01 ନଭେମ୍ବର 2019, ଶୁକ୍ରବାର – ମାସର ପ୍ରଥମ ଦିନରେ ମାଆଙ୍କ ଆଶୀର୍ବାଦରେ ୫ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ମନୋବାଞ୍ଛା ପୂରଣ ହେବ …. ।

Spread the love

01 ନଭେମ୍ବର 2019, ଶୁକ୍ରବାର – ମାସର ପ୍ରଥମ ଦିନରେ ମାଆଙ୍କ ଆଶୀର୍ବାଦରେ ୫ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ମନୋବାଞ୍ଛା ପୂରଣ ହେବ …. ।

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : ଆଧ୍ୟାତ୍ମିକ ଭାବନାରେ ସମୟ ଅତିବାହିତ କରିବେ । ଚନ୍ଦ୍ରଙ୍କ ସହ ଶନି ଓ କେତୁଙ୍କ ସଂଯୋଗ ପ୍ରଭାବରେ ଭାଇ, ବନ୍ଧୁ, ପଡ଼ୋଶୀ କିମ୍ବା ସହକର୍ମୀଙ୍କ ସହ ମତାନ୍ତର ଅନିବାର୍ଯ୍ୟ ହୋଇପାରେ । କର୍ମକ୍ଷେତ୍ରରେ ପ୍ରତିବନ୍ଧକଜନିତ ବିଷୟକୁ ନେଇ ଚିନ୍ତିତ ରହିବେ । ବ୍ୟବସାୟର ସଉଦା ପାଇଁ ରାଜ୍ୟ ବାହାରକୁ ଯାଇପାରନ୍ତି । ପରିବାରରେ ସମ୍ପର୍କୀୟମାନେ ହିଁ ଅସୁବିଧାରେ ପକାଇବାକୁ ଚେଷ୍ଟା କରିବେ । ବନ୍ଧୁତାର ହାତ ବଢ଼ାଇବେ । କିନ୍ତୁ ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭଦ୍ରକାଳୀ ।

ବୃଷ : ମନ ବଳ ଦୃଢ ହେବ । ଅତୀତର ସମସ୍ତ କାର୍ଯ୍ୟ ସମାପନ କରିବାରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ବ୍ୟବସାୟୀକ ହିସାବପତ୍ର ସହ ଭଲଭାବରେ ଜଗାରଖା କରିବା ଦ୍ୱାରା ବିଶେଷ ଲାଭବାନ୍ ହେବେ । ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନଙ୍କର କର୍ମୋନ୍ନତି ହେବ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ । ରାଜନୀତିରେ ବିରୋଧୀମାନେ କ୍ଷତି ପହଞ୍ଚାଇବା ପାଇଁ ପ୍ରୟାସ କରିବେ । ଶାରିରୀକ ଅସୁସ୍ଥତା ଦେଖା ଦେବ । ପ୍ରେମିକପ୍ରେମିକାଙ୍କ ଲାଗି ଦିନଟି ଭଲ । ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଶୁଭରଙ୍ଗ: ହଳଦିଆ । ଆରାଧନା: ହନୁମାନ ।

ମିଥୁନ : ଭାଗ୍ୟର ସହଯୋଗ ମିଳିବ । ଉନ୍ନତିର ଚରମ ସୀମାରେ ପହଂଚିବା ପାଇଁ ଚେଷ୍ଟା କରିବେ । ଏକାଦଶସ୍ଥ ଗ୍ରହ ଯୋଗୁ ଆଜି ଯେଉଁ କାମରେ ହାତ ଦେବେ ସେଥିରେ ସଫଳତା ନିଶ୍ଚିତ । କିନ୍ତୁ ଗତକାଲିର ଘରୋଇ ବ୍ୟାପାରକୁ ନେଇ ମାନସିକ ସ୍ଥିତି ସେତେଟା ଭଲ ରହି ନପାରେ । ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ଲାଭବାନ ହେବେ । କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ମାଲି ମକଦ୍ଦମାରେ ଜୟ, ଦମ୍ଭ ସାହାସ ବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି, ସୁସଂବାଦ ଶ୍ରବଣ କରିବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ତାରିଣୀ ।

କର୍କଟ : କର୍ମକ୍ଷେତ୍ରରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସାର ପାତ୍ର ହେବେ । ଚତୁର୍ଥାଧିପ ଚନ୍ଦ୍ରଙ୍କ ନିକଟରୁ ଷଡାଷ୍ଟକ ସ୍ଥିତିରେ ରହିଥିବାରୁ ପରିବାରର ବ୍ୟତିକ୍ରମ ସକାଶେ ମନ ଭଲ ରହି ନ ପାରେ । କିନ୍ତୁ ଚନ୍ଦ୍ରଙ୍କ ଶୁଭଦୃଷ୍ଟି ପ୍ରଭାବରେ କୌଣସି ବନ୍ଧୁ, ସହକର୍ମୀ ସହଯୋଗର ହାତ ବଢାଇବା ଫଳରେ କୌଣସି କାମ ଅଟକିବ ନାହିଁ । ବାଣିଜ୍ୟ, ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳ ପାଇବେ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ରାଜନୀତିରେ ସ୍ଵାର୍ଥରକ୍ଷା କରିବାରେ ସମୟ ବିତିବ । ଆଲୋଚନା କ୍ଷେତ୍ରରେ କାର୍ଯ୍ୟବ୍ୟସ୍ତ ଯୋଗୁ କେତେକ କାମ ଠିକ୍‌ ସମୟରେ କରି ପାରିବେ ନାହିଁ । ମହିଳାମାନେ ଶୁଭ ସମାଚାର ପାଇ ଖୁସି ହେବେ । ଶୁଭରଙ୍ଗ: ସବୁଜ। ଆରାଧନା: ମହାଲକ୍ଷ୍ମୀ ।

ସିଂହ : ଶୁଭକାମ କରି ପ୍ରଶଂସିତ ହେବେ କିନ୍ତୁ ମୁଖଭାବରେ ଶନି ପ୍ରଭାବରୁ ଆପଣଙ୍କ ନୀରବତା ଅନ୍ୟମାନଙ୍କ ସନ୍ଦେହକୁ ଦ୍ୱିଗୁଣିତ କରିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଆପଣ ଯେତେ ପାଇଲେ ମଧ୍ୟ ଆହୁରି ଅଧିକ ପାଇବା ସକାଶେ ବ୍ୟାକୁଳତା ପ୍ରକାଶ କରିବେ । ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ପରିବହନ, ଶିଳ୍ପ ଓ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ଚେଷ୍ଟା କଲେ ସଫଳତା ପାଇବେ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ସାହିତ୍ୟ ଚର୍ଚ୍ଚା, ସଭା ସମିତିରେ ସଫଳତା ମିଳିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ବିଜୟୀ ହେବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ କଟକଚଣ୍ଡୀ ।

କନ୍ୟା : କୋଣଭାବସ୍ଥ ଚନ୍ଦ୍ରଙ୍କ କେନ୍ଦ୍ରସ୍ଥ ଏକାଧିକଗ୍ରହ ପାରିବାରିକ ଜୀବନ ଓ କର୍ମକ୍ଷେତ୍ରକୁ ପ୍ରଭାବିତ କରିବ । ଆତ୍ମୀୟମାନଙ୍କ ସହଯୋଗରେ ଅର୍ଥ ସଂଗ୍ରହ କରିବାରେ ସଫଳତା ହାସଲ କରିବେ । ବ୍ୟବସାୟରେ ଆଶାତୀତ ଲାଭବାନ ହେବେ । କର୍ମ କ୍ଷେତ୍ରରେ ବୋନସ୍ ଏବଂ ପଦୋନ୍ନତି ଆଦି ମିଳିବାର ସମ୍ଭାବନା ଅଛି । ମାନ-ସମ୍ମାନ, ଯଶ, କୀର୍ତ୍ତିରେ ବୃଦ୍ଧି ହେବ । ଆପଣଙ୍କ କଥାକୁ ଅଫିସରେ କର୍ତ୍ତୃପକ୍ଷ ସକାରାତ୍ମକତାର ସହ ନେବେ । କଳା, ସାହିତ୍ୟକ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ । ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇପାରନ୍ତି । ଶୁଭରଙ୍ଗ: ହଳଦିଆ । ଆରାଧନା: ସୂର୍ଯ୍ୟଦେବ ।

ତୁଳା : ରାଶିରେ ଚତୁଃଗ୍ରହ ରାଜଯୋଗ ସୃଷ୍ଟି କରୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ଜୟଯୁକ୍ତ ହେବେ । ଆପଣ ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ବିଳମ୍ବରେ ସଫଳତା ପାଇବେ । ସଫଳତା ପାଇବା ଦିଗରେ ଅଗ୍ରସର ହେବେ । ଆର୍ଥିକ ସ୍ୱଚ୍ଛଳତା ଫେରିପାଇବେ । ବ୍ୟବସାୟ, ବାଣିଜ୍ୟ, କଳା, ସାହିତ୍ୟରେ ସମ୍ମାନ ମିଳିବ । ଚାକିରି ଅନ୍ବେଷଣରେ ଥିବା ମହିଳାଙ୍କୁ ବଢ଼ିଆ ଚାକିରି ପ୍ରସ୍ତାବ ମିଳିବ । ଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ । ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ । ଅଶ୍ଳେଷା ନକ୍ଷତ୍ରର ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ । ପ୍ରେମ ପ୍ରସଙ୍ଗ ଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଶାରଳା ।

<

ବିଛା: ନମ୍ର ସ୍ୱଭାବ ପାଇଁ ଲୋକେ ଆପଣଙ୍କ ପ୍ରତି ଆକର୍ଷିତ ହେବେ । ରାଶିକୁ ଏକାଧିକ ଗ୍ରହ ପ୍ରଭାବିତ କରୁଥିବାରୁ ଅତୀତ ଘଟଣା, ବନ୍ଧୁଙ୍କ ଅବିବେକୀ କାମ, ସହକର୍ମୀଙ୍କ କୂଟନୀତି ଓ ଆତ୍ମୀୟଙ୍କ ବେଖାତିର କଥା ସକାଶେ ଅନୁତାପ କରିପାରନ୍ତି । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । କର୍ମକ୍ଷେତ୍ରସ୍ଥ ବନ୍ଧୁମାନଙ୍କ ଆଶ୍ୱାସନା କ୍ରମେ ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ସମସ୍ୟା ଦୂର ହେବ । ସରକାରୀ ନେଣଦେଣରୁ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ । ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ । ବିରୋଧୀ ଆପଣଙ୍କ ସମ୍ମୁଖରେ ନତ ମସ୍ତକ ରହିବେ । ବ୍ୟବସାୟୀଙ୍କ ଲାଗି ଭଲ ଦିନଟିଏ । ନିଜଲୋକଙ୍କ ଶତ୍ରୁତା ଫଳରେ ମନରେକ୍ଷୋଭ ଓ ହତାଶଭାବ ଦେଖା ଦେବ । ଶାରୀରିକ ଅସୁସ୍ଥତା ରହିବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଭୈରବୀ ।

ଧନୁ: ସମୟ ଓ ସ୍ଥିତି ଆପଣଙ୍କ ଅନୁସାରେ ବଦଳି ଯିବ । ବ୍ୟବସାୟ ବୃଦ୍ଧି ଲାଗି ବନ୍ଧୁ ସହଯୋଗ କରିବେ । ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ମଜଭୁତ ହେବ।, ବ୍ୟବସାୟ ବାଣିଜ୍ୟରେ ନୂଆ ଅର୍ଡର ବା ଏଗ୍ରୀମେଣ୍ଟ କରିପାରିବେ । କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ଆନୁଷ୍ଠାନିକ କାମ, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣ ରହିବ । ଉପସ୍ଥିତ ବୁଦ୍ଧି ଖଟାଇ ପରିବାରରେ ଗୋଳମାଳିଆ ପରିସ୍ଥିତିକୁ ସମ୍ଭାଳି ନେଇପାରନ୍ତି । ଘର ସାଜସଜ୍ଜା କିମ୍ବା ମରାମତି କାମରେ ସମୟ ଅତିବାହିତ କରିବେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ଗାୟତ୍ରୀ ।

ମକର: ଆପଣଙ୍କ ଲାଗି ଦିନଟି ଉତ୍ସାହପୂର୍ଣ୍ଣ ରହିବ । ଆଜିର କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ପ୍ରଗାଢ଼ ଚେଷ୍ଟା କରିପାରନ୍ତି । ତଥାପି କେତେକ କାମ ହାସଲ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ । ବ୍ୟବସାୟରୁ ଭଲ ଧନଲାଭ ହେବ କିନ୍ତୁ ବ୍ୟବସାୟକୁ ଆଖପାଖ ଅଂଚଳକୁ ଯାତ୍ରା କରନ୍ତୁ ନାହିଁ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ସାମାଜିକ ସ୍ତରରେ ଦୃଢ଼ତା ହେତୁ ଦ୍ରୁତୋନ୍ନତି ପରିଲକ୍ଷିତ ହେବ । ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ । ସ୍ୱାଦିଷ୍ଟ ଖାଦ୍ୟ ଭୋଜନ କରିବେ । ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

କୁମ୍ଭ: ଦିନଟି ଆପଣଙ୍କ ଭଲ ରହିବା । ବ୍ୟବସାୟୀମାନଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିବାର ଆଶଙ୍କା ରହିଛି । ତଥାପି ବ୍ୟବସାୟରେ କୌଣସି ପ୍ରକାର କୁପ୍ରଭାବ ପଡିବ ନାହିଁ । ଆଜିର ନୂତନ କର୍ମାରମ୍ଭ, ଆନୁଷ୍ଠାନିକ କର୍ମ ଆନନ୍ଦ ଉଲ୍ଲାସ ମଧ୍ୟରେ ସମ୍ପନ୍ନ ହେବ । ଆପଣ ଯାହା ଚାହୁଁଛନ୍ତି ତାହା ପାଇବେ ଏବଂ ଅପରାହ୍ନରେ ଶୁଭସମ୍ବାଦ ପାଇ ଉଲ୍ଲସିତ ହେବେ । କେତେକ କ୍ଷେତ୍ରରେ ହାତରୁ ଖାଇ ପର ପାଇଁ ଖଟିବାକୁ ପଡ଼ିପାରେ । ଭୁଲ ବୁଝାବଣା ଏବଂ ନକାରାତ୍ମକ ବ୍ୟବହାର ଆପଣଙ୍କ ଚିତ୍ତରେ ଗ୍ଲାନିର ଭାବ ସୃଷ୍ଟି କରିବ । ସ୍ଵାସ୍ଥ୍ୟରେ ବିଶେଷରୂପରେ ଆଖିରେ ଅସୁବିଧା ହେବ । ପ୍ରତିଯୋଗୀତା ମୂଳକ ପରୀକ୍ଷାରେ ଆଶାତୀତ ଉନ୍ନତି କରିବେ । କୋର୍ଟ କଚେରୀ ମାମଲା ଆପଣଙ୍କ ସପକ୍ଷରେ ଜୀବ । ଶୁଭରଙ୍ଗ: ସବୁଜ। ଆରାଧନା: ମହାଲକ୍ଷ୍ମୀ ।

ମୀନ: କାମ ସମୟ ପୂର୍ବରୁ ପୂରା ହୋଇପାରେ । ଅଟକି ରହିଥିବା କାମଟି ବନ୍ଧୁଙ୍କ ମାଧ୍ୟମରେ କାର୍ଯ୍ୟ ହାସଲ କରାଇବାରେ ସମର୍ଥ ହେବେ । ସମାଜରେ ଲୋକପ୍ରିୟତା ବଢ଼ିବ । ବ୍ୟବସାୟୀଙ୍କ ଲାଗି ଭଲ ଦିନଟିଏ । ବ୍ୟବସାୟରେ ଆର୍ଥିକ ସମ୍ବନ୍ଧିତ କୌଣସି ଚିନ୍ତା ରହିବା ନାହିଁ । ଅଫିସରେ କୌଣସି କାମ ଲାଗି ଆପଣଙ୍କୁ ପ୍ରଶଂସା ମିଳିବ । ପଡୋଶୀଙ୍କ ମାଧ୍ୟମରେ ଆନନ୍ଦ ଦାୟକ ଖବର ପାଇ ବିସ୍ମିତ ହୋଇପାରନ୍ତି । ପ୍ରେମ ଆଳାପ ପାଇଁ ଭଲ ଦିନଟିଏ । ସ୍ଵାସ୍ଥ୍ୟ ପ୍ରାୟତଃ ଭଲ ରହିବାରୁ ମାନସିକ ଶାନ୍ତି ଫେରି ଆସିବ । ସ୍ଵାଦିଷ୍ଠ ଖାଦ୍ୟ ଭୋଜନ କରିବେ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ପାଟଣେଶ୍ଵରୀ ।