20 ଜୁନ 2019 ଗୁରୁବାର : ଚାରୋଟି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଲାଭଦାୟକ । ମାଆ ଲକ୍ଷ୍ମୀଙ୍କ କୃପାରୁ ଧନର ଆଗମନ ହେବ…

Spread the love

20 ଜୁନ 2019 ଗୁରୁବାର : ଚାରୋଟି ସମ୍ପର୍ଣ୍ଣ ବ୍ୟକ୍ତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଲାଭଦାୟକ । ମାଆ ଲକ୍ଷ୍ମୀଙ୍କ କୃପାରୁ ଧନର ଆଗମନ ହେବ…

ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ, ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଜୀବନକୁ ସକାରାତ୍ମକ ବନାନ୍ତୁ । ଯେଉଁ କାର୍ଯ୍ୟ ହାତକୁ ନେବେ, ତାହାକୁ ପୂରା କରି ବିଶ୍ରାମ ନିଅନ୍ତୁ । ଆଜି କର୍ମଭାବସ୍ଥ ଚନ୍ଦ୍ର ପୂର୍ବ ସମସ୍ୟାକୁ ଦୂରେଇ ନେଇ କର୍ମକ୍ଷେତ୍ର ଓ ପାରିବାରିକ ଜୀବନକୁ ଖୁସି କରାଇବ । ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ ରହିବ । ବୃତ୍ତିଗତ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀମାନଙ୍କ ସାନ୍ନିଧ୍ୟରେ ଆସିବେ । ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ । ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ । ଫାଇଦା ହାସଲ ପାଇଁ ମିତ୍ରମାନେ ସମ୍ମୁଖରେ ପ୍ରଶଂସାସୂଚକ ବାକ୍ୟ କହିପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭଦ୍ରକାଳୀ ।

ବୃଷ: ଅଯଥାରେ ଅନ୍ୟମାନଙ୍କ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ, ଯାହାକି ଶତ୍ରୁତା ସୃଷ୍ଟି କରିବ । କାରବାରରେ ପରିବର୍ତ୍ତନ ଆଣିବା ଲାଗି ଚେଷ୍ଟା କରିବେ ଏବଂ ସଫଳ ମଧ୍ୟ ହେବେ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ଭଲରେ ଚାଲିବ ଏବଂ ଲାଭବାନ୍‌ ମଧ୍ୟ ହେବେ । ଅଫିସ୍ କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି । ପ୍ରିୟବନ୍ଧୁଙ୍କ ସହିତ ବାର୍ତ୍ତାଳାପରେ ସମୟ କଟିବ । ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇ ପାରନ୍ତି । ପରିବହନରେ ସାଧାରଣ କଥାରେ ଝଗଡ଼ା କିମ୍ବା ତଜ୍ଜନିତ ସମସ୍ୟାର ଆଶଙ୍କା ରହିଛି । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳୀଜାଈ ।

ମିଥୁନ: ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ । ରାଶିରେ ରାଜଯୋଗ ସୃଷ୍ଟି ହୋଇଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ଜୟଯୁକ୍ତ ହେବେ । ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବାରୁ ଖୁସି ରହିବେ । ବହୁମୂଲ୍ୟ ବସ୍ତୁ କିଣି ପାରନ୍ତି । ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ପାରିବେ । ଅଫିସରେ ଅଧିକ ଦାୟିତ୍ଵ ନିର୍ବାହ କରିବେ । ରାଜନୀତି କ୍ଷେତ୍ରରେ ନେତୃତ୍ୱ ନେଇ କିମ୍ବା ସମର୍ଥକମାନଙ୍କ ଶୁଭ କାମନାରୁ ଖୁସି ରହିବେ । ଛୋଟ ଛୋଟ କଥାକୁ କେନ୍ଦ୍ର କରି ପରିବାର ଭିତରେ ସମ୍ପର୍କ ହାନି ଘଟିପାରେ । ପତିପତ୍ନୀଙ୍କ ମଧ୍ୟରେ ପ୍ରେମଭାବ ବୃଦ୍ଧି ହେବ । ବିଶେଷ କରି ମହିଳାମାନେ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ବାବା ଆଖଣ୍ତଳମଣି ।

