମ୍ଭ: ଧାର୍ମିକ ତଥା ଆଧ୍ୟାତ୍ମିକ କାର୍ଯ୍ୟରେ ସମୟ ବିତିବ । ରାଶ୍ୟାଧିପତିଙ୍କ ଦୃଷ୍ଟି ଜନିତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରି ନିଅନ୍ତୁ ନତୁବା ପରେ ପଶ୍ଚାତ୍ତାପ କରିବାକୁ ପଡ଼ିପାରେ । ବ୍ୟବସାୟରେ ନିଜସ୍ଵାର୍ଥ ପାଇଁ ପ୍ରତିଦ୍ଵନ୍ଦିତା ସହ ଆୟ ବଢିବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ । କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ଗୃହ, ଭୂମି, ଗାଡ଼ିମୋଟର, ପ୍ରେସ୍‌, ପବ୍ଲିିକେଶନ ସମ୍ପର୍କିତ ଦୁଶ୍ଚିନ୍ତା ବଢିପାରେ । ପରିବାର, ବ୍ୟବସାୟ, ସଭାସମିତି, ପରିବହନ, ପ୍ରଶାସନିକ କ୍ଷେତ୍ରରେ ସୁଫଳ ପାଇବେ । ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ବିରଜା ।

ମୀନ: ମନରେ ସକାରାତ୍ମକ ଭାବନା ବଜାୟ ରଖନ୍ତୁ । ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ବରେ ପଡ଼ିପାରନ୍ତି । ପଡ଼ୋଶୀଙ୍କ ସହ ମିଷ୍ଟାଳାପରେ ଆଜି ଅଧିକାଂଶ ସମୟ କଟାଇବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ ଓ କର୍ମକ୍ଷେତ୍ରରେ ପ୍ରଶଂସିତ ମଧ୍ୟ ହେବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ଅଫିସ ତରଫରୁ ବାହାରକୁ ଯିବାର ସୁଯୋଗ ମିଳିବ । ପରିବାରର ବରାଦ ଅନୁଯାୟୀ ଇଚ୍ଛା ନ ଥିଲେ ମଧ୍ୟ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ମାଆ ତାରିଣୀ ।