18 ଅପ୍ରେଲ 2019, ଗୁରୁବାର – ଏହି ୫ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତି ଜୀବନରେ ଟଙ୍କା ପାଇସ ସମ୍ବନ୍ଧିତ ସମସ୍ତ ସଙ୍କଟ ଦୂର ହେବ, ପରିବାରରେ ଖେଳିବ ଖୁସିର ବାତାବରଣ…

Spread the love

18 ଅପ୍ରେଲ 2019, ଗୁରୁବାର – ଏହି ୫ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତି ଜୀବନରେ ଟଙ୍କା ପାଇସ ସମ୍ବନ୍ଧିତ ସମସ୍ତ ସଙ୍କଟ ଦୂର ହେବ, ପରିବାରରେ ଖେଳିବ ଖୁସିର ବାତାବରଣ…

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ଭୂମିକା ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଆଜି ଦିନଟି ସମସ୍ତ ରାଶିର ବ୍ୟକ୍ତିମାନେ ପାଇଁ ପ୍ରାୟତଃ ସୁଖଦାୟକ ରହିବ କିନ୍ତୁ ପାଞ୍ଚଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଉପରେ ମାଆ ଲକ୍ଷ୍ମୀଙ୍କ କୃପା ଦୃଷ୍ଟି ରହିବ, ଏବଂ ସମସ୍ତ କାର୍ଯ୍ୟ ଅତି ସହଜରେ ସମାପନ କରିପାରିବେ ବିନା ବାଧା ବିଘ୍ନରେ ।

ମେଷ: ମନରେ ଉଚ୍ଚ ଭାବନା ଜାଗ୍ରତ ହେବ । ଯେଉଁ କାର୍ଯ୍ୟ ହାତକୁ ନେବେ, ତାହାକୁ ପୂରା କରି ବିଶ୍ରାମ ନିଅନ୍ତୁ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ବ୍ୟବସାୟ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ । ଆୟ ତୁଳନାରେ ଖର୍ଚ୍ଚର ମାତ୍ରା ଅଧିକ ହେବ । ସାମାଜିକ କ୍ଷେତ୍ରରେ ମନ-ସମ୍ମାନ ବୃଦ୍ଧି ହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ମନ ଉତ୍ତେଜିତ ଫଳରେ ମାନସିକ ଏକାଗ୍ରତା ଭଙ୍ଗ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭଦ୍ରକାଳୀ ।

ବୃଷ: କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଆୟର ସ୍ରୋତ ଖୋଲିଯିବ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ଓ ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତିହେବ । ନୂଆ ଜିନିଷପତ୍ର କିଣିବା ପାଇଁ ସମୟ ଶୁଭ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ରାଜନୀତିରେ ସଫଳତା ମିଳିବା ସହ କୃତକାର୍ଯ୍ୟ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଜୀବନସାଥୀଙ୍କ ସମର୍ଥନ ଓ ପ୍ରେମ ପାଇବେ । ଉତ୍ସାହର ସହିତ ସବୁ କାମ କରିବେ । ବିଭିନ୍ନ ଲୋକଙ୍କ ସହିତ ମିଶିବେ । ମହିଳାମାନଙ୍କର ଆୟ ଅପରିବର୍ତ୍ତିତ ରହି ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଶୁଭରଙ୍ଗ: ଗୋଲାପି । ଆରାଧନା: ସନ୍ତୋଷୀ ମାତା ।

ମିଥୁନ: କାରବାରରେ ପରିବର୍ତ୍ତନ ଆଣିବା ଲାଗି ଚେଷ୍ଟା କରିବେ ଏବଂ ସଫଳ ହେବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ରାଜନୀତିରେ ପ୍ରଶଂସିତ ହେବେ । ଅଫିସ୍ କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ପ୍ରିୟବନ୍ଧୁଙ୍କ ସହିତ ବାର୍ତ୍ତାଳାପରେ ସମୟ କଟିବ । ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧିପାଇବ । ମହିଳାମାନେ ବ୍ୟବସାୟରେ ପ୍ରଚୁର ଲାଭ କରିବେ ଓ ରାଜନୀତିରେ କୃତକାର୍ଯ୍ୟ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳୀଜାଈ ।

କର୍କଟ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ବନ୍ଧୁଙ୍କ ସାମନାରେ ଆପଣଙ୍କ ବିଚାର ଖୋଲି ଦେବେ । ଧନ ଲାଭର ଯୋଗ ରହିଛି । ପ୍ରେମ ବ୍ୟାପାର ପାଇଁ ଦିନଟି ଭଲ । ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ କିନ୍ତୁ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

ସିଂହ: ସକାରାତ୍ମକ ମନୋଭାବ ନେଇ କାମ କରନ୍ତୁ; ସଫଳତା ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ସାମାଜିକ ଆୟୋଜନରେ ସହଭାଗିତା କରିବେ । କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ । ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ମହିଳାମାନଙ୍କର ଚାକିରୀକ୍ଷେତ୍ରରେ ପରିବର୍ତ୍ତନ ହେବାର ସମ୍ଭାବନା । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