କର୍କଟ: ସକାରାତ୍ମକ ମନୋଭାବ ଘେନି କାମ କରନ୍ତୁ; ସଫଳତା ପାଇବେ । ରାଶ୍ୟାଧିପତି ରାଶିକୁ ଦେଖୁ ଥିବାରୁ ସ୍ଵାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟବସାୟିକ ସ୍ଥିତି ବହୁତ ଭଲ ରହିବ । ହାତକୁ ନେଇଥିବା କାମଟିକୁ ସୁରୁଖୁରୁରେ କରି ପାରିବା କାରଣରୁ ଟେନସନ୍‌ କିିଛି ମାତ୍ରାରେ କମିଯିବ । ଶିଳ୍ପ ପ୍ରତିଷ୍ଠା ଯୋଜନା ସାଫଲ୍ୟଦାୟକ ହେବ । ସାମାଜିକ ଆୟୋଜନରେ ସହଭାଗିତା କରିବେ । ସଭା ସମିତିରେ ତର୍କ ବୃଦ୍ଧି ପାଇବ । ଉତ୍ତେଜନା ମୂଳକ ପରିସ୍ଥିତରେ ନୀରବତା ରକ୍ଷାକରି ପରିସ୍ଥିତିକୁ ସମର୍ପଣ କରି ଦେବା ଉତ୍ତମ ହେବ । ପରିବାରରେ ପୂର୍ବ ସମସ୍ୟା ସମାଧାନ ହେବାରେ କୌଣସି ନୀଚ୍ଚ ଜାତିର ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିବେ । ଭୋଗବିଳାସ ଓ ଆନନ୍ଦରେ ସମୟ କାଟିବେ । ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

ସିଂହ: ଚନ୍ଦ୍ରଙ୍କ ଦ୍ୱାଦଶସ୍ଥ ଶନି ଆପଣଙ୍କ ବିଚାର ଧାରାକୁ ପ୍ରଭାବିତ କରିପାରେ । ଉତ୍ସାହର ସହିତ ସବୁ କାମ କରିବେ । ବିଭିନ୍ନ ଲୋକଙ୍କ ସହିତ ମିଶିବେ । ନିକଟସ୍ଥ ବ୍ୟକ୍ତି ବିଶେଷଙ୍କ ସାହାଯ୍ୟ ସହଯୋଗ ସମସ୍ୟାର ସରଳ ସମାଧାନ କରିବାରେ ସାହାଯ୍ୟ କରିବ । ଯାହାଦ୍ୱାରା ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ପାଇଁ ରାସ୍ତା ମିଳିଯିବା । ଆର୍ଥିକ ଦିଗରୁ ଉପକୃତ ହେବେ ଓ ସ୍ଥଗିତ କାମଗୁଡିକୁ ତ୍ୱରାନ୍ୱିତ କରିବାରେ ସମର୍ଥ ହେବେ । ବ୍ୟବସାୟରେ ଉନ୍ନତି ହେବ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ । ପରିବାରରେ ପାରସ୍ପରିକ ସହଯୋଗ ପରିବେଶକୁ ସରସ, ସୁନ୍ଦର କରିବାରେ ସହାୟକ ହେବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଶୁଭରଙ୍ଗ: ଗୋଲାପି । ଆରାଧନା: ସନ୍ତୋଷୀ ମାତା ।

