୧୮ ମାର୍ଚ୍ଚ ୨୦୧୯, ସୋମବାର – ମହାଦେବଙ୍କ କୃପାରୁ ୩ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଜୀବନରେ ହେବାକୁ ଯାଉଛି କିଛି ପରିବର୍ତ୍ତନ

Spread the love

୧୮ ମାର୍ଚ୍ଚ ୨୦୧୯, ସୋମବାର – ମହାଦେବଙ୍କ କୃପାରୁ ୩ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଜୀବନରେ ହେବାକୁ ଯାଉଛି କିଛି ପରିବର୍ତ୍ତନ

ଆଜି ଆମେ ଆପଣଙ୍କୁ ୧୮ ମାର୍ଚ୍ଚ ୨୦୧୯, ସୋମବାର ଦିନର ରାଶିଫଳ ବିସ୍ତୃତ ଭାବରେ କହିବା ପାଇଁ ଯାଉଛୁ । ପ୍ରତ୍ୟେକ ମନୁଷ୍ୟ ପାଇଁ ରାଶିଫଳର ମହତ୍ୱ ରହିଛି ଆଜି ଆମେ ଆପଣଙ୍କୁ ୧୮ ମାର୍ଚ୍ଚ ୨୦୧୯, ସୋମବାର ଦିନର ରାଶିଫଳ ବିସ୍ତୃତ ଭାବରେ କହିବା ପାଇଁ ଯାଉଛୁ । ରାଶିଫଳ ଅନୁସାରେ ବ୍ୟକ୍ତିର ସ୍ଵଭାଵ ଓ ଭବିଷ୍ୟତ ବିଷୟରେ ଜାଣିବାକୁ ମିଳିଥାଏ । କାରଣ ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଜୀବନରେ କଣ କଣ ପରିବର୍ତ୍ତନ ଘଟିବ ଜାଣିବା ।

ମେଷ: ପୂଜାର୍ଚ୍ଚନାରେ ଅଧିକ ସମୟ କଟିବ ।ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟିବ । କରଜ ଭାରରୁ ମୁକ୍ତି ମିଳିବ । ଆଇନ ଅଦାଲତରେ ଜୟଯୁକ୍ତ ହେବେ । ଚାକିରିରେ ପ୍ରତିଷ୍ଠିତ ହେବେ । ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ । ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଅସ୍ୱସ୍ତି ବଢ଼ିବ ଓ ସମୟ ଗଡ଼ିଚାଲିବ । ପରିବାରରେ ଖୁସିର ମାହୋଲ ରହିବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଶୁଭରଙ୍ଗ: ଧୂସର । ଆରାଧନା: ହର ପାର୍ବତୀ ।

ବୃଷ: ଆପଣଙ୍କ ମନ ଆଧ୍ୟତ୍ମିକ ଦିଗରେ ଲାଗି ରହିବ । ପରିଜନଙ୍କ ସହିତ ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯାଆନ୍ତୁ; ଶୁଭଫଳ ବୃଦ୍ଧି ହେବ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ଗୃହରେ ଧାର୍ମିକ କାର୍ଯ୍ୟରେ ଧନ ବ୍ୟୟହେବ । ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ରାଜନୀତିରେ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଶାରଳା ।

ମିଥୁନ: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ । ନିଜର ବ୍ୟବହାର ପ୍ରତି ଟିକେ ସତର୍କ ରହନ୍ତୁ । ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟିକ ସ୍ଥିତି ଅଚାନକ ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ । ନୂତନ ଚାକିରୀ ପାଇଁ ପ୍ରୟାସ ରତ ଯୁବକମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ । ମହିଳାମାନେ ସଭାସମିତି, ରାଜନୀତିରେ ସମ୍ମାନିତା ହେବେ ଓ ଗୃହୋପକରଣ କ୍ରୟ କରିବେ । ଗୁରୁତ୍ବପୂର୍ଣ୍ଣ ମାମଲାରେ ବନ୍ଧୁଙ୍କ ସହିତ କଥାବାର୍ତ୍ତା ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସମଲେଶ୍ଵରୀ ।

କର୍କଟ: ଦିନଟି ଶୁଭପ୍ରଦ କିନ୍ତୁ ବ୍ୟବସାୟରେ ମାନସିକ ଦୁର୍ବଳତା ସହିତ ସାମୟିକ ବିଭ୍ରାନ୍ତି ଜନିତ ଆଳସ୍ୟଭାବ ଦେଖାଦେବ । ବ୍ୟର୍ଥ ଚିନ୍ତାରୁ ମୁକ୍ତି ପାଇବେ । ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ । କର୍ମର୍କ୍ଷେତ୍ରରେ ସହକର୍ମୀମାନେ ସହଯୋଗ କରବେ । ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ । ଆତ୍ମୀୟ–ସ୍ଵଜନଙ୍କ ବୈରତା, ବୃଥା ଭ୍ରମଣରୁ ଆର୍ଥିକ କ୍ଷତି ସହିବାକୁ ପଡିବ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେଲେ ବି ବଡ଼ନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ । ମହିଳାମାନଙ୍କର ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ । ଶୁଭରଙ୍ଗ: ଧଳା । ଆରାଧନା: ସତ୍ୟନାରାୟଣ ।

ସିଂହ: କାମରେ ସଫଳତା ଲାଗି ପୂରା ଊର୍ଜା ଲଗାଇବାକୁ ପଡ଼ିବ । ସହଯୋଗୀଙ୍କ ସହାୟତାରେ ମାନ ପ୍ରତିଷ୍ଠା ବୃଦ୍ଧି ହେବ । ଅଚାନକ ଧନଲାଭର ନଜର ଆସିବ । ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ । ପ୍ରେମିକପ୍ରେମିକାଙ୍କ ଲାଗି ଦିନଟି ଭଲ । ମହିଳାମାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ । ଶୁଭରଙ୍ଗ: ଲାଲ । ଆରାଧନା: ମହାଲକ୍ଷ୍ମୀ ।

କନ୍ୟା: ଆଜି ଆପଣ ଊର୍ଜା ଓ ଆତ୍ମବିଶ୍ୱାସ ଭରା ରହିବେ । ମନରେ ଲାଗି ରହିଥିବା ଚିନ୍ତା ସମାପ୍ତ ହେବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ । କର୍ମ ନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହେବ । ପୁରାତନ ରୋଗର ପ୍ରକୋପ ହ୍ରାସ ହେବାଫଳରେ ମନଶାନ୍ତ ରହିବ । କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । ମହିଳାମାନେ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ପ୍ରତିଯୋଗିତା ପରିକ୍ଷାରେ ଉତ୍ତିର୍ଣ୍ଣହେବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ସନ୍ତୋଷୀ ମାତା ।

ତୁଳା: ଦିନଟି ଆପଣଙ୍କ ଲାଗି ଢେର‌୍‌ ଶୁଭଫଳ ଆଣିଦେବ । ଆପଣଙ୍କୁ ଟଙ୍କା ପଇସା କମାଇବା ପାଇଁ ବିଚାର ଦେବା ଲୋକ ମିଳିବେ । ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ପାଇବେ । ଆଇନକାନୁନ ମାମଲାରେ ଆରାମ ମିଳିବ । କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା ପ୍ରସ୍ତୁତ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

ବିଛା: ସଫଳତାର ନୂଆ ପାହାଚରେ ପାଦ ରଖିବେ । ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । କର୍ମକ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ଖଣ୍ଡନ କରିବେ । ମାନସିକ ସ୍ଥିରତା ରହିବ । ବିଭିନ୍ନ ଲୋକଙ୍କ ସହିତ ମିଶିବେ । ନିକଟ ସମ୍ପର୍କୀୟଙ୍କ ଦ୍ୱାରା ଫାଇଦା ହେବ । ବହୁତ ଦିନରୁ ଅଟକିଥିବା ବକେୟା ଟଙ୍କା ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ିବ । ସନ୍ଧ୍ୟାରେ ପରିବାର ସହିତ ଆନନ୍ଦ ଉଲ୍ଲାସରେ ସମୟ କଟିବ । ମହିଳାମାନଙ୍କର କର୍ମ, ବ୍ୟବସାୟରେ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ଭୈରବୀ ।

ଧନୁ: ଆପଣଙ୍କ ବ୍ୟକ୍ତିତ୍ୱ ସୂର୍ଯ୍ୟ ଭଳି ଚମକିବ । ଆପଣଙ୍କ ଉନ୍ନତି ପଥରେ ଲାଗି ରହିଥିବା ବାଧା ଦୂର ହେବ । କିଛି ଲୋକ ଆପଣଙ୍କର ରାୟ ନେବେ । ଦୂରଯାତ୍ରାରେ ସଫଳତା ମିଳିବ ଓ ଯାତ୍ରା ଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଆନୁଷ୍ଠାନିକ କାମ ଓ ବନ୍ଧୁମିଳନ ହେତୁମନ ଖୁସୀରହିବ । ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିପାରେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ମକର: ଭାଗ୍ୟ ବଦଳାଇବା ଲାଗି ଶୁଭ ସମୟ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ବ୍ୟବସାୟରେ ଲାଭ । ଶତୃ ପରାଜିତ ହେବେ । ଶାରିରୀକ ଅସୁସ୍ଥତା ଦୂରହେବ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ, ଗୁରୁ ଓ ଗୁରୁଜନମାନଙ୍କର ସହଯୋଗ ପାଇବେ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ପାରିବାରିକ ସମସ୍ୟା ସୁଧୁରି ଯିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ଶୁଭରଙ୍ଗ: ନୀଳ । ଆରାଧନା: ଶ୍ରୀ ଗଣେଶ ।

କୁମ୍ଭ: ଭାବନାରେ ସକାରାତ୍ମକ ବଜାୟ ରଖନ୍ତୁ । ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ । ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ । ସ୍ୱାସ୍ଥ୍ୟ ଭଲ ରହିବ । ଆର୍ଥିକ ଉନ୍ନତି ଫଳରେ ଶାନ୍ତି ପାଇବେ । ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ମହିଳାମାନେ ପରିଶ୍ରମର ସୁଫଳ ଭୋଗ କରିବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମହାଲକ୍ଷ୍ମୀ ।

ମୀନ: ଦିନଟି ଆପଣଙ୍କ ଲାଗି ଅନୁକୂଳ । କୌଣସି ବ୍ୟାଙ୍କରୁ ଋଣ ପାଇବା ଯୋଗ ଅଛି । ଅତ୍ୟଧିକ କାର୍ଯ୍ୟଚାପ ଯୋଗୁଁ ମନରେ ଅଶାନ୍ତି ଲାଗି ରହିବ । ଆର୍ଥିକ ଉନ୍ନତିରେ ବାଧା ଓ ଶାରିରୀକ ଅସୁସ୍ଥତା ଦେଖାଦେବ । ଚାକିରିଆଙ୍କୁ ଅଧିକାରୀଙ୍କ ସହଯୋଗ ମିଳିବ । ରାଜନୀତି କ୍ଷେତ୍ରରେ ବନ୍ଧୁମିଳନ ପାଇଁ ଦୂରଯାତ୍ରା କରିବେ । ପରିବାରର କେତେକ ସମସ୍ୟା ନେଇ, ମାନସିକ ପୀଡ଼ା ଅନୁଭବ କରିବେ । ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ବିଫଳ ହେବେ । ଦାମ୍ପତ୍ୟ ଜୀବନରେ ପ୍ରେମ ବଜାୟ ରହିବ । ଶିକ୍ଷାର୍ଥୀମାନେ ଉଚ୍ଚ ଶିକ୍ଷା ସ୍ଵପ୍ନ ସାର୍ଥକ କରିବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।