20 ମାର୍ଚ୍ଚ 2019, ବୁଧବାର– ରାଶିଫଳ; ମା’ଲକ୍ଷ୍ମୀଙ୍କ କୃପାରୁ ୬ଟି ରାଶିର ବ୍ୟକ୍ତିଙ୍କ ଜୀବନ ହସଖୁସିରେ ଭରି ଯିବ, ସମସ୍ତ କାର୍ଯ୍ୟରେ ସଫଳତା ପାଇବେ ।

Spread the love

20 ମାର୍ଚ୍ଚ 2019, ବୁଧବାର– ରାଶିଫଳ; ମା’ଲକ୍ଷ୍ମୀଙ୍କ କୃପାରୁ ୬ଟି ରାଶିର ବ୍ୟକ୍ତିଙ୍କ ଜୀବନ ହସଖୁସିରେ ଭରି ଯିବ, ସମସ୍ତ କାର୍ଯ୍ୟରେ ସଫଳତା ପାଇବେ ।

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ । ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ: ଦିନଟି ଆପଣଙ୍କ ଲାଗି ସବୁ ଦିଗରୁ ଭଲ ରହିବ । ଆପଣଙ୍କର ପ୍ରତିଷ୍ଠା ଲାଗି ଅସବର ମିଳିବ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ବ୍ୟବସାୟରେ ଧନଲାଭର ସଙ୍କେତ ମିଳିବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ ମଧ୍ୟ କରିପାରିବେ । ବିବାହିତମାନେ କୌଣସି ମନୋରମ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି । ପ୍ରେମ ସମ୍ବନ୍ଧୀୟ ସମ୍ପର୍କରେ ମଧୁରତା ଆସିବ । ମହିଳାମାନେ କର୍ତ୍ତବ୍ୟନିଷ୍ଠା ପରାୟଣ ହେବେ । ଶୁଭରଙ୍ଗ: ଧୂସର। ଆରାଧନା: ମାଆ ମାଣିକେଶ୍ଵରୀ ।

ବୃଷ: ବ୍ୟବସାୟରେ ପରିବର୍ତ୍ତନ ଯୋଗୁଁ ଆପଣଙ୍କ ଭାଗ୍ୟ ଉଜ୍ଜ୍ଵଳ ହେବ । ଆର୍ଥିକ ପକ୍ଷରେ ଯଥେଷ୍ଟ ସୁଧାର ହେବ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇପାରେ । କମ୍ପାନୀରେ ଚାକିରି କରୁଥିବା ବ୍ୟକ୍ତି ବିଶେଷଙ୍କର ଦରମା ବୃଦ୍ଧି ହୋଇପାରେ ଓ ପଦୋନ୍ନତି ମଧ୍ୟ ହୋଇପାରେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିମଳା ।

ମିଥୁନ: ପ୍ରଭୁଙ୍କ ଆରାଧନାରେ ମନ‌ରେ ସକାରାତ୍ମକ ଶକ୍ତି ସଂଚାର ସ୍ତୃଷ୍ଟି ହେବ । ଆଜି ଯାହା ବି କାମ କରିବେ, ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ଚାକିରୀରେ ଆପଣଙ୍କ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ଜନସମ୍ପର୍କ ସୁଦୃଢ ହେବ । ଯାହା ଚିନ୍ତା କରିବେ ତାହା ପୂରଣ ହେବ । ମାନସିକ ଚିନ୍ତା ଦୂର ହେବ । ଆପଣଙ୍କ ସରଳତା ପାଇଁ ବନ୍ଧୁ ଆପଣଙ୍କ ପ୍ରତି ଖୁସି ରହିବେ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ସନ୍ତାନମାନଙ୍କ ପାଇଁ ସବୁବେଳେ ଚିନ୍ତିତ ରହିବେ । ଶୁଭରଙ୍ଗ:‌ ସବୁଜ । ଆରାଧନା: ସୂର୍ଯ୍ୟଦେବ ।

କର୍କଟ: କୌଣସି ଲକ୍ଷ୍ୟକୁ ନେଇ ଉତ୍ସୁକ ରହିବେ । ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ଆପଣଙ୍କୁ କୌଣସି କାମରେ ଅନୁଭବୀ ବ୍ୟକ୍ତିଙ୍କ ସାହାଯ୍ୟ ମିଳିପାରେ । ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଲାଭବାନ ହେବେ । ରାଜନେତାଙ୍କୁ ପରିଶ୍ରମର ଫଳ ମିଳିବ । ପରିବାରରେ ମାନ ମନାନ୍ତର ଦୂର ହେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ଜୀବନସାଥୀଙ୍କ ଠାରୁ କିଛି ଉପହାର ମିଳିପାରେ । ଶୁଭରଙ୍ଗ: ଲାଲ । ଆରାଧନା: ଶ୍ରୀକୃଷ୍ଣ ।

ସିଂହ: ଦିନଟି ଆପଣଙ୍କ ଲାଗି ଖୁସି ଭରା ରହିବ । ଆପଣଙ୍କ ବ୍ୟକ୍ତିତ୍ବକୁ ବିକଶିତ କରିବା ପାଇଁ ଚେଷ୍ଟା କରିବେ । ବ୍ୟବସାୟ ପାଇଁ ଭଲ ଅବସର ମିଳିବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । କାହାରିକୁ ଉଧାର ଦିଅନ୍ତୁ ନାହିଁ । ରାଜକୀୟ ମାମଲାରେ ସଫଳତା ମିଳିବ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ଶାରିରୀକ ଅସୁସ୍ଥତା ଦୂରହେବ ଓ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଦୂରଯାତ୍ରା କରି ମନ ଖୁସି ରହିବ । ମାଲିମୋକଦ୍ଦମାରେ ବିଜୟୀ ହେବେ । ପରିବାରରେ ସୁଖ ଶାନ୍ତି ବଜାୟ ରହିବା । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