କନ୍ୟା: ଦିନଟି ଆପଣଙ୍କ ଲାଗି ଶୁଭଦାୟକ ଓ ଖୁସିଭରା ରହିବ । ଗୁରୁ ଓ ଶୁକ୍ରଙ୍କ ପାରସ୍ପରିକ ଦୃଷ୍ଟି ଆପଣଙ୍କୁ ପ୍ରତ୍ୟେକ କ୍ଷେତ୍ରରେ ଶୁଭଫଳ ପ୍ରଦାନ କରିବ । ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ଆଜିର ଯାତ୍ରା, ନୂତନ କର୍ମାରମ୍ଭ, ବ୍ୟବସାୟିକ ସ୍ଥିତି ବିଶେଷ ଭଲ ରହିବ । ସ୍ଵାସ୍ଥ୍ୟରେ ଉନ୍ନତି ଓ ସମ୍ମାନଜନକ ଘଟଣା ଘଟି ପାରେ । ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । ତଥାପି ଭୁଲ୍‌ ବୁଝାମଣା ହେତୁ ଆତ୍ମୀୟମାନଙ୍କ ଅସହଯୋଗ, ଅସମ୍ମାନ ଦୁଃଖର ମାତ୍ରାକୁ ବଢ଼ାଇ ଦେଇପାରେ । ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ । ଆପଣଙ୍କ ପ୍ରତିଭାରୁ ଅନ୍ୟମାନଙ୍କୁ ପ୍ରେରଣା ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା ସାଇରାମ ।

ତୁଳା: ଆତ୍ମା ବିଶ୍ଵାସ ଦୃଢ଼ ରହିବ । ଚନ୍ଦ୍ରଙ୍କ କୋଣଭାବରେ ଶୁକ୍ର ହେତୁ ମନ ଅନୁଯାୟୀ କାମ ହାସଲ କରିବାରେ ଅସୁବିଧା ହେବନାହିଁ । ଆକସ୍ମିକ ଭାବରେ ରାସ୍ତାରେ ଯିବା ସମୟରେ ନୂତନ ବନ୍ଧୁ ସମ୍ପର୍କ ସ୍ଥାପିତ ହୋଇପାରେ । ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ବ୍ୟବସାୟରେ ନୂଆ ନୀତି ମଧ୍ୟ ପ୍ରୟୋଗ କରିବେ । ଯୁବକ ଯୁବତୀମାନଙ୍କର ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତକାରରେ ଜୟଯୁକ୍ତ ହେବେ ଓ ଆଶା ମୁତାବକ ଫଳ ପାଇବେ । ଜଣେ ପଡ଼ୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ । ପରିବାରରେ ପିଲାଙ୍କ ଆଚରଣର ପରିବର୍ତ୍ତନ କାରଣରୁ ମନେ ମନେ ବିରକ୍ତି ଅନୁଭବ କରିପାରନ୍ତି । ଶୁଭ ଖବର ପାଇ ଖୁସି ହେବେ । ମହିଳାମାନେ ପରିଧାନଶୈଳୀ ପ୍ରତି ବିଶେଷ ଧ୍ୟାନ ଦେବେ । ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ ।

ବିଛା: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । ଧୈଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ ଦେଖିବେ ସବୁ ପ୍ରତିବନ୍ଧକ ଦୂରେଇଯିବ । ଆଜି ଆପଣ ଯେଉଁ କାମ ସକାଶେ ଉଦ୍ୟମ କରିବେ ତାହା କଦାପି ନିଷ୍ଫଳ ହେବ ନାହିଁ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ । ଅଫିସରେ କର୍ତ୍ତୃତ୍ଵ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ଠିକ୍ ଭାବେ ବୁଝି ପାରିବେ । ପ୍ରେମ ବ୍ୟାପାର ପାଇଁ ଦିନଟି ଭଲ । କଳା, ସାହିତ୍ୟ, ସଭାସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