କନ୍ୟା: ଆପଣଙ୍କ ମନୋବଳ ଦୃଢ଼ ରହିବ, ଆତ୍ମା ବିଶ୍ଵାସ ବୃଦ୍ଧି ହେବ । ଯିବାକୁ ଥିବା ଯାତ୍ରା ଆପଣଙ୍କ ଲାଗି ଲାଭଦାୟକ ହେବ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ । ବ୍ୟବସାୟରେ ନୂଆ ନୀତି ପ୍ରୟୋଗ କରିବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ । ମହିଳାମାନେ ପରିଧାନଶୈଳୀ ପ୍ରତି ବିଶେଷ ଧ୍ୟାନ ଦେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ତୁଳା: ଦିନଟି ସୁରୁଖୁରୁରେ କାଟିବା । ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ଅଫିସରେ ଅଧିକ ଦାୟିତ୍ଵ ନିର୍ବାହ କରିବେ । ସହକର୍ମୀଙ୍କ ସହଯୋଗ ମିଳିବ । କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବହୁମୂଲ୍ୟ ବସ୍ତୁ କିଣି ପାରନ୍ତି । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ । ଶାରିରୀକ ଅସୁସ୍ଥତା ଦୂରହେବ । ପତିପତ୍ନୀଙ୍କ ମଧ୍ୟରେ ପ୍ରେମଭାବ ବୃଦ୍ଧି ହେବ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ବାବା ଆଖଣ୍ତଳମଣି ।

ବିଛା: ସଂଘର୍ଷ ଦ୍ଵାରା ସଫଳତା ମିଳିବ । ବ୍ୟବସାୟୀଙ୍କ ପାଇଁ ଦିନଟି ଭଲ ରହିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ଭାବିଥିବା କାମ ଅଚାନକ ସମ୍ପାଦନ କରିବେ । ଆର୍ଥିକ ସ୍ଥିତି ବୃଦ୍ଧି ହେବ । ନୂଆ ଲୋକଙ୍କ ସହିତ ସମ୍ପର୍କ ସ୍ଥାପନ ହେବ । ନୂଆ ନିଯୁକ୍ତି ଯୋଗ ଅଛି । ଅଫିସରେ ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ମହିଳାମାନଙ୍କର ସନ୍ତାନଙ୍କ ଚିନ୍ତାରେ ମାନସିକ ଅସ୍ଥିରତା ବୃଦ୍ଧି ହେବ ଓ ଉଚିତପନ୍ଥା ଗ୍ରହଣ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମହାଲକ୍ଷ୍ମୀ ।

ଧନୁ: ଲକ୍ଷ୍ୟପ୍ରାପ୍ତ ଦିଗକୁ ଅଗ୍ରସର ହେବେ ଏବଂ ଲକ୍ଷ୍ୟ ପ୍ରତି ମଧ୍ୟ କରିପାରନ୍ତି । ପ୍ରତିଟି କାମ ସୁରୁଖୁରୁରେ କରିବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ନିଜ ଲୋକମାନେ ବିଶ୍ଵାସ ଘାତକତା କରିବେ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣଙ୍କର କୌଣସି ପ୍ରକାର ଅସୁବିଧା ହେବନାହିଁ । ଆପଣଙ୍କ ପ୍ରାର୍ଥନାକୁ ଉଚ୍ଚଅଧିକାରୀ ଗୁରୁତ୍ବର ସହିତ ବିଚାର କରିବେ । ରାଜନୀତିକ ନେତାଙ୍କ ଲାଗି ଦିନଟି ଭଲ ରହିବ । ବ୍ୟୟ ଅଧିକ ହେତୁ ବଜେଟ ବୃଦ୍ଧି ହେବ । ବାଦ-ବିବାଦ ଯୋଗେ ଚିନ୍ତିତ ରହିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ମକର: ଭାଗ୍ୟର ସହଯୋଗରେ ଉନ୍ନତିର ଶିଖରରେ ପହଞ୍ଚିବେ । ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ରହିବ । ଗୁରୁଜନଙ୍କ ପ୍ରତି ମନରେ ପ୍ରେମଭାବ ବଜାୟ ରହିବ । ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ । ବକେୟା ଅର୍ଥ କିଛି ମିଳିବ । ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ଆୟ ଉପାର୍ଜ୍ଜନର ବୃଦ୍ଧି, କର୍ମ ଓ ବ୍ୟବସାୟରେ ଉନ୍ନତି । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । କୋର୍ଟ କଚେରି ମାମଲାରେ ବିଜୟୀ ହେବେ । ଶତ୍ରୁବାଧା ଦୂରେଇ ଯିବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ସୂର୍ଯ୍ୟଦେବ ।

କୁମ୍ଭ: ରାଜନୀତିରେ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ । ଚାକିରିରେ ସାମାନ୍ୟ ଅଶାନ୍ତିର ସାମନା କରିବେ । ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଜମିର ଦଲିଲ ଭଲ ଭାବେ ପଢ଼ି ଦସ୍ତଖତ କରନ୍ତୁ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଦୁର୍ଗା ।

ମୀନ: ଦିନଟି ଆପଣଙ୍କ ଲାଗି ଖୁସି ଭରା ରହିବ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ । ବସାୟୀକ କ୍ଷେତ୍ରରେ ଉନ୍ନତି ହେବ । କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ସାମାଜିକ କାର୍ଯ୍ୟରେ ମହତ୍ତ୍ଵପୂର୍ଣ୍ଣ ଭୂମିକା ନିର୍ବାହ କରିବେ । ଆପଣଙ୍କ ପ୍ରତିଭାରୁ ଅନ୍ୟମାନଙ୍କୁ ପ୍ରେରଣା ମିଳିବ । ଧନ ଲାଭ ହେବାରୁ ମନ ଖୁସି ରହିବ । କାର୍ଯ୍ୟ ପୁରଣ ହୋଇ ସମୟ ହସ ଖୁସିରେ ବିତିବ । ବୈବାହିକ ଜୀବନରେ ମନର ଆବେଗ ସମାପ୍ତ ହେବ । ମହିଳାମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଶୁଭରଙ୍ଗ: ଧଳା । ଆରାଧନା: ବାବା ସାଇରାମ ।