20 ଜାନୁଆରୀ 2019, ରବିବାର – ସୂର୍ଯ୍ୟଦେବଙ୍କ କୃପାରୁ ଏହି ୫ଟି ରାଶି ହେବେ ଧନବାନ

Spread the love

ମେଷ: ଦୀର୍ଘ ଦିନରୁ ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ ।ଗୃହସମସ୍ୟା ସମାଧାନ ହେବ । ଅଟକି ଥିବା କାର୍ଯ୍ୟ ପୂରଣ ହେବ । କର୍ମକ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟରେ ଆଶାତୀତ ଲାଭ କରିବେ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ । ମନୋରଂଜନ କାର୍ଯ୍ୟରେ ସମୟ କଟିବ । ସାମାଜିକ କାର୍ଯ୍ୟରେ ଭାଗ ନେବେ । ଛାତ୍ରମାନେ ନିଜର ପରିଯୋଜନାରେ ଅଧିକ ପରିଶ୍ରମ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀ ଗଣେଶ ।

ବୃଷ: ଭାଗ୍ୟର ସହଯୋଗ ପାଇବେ । ନିଜ କାମ ଠିକ୍‌ ଭାବରେ ନିର୍ବାହ କରିବେ । ରାଜନୀତିରେ ପ୍ରାଧାନ୍ୟ ବଢ଼ିବ । ବ୍ୟବସାୟରେ ସଫଳତା ନିଶ୍ଚିତ ପାଇବେ । ଶିଳ୍ପ, ବାଣିଜ୍ୟ, ଯାତ୍ରା, ରାଜନୀତି, ପ୍ରଶାସନ କ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟ ଲୋକଙ୍କ ପାଖରେ ଆଦୃତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ଜୀବନସାଥୀଙ୍କ ଠାରୁ ଅପର୍ଯ୍ୟାପ୍ତ ପ୍ରେମ ମିଳିବ । ମହିଳାମାନଙ୍କର ଆଶା ପୂରଣ ହେବ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ମାଣିକେଶ୍ଵରୀ ।

ମିଥୁନ: ଧାର୍ମିକ ତଥା ଆଧ୍ୟତ୍ମିକ କାର୍ଯ୍ୟରେ ସମୟ ଅତିବାହିତ କରିବେ । ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହେବ । ଉନ୍ନତି ପାଇଁ ବିଭିନ୍ନ ରାସ୍ତା ସାମନାକୁ ଆସିବ । ଲୁହା ଓ ଷ୍ଟିଲ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ । ପରିଶ୍ରମ ଦ୍ୱାରା କାର୍ଯ୍ୟ ସଫଳ ହେବ । ବାହାନ କ୍ରୟ ଓ ବିକ୍ରୟ କରିବେ । ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ରାଜନୀତିରେ ବିରୋଧ, ଖେଳରେ ସତର୍କତା ଅବଲମ୍ବନ କରିବା ଉଚିତ୍ । ମହିଳାମାନେ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ପାରିବାରିକ ଜୀବନରେ ସୁଖୀ ରହିବେ । ଶୁଭରଙ୍ଗ: ଲାଲ । ଆରାଧନା: ବାବା ଆଖଣ୍ଡଳମଣି ।

କର୍କଟ: ନିଜ ଉପରେ ବିଶ୍ୱାସ ରଖନ୍ତୁ । କେବଳ ନିଜ କାମରେ ମନଯୋଗ ଦିଅନ୍ତୁ, କାର୍ଯ୍ୟ ସହଜ ସରଳରେ ସମାଧାନ ହେବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ଛୋଟ ଛୋଟ କାମକୁ ବୁଝି ବିଚାରି ନ କଲେ ଦ୍ଵନ୍ଦରେ ପଡିବେ । ଅଫିସ ତରଫରୁ ବାହାରକୁ ଯିବାର ସୁଯୋଗ ମିଳିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ପାଇବେ । ଖର୍ଚ୍ଚ ବଢ଼ିବା ଯୋଗେ ପରିବାରରେ ଅସନ୍ତୋଷ ଦେଖାଦେବ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ । କର୍ମରେ ଅସ୍ଥିରତା ଆସିବ । ସାମୟିକ ଚିନ୍ତା ଦୂର ହେବ । ମହିଳାମାନେ ପିଲାଙ୍କସହ ଖୁସିରେ ରହିବେ । ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ତାରାତାରିଣୀ ।

ସିଂହ: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ । ବାକ୍ୟ ସଂଯମ ରଖନ୍ତୁ, କାହାରିକୁ ଅପଶଦ୍ଦ କହନ୍ତୁ ନାହିଁ । ବ୍ୟବସାୟ କ୍ଷେତ୍ରରେ ସଫଳତା ମିଳିବା ଯୋଗ ରହିଛି । ସ୍ଥଗିତ ଥିବା ଧନପ୍ରାପ୍ତ ହେବ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ରାଜନୀତିରେ ଉନ୍ନତି, ବିଦ୍ୟାରେ ଉନ୍ନତି, ଖେଳରେ ଶାନ୍ତି ହେବେ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ଆର୍ଥିକସ୍ଥିତି ପୂର୍ବପରି ରହିବ । ବୈବାହିକ ଜୀବନରେ ମଧୁରତା ବଢ଼ିବ । ମହିଳାମାନେ ନୂତନ କର୍ମ ଓ ବ୍ୟବସାୟ ପାଇଁ ଚେଷ୍ଟିତ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

କନ୍ୟା: ଦିନଟି ଆପଣଙ୍କ ଲାଗି ଅନୁକୂଳ । ପ୍ରତିଷ୍ଠିତ ଲୋକଙ୍କ ସହିତ ମିଶିବାର ଅବସର ପାଇବେ । ବ୍ୟବସାୟ ପାଇଁ ନୂଆ ସୁଯୋଗ ମିଳିବ । କୌଣସି ଆନୁଷ୍ଠାନିକ, ମାଙ୍ଗଳିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ । ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ । ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ । ନେତାମାନଙ୍କ ଲାଗି ଦିନଟି ଶୁଭ । ମହିଳାମାନେ ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । ବିଜ୍ଞାନ ଛାତ୍ର କିଛି ନୂଆ ଶିକ୍ଷା ଲାଭ କରିବେ । ଶୁଭରଙ୍ଗ: ଧଳା ।ଆରାଧନା: ମାଆ ଲକ୍ଷ୍ମୀ ।

ତୁଳା: ପ୍ରତ୍ୟେକ ଦୃଷ୍ଟି କୋଣରୁ ଦିନଟି ଆପଣଙ୍କ ଲାଗି ଭଲ । ନୂଆ କାମ ହାତକୁ ନେଇ ପାରନ୍ତି । ଦାମ୍ପତ୍ୟ ଜୀବନ ସୁଖମୟ ହେବ । କାର୍ଯ୍ୟରେ ଅସ୍ଥିରତା ବଢ଼ିବ । ସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଉଧାର ଦେଇଥିବା ପଇସା ଅଚାନକ ଫେରସ୍ତ ପାଇବେ । ଆଜି ଆପଣ ଦରକାରୀ ସାମଗ୍ରୀ କିଣିବା ପାଇଁ ବଜାରକୁ ଯିବେ । ମହିଳାମାନେ ମିତ୍ର ଓ ଭାଇମାନଙ୍କୁ ସାହାଯ୍ୟ କରି ଆର୍ଥିକ ସମସ୍ୟାରେ ଚିନ୍ତିତ ହେବେ । ପ୍ରେମ ପ୍ରସଙ୍ଗରେ ପ୍ରଗାଢ଼ତା ଆସିବ । ଶୁଭରଙ୍ଗ: ବାଦାମୀ । ଆରାଧନା: ସୂର୍ଯ୍ୟଦେବ ।

ବିଛା: ଦିନଟି ଆପଣଙ୍କ ପାଇଁ ଉତ୍ତମ ରହିବ । କ୍ୟାରିୟରରେ ଆଗକୁ ବଢ଼ିବା ଲାଗି ନୂଆ ପରିବର୍ତ୍ତନ କରିବେ । ଆର୍ଥିକ ସ୍ଥିତିରେ ସୁଧାର ନିଶ୍ଚୟ ହେବ । ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ । ମହିଳାମାନଙ୍କର ସ୍ୱଜନ ଓ ମିତ୍ରଙ୍କ ଠାରୁ ପୂର୍ଣ୍ଣ ସହଯୋଗ ମିଳିବ । ବ୍ୟବସାୟରେ ନୂଆ ଚୁକ୍ତି ହେବ । ରାଜନୀତି, କୃଷି, ବିଦ୍ୟା ଓ ଖେଳରେ ସଫଳ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ଘରକୁ ଅତିଥି ଆସିବେ । ସତର୍କ ନ ରହିଲେ ଶତ୍ରୁମାନେ କ୍ଷତି କରିବେ । ଶୁଭରଙ୍ଗ: ଧୂସର। ଆରାଧନା: ମାଆ ବିମଳା ।

ଧନୁ: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ । ବ୍ୟବସାୟରେ ଉନ୍ନତି ପାଇଁ ଯଥେଷ୍ଟ ଧ୍ୟାନ ଦେବେ । ବ୍ୟବସାୟରେ ସୁଧାର ଆସିବ । ଜନ ସେବାରେ ପ୍ରଶଂସା ମିଳିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ରାଜନୀତି, ଖେଳ, ବିଦ୍ୟା ଓ କୃଷିକ୍ଷେତ୍ରରେ ଆଦୃତ ହେବେ । ପ୍ରିୟ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ । କୌଣସି ଗୁରୁତ୍ବପୂର୍ଣ୍ଣ କାଗଜପତ୍ରକୁ ନେଇ କାମ ଅଧାରେ ଅଟକି ଯିବ । ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ଛାତ୍ରଛାତ୍ରୀମାନେ ଅଧ୍ୟୟନରେ ଧ୍ୟାନ ଦିଅନ୍ତୁ, କୃତ କାର୍ଯ୍ୟ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ମକର: ଆଜି ଆପଣଙ୍କୁ ମାନସିକ ଶାନ୍ତି ମିଳିବ । ମିଷ୍ଟ ବ୍ୟବହାର ଦ୍ୱାରା ସମସ୍ତ କାମ ପୂରା କରି ନେବେ । କର୍ମକ୍ଷେତ୍ରରେ ମାନସିକ ଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଖୁବ୍ ଆଶାବାଦୀ ହେବେ । କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ । ରାଜନୀତିରେ ଲୋକପ୍ରିୟତା, ବିଦ୍ୟାରେ ଉନ୍ନତି, ଖେଳରେ ପ୍ରଶଂସା, କୃଷିରେ ମନନିବେଶ କରିବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ପ୍ରେମ ସମ୍ବନ୍ଧରେ ସଫଳତା ପାଇବେ । ଛାତ୍ରଙ୍କ ପାଇଁ ଦିନଟି ଭଲ ରହିବ । ମହିଳାମାନେ ପିଲାଙ୍କ ଆଚରଣରେ ଚିନ୍ତିତ ରହିବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ କଟାକଚଣ୍ଡୀ ।

କୁମ୍ଭ: ନିଜର ମନୋଭାବକୁ ନିୟନ୍ତ୍ରଣ ରଖନ୍ତୁ । ଆଜି କିଛି ନୂଆ ଶିକ୍ଷା ଲାଭ କରିବେ । ଧନୀ ବ୍ୟକ୍ତିଙ୍କ ସାହାଯ୍ୟ ପାଇବେ । ନୂଆ ବ୍ୟବସାୟ ପାଇଁ ଯୋଜନା କରିବେ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଅଫିସରେ ଆପଣଙ୍କର ସ୍ଥିତି ମଜଭୁତ ହେବ । ପରିବାରରେ କୌଣସି ବଡ଼ ଖୁସି ଆସିପାରେ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି ଗୁରୁଜନମାନଙ୍କ ଠାରୁ ଆର୍ଶିବାଦ ପାଇବେ । ବ୍ୟବସାୟରେ ପ୍ରସାର ପ୍ରଚାର ହେବ । ରାଜନୀତିରେ ସମସ୍ୟା ଦୂର ହେବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ବିରଜା ।

ମୀନ: ଅନ୍ୟମାନଙ୍କ ସାହାଯ୍ୟ ସହଯୋଗ ପାଇବେ ।ମନରେ ଚାଲୁଥିବା ଓଲଟ ପାଲଟ ଚିନ୍ତା ଧାରାର ଅବଶନ ଘଟିବ । ସଭାସମିତି, ରାଜନୀତି ପାଇଁ ସମୟ ଦେବାକୁ ପଡ଼ିବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ଭଲ ଚାଲିବ । ଯୋଜନାକୁ ଆଗକୁ ବଢ଼ାଇବା ପାଇଁ ଚିନ୍ତା କରିବେ । ପ୍ରିୟତମ ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ଓ ମାନସିକ ଶାନ୍ତି ପାଇବେ । ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ବିଦ୍ୟା ଓ ଖେଳରେ ଉତ୍ସାହ ବଢ଼ିବ । ଲଟେରୀ ଓ ଜୁଆଖେଳରୁ ନିବୃତ୍ତ ରହନ୍ତୁ ନଚେତ୍ କ୍ଷତିସହିବେ । ଶୁଭରଙ୍ଗ: ଗୋଲାପି । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।