19 ଜାନୁଆରୀ 2019 ଶନିବାର – ଏହି ୪ ରାଶିର ବ୍ୟକ୍ତିଙ୍କୁ ମିଳିବ ଶନିଦେବଙ୍କ ଅପାର କୃପା

Spread the love

ମେଷ: ବନ୍ଧୁ ଓ ଜୀବନସାଥୀ ଉଭୟଙ୍କ ସହଯୋଗ ପାଇବେ । ବିଭିନ୍ନ ପ୍ରକାର ସ୍ଥିତିର ମୁକାବିଲା କରିବା‌ରେ ସକ୍ଷମ ହେବେ । ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ସୁଖ ସମ୍ପଦ ପ୍ରାପ୍ତି ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଜୀବନସାଥୀଙ୍କ ଠାରୁ କିଛି ଉପହାର ମିଳିପାରେ । ମହିଳାମାନେ ବ୍ରତ, ଉପାସନାରେ ବ୍ରତୀ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ବୃଷ: ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । କୃଷିଜିବୀମାନେ ହସଖୁସିରେ ସମୟ ବିତାଇବେ । ସରକାରୀ ସାହାଯ୍ୟ ମିଳିପାରେ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ଦୁର୍ଗା ।

ମିଥୁନ: ପରିବାରର ବରିଷ୍ଠ ସଦସ୍ୟଙ୍କ ଆଶୀର୍ବାଦ ପାଇବେ । ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ । କୌଣସି ନୂଆ ପରିଯୋଜନା ଲାଗି ଆପଣଙ୍କ ମନରେ କଳ୍ପନା ଆସିବ । କୃଷିଜୀବିମାନେ ଆନନ୍ଦିତ ହେବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ । ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି । ପାରିବାରିକ ଜୀବନ ଆନନ୍ଦମୟ ହେବ । ବନ୍ଧୁଙ୍କ ସହିତ ମଉଜ ମଜଲିସରେ ସମୟ କଟିବ । ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ଅମ୍ବିକା ।

କର୍କଟ: ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ । କ୍ୟାରିୟରରେ ଆଗକୁ ବଢ଼ିବା ଲାଗି ସୁଯୋଗ ଆସିବ । ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତ୍ତନ ଦେଖାଦେବ । ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଚିନ୍ତିତ ରହିପାରନ୍ତି । ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ଆପଣ ବ୍ୟତିବ୍ୟସ୍ତ ହୋଇଯିବେ । ରାଜନୈତିକ ଜୀବନରେ ଶତୃମାନେ ପ୍ରବଳ ହେବେ । ଆଇନକାନୁନ ମାମଲାର ସମାଧାନ ହୋଇପାରେ । ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ । ସ୍ୱାସ୍ଥ୍ୟ ସମସ୍ୟା ସେତେଟା ଭଲ ରହିବ ନାହିଁ । ଶୁଭରଙ୍ଗ: ଧଳା। ଆରାଧନା: ବାବା ଆଖଣ୍ତଳମଣି ।

ସିଂହ: ଆଜି ଆପଣ ସକାରାତ୍ମକ ଊର୍ଜା ଅନୁଭବ କରିବେ । ନିଜ କାମରେ ନିଜେ ଫଇସଲା କରି ସନ୍ତୁଷ୍ଟ ହେବେ । ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । କର୍ତ୍ତୃପକ୍ଷ ଆପଣଙ୍କୁ ନୂଆ ଦାୟିତ୍ବ ଅର୍ପଣ କରିବେ । ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ । ମହିଳାମାନେ ଧର୍ମ କ୍ଷେତ୍ରରେ ମନ ବଳାଇବେ । ପ୍ରେମରେ ଆପଣଙ୍କୁ ସଫଳତା ମିଳିବ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଶାରଳା ।

କନ୍ୟା: ଦିନଟି ଆପଣଙ୍କ ଲାଗି ଭଲ ଫଳାଫଳ ନେଇ ଆସିବ । ଛୋଟିଆ ନିଷ୍ପତ୍ତିରୁ ବଡ଼ ଫାଇଦା ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟରେ ଜିଲ୍ଲା ବାହାରକୁ ଯିବେ । ଅଫିସରେ ଅନ୍ୟମାନଙ୍କ ସହିତ ତାଳମେଳ ବଢ଼ିଆ ରହିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ପୁରାତନରୋଗର ଉପଶମ ମିଳିବ । ପାରିବାରିକକ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ମହିଳାମାନେ ଆଶାତୀତ ଖବର ପାଇ ଖୁସି ହେବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ତୁଳା: ସକାରାତ୍ମକ ଭାବନାରେ ଧ୍ୟାନ କେନ୍ଦ୍ରୀଭୂତ କରନ୍ତୁ । ଶତ୍ରୁ ଆପଣଙ୍କର କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରି ପାରିବେ ନାହିଁ । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖାଦେବ ।ବିବାହିତା କୌଣସି ଧର୍ମାନୁଷ୍ଠାନକୁ ଯାତ୍ରାରେ ଯିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରେମ ଜୀବନ ଖୁବ ଆନନ୍ଦଦାୟକ ରହିବ । ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଗାୟତ୍ରୀ ।

ବିଛା: ଆଜି ଆପଣଙ୍କର ଊର୍ଜାର ସ୍ତର ଭଲ ରହିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ । ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ । ପରିବାରରେ ବଡ଼ଙ୍କ ଠାରୁ ସହଯୋଗ ପାଇବେ । ଚାକିରିରେ ଦାୟିତ୍ୱ ବୃଦ୍ଧି ହେବ । ବିଦ୍ୟାର୍ଥିଙ୍କ ଉନ୍ନତି ହେବ । ମହିଳାମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିମଳା ।

ଧନୁ: ସାରା ଦିନ ଅଶାନ୍ତି ମୁକ୍ତ ରହିବେ । ବ୍ୟବସାୟ ଓ ଚାକିରି ସମ୍ବନ୍ଧିତ କାମ ପୂରା ହେବ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ । ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ ।

ମକର: ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ । ଆଧ୍ୟାତ୍ମକ ଭାବନାରେ ସମୟ କଟିବ । ଆର୍ଥିକ ସ୍ଥିତି ଠିକ ରହିବ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ଚାକିରୀ ସମ୍ବନ୍ଧିତ ସୂଚନା ପାଇ ଖୁସି ହେବେ । ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣ କରି ଆନନ୍ଦ ଅନୁଭବ କରିବେ । ଯୁବକଙ୍କ ଲାଗି ଉନ୍ନତିର ନୂଆ ଦ୍ୱାରା ଖୋଲିବ । ଶୁଭରଙ୍ଗ: ମେରୁନ । ମହିଳାମାନେ ପରିବାରର ବୟୋଜ୍ୟୋଷ୍ଠଙ୍କ ଠାରୁ ବେଶ ପ୍ରସଂଶିତ ହେବେ । ଆରାଧନା: ମାଆ ମାଣିକେଶ୍ଵରୀ ।

କୁମ୍ଭ: ପରିବାରରେ ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜ ସେବାରେ ସମୟ ଦେବେ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ । ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ଶୁଭରଙ୍ଗ: ନୀଳ । ଆରାଧନା: ପ୍ରଭୁ ହନୁମାନ ।

ମୀନ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । ବହୁତ ଜଟିଳ ସମସ୍ୟାର ବୁଦ୍ଧିମତାର ସହ ସମାଧାନ କରିନେବେ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଗଣ ମାଧ୍ୟମ କ୍ଷେତ୍ରରେ କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଦିନଟି ବଢ଼ିଆ ରହିବ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ । ପାରିବାରିକ ସମସ୍ୟା ଗୁଡ଼ିକୁ ସମାଧାନ କରିବା ଉଚିତ୍‌ । ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ । ଭଲ ଲୋକଙ୍କ ସହାୟତାରେ ଧନଲାଭ ଯୋଗ ରହିଛି । କୌଣସି ଅଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ। ।