୦୧ ଜୁଲାଇ ୨୦୧୯ ସୋମବାର– ମହାଦେବଙ୍କ କୃପାରୁ ୭ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ସମସ୍ତ ଦୁଃଖ କଷ୍ଟ ହେବେ ଦୂର …

Spread the love

୦୧ ଜୁଲାଇ ୨୦୧୯ ସୋମବାର– ମହାଦେବଙ୍କ କୃପାରୁ ୭ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ସମସ୍ତ ଦୁଃଖ କଷ୍ଟ ହେବେ ଦୂର …

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ଭୂମିକା ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ର ଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ପୂଜାର୍ଚ୍ଚନାରେ ଅଧିକ ସମୟ କଟିବ । କିଛି ନୂଆ କରିବା ପାଇଁ ମନରେ ଆଗ୍ରହ ବଢ଼ିବ । ଗୋଟିଏ ଦିଗରେ ପ୍ରୟାସ କରନ୍ତୁ; ସଫଳତା ପାଇବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଆୟ ବୃଦ୍ଧିପାଇବ । କର୍ମକ୍ଷେତ୍ରରେ ପରିସ୍ଥିତି ଭଲ ରହିବ । ବିଭିନ୍ନ ପ୍ରକାର ସମସ୍ୟା ଦୂର ହୋଇ ଶାନ୍ତି ମିଳିବ । ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମୟ ବିତିବ । କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଅସ୍ୱସ୍ତି ବଢ଼ିବ ଓ ସମୟ ଗଡ଼ିଚାଲିବ । କୃଷିଜୀବିମାନେ କଠିନ ପରିଶ୍ରମ କରିବେ । ପରିବାରରେ ଖୁସିର ମାହୋଲ ରହିବ । ଶୁଭରଙ୍ଗ: ଧୂସର । ଆରାଧନା: ହର ପାର୍ବତୀ ।

ବୃଷ: ଆପଣଙ୍କ ମନ ଆଧ୍ୟତ୍ମିକ ଦିଗରେ ଲାଗି ରହିବ । ପରିଜନଙ୍କ ସହିତ ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯାଆନ୍ତୁ; ଶୁଭଫଳ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ପ୍ରିୟଜନମାନଙ୍କୁ ପ୍ରିୟକଥା କହି ସମସ୍ୟାକୁ ସୁଧାରି ନେବେ । ବ୍ୟବସାୟରେ ଲାଭ ହେବାରୁ ମନ ଖୁସି ରହିବ । ନୂତନ ଗୃହ କିମ୍ବା ଯାନବାହନ କିଣିବା ପାଇଁ ମନ ବଳେଇବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ରାଜନୀତିରେ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଶାରଳା ।

ମିଥୁନ: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ । ନିଜର ବ୍ୟବହାର ପ୍ରତି ଟିକେ ସତର୍କ ରହନ୍ତୁ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ମହିଳାମାନେ ସଭାସମିତି, ରାଜନୀତିରେ ସମ୍ମାନିତା ହେବେ ଓ ଗୃହୋପକରଣ କ୍ରୟ କରିବେ । ବିଦ୍ୟା ଓ ଖେଳରେ ପ୍ରଶଂସିତ ହେବେ । ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୈରାଶ୍ୟର ଅନ୍ଧକାର ମଧ୍ୟକୁ ଠେଲି ହୋଇଯିବେ । ରାଜନୀତିରେ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ । ମାତାପିତାଙ୍କ ଆଶୀର୍ବାଦ ନେଇ ଆଗକୁ ବଢ଼ନ୍ତୁ ସଫଳତା ମିଳିବ । ଗୁରୁତ୍ବପୂର୍ଣ୍ଣ ମାମଲାରେ ବନ୍ଧୁଙ୍କ ସହିତ କଥାବାର୍ତ୍ତା ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସମଲେଶ୍ଵରୀ ।

କର୍କଟ: ଦିନଟି ଶୁଭପ୍ରଦ । ବ୍ୟର୍ଥ ଚିନ୍ତାରୁ ମୁକ୍ତି ପାଇବେ । ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ । କର୍ମର୍କ୍ଷେତ୍ରରେ ସହକର୍ମୀମାନେ ସହଯୋଗ କରବେ । ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ । କୋର୍ଟ କଚେରୀ ମାମଲାରେ ବିଳମ୍ବ ହେବ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେଲେ ବି ବଡ଼ନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ । ମହିଳା ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ । ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ । ଶୁଭରଙ୍ଗ: ଧଳା । ଆରାଧନା: ସତ୍ୟନାରାୟଣ ।

ସିଂହ: କାମରେ ସଫଳତା ଲାଗି ପୂରା ଊର୍ଜା ଲଗାଇବାକୁ ପଡ଼ିବ । ସହଯୋଗୀଙ୍କ ସହାୟତାରେ ମାନ ପ୍ରତିଷ୍ଠା ବୃଦ୍ଧି ହେବ । ଅଚାନକ ଧନଲାଭର ନଜର ଆସିବ । ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ । ପ୍ରେମିକପ୍ରେମିକାଙ୍କ ଲାଗି ଦିନଟି ଭଲ । ମହିଳାମାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ । ଶୁଭରଙ୍ଗ: ଲାଲ । ଆରାଧନା: ମହାଲକ୍ଷ୍ମୀ ।

କନ୍ୟା: ଆଜି ଆପଣ ଊର୍ଜା ଓ ଆତ୍ମବିଶ୍ୱାସ ଭରା ରହିବେ । ମନରେ ଲାଗି ରହିଥିବା ଚିନ୍ତା ସମାପ୍ତ ହେବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । ଚାକିରୀ ଜୀବିମାନେ ଯଶ, ମାନକୁ ଅଧିକ ମହତ୍ତ୍ୱ ଦେବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀ ଅନୁଭବ କରିବେ । ପ୍ରତିଯୋଗିତା ପରିକ୍ଷାରେ ଉତ୍ତିର୍ଣ୍ଣହେବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ସନ୍ତୋଷୀ ମାତା ।

ତୁଳା: ଦିନଟି ଆପଣଙ୍କ ଲାଗି ଢେର‌୍‌ ଶୁଭଫଳ ଆଣିଦେବ । ଆପଣଙ୍କୁ ଟଙ୍କା ପଇସା କମାଇବା ପାଇଁ ବିଚାର ଦେବା ଲୋକ ମିଳିବେ । ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ରାଜନୀତି କ୍ଷେତ୍ରରେ ଅସ୍ୱସ୍ତି ପାଇବେ । ଆଇନକାନୁନ ମାମଲାରେ ଆରାମ ମିଳିବ । କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା ପ୍ରସ୍ତୁତ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

ବିଛା: ସଫଳତାର ନୂଆ ପାହାଚରେ ପାଦ ରଖିବେ । କର୍ମକ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ଖଣ୍ଡନ କରିବେ । ମାନସିକ ସ୍ଥିରତା ରହିବ । ବିଭିନ୍ନ ଲୋକଙ୍କ ସହିତ ମିଶିବେ । ନିକଟ ସମ୍ପର୍କୀୟଙ୍କ ଦ୍ୱାରା ଫାଇଦା ହେବ । ବହୁତ ଦିନରୁ ଅଟକିଥିବା ବକେୟା ଟଙ୍କା ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ିବ । ସନ୍ଧ୍ୟାରେ ପରିବାର ସହିତ ଆନନ୍ଦ ଉଲ୍ଲାସରେ ସମୟ କଟିବ । କୌଣସି ମାଙ୍ଗଳିକ କାର୍ଯ୍ୟ ତଥା ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେବେ । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ଭୈରବୀ ।

ଧନୁ: ଆପଣଙ୍କ ବ୍ୟକ୍ତିତ୍ୱ ସୂର୍ଯ୍ୟ ଭଳି ଚମକିବ । ଆପଣଙ୍କ ଉନ୍ନତି ପଥରେ ଲାଗି ରହିଥିବା ବାଧା ଦୂର ହେବ । କିଛି ଲୋକ ଆପଣଙ୍କର ରାୟ ନେବେ । ଦୂରଯାତ୍ରାରେ ସଫଳତା ମିଳିବ ଓ ଯାତ୍ରା ଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଆନୁଷ୍ଠାନିକ କାମ ଓ ବନ୍ଧୁମିଳନ ହେତୁମନ ଖୁସୀରହିବ । ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିପାରେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ମକର: ଭାଗ୍ୟ ବଦଳାଇବା ଲାଗି ଶୁଭ ସମୟ । ଯେତେ ମିଠା କଥା କହିିବେ ସେତେ ଲାଭ ପାଇବେ । ପାରିବାରିକ ସମସ୍ୟା ସୁଧୁରି ଯିବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ଚକ୍ଷୁ ପୀଡ଼ା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହେବ । ଶୁଭରଙ୍ଗ: ନୀଳ । ଆରାଧନା: ଶ୍ରୀ ଗଣେଶ ।

କୁମ୍ଭ: ଭାବନାରେ ସକାରାତ୍ମକ ବଜାୟ ରଖନ୍ତୁ । ନୂଆ କାମ ଆରମ୍ଭ କରିବା ପୂର୍ବରୁ ମାତାପିତାଙ୍କ ରାୟ ନିଅନ୍ତୁ; ଭଲ ହେବ । ବ୍ୟବସାୟରେ ସଉଦା କରିବା ଲାଗି ରାଜ୍ୟ ବାହାରକୁ ଯିବେ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ । ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ । ସ୍ୱାସ୍ଥ୍ୟ ଠିକ୍ ରହିବ । ଆର୍ଥିକ ଉନ୍ନତି ଫଳରେ ଶାନ୍ତି ପାଇବେ । ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ମହିଳାମାନେ ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମହାଲକ୍ଷ୍ମୀ ।

ମୀନ: ଦିନଟି ଆପଣଙ୍କ ଲାଗି ଅନୁକୂଳ । କାର୍ଯ୍ୟ କ୍ଷେତ୍ରରେ ଏଭଳି ଅବସର ମିଳିବ ଯଦ୍ୱାରା ଆମଦାନି ବୃଦ୍ଧି ହେବ । ଚାକିରିଆଙ୍କୁ ଅଧିକାରୀଙ୍କ ସହଯୋଗ ମିଳିବ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ପରିବାରର କେତେକ ସମସ୍ୟା ନେଇ, ମାନସିକ ପୀଡ଼ା ଅନୁଭବ କରିବେ । ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ବିଫଳ ହେବେ । ଦାମ୍ପତ୍ୟ ଜୀବନରେ ପ୍ରେମ ବଜାୟ ରହିବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।