ଧନୁ: ଲକ୍ଷ୍ୟପ୍ରାପ୍ତ ଦିଗକୁ ଅଗ୍ରସର ହେବେ । ମନ ଭିତରେ ଦୁଃଖ ରହିଥିଲେ ମଧ୍ୟ ହସି ହସି କହିବା କାରଣରୁ କାମ ହାସଲ କରିବାରେ ଅସୁବିଧା ହେବ ନାହିଁ । ପ୍ରତିଟି କାମ ସୁରୁଖୁରୁରେ କରିବେ । ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଠାରୁ ପ୍ରଶଂସା ପାଇବେ । ଗତକାଲି ଠାରୁ ଆପଣ ଯେଉଁ କଥା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ । କର୍ମ କ୍ଷେତ୍ରରେ ପ୍ରତିଷ୍ଠା ଓ ଖ୍ୟାତି ମିଳିବ । ଆପଣଙ୍କ ପ୍ରାର୍ଥନାକୁ ଉଚ୍ଚଅଧିକାରୀ ଗୁରୁତ୍ଵର ସହିତ ବିଚାର କରିବେ । ରାଜନୀତିକ ନେତାଙ୍କ ଲାଗି ଦିନଟି ଭଲ ରହିବ । ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ । ମହିଳାମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିଣୀ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ମକର: ଦିନଟି ପ୍ରେମଭାର ରହିବ । ରାଶିରେ ଚନ୍ଦ୍ରଥିବାରୁ ମାନସିକ ସ୍ତର ବହୁତ ଭଲ ରହିବ । ତଥାପି ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହେବେ । ନିକଟ ସମ୍ପର୍କୀୟମାନେ କାଳେ ଦେବାକୁ ପଡିବ, ଏହି କାରଣରୁ ପାଖ ମାଡିବେ ନାହିଁ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ । ଆର୍ଥିକ ସ୍ଥିତି ସମ୍ୟକ ମାନ୍ଦା ରହିପାରେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବା କାରଣରୁ ସାମୟିକ ଆଶ୍ୱସ୍ତିଲାଭ କରିପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ମହାଲକ୍ଷ୍ମୀ ।

କୁମ୍ଭ: ଦିନଟି ଆପଣଙ୍କ ପାଇଁ ଅତି ଉତ୍ତମ ଓ ଲାଭଦାୟକ ରହିବ । କେନ୍ଦ୍ରସ୍ଥାନରେ ଶୁକ୍ର ହେତୁ ଆଜି ଆବଶ୍ୟକ ମନେ କରୁଥିବା ଅର୍ଥ ପାଇବେ ଏବଂ ସ୍ଥଗିତ କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରି ପାରିବେ । ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ କିନ୍ତୁ କର୍ମ କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ, ଯାହାକି ପରିସ୍ଥିତିକୁ ବଦଳାଇ ଦେଇପାରେ । ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ପାଇବାର ସୌଭାଗ୍ୟ ପ୍ରାପ୍ତ ହେବ । ପରିବାରର ଆବଶ୍ୟକତା ଅନୁଯାୟୀ ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇ ପାରନ୍ତି । ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ମହିଳାମାନେ ବ୍ୟୟୋଜ୍ୟେଷ୍ଟଙ୍କ ଠାରୁ ପ୍ରଶଂସିତ ହେବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଦୁର୍ଗା ।

ମୀନ: ଗୁରୁଜନଙ୍କ ପ୍ରତି ମନରେ ଭକ୍ତି ଜାଗ୍ରତ ହେବ । ଆଜି ଚନ୍ଦ୍ରଙ୍କ ଷଷ୍ଠସ୍ଥ ଗ୍ରହ ଯୋଗୁ ପରିବାରର ଅଶାନ୍ତ ପରିବେଶ ପୂର୍ବପରି ରହିପାରେ । ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ, ତଥାପି ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । ବ୍ୟବସାୟରେ ଲାଭ ମିଳିବ କିନ୍ତୁ ଅନ୍ୟ ବାଟରେ ଖର୍ଚ୍ଚ ହୋଇଯିବ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । କୋର୍ଟ କଚେରି ମାମଲାରେ ବିଜୟୀ ହେବେ । ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ । ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦରେ କଟିବ । ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ସୂର୍ଯ୍ୟଦେବ ।