2 ଜୁଲାଇ 2020 ରାଶିଫଳ :ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦରୁ ଏହି ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି

Spread the love

2 ଜୁଲାଇ 2020 ରାଶିଫଳ :ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦରୁ ଏହି ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ମଙ୍ଗଳମୟ ରହିବ ।

ଆଜି ଆମେ ଆପଣଙ୍କୁ 2 ଜୁଲାଇ ଗୁରୁବାର ରାଶିଫଳ ବିଷୟରେ କହିବୁ । ଆମ ଜୀବନରେ ରାଶିଫଳର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରାଯାଇପାରିବ । ଏହି ଗ୍ରହ ନକ୍ଷେତ୍ରମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଏ । ପ୍ରତ୍ୟେକ ଦିନ ଗ୍ରହମାନଙ୍କର ସ୍ଥିତି ଆମର ଭବିଷ୍ୟତକୁ ପ୍ରଭାବିତ କରିଥାଏ । ଏହି ରାଶିଫଳରେ, ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ ଶିକ୍ଷା ଏବଂ ବୈବାହିକ ଜୀବନ ଓ ପ୍ରେମ ଜୀବନ ସହିତ ଜଡିତ ସମସ୍ତ ସୂଚନା ପାଇବେ । ଯଦି ଆପଣ ମଧ୍ୟ ଜାଣିବାକୁ ଚାହାଁନ୍ତି ଆଜିର ଦିନଟି ଆପଣଙ୍କ ପାଇଁ କିପରି କଟିବ, ତେବେ 2 ଜୁଲାଇ ଗୁରୁବାର ରାଶିଫଳ ପଢନ୍ତୁ ।

ମେଷ :-

ସକାରାତ୍ମକ ପରିବର୍ତ୍ତନ ଆପଣଙ୍କ ଜୀବନକୁ ବଢ଼ିଆ କରିବ । କାହାରି ସହିତ କଥାବାର୍ତ୍ତା ବେଳେ ବିନମ୍ର ଭାବ ରଖନ୍ତୁ । ଟଙ୍କା ପଇସା ସମ୍ବନ୍ଧୀୟ ଫଇସଲା ନେଲାବେଳେ ଭାବିଚିନ୍ତି ନିଅନ୍ତୁ । କାମରେ ସଫଳତା, ବନ୍ଧୁଙ୍କ ସହୃଦୟତା ଓ ପାରିବାରିକ ସ୍ଥିରତାରୁ ମାନସିକ ଶାନ୍ତି ପାଇବେ । ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସନୀୟ କାମ କରି ବୁଦ୍ଧିଜୀବୀମାନଙ୍କ ଦୃଷ୍ଟି ଆକର୍ଷଣ କରିବେ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ, ପରିବହନରେ ସଫଳତା ମିଳିବ । ଯାତୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ଈର୍ଷାପରାୟଣ ପୂର୍ବକ ନିଜ ଲୋକମାନେ ଅସୁବିଧାରେ ପକାଇପାରନ୍ତି । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଲିଙ୍ଗରାଜ ।

ବୃଷ :-

ମନ ବଳ ଦୃଢ ହେବ । ଅତୀତର ସମସ୍ତ କାର୍ଯ୍ୟ ସମାପନ କରିବାରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ବ୍ୟବସାୟୀକ ହିସାବପତ୍ର ଜଗିରଖି କରିବା ଦ୍ୱାରା ବିଶେଷ ଲାଭବାନ୍ ହେବେ । ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନଙ୍କର କର୍ମୋନ୍ନତି ହେବ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ । ରାଜନୀତିରେ ବିରୋଧୀମାନେ କ୍ଷତି ପହଞ୍ଚାଇବା ପାଇଁ ପ୍ରୟାସ କରିବେ । ଶାରିରୀକ ଅସୁସ୍ଥତା ଦେଖା ଦେବ । ପ୍ରେମିକପ୍ରେମିକାଙ୍କ ଲାଗି ଦିନଟି ଭଲ । ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଶୁଭରଙ୍ଗ: ହଳଦିଆ । ଆରାଧନା: ହନୁମାନ ।

ମିଥୁନ :-

ପୂଜାପାଠରେ ଆପଣଙ୍କ ମନ ଲାଗି ରହିବ । ମଙ୍ଗଳ ଶନି ନକ୍ଷତ୍ରସ୍ଥ ହୋଇ ଧନସ୍ଥାନରେ ଥିବାରୁ ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି । ଜରୁରୀ କାମ ସମ୍ପର୍ଣ୍ଣ କରିବା ଲାଗି ଠୋସ୍ ଯୋଜନା କରିପାରନ୍ତି । ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ । ଅଫିସରେ ପରସ୍ପର ଗୋଡ଼ ଟଣାଟଣି ହେତୁ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡିବ । ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତ ରହିବେ । ପରିବାରରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିପାରେ । ଶୁଭରଙ୍ଗ: ଲାଲ । ଆରାଧନା: ହର ପାର୍ବତୀ ।

କର୍କଟ :-

ମନରୁ ନକରାତ୍ମକ ଚିନ୍ତାଧାରା ବାହାର କରିଦିଅନ୍ତୁ । ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିପାରେ । କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତିି ପ୍ରକାଶ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟରେ ପ୍ରତିବନ୍ଧକ ଲାଗି ରହିବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି । ଆବଶ୍ୟକତା ପୂରଣ କରିବା ପାଇଁ ଧାର କରଜ ମଧ୍ୟ କରିବାକୁ ବାଧ୍ୟ ହେବେ । ସରକାରୀ ଚାକିରିଆଙ୍କୁ ଲାଭ ମିଳିବ । ସାହିତ୍ୟ, କଳା, କ୍ରୀଡା ପ୍ରଭୃତି ସହ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ । ମନରେ ଲାଗି ରହିଥିବା ବିରକ୍ତି ଭାବ ଯୋଗୁଁ ପରିବାରରେ ଶାନ୍ତି ବଜାୟ ରହିବା ସମ୍ୟକ କଷ୍ଟକର ହେବ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ହନୁମାନ ।

ସିଂହ :-

ଆପଣଙ୍କର ପ୍ରତ୍ୟେକ ଅସମ୍ଭବ କାର୍ଯ୍ୟ ସମ୍ଭବ ହୋଇପାରିବ । ସାଇ ପଡ଼ିଶା ଆପଣଙ୍କ ଭଲ ବ୍ୟବହାରରେ ଖୁସି ରହିବେ । ବେପାରିବର୍ଗଙ୍କୁ ଅଚାନକ ଧନଲାଭ ହୋଇପାରେ । ବାଣିଜ୍ୟ, ବ୍ୟବସାୟ ବାଧାପ୍ରାପ୍ତ ହେବନାହିଁ । ବନ୍ଧୁ ଓ ସହକର୍ମୀମାନଙ୍କ ଅବହେଳା ଓ ଖାମଖିଆଲ ନୀତି ଯୋଗୁଁ ମନ ବିସ୍ତାପ ରହିପାରେ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି । ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇଯିବେ । ପ୍ରେମ ସାଗରରେ ବୁଡ଼ ପକାଇବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମଝିଘରିଆଣୀ ।

କନ୍ୟା :-

କୋଣଭାବସ୍ଥ ଚନ୍ଦ୍ରଙ୍କ କେନ୍ଦ୍ରସ୍ଥ ଏକାଧିକଗ୍ରହ ପାରିବାରିକ ଜୀବନ ଓ କର୍ମକ୍ଷେତ୍ରକୁ ପ୍ରଭାବିତ କରିବ । ଆତ୍ମୀୟମାନଙ୍କ ସହଯୋଗରେ ଅର୍ଥ ସଂଗ୍ରହ କରିବାରେ ସଫଳତା ହାସଲ କରିବେ । ବ୍ୟବସାୟରେ ଆଶାତୀତ ଲାଭବାନ ହେବେ । ମାନ-ସମ୍ମାନ, ଯଶ, କୀର୍ତ୍ତିରେ ବୃଦ୍ଧି ହେବ । ଆପଣଙ୍କ କଥାକୁ ଅଫିସରେ କର୍ତ୍ତୃପକ୍ଷ ସକାରାତ୍ମକତାର ସହ ନେବେ । କଳା, ସାହିତ୍ୟକ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ । ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇପାରନ୍ତି । ଶୁଭରଙ୍ଗ: ହଳଦିଆ । ଆରାଧନା: ସୂର୍ଯ୍ୟଦେବ ।

ତୁଳା :-

ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । କୌଣସି ବ୍ୟକ୍ତିଙ୍କ ସହିତ ସାକ୍ଷାତ୍‌ ଆଲୋଚନାରେ ପୀଡ଼ା ଦୂର ହେବ । ଧନ ଲାଭର ନୂଆ ରାସ୍ତା ନଜର ଆସିବ । ବାଣିଜ୍ୟ, ବ୍ୟବସାୟ, ମନୋରଞ୍ଜନ, କ୍ରୀଡ଼ା ପ୍ରତିଯୋଗିତା କ୍ଷେତ୍ରରେ ସମ୍ମାନ ପାଇ ଖୁସୀ ହେବେ । ସଭାସମିତି ଓ ସଙ୍ଗଠନ, କଳା, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବେ । ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ, ଅବଶ୍ୟ କିଛି ଗୁରୁତର ହେବନାହିଁ । ବିବାହିତମାନେ ବାହାରକୁ ବୁଲି ଯିବେ । ନିଜର ଲୋକ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ଅସାବଧାନତା କାରଣରୁ ହାତ କିମ୍ବା ଗୋଡ଼ରେ ଆଘାତ ଲାଗିପାରେ । ସୁସ୍ଵାଦ ଖାଦ୍ୟ ଭୋଜନ କରିବେ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଭୈରବୀ ।

ବିଛା :-

ଆପଣଙ୍କ ସ୍ନେହର ଆଭାସ ଅନ୍ୟକୁ ପ୍ରଭାବିତ କରିବ । ଯାହାଫଳରେ କେତେକ କାମ ସହଜରେ ସଂପୂର୍ଣ୍ଣ ହୋଇଯିବ । ଆର୍ଥିକ ସ୍ଥିତି ମଜଭୁତ ରହିବ । ଦୀର୍ଘଦିନରୁ ଅପେକ୍ଷା କରିଥିବା କାମ ସମ୍ପର୍କରେ କିଛି ଆଶା ଜନକ ଖବର ପାଇ ସାମୟିକ ଖୁସୀ ହୋଇଯିବେ । ଚାକିରି କରୁଥିବା କର୍ମଜୀବୀମାନେ ସହକର୍ମୀଙ୍କ ସହଯୋଗ ପାଇବା ସଙ୍ଗେ ସଙ୍ଗେ ଉଚ୍ଚାଧିକାରୀଙ୍କ ଠାରୁ ମଧ୍ୟ ପ୍ରଶଂସିତ ହେବେ । ସଂଗଠନ, ରାଜନୀତି, ପ୍ରଶାସନ ପାଇଁ ଆଜି ଦିନଟି ବହୁତ ଭଲ । ପାରିବାରିକ ଜୀବନ ସୁଖମୟ ହେବ । ଜୀବନସାଥୀଙ୍କ ସହିତ ଦେବୀମାତାଙ୍କର ପୂଜାର୍ଚ୍ଚନା କରିବାକୁ ଯିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମାଣିକେଶ୍ଵରୀ ।

ଧନୁ :

ମନରେ ନୂଆ ଚିନ୍ତାଧାରା ସୃଷ୍ଟି ହେବ ଏବଂ ସଫଳତା ମଧ୍ୟ ପାଇବେ । ଦୈହିକ ସୁସ୍ଥତା ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ କାର୍ଯ୍ୟସାଧନ ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିବ । ଅଫିସରେ ସମସ୍ତଙ୍କ ସହଯୋଗ ପାଇବେ । ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉପୁଜିବ । ବ୍ୟାବସାୟିକ କାମରେ ରାଜ୍ୟ ବାହାରକୁ ଯିବାର ଯୋଜନା ପ୍ରସ୍ତୁତ କରିବେ । ଆପଣଙ୍କର ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ସ୍ଵାସ୍ଥ୍ୟଗତ ସମସ୍ୟାର ସମାଧାନ ଲାଗି ବେଳ ଥାଉଁ ଥାଉଁ ସାବଧାନତା ଅବଲମ୍ବନ କରିବା ଭଲ ହେବ । ବୈବାହିକ ଜୀବନ ଠିକ୍‌ଠାକ୍‌ ରହିବ । ପ୍ରେମିକଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା ପ୍ରସ୍ତୁତ କରିବେ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ହର ପାର୍ବତୀ ।

ମକର :

ଆପଣଙ୍କ ଲାଗି ଦିନଟି ଉତ୍ସାହପୂର୍ଣ୍ଣ ରହିବ । ଆଜିର କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ପ୍ରଗାଢ଼ ଚେଷ୍ଟା କରିପାରନ୍ତି । ତଥାପି କେତେକ କାମ ହାସଲ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ । ବ୍ୟବସାୟରୁ ଭଲ ଧନଲାଭ ହେବ କିନ୍ତୁ ବ୍ୟବସାୟକୁ ଆଖପାଖ ଅଞ୍ଚଳକୁ ଯାତ୍ରା କରନ୍ତୁ ନାହିଁ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ସାମାଜିକ ସ୍ତରରେ ଦୃଢ଼ତା ହେତୁ ଦ୍ରୁତୋନ୍ନତି ପରିଲକ୍ଷିତ ହେବ । ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ । ସ୍ୱାଦିଷ୍ଟ ଖାଦ୍ୟ ଭୋଜନ କରିବେ । ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

କୁମ୍ଭ :

ଦିନଟି ଆପଣଙ୍କ ଭଲ ରହିବା । ବ୍ୟବସାୟୀମାନଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିବାର ଆଶଙ୍କା ରହିଛି । ତଥାପି ବ୍ୟବସାୟରେ କୌଣସି ପ୍ରକାର କୁପ୍ରଭାବ ପଡିବ ନାହିଁ । ଆଜିର ନୂତନ କର୍ମାରମ୍ଭ, ଆନୁଷ୍ଠାନିକ କର୍ମ ଆନନ୍ଦ ଉଲ୍ଲାସ ମଧ୍ୟରେ ସମ୍ପନ୍ନ ହେବ । ଆପଣ ଯାହା ଚାହୁଁଛନ୍ତି ତାହା ପାଇବେ ଏବଂ ଅପରାହ୍ନରେ ଶୁଭସମ୍ବାଦ ପାଇ ଉଲ୍ଲସିତ ହେବେ । କେତେକ କ୍ଷେତ୍ରରେ ହାତରୁ ଖାଇ ପର ପାଇଁ ଖଟିବାକୁ ପଡ଼ିପାରେ । ଭୁଲ ବୁଝାବଣା ଏବଂ ନକାରାତ୍ମକ ବ୍ୟବହାର ଆପଣଙ୍କ ଚିତ୍ତରେ ଗ୍ଲାନିର ଭାବ ସୃଷ୍ଟି କରିବ । ସ୍ଵାସ୍ଥ୍ୟରେ ବିଶେଷରୂପରେ ଆଖିରେ ଅସୁବିଧା ହେବ । ପ୍ରତିଯୋଗୀତା ମୂଳକ ପରୀକ୍ଷାରେ ଆଶାତୀତ ଉନ୍ନତି କରିବେ । କୋର୍ଟ କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ଶୁଭରଙ୍ଗ: ସବୁଜ । ଆରାଧନା: ମହାଲକ୍ଷ୍ମୀ ।

ମୀନ :-

ସକାରାତ୍ମକ ପରିବର୍ତ୍ତନ ଆପଣଙ୍କ ଜୀବନକୁ ବଢ଼ିଆ କରିବ । ସାମାଜିକ ଜୀବନ ସବୁ ଦୃଷ୍ଟିରୁ ଭଲ ରହିବ । ଆପଣ କୌଣସି ବ୍ୟବସାୟ ଆରମ୍ଭ କରିପାରନ୍ତି । ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସି କେତେକାଂଶରେ ସାନ୍ତ୍ୱନାମୂଳକ ପରାମର୍ଶ ପାଇପାରନ୍ତି । ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ । ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିବ । ପ୍ରେମରେ ସଫଳତା ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭଦ୍ରକାଳୀ ।