କନ୍ୟା: ଆର୍ଥିକ ଲାଭ ଓ ଉନ୍ନତିର ଯୋଗ ପ୍ରବଳ ରହିଛି । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ସରକାରୀ କାମ କରୁଥିବା ବ୍ୟକ୍ତି ବିଶେଷଙ୍କୁ ସରକାରଙ୍କ ପ୍ରତ୍ସୋହନ ମିଳିପାରେ । ଅଫିସରେ କାମର ଚାପ କମ୍‌ ରହିବ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ମହିଳାମାନେ ନିଜ କର୍ତ୍ତବ୍ୟ ନିଷ୍ଠ ଯୋଗୁଁ ପ୍ରଶଂସିତ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ତୁଳା: ଆର୍ଥିକ ମାମଲାକୁ ନେଇ ଯାତ୍ରା ସଫଳ ହେବ । ବ୍ୟବସାୟ ବୃଦ୍ଧି ଲାଗି ଆପଣଙ୍କ ଦିମାକରେ ଯେଉଁ ବିଚାର ଆସିବ ତାହା ସଫଳ ହେବ କିନ୍ତୁ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ । ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ପ୍ରିୟଜନଙ୍କ ସହିତ ମିଳନ ଯୋଗ ରହିଛି । ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ । ବିଦ୍ୟାର୍ଥୀମାନେ ପ୍ରତିଯୋଗୀ ପରୀକ୍ଷା ପ୍ରସ୍ତୁତି ପାଇଁ ଆଗ୍ରହ ହେବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ କଟକଚଣ୍ଡୀ ।

ବିଛା: ଦିନଟି ଆପଣଙ୍କ ଲାଗି ସକାରାତ୍ମକ ଭରା ରହିବ । ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ । କର୍ତ୍ତୃପକ୍ଷ ଆପଣଙ୍କ ପ୍ରଦର୍ଶନରେ ଖୁସି ରହିବେ । ନୂତନ କର୍ମ ନିଯୁକ୍ତି ପାଇବେ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । ପରିବାରର ସ୍ଥିତି ଠିକ୍‌ ରହିବ । ମହିଳାମାନେ ନିଜ ଜୀବନ ସାଥି ଠାରୁ ଅତ୍ୟଧିକ ପ୍ରେମ ପାଇବେ । ଶୁଭରଙ୍ଗ: ଧୂସର । ଆରାଧନା: ମହାଲକ୍ଷ୍ମୀ ।

ଧନୁ: ସମୟ ଧ୍ୟାନରେ ରାଖୀ କାର୍ଯ୍ୟ କରନ୍ତୁ । କିଛି କଠିନ ପରିସ୍ଥିତି ସାମନାକୁ ଆସିପାରେ । ଶତୃ ବୃଦ୍ଧି ଓ ଆର୍ଥିକ ଅନାଟନ ଦେଖା ଦେବ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ହେବେ । ରାଜନୀତି କାର୍ଯ୍ୟରେ ରୁଚି ବଢ଼ିବ । ପରିବାରରେ ଅଶାନ୍ତି ଦେଖାଦେବ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । କୌଣସି ସଉଦାରୁ ଆପଣଙ୍କୁ ଲାଭ ମିଳିପାରେ । ମହିଳାମାନେ ନିଜ ଇଚ୍ଛା ଅନୁସାରେ କାର୍ଯ୍ୟ ସମ୍ପାଦନ କରିବେ, ସ୍ଵାସ୍ଥ୍ୟଗତ ସମସ୍ୟା ଦେଖା ଦେଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳୀଜାଈ ।

ମକର: ସବୁ କାମ ଆପଣଙ୍କ ମନ ମୁତାବକ ହେବ । ଆପଣଙ୍କ ଶାନ୍ତ ସ୍ଵଭାବ ପାଇଁ ଆପଣଙ୍କୁ ପ୍ରଶଂସା ମିଳିବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ । କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ । ପାରିବାରିକ ଅଶାନ୍ତି ସୃଷ୍ଟି ହେବ । ଜୀବନସାଥୀଙ୍କର ଢେର୍‌ସାରା ପ୍ରେମ ପାଇବେ । ପରିବାରଜନ ଓ ଘନିଷ୍ଟ ବନ୍ଧୁଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ଶ୍ରୀ ଗଣେଶ।

କୁମ୍ଭ: ଆଜି ଆପଣ ଊର୍ଜାବାନ ଓ ସକ୍ରିୟ ରହିବେ । ଉଚ୍ଚଆଶା ସଫଳ ହେବ । ସବୁ କାମ ଭଲ ଢଙ୍ଗରେ ପୂରା କରିନେବେ । କର୍ମ କ୍ଷେତ୍ରରେ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ । ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ । ମହିଳାମାନେ ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ହନୁମାନ ।

ମୀନ: ଜୀବନସାଥୀଙ୍କ ସହଯୋଗରେ ଆଗକୁ ବଢ଼ିବାର ରାସ୍ତା ଖୋଲିବ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ନେତାଙ୍କ ସହିତ ସମ୍ପର୍କ ମଜଭୁତ ହେବ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ମ୍ୟୁଚୁଆଲ୍‌ଫଣ୍ତ୍‌ରେ ନିବେଶ କରନ୍ତୁ; ଫାଇଦା ହେବ । ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ସ୍ବାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ତାରିଣୀ ।