18 ଜୁନ 2019 ମଙ୍ଗଳବାର : ଆପଣଙ୍କ ପାଇଁ ଦିନଟି କିପରି ରହିବା ଆସନ୍ତୁ ଜାଣିବା ଆଜିର ରାଶିଫଳ ।

Spread the love

ଆମେ ଆପଣଙ୍କୁ ଆଜିର ରାଶିଫଳ କହିବାକୁ ଯାଉଛୁ ! ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ଭୂମିକା ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଆଜି ଦିନଟି ସମସ୍ତ ରାଶିର ବ୍ୟକ୍ତିମାନେ ପାଇଁ ପ୍ରାୟତଃ ସୁଖଦାୟକ ରହିବ କିନ୍ତୁ ଚାରୋଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ଉପରେ ପ୍ରଭୁ ହନୁମାନଙ୍କ ଅପାର କୃପା ରହିବ । ସମସ୍ତ ବାଧା ବିଘ୍ନ ଦୂର ହେବ । ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଆଜି କର୍ମକ୍ଷେତ୍ରର ପ୍ରତ୍ୟେକ ପରିସ୍ଥିତିକୁ କୌଶଳରେ ସଜାଡ଼ି ନେବେ । ଆଜି ଆପଣଙ୍କର ଜୀବନରେ ଧର୍ମର ମହତ୍ତ୍ୱକୁ ମଧ୍ୟ ଜାଣିବାକୁ ଚାହିଁବେ । ଆପଣଙ୍କ ଆତ୍ମା ଆଧ୍ୟାତ୍ମ ପ୍ରତି ଆକର୍ଷିତ ରହିବ । ଗଭୀର ଚିନ୍ତନଶକ୍ତି ଏହି ବିଷୟରେ ଆପଣଙ୍କୁ ସହାୟତା କରିବ । ବ୍ୟବସାୟରେ ଉନ୍ନତି କରିବେ । ସମାଜରେ ମାନସମ୍ମନ ବୃଦ୍ଧି ହେବ । ନିଜର ବଚନ ଉପରେ ନିୟନ୍ତ୍ରଣ ରଖନ୍ତୁ । କାହାରୀକୁ ଟଙ୍କା ପଇସା ଦିଅନ୍ତୁ ନାହିଁ । କାରଣ ଟଙ୍କା ପଇସା ଦେଲେ ଫେରି ପାଇବା କମ୍‌ ସମ୍ଭାବନା । କ୍ରମଶଃ ଦୂରେଇ ଯାଉଥିବା କୌଣସି ଆତ୍ମୀୟଙ୍କ ପାଇଁ ମନ ଛଟପଟ ହେବ । ଆଜି ବିଶେଷ କରି ହାତରୁ ଖାଇ ପର ପାଇଁ ଖଟିବେ ଓ ପରେ ଅନୁତାପ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସମଲେଶ୍ୱରୀ ।

ବୃଷ: ଆଜି ଆପଣ ନିଜର ଅଟକି ଥିବା କାମ ଗୁଡ଼ିକୁ ପୂରା କରିବା ପାଇଁ ଚ଼େଷ୍ଟା କରନ୍ତୁ । ବହୁଦିନ ହେଲା ଯାହା ପାଇବାକୁ ଚେଷ୍ଟାକରି ପାଇ ନ ଥିଲେ ଆଜି ତାହା ପାଇବାରେ ଅସୁବିଧା ହେବନାହିଁ । ଇଚ୍ଛା ନ ଥିଲେ ମଧ୍ୟ କର୍ମକ୍ଷେତ୍ରରେ ଦାୟିତ୍ୱ ହାତକୁ ନେବାକୁ ବାଧ୍ୟ ହେବେ । ମନର ଅସୁସ୍ଥତା କାରଣରୁ ଆପଣ ଆଜି ବ୍ୟଗ୍ର ହୋଇପାରନ୍ତି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନରେ ଉନ୍ନତମାନର ଫଳ ପାଇବେ । ଉଚ୍ଚାଧିକାରିମାନଙ୍କ ସହିତ ସାବଧାନପୂର୍ବକ କାର୍ଯ୍ୟ କରନ୍ତୁ । ରାଜନୀତିରେ ଖ୍ୟାତି ବଢିବ । ପୁରାତନ ରୋଗର ପ୍ରାଦୁର୍ଭାବ ବଢ଼ିବା କାରଣରୁ ମାନସିକ ଦୁର୍ବଳତା ଅନୁଭବ କରିପାରନ୍ତି । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ପ୍ରଭୁ ହନୁମାନ ।

ମିଥୁନ : ନିଜ ନିୟନ୍ତ୍ରଣରୁ ବାହାରି କାର୍ଯ୍ୟ କରନ୍ତୁ ନାହିଁ । ଭୁଲ୍‌ ବୁଝାମଣା କାରଣରୁ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବଢ଼ାଇବା ସକାଶେ ଚେଷ୍ଟାକଲେ ମଧ୍ୟ ସେମାନେ ଆପଣଙ୍କୁ ଅସ୍ବୀକାର କରିବେ । କର୍ମକ୍ଷେତ୍ରରେ ପ୍ରଶାସନିକ କିମ୍ବା ପରିଚାଳନାଗତ ତ୍ରୁଟିକୁ ସୁଧାରିବାକୁ ପ୍ରସ୍ତୁତି ଆରମ୍ଭ କରିବେ । ଭିନ୍ନ ପ୍ରକାର ଦ୍ୱନ୍ଦ ମଧ୍ୟରେ ଆପଣଙ୍କୁ ନିଷ୍ପତ୍ତି ନେବାକୁ ପଡିବ । ବିବାହ ଇତ୍ସୁକଙ୍କୁ ଉଚିତ ପ୍ରସ୍ତାବ ମିଳିବ । ବ୍ୟବସାୟ ଦୃଷ୍ଟିରୁ ଦିନଟି ଆପଣଙ୍କ ପାଇଁ ଲାଭଦାୟକ ରହିବ । କର୍ମକ୍ଷେତ୍ରରେ ସୁଖିର ବାତାବରଣ ରହିବା । ସାଧାରଣ କଥାକୁ ନେଇ ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ଗତି କରିବେ । ଶୁଭରଙ୍ଗ: ଲାଲ । ଆରାଧନା: ବାବା ଲିଙ୍ଗରାଜ ।

କର୍କଟ : ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ରହିବା । ପରିବାରରେ ସୁସ୍ଥବାତାବରଣ ରହିବା ସଙ୍ଗେ ସଙ୍ଗେ ପାରିବାରିକ ଜୀବନରେ ପ୍ରେମ ମଧୁରତା ଦୃଢୀଭୂତ ହେବ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ସ୍ୱାସ୍ଥ୍ୟ କିମ୍ବା ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ସମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କୌଣସି ପ୍ରକାର ଅସୁବିଧା ନହୋଇ କାମ ହୋଇଯିବ । କୃଷିକ୍ଷେତ୍ରରେ ପରିଶ୍ରମର ଯଥା ମୂଲ୍ୟ ପାଇବେ । ମହିଳାମାନଙ୍କର ବନ୍ଧୁମିଳନ ହେତୁ ମନ ଖୁସୀ ରହିବ । ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ୱରୀ ।

ସିଂହ : ଇଷ୍ଟ ଦେବୀଙ୍କ କୃପାରୁ ଆପଣଙ୍କ ଆପଣଙ୍କ ପାଇଁ ଦିନଟି ଶୁଭଦାୟକ ରହିବା । ସମସ୍ତ କାର୍ଯ୍ୟରେ ସିଦ୍ଧି ପ୍ରାପ୍ତି କରିବେ । ଅଟକିଥିବା କାର୍ଯ୍ୟ ସହଜରେ ସମ୍ପାଦନ କରିପାରିବେ । ବ୍ୟବସାୟ ପୂର୍ବ ଭଳି ରହିବା । ନୂତନ କିଛି ବ୍ୟବସାୟ ସମ୍ବନ୍ଧୀୟ କାର୍ଯ୍ୟ କରିବା ପାଇଁ ଯୋଜନା ପ୍ରସ୍ତୁତି କରିବେ । ରାଜନୀତିରେ ସଫଳତା ମିଳିବ । ଅଫିସରେ ଉଚ୍ଚଧିକାରୀଙ୍କ ଠାରୁ ପ୍ରଶଂସିତ ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ ଓ ଆୟରସ୍ରୋତ ବୃଦ୍ଧିହେବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ମହିଳାମାନଙ୍କ ସ୍ୱାସ୍ଥ୍ୟ ଅବନତି ଦେଖା ଦେବା ନିଜ କାର୍ଯ୍ୟ ପ୍ରତି ବିମୁଖଭାବ ଦେଖାଦେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୂର୍ଗା ।

କନ୍ୟା : ପ୍ରଭୁଙ୍କ ଧ୍ୟାନରେ ମନକୁ ଶାନ୍ତି ମିଳିବ । ଧାର୍ମିକ କାର୍ଯ୍ୟରେ ସମୟ ଅତିବାହିତ କରିବେ । ଆପଣଙ୍କୁ କିଛି ଭଲ ଅବସର ମିଳିପାରେ । କାରବାରରେ ସଫଳତା ମିଳିବ । ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ । ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ଆଡୁ ଲାଭ ପାଇବେ । ମହିଳାମାନେ ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାରେ ପ୍ରଯତ୍ନ କରିବେ । ଶୁଭରଙ୍ଗ: ଗୋଲାପି । ଆରାଧନା: ହର ପାର୍ବତୀ ।

ତୁଳା : ଆପଣଙ୍କ ମିଷ୍ଟ ବ୍ୟବହାର ଆପଣଙ୍କୁ ଯଥେଷ୍ଟ ଲାଭ ଆଣିଦେବ । ଆପଣଙ୍କ ଜୀବନ ଲାଗି କିଛି ଖାସ୍‌ ସୁଯୋଗ ମିଳିପାରେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ସଭାସମିତି ଓ ସମାଜିକ କାର୍ଯ୍ୟଯୋଗେ ଆତ୍ମୀୟମାନଙ୍କ ସାହାଯ୍ୟ ନେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ । ସ୍ୱାସ୍ଥ୍ୟ ଦିଗରୁ ସ୍ତ୍ରୀମାନେ ବିଶେଷ ସତର୍କ ରହିବା ଉଚିତ୍ । ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଭଦ୍ରକାଳୀ ।

ବିଛା : ଆଜି ସବୁ କାମ ଆପଣଙ୍କର ମନ ମୁତାବକ ହୋଇପାରେ କିନ୍ତୁ ମାନସିକ ସ୍ତରରେ ଶାନ୍ତି ପାଇଁ ପାଇପାରିବେ ନାହିଁ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । ଋଣମୁକ୍ତି ହେବେ ଓ କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପାରିବାରିକ ଓ ଦାମ୍ପତ୍ୟ ସୁଖରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରେମରେ ଆପଣଙ୍କୁ ସଫଳତା ମିଳିବ । ମହିଳାମାନେ ନିଜ କାର୍ଯ୍ୟ ବ୍ୟସ୍ତ ରହିବେ ଓ କିଛି ନୂଆ ଧାତୁ ନିର୍ମିତ ଜିନିଷ କିଣିବା ପାଇଁ ଆଗ୍ରହ ପ୍ରକାଶ କରିବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ମଙ୍ଗଳ ।

ଧନୁ : ଆପଣଙ୍କର ଆତ୍ମବିଶ୍ବାସର ସ୍ତର ଉଚ୍ଚା ରହିବ । କାରବାରରୁ ଆଶାଠୁଁ ଅଧିକ ଲାଭ ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାପାଇ ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ହେବ । ପରିବାରରେ ଅଶାନ୍ତି ଦୂରେଇ ଯାଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ମହିଳାମାନଙ୍କର ମନୋକାମନା ପୂରଣ ହେବ ଓ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ଶୁଭରଙ୍ଗ: ଧଳା । ଆରାଧନା: ମହାଲକ୍ଷ୍ମୀ ।

ମକର : ଦିନଟି ଖୁସି ଭରା ରହିବ । ନିଜ ବ୍ୟବହାରରେ ଲୋକଙ୍କ ହୃଦୟ ଜିଣିବେ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ସନ୍ତୋଷ ଓ ଅର୍ଥାଗମ ହେବ । ଜମି ଦଲାଲଙ୍କୁ ପୁରୁଣା ଜମିରୁ ଯଥେଷ୍ଟ ଲାଭ ମିଳିବ । ଅଫିସରେ ଭଲ କାମ ପାଇଁ ପଦୋନ୍ନତି ମିଳିବ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆନୁଷ୍ଠାନିକ କାମ, ଗୃହ, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣ ରହିବ । କଳା, ସାହିତ୍ୟକ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ । ପ୍ରେମ ସମ୍ବନ୍ଧ ଭଲ ରହିବ । ମହିଳାମାନଙ୍କ କର୍ମକ୍ଷେତ୍ର ସମସ୍ୟା ଦୂର ହୋଇଯିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

କୁମ୍ଭ : କାରବାରରେ ପରିବର୍ତ୍ତନ ଆଣିବା ପାଇଁ ଚେଷ୍ଟା କରିବେ ଓ ସଫଳ ହେବେ । ଚିକିତ୍ସକ, ରସାୟନଜ୍ଞ, କେମିକାଲ୍, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । କର୍ମକ୍ଷେତ୍ରରେ ସୁସମ୍ପର୍କ ବୃଦ୍ଧି ହୋଇ କାମଗୁଡ଼ିକ ସହଜରେ ହୋଇଯିବ ଓ ପ୍ରଶଂସିତ ହେବେ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । ଅଫିସ କାମରେ ସହର ବାହାରକୁ ଯାଇପାରନ୍ତି । ଭାବିଚିନ୍ତି ଖର୍ଚ୍ଚ କରନ୍ତୁ । ଶୁଭଖବର ପାଇ ମନ ଖୁସି ହେବ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ମୀନ : ଦିନଟି ଆପଣଙ୍କ ପାଇଁ ସୌଭାଗ୍ୟ ସମ୍ପର୍ଣ୍ଣ ରହିବ । ବ୍ୟବସାୟରେ ଆକସ୍ମିକ ଲାଭ ଦେଖି ଆଶ୍ଚର୍ଯ୍ୟ ହୋଇଯିବେ । କାର୍ଯ୍ୟ କ୍ଷେତ୍ରରେ ନୂଆ ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି । ରାଜନୀତିରେ ଆର୍ଥିକ ଲାଭ ହେବ । ଆର୍ଥିକଦିଗରୁ ସୁବିଧାହେଲେ ମଧ୍ୟ ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଉପୁଜି ପାରେ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ । ମହିଳାମାନେ ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଦିନଟି କାଟିବେ । ଶୁଭରଙ୍ଗ: ହଳଦିଆ । ଆରାଧନା: ସୂର୍ଯ୍ୟଦେବ